Posted inଖେଳ

ନେହେରୁ କପ୍‌ ହକି ଫାଇନାଲରେ ମାରପିଟ୍‌

ନୂଆଦିଲ୍ଲୀ,୨୬।୧୧- ହକି ଗ୍ରାଉଣ୍ଡରେ ସାଧାରଣତଃ ଖେଳାଳିଙ୍କ ମଧ୍ୟରେ ମାରପିଟ୍‌ ହେବା ଘଟଣା କ୍ୱଚିତ ଦେଖାଯାଏ। ମାତ୍ର ଏଭଳି ଘଟଣା ଜାତୀୟ ସ୍ତରୀୟ ହକି ଟୁର୍ନାମେଣ୍ଟ ନେହେରୁ କପ୍‌ର ଫାଇନାଲରେ ଦେଖିବାକୁ ମିଳିଛି। ସ୍ଥାନୀୟ ନ୍ୟାଶନାଲ ଷ୍ଟାଡିୟମରେ ପଞ୍ଜାବ ପୋଲିସ ଓ ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ (ପିଏନ୍‌ବି) ମଧ୍ୟରେ ସୋମବାର ଅନୁଷ୍ଠିତ ଫାଇନାଲ ଅତ୍ୟଧିକ ସଂଘର୍ଷପୂର୍ଣ୍ଣ ହୋଇଥିଲା। ପରିସ୍ଥିତି ଏପରି ହୋଇଥିଲା ଯେ, ଉଭୟ ଦଳର ଖେଳାଳିମାନେ ପରସ୍ପରକୁ ଆକ୍ରମଣ କରିବାକୁ ପଛାଇ ନ ଥିଲେ। ସ୍କୋର ଲାଇନ୍‌ ୩-୩ରେ ସଂଘର୍ଷପୂର୍ଣ୍ଣ ସ୍ଥିତିରେ ଥିବାବେଳେ ପିଏନ୍‌ବି ଆଟାକିଂ ପୋଜିଶନରେ ଥିଲା। ଏତିକି ବେଳେ ଦୁଇ ଦଳର ଖେଳାଳି ହାତାହାତି ଓ ପରେ ହକି ଷ୍ଟିକରେ ପରସ୍ପରକୁ ଆକ୍ରମଣ କରିଥିଲେ। ଫଳରେ କିଛି ସମୟ ପାଇଁ ଖେଳ ପଡ଼ିଆ ଯୁଦ୍ଧ ପଡ଼ିଆରେ ପରିଣତ ହୋଇଥିଲା। ଟୁର୍ନାମେଣ୍ଟ ଅଫିସିଆଲ ଫିଲ୍ଡ ମଧ୍ୟକୁ ପ୍ରବେଶ କରିବାପରେ ସ୍ଥିତି ନିୟନ୍ତ୍ରଣକୁ ଆସିଥିଲା। ଏଭଳି ଅଣଖେଳୁଆଡ଼ ମନୋଭାବ ଯୋଗୁ ରେଫରି ଉଭୟ ଦଳର ୩ ଲେଖାଏ ଖେଳାଳି ଓ ପଞ୍ଜାବ ପୋଲିସ ମ୍ୟାନେଜରଙ୍କୁ ରେଡ କାର୍ଡ ଦେଇଥିଲେ। ଫଳରେ ଦୁଇ ଦଳକୁ ୮ ଜଣ ଖେଳାଳିରେ ଖେଳିବାକୁ ପଡ଼ିଥିଲା। ବିରତି ପରେ ପିଏନ୍‌ବି ୬-୩ ବ୍ୟବଧାନରେ ଜିତିବା ସହ ଚାମ୍ପିୟନ ହୋଇଥିଲା। ମ୍ୟାଚ୍‌ବେଳେ ଏଭଳି ଘଟଣାକୁ ସହଜରେ ଗ୍ରହଣ କରିପାରି ନାହିଁ ହକି ଇଣ୍ଡିଆ (ଏଚ୍‌ଆଇ)। ଟୁର୍ନାମେଣ୍ଟ ଆୟୋଜକଙ୍କୁ ତୁରନ୍ତ ସମ୍ପୂର୍ଣ୍ଣ ତଥ୍ୟ ଦେବାକୁ କୁହାଯାଇଛି। ରିପୋର୍ଟ ଆସିବା ପରେ ହିଁ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରାଯିବ ବୋଲି ଏଚ୍‌ଆଇ ସିଇଓ ଏଲିନା ନର୍ମାନ କହିଛନ୍ତି। ଭାରତୀୟ ଅଲିମ୍ପିକ୍‌ ଆସୋସିଏଶନ ତଥା ଅନ୍ତର୍ଜାତୀୟ ହକି ଫେଡେରେଶନ (ଏଫ୍‌ଆଇଏଚ୍‌) ମୁଖ୍ୟ ନରିନ୍ଦର ବାତ୍ରା ସମ୍ପୃକ୍ତ ଖେଳାଳି ଓ ଅଫିସିଆଲଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନେବାକୁ ଏଚ୍‌ଆଇକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରୋହିତ ଶର୍ମାଙ୍କ ବଡ଼ ରେକର୍ଡ ଭାଙ୍ଗିଦେଲେ ତିଳକ ବର୍ମା

ସେଞ୍ଚୁରିୟନ୍‌,୧୬।୧୧: ତିଳକ ବର୍ମା ଦକ୍ଷିଣ ଆଫ୍ରିକା ବିପକ୍ଷରେ ବିସ୍ଫୋରକ ପ୍ରଦର୍ଶନ କରି କ୍ରମାଗତ ଦ୍ୱିତୀୟ ଶତକ ହାସଲ କରିଛନ୍ତି। ଟି-୨୦ ସିରିଜର ଚତୁର୍ଥ ମ୍ୟାଚ୍‌ରେ ଟିମ...

ଦ୍ଵିତୀୟ ଥର ପାଇଁ ବାପା ହେଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୧୬/୧୧: ଖୁସି ଖବର ଦେଲେ ଭାରତୀୟ କ୍ରିକେଟର ରୋହିତ ଶର୍ମା। ସେ ଦ୍ଵିତୀୟ ଥର ପାଇଁ ବାପା ହୋଇଛନ୍ତି। ତାଙ୍କ ସ୍ତ୍ରୀ ରିତିକା ଏକ ପୁତ୍ର...

ପାଞ୍ଚ ମ୍ୟାଚରେ ତିନି ଶତକ ସହିତ ଅନେକ ରେକର୍ଡ ଭାଙ୍ଗିଲେ ସାମସନ୍: ପଛରେ ପଡିଲେ ଧୋନୀ, ପନ୍ତ, ରାହୁଲ ଏବଂ ଇଶାନ୍

ନୂଆଦିଲ୍ଲୀ,୧୪ା୧୧: ଭାରତ ଏବଦଖିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଚାରି ମ୍ୟାଚ୍ ବିଶିଷ୍ଟ ଟି୨୦ ଅନ୍ତର୍ଜାତୀୟ ସିରିଜର ଚତୁର୍ଥ ମୁକାବିଲାରେ ଭାରତୀୟ ବ୍ୟାଟରମାନେ ଅନେକ ରେକର୍ଡ ଭାଙ୍ଗିଛନ୍ତି।...

ଖ୍ୟାତନାମା ବକ୍ସର ମାଇକ୍‌ ଟାଇସନ୍‌ କ’ଣ ମୁସଲମାନ? ୫ ହଜାର କୋଟି ରୋଜଗାର କରି ବି ହୋଇଛନ୍ତି ଦେବାଳିଆ, ଏବେ…

ନୂଆଦିଲ୍ଲୀ,୧୫।୧୧: ଦୁନିଆର ସର୍ବଶ୍ରେଷ୍ଠ ବକ୍ସରମାନଙ୍କ ମଧ୍ୟରେ ପରିଗଣିତ ହେଉଥିବା ମାଇକ ଟାଇସନ ୧୯ ବର୍ଷ ପରେ ବୃତ୍ତିଗତ ଭାବେ ପ୍ରତିଦ୍ୱନ୍ଦ୍ୱିତାକୁ ଓହ୍ଲାଇବେ। ନଭେମ୍ବର ୧୬ ରେ...

ବୁମ୍‌ରାଙ୍କ ସହ ୮୦୦୦ ଟଙ୍କାର ବାଜି ଲଗାଇଲେ ପନ୍ତ, ପରେ ଯାହା ଘଟିଲା…

ନୂଆଦିଲ୍ଲୀ,୧୫।୧୧: ବର୍ଡର-ଗାଭାସ୍କର ଟ୍ରଫିରେ ଅଷ୍ଟ୍ରେଲିଆର ମୁକାବିଲା ଲାଗି ଟିମ୍‌ ଇଣ୍ଡିଆ ଖୁବ୍‌ ଝାଳ ବୁହାଉଛି। ନଭେମ୍ବର ୨୨ରେ ଆରମ୍ଭ ହେବାକୁ ଥିବା ପର୍ଥ ଟେଷ୍ଟ ପୂର୍ବରୁ...

IPL ପୂର୍ବରୁ ଏହି ଟିମ୍‌ର ଅଧିନାୟକ ହେଲେ ପନ୍ତ! ୬ ଖେଳାଳିଙ୍କ ଉପରେ ୭୦ କୋଟି ଦାମ୍‌ ଲଗାଇଲା ପଞ୍ଜାବ

ନୂଆଦିଲ୍ଲୀ,୧୫।୧୧: ଆଇପିଏଲ୍‌ ୨୦୨୫ ପୂର୍ବରୁ ମେଗା ଅକ୍ସନର ଆୟୋଜନ ସାଉଦି ଆରବରେ କରାଯିବ। ନଭେମ୍ବର ୨୪ ଏବଂ ୨୫ ତାରିଖ ଏଥିଲାଗି ଚୟନ କରାଯାଇଛି। ଏଥର...

ଘୋଷଣା ହେଲା ଆଇପିଏଲ ୨୦୨୫ରେ ନିଲାମୀ ହେବାକୁ ଥିବା ଖେଳାଳିଙ୍କ ତାଲିକା

ମୁମ୍ବାଇ,୧୫ା୧୧: ବହୁ ପ୍ରତୀକ୍ଷିତ ଟାଟା ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ଖେଳାଳିଙ୍କ ନିଲାମ ତାଲିକା ପ୍ରକାଶ ପାଇଛି। ଆଗାମୀ ସିଜିନ୍ ପାଇଁ ସମୁଦାୟ ୫୭୪ ଖେଳାଳିଙ୍କ...

ପିଓକେ ଯିବ ନାହିଁ ଚାମ୍ପିୟନ୍ସ ଟ୍ରଫି, ଭାରତର ପ୍ରତିବାଦ ପରେ ଆଇସିସିର ନିଷ୍ପତ୍ତି

ନୂଆଦିଲ୍ଲୀ,୧୫ା୧୧: ଆସନ୍ତା ବର୍ଷ ପାକିସ୍ତାନ ଦ୍ୱାରା ଚାମ୍ପିଅନ୍ସ ଟ୍ରଫି ଆୟୋଜିତ ହେବ। ଏହା ପୂର୍ବରୁ ପ୍ରଚାର,ପ୍ରସାର ବା ସହର ପରିକ୍ରମା କରିବା ଆନ୍ତର୍ଜାତୀୟ କ୍ରିକେଟ୍ ପରିଷଦ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri