Posted inରାଜ୍ୟ

ପରିବାର ନିୟୋଜନ ଅସ୍ତ୍ରୋପଚାରରେ ତ୍ରୁଟି: ମୂତ୍ରନଳୀ କାଟିଦେଲେ ଡାକ୍ତର

ନୟାଗଡ଼ ଅଫିସ,୧୭।୭-ନୟାଗଡ଼ ଜିଲା ଦଶପଲ୍ଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଜଣେ ମହିଳାଙ୍କ ପରିବାର ନିୟୋଜନ ଅସ୍ତ୍ରୋପଚାର ସମୟରେ ଡାକ୍ତର ମୂତ୍ରନଳୀ କାଟି ଦେଇଛନ୍ତି। ଏହା ଡାକ୍ତର ନିଜେ ମହିଳାଙ୍କ ପରିବାର ସଦସ୍ୟଙ୍କୁ ଜଣାଇଛନ୍ତି। ତେବେ ଡାକ୍ତରଙ୍କ ଖାମଖିଆଲ ମନୋଭାବ ଯୋଗୁ ଏହିଭଳି ତ୍ରୁଟି ହେଲା ବୋଲି ମହିଳାଙ୍କ ସ୍ବାମୀ ଦଶପଲ୍ଲ୍ଲା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।
ହୋଇଥିବା ଅଭିଯୋଗ ଅନୁସାରେ, ଦଶପଲ୍ଲା ବ୍ଲକ ଖଣ୍ଡପଡ଼ା ଗ୍ରାମର ରାମଚନ୍ଦ୍ର ବରାଡ଼ଙ୍କ ସ୍ତ୍ରୀ କାଳିଆ ବରାଡ଼ ସୋମବାର ପୂର୍ବାହ୍ନ ୧୦ଟାରେ ପରିବାର ନିୟୋଜନ ଅସ୍ତ୍ରୋପଚାର ପାଇଁ ଦଶପଲ୍ଲ୍ଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଇଥିଲେ। ମଧ୍ୟାହ୍ନ ୧୨ଟାରେ ଡାକ୍ତର କାଳିଆଙ୍କ ଅସ୍ତ୍ରୋପଚାର କରାଇଥିଲେ। ମହିଳାଙ୍କ ଶିରା ଖୋଜି ନ ପାଇବାରୁ ଭୁଲବଶତଃ ମୂତ୍ରନଳୀ କାଟି ଦେଇଥିବା ନେଇ ପରିବାର ଲୋକଙ୍କୁ ଜଣାଇଥିଲେ। ମୂତ୍ରନଳୀ କଟିଯିବା ଫଳରେ କାଳିଆଙ୍କ ପେଟରେ ଯନ୍ତ୍ରଣା ହୋଇଥିଲା। ବର୍ତ୍ତମାନ ସେ ଦଶପଲ୍ଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି। ଏ ନେଇ ଚାପା ଉତ୍ତେଜନା ପ୍ରକାଶ ପାଇଛି। ସମ୍ପୃକ୍ତ ଡାକ୍ତରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ମହିଳାଙ୍କ ସ୍ବାମୀ ଦଶପଲ୍ଲା ଥାନାରେ ଅଭିଯୋଗ କରିଛନ୍ତି। ଏ ନେଇ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ( ସିଡିଏମ୍‌ଓ) ଡା. ଶ୍ୱେତ ମହାପାତ୍ରଙ୍କୁ ପଚାରିବାରୁ ସେ କୁହନ୍ତି, ପରିବାର ନିୟୋଜନ ସମୟରେ ଅନେକ କ୍ଷେତ୍ରରେ ଏହିଭଳି ଘଟିଥାଏ। ଏହି ଘଟଣା ପରେ ସମ୍ପୃକ୍ତ ଡାକ୍ତର ମୂତ୍ରନଳୀର ଚିକିତ୍ସା କରିଛନ୍ତି। ବର୍ତ୍ତମାନ ମହିଳାଙ୍କୁ ଦଶପଲ୍ଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇ ଆଣ୍ଟିବାୟୋଟିକ୍‌ ଦିଆଯାଉଛି। ୭ ଦିନ ଭିତରେ ସେ ସୁସ୍ଥ ହୋଇଯିବେ ବୋଲି ସିଡିଏମ୍‌ଓ ପ୍ରକାଶ କରିଥିଲେ। ଏ ନେଇ ଦଶପଲ୍ଲ୍ଲା ଥାନା ଅଧିକାରୀ ବିଶ୍ୱଜିତ ରାଉତରାୟଙ୍କୁ ପଚାରିବାରୁ ଥାନାରେ ଏହିଭଳି ଅଭିଯୋଗ ହୋଇଥିବା ବେଳେ ଏହାର ତଦନ୍ତ କରାଯାଉଥିବା ସେ ପ୍ରକାଶ କରିଛନ୍ତି। ସୂଚନାଯୋଗ୍ୟ, ଜୁଲାଇ ୧୧ରୁ ୨୪ ତାରିଖ ପର୍ଯ୍ୟନ୍ତ ଜିଲାରେ ପରିବାର ନିୟୋଜନ ଅସ୍ତ୍ରୋପଚାର ଲାଗି ୧୮୪୦ଜଣଙ୍କୁ ଚିହ୍ନଟ କରାଯାଇଛି।
ଘଟଣା ପ୍ରତିବାଦରେ ମହିଳାଙ୍କ ପରିବାର ସଦସ୍ୟଙ୍କ ପକ୍ଷରୁ ଦଶପଲ୍ଲା ଥାନା ଆଗରେ ରାସ୍ତାରୋକୋ କରାଯାଇଛି। ଖବର ଲେଖା ହେବା ଯାଏ ରାତି ୧୧ଟା ସୁଦ୍ଧା ରାସ୍ତାରୋକୋ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଭଦ୍ରକରେ ହିଂସା: ଘଟଣାସ୍ଥଳ ପରିଦର୍ଶନ କଲେ ଡିଆଇଜି, କହିଲେ ହିଂସା ସୃଷ୍ଟିକାରୀଙ୍କୁ…

ଭଦ୍ରକ,୨୮ା୯(ସନାତନ ରାଉତ): ଭଦ୍ରକ ସନ୍ଥିଆଠାରେ ଶୁକ୍ରବାର ଅପରାହ୍ନରେ ଘଟିଥିବା ହିଂସା ଓ ପୋଲିସକୁ ଆକ୍ରମଣ ସହ ଗାଡ଼ି ଭଙ୍ଗାରୁଜା ଘଟଣାକୁ ନେଇ ଇଣ୍ଟରନେଟ୍‌ ସେବା ବନ୍ଦ...

ହୋମଗାର୍ଡଙ୍କ ମତ୍ୟୁ ପରେ ପରିବାରର ଜଣଙ୍କୁ ମିଳିବ…

ଭୁବନେଶ୍ୱର,୨୭।୯: ଲୋକସେବା ଭବନରେ ଜିଲାପାଳ ଏବଂ ଏସ୍‌ପିଙ୍କ ମିଳିତ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ସମ୍ବୋଧନ କରିଛନ୍ତି। ଏହି ଅବସରରେ ବିଗତ...

ଆଜି ସନ୍ଧ୍ୟାରେ ବସିବ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ, ହୋଇପାରେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୨୮ା୯: ଶନିବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ବସିବ। ଏହି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଉପରେ ମୋହର...

ଅନାହାରରେ ଆଖିବୁଜିଲେ ମା’, ବସୁନ୍ଧରା ଗଲେ ନାବାଳିକା ଝିଅ

ନିଶ୍ଚିନ୍ତକୋଇଲି,୨୮।୯(ଅଶୋକ କୁମାର ମହାପାତ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ନାଟକାଇ ଗ୍ରାମରେ ଅନାହାରରେ ମହିଳା ମୁତ୍ୟୁବରଣ କରିଛନ୍ତି। ପରେ ତାଙ୍କ ନାବାଳିକା ଝିଅକୁ ସିଡିପିଓ ସତ୍ୟଭାମା ବିଶୋଇ...

ବବିଙ୍କ ଉପରେ ଆଉ ପାଉନି କି ନବୀନଙ୍କ ଭରସା, କମିଟି ତାଲିକାରୁ ହଟିଲା ନାଁ

ଭୁବନେଶ୍ୱର,୨୮ା୯: ବିଜେଡିର ପରାଜୟ ପରେ ଦଳର ପୁରୁଖା ନେତାମାନେ ଏହାର କାରଣ ଖୋଜି ଚାଲିଛନ୍ତି। ଅନ୍ୟପକ୍ଷରେ ଦଳର ମୁଖିଆ ମଧ୍ୟ ସମସ୍ତଙ୍କୁ ଏହାର ହିସାବ ମାଗୁଛନ୍ତି।...

ଭାଜପା ସରକାରରେ ମହିଳା ଅସୁରକ୍ଷିତ:ନବୀନ

ଭୁବନେଶ୍ୱର,୨୮ା୯(ଅନୀଲ ଦାସ):ଦରଦାମ୍‌ ବୃଦ୍ଧିଠାରୁ ଆରମ୍ଭ କରି ନାରୀ ସୁରକ୍ଷା, ପୁଞ୍ଜି ବିନିଯୋଗ ଆଦି ବିଭିନ୍ନ କ୍ଷେତ୍ରରେ ଓଡ଼ିଶାରେ ଭାଜପା ସରକାର ବିଫଳ ହୋଇଛି। ସରକାରର ବିଫଳତା...

‘ଅପରାଧୀ ଯେଉଁ ପଦ ମର୍ଯ୍ୟାଦାରେ ଥିଲେ ବି ହେବ କଡ଼ା କାର୍ଯ୍ୟାନୁଷ୍ଠାନ’

ଭୁବନେଶ୍ୱର,୨୮ା୯: ଲୋକସେବା ଭବନରେ ଜିଲାପାଳ ଏବଂ ଏସ୍‌ପିଙ୍କ ମିଳିତ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ସମ୍ବୋଧନ କରିଛନ୍ତି। ଉପସ୍ଥିତ ଆରକ୍ଷୀ ଅଧୀକ୍ଷକଙ୍କୁ...

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣଙ୍କୁ ଗୁଳିମାଡ଼ କଲେ ସରପଞ୍ଚ

କଣ୍ଟାମାଳ,୨୮ା୯(ଆଦିରେଶ୍ୱର ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ସରପଞ୍ଚଙ୍କ ଗୁଳିମାଡ଼ରେ ଜଣେ ଗୁରୁତର ହୋଇଛନ୍ତି। ଘଟଣା ଘଟିଛି ବୌଦ୍ଧ ଜିଲା ମନମୁଣ୍ଡା ଥାନା କସୁରବନ୍ଧ ଗାଁରେ। ଗୁରତର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri