ପଟିଆ, ଖଣ୍ଡଗିରି, ନୟାପଲ୍ଲୀ ହଟ୍‌ସ୍ପଟ୍‌

ଭୁବନେଶ୍ୱର, ୨୮।୪ (ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ଉପରମୁହଁା ହେବାରେ ଲାଗିଛି। ରାଜ୍ୟରେ ଖୋର୍ଦ୍ଧା ଜିଲାରେ ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଥିବାବେଳେ ରାଜଧାନୀ ଭୁବନେଶ୍ୱର ବେକାବୁ ହେବାକୁ ବସିଲାଣି। ଗତ ୨୪ଘଣ୍ଟାରେ ଖୋର୍ଦ୍ଧା ଜିଲାରେ ୧୦୯୨ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ କେବଳ ଭୁବନେଶ୍ୱରରୁ ୭୭୩ଜଣ ସଂକ୍ରମିତ ରହିଛନ୍ତି। ୧୪୦ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରର ହୋଇଥିବାବେଳେ ୬୩୨ଜଣ ଲୋକାଲ କେସ୍‌। ତେବେ ଗତ କିଛିଦିନ ହେବ ହଟ୍‌ସ୍ପଟ୍‌ ପାଲଟିଥିବା ପଟିଆରୁ ମଙ୍ଗଳବାର ମଧ୍ୟ ସର୍ବାଧିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଉକ୍ତ ଅଞ୍ଚଳରୁ ୫୯ଜଣ ପଜିଟିଭ୍‌ ଚିହ୍ନଟ ହୋଇଥିବାବେଳେ ନୟାପଲ୍ଲୀରୁ ୪୨, ଖଣ୍ଡଗିରିରୁ ୪୧, ଚନ୍ଦ୍ରଶେଖରପୁରରୁ ୩୨, ବରମୁଣ୍ଡାରୁ ୧୮, ବଡଗଡରୁ ୧୩, ଲକ୍ଷ୍ମୀସାଗରରୁ ୧୬, ଜୟଦେବ ବିହାରରୁ ୧୬, ଡୁମୁଡୁମାରୁ ୧୧, ଜାଗମରାରୁ ୧୧, ବିଜେବି ନଗରରୁ ୯, ୟୁନିଟ-୯ରୁ ୨୧, ସୁନ୍ଦରପଦାରୁ ୧୮, ୟୁନିଟ-୬ରୁ ୨୦, ପୁରୁଣା ଭୁବନେଶ୍ୱରରୁ ୨୨, ପୋଖରୀପୁଟରୁ ୧୨, ଶାସ୍ତ୍ରୀ ନଗରରୁ ୧୧, ନିଳାଦ୍ରୀ ବିହାରରୁ ୭, ପଳାଶୁଣୀରୁ ୧୦, ଟଙ୍କପାଣି ରୋଡ୍‌ରୁ ୧୪, ଶହୀଦ ନଗରରୁ ୧୦, ରସୁଲଗଡରୁ ୭, ପାତ୍ରପଡାରୁ ୮, ଭିଏସ୍‌ଏସ୍‌ ନଗରରୁ ୫ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଗତ ୨୪ଘଣ୍ଟାରେ ୩୪୩ଜଣ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜଧାନୀରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୧ହଜାର ୪୦୧ ଥିବାବେଳେ ୩୫ହଜାର ୨୨୭ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୫ହଜାର ୮୯୬ଜଣ ସକ୍ରିୟଙ୍କ ଚିକିତ୍ସା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କାଲି ଆସିବ ବଡ଼ ନିଷ୍ପତ୍ତି, ଭରତପୁର ଘଟଣାରେ ପୋଲିସର ଭୁବନେଶ୍ୱରରେ ବସିବ ବଡ଼ ବୈଠକ

ଭୁବନେଶ୍ୱର,୨୧।୯: ତୀବ୍ର ହେଲା ଭରତପୁର ପୋଲିସ-ମେଜର ବିବାଦ। ଘଟଣାକୁ ନେଇ ବଡ଼ ବୈଠକ ଡାକିଲା ଓଡ଼ିଶା ପୋଲିସ ସେବା ସଂଘ। ଏନେଇ ରବିବାର ଭୁବନେଶ୍ବରରେ ବସିବ...

୫୦ ଟଙ୍କା ନେଇ ଧରାପଡ଼ିଲେ ମୋ ସେବା କେନ୍ଦ୍ର ମାଲିକ

ରାଉରକେଲା,୨୧।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ରେ ଥିବା ଏକ ମୋ ସେବା କେନ୍ଦ୍ରର ମାଲିକ ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କୁ ୫୦ ଟଙ୍କା...

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ...

ଏମାନଙ୍କୁ ଆଦୌ ମିଳିବନି ସୁଭଦ୍ରା ଟଙ୍କା, ଆବେଦନ କଲେ ବି କଟିଯିବ…

ଭୁବନେଶ୍ୱର,୨୧।୯: ସୁଭଦ୍ରା ଯୋଜନାର ଶୁଭାରମ୍ଭ ପରେ ୨୫ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି। ପ୍ରାୟ ୧୨ ଶହ ୫୦ କୋଟି ଟଙ୍କା ସୁଭଦ୍ରା ହିତାଧିକାରୀଙ୍କ...

ଅଭିଯୋଗ ପ୍ରକୋଷ୍ଠରେ ରହିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିଜ ଘର ଦେଇଦେଲେ…

ଭୁବନେଶ୍ୱର,୨୧।୯: ଉଦାହରଣ ସୃଷ୍ଟିକଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଲୋକଙ୍କ ପାଇଁ ନିଜ ଘର ଦେଇଦେଲେ ମୁଖ୍ୟମନ୍ତ୍ରୀ। କେନ୍ଦୁଝରରେ ଥିବା ନିଜ ମଣ୍ଡୁଆ ବାସଭବନକୁ ଲୋକଙ୍କୁ ଉତ୍ସର୍ଗ...

ଗୋଟିଏ ଟ୍ରାକ୍‌ରେ ୨ ଟ୍ରେନ୍‌ ସାମ୍‌ନା ସାମ୍‌ନି

ରାଉରକେଲା,୨୧।୯(ଦିନେଶ ମିଶ୍ର): ରାଉରକେଲା ବାସନ୍ତୀ ରେଲୱେ ଓଭରବ୍ରିଜ ନିକଟରେ ଶନିବାର ଗୋଟିଏ ରେଳ ଦୁର୍ଘଟଣା ଟଳିଯାଇଛି। ଗୋଟିଏ ରେଳ ଟ୍ରାକ୍‌ରେ ଗୋଟିଏ ମାଲବାହୀ ଓ ଅନ୍ୟଟି...

ସୃଷ୍ଟିହେଲା ୨ଟି ଘୂର୍ଣ୍ଣିବଳୟ, ୧୨ଜିଲାରେ ଅତି ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୧।୯: ବଙ୍ଗୋପସାଗର ଓ ତତ୍‌ ସଂଲଗ୍ନ ଅଞ୍ଚଳରେ ୨ଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ୨୩ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri