ପାରିିବାରିକ କଳହ: ଦୁଇ ଘଣ୍ଟାରେ ଦୁଇ ସାଙ୍ଗଙ୍କ ଆତ୍ମହତ୍ୟା

ବାଲେଶ୍ୱର ଅଫିସ, ୧୯।୧୦-ପାରିବାରିକ କଳହକୁ କେନ୍ଦ୍ର କରି ତ୍ରିଲୋଚନ ଜେନା ନାମକ ଜଣେ ଯୁବକ ଆତ୍ମହତ୍ୟା କରିବା ଘଟଣାରେ ବ୍ୟଥିତ ହୋଇ ତାଙ୍କର ଜଣେ ବନ୍ଧୁ ଜୀବନ ହାରିଦେବା ସ୍ଥାନୀୟ ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି। ଏହା ଘଟିଛି ବାଲେଶ୍ୱର ସଦର ଥାନା ଅଧୀନ ସାହୁପଡ଼ାସ୍ଥିତ ସଦରପାଳ ଗାଁରେ। ଶୁକ୍ରବାର ଦୁଇ ଘଣ୍ଟା ବ୍ୟବଧାନରେ ଏହି ଦୁଇ ଯୁବବନ୍ଧୁଙ୍କ ଆତ୍ମହତ୍ୟା ଗଁ। ରେ ଶୋକାକୁଳ ପରିସ୍ଥିତି ସୃଷ୍ଟି କରିଛି। ପୋଲିସ ଦୁଇ ବନ୍ଧୁଙ୍କ ମୃତଦେହକୁ ଜବତ କରି ୨ଟି ପୃଥକ ଅପମୃତ୍ୟୁ ମାମଲା ରୁଜୁ କରିଛି। ମଦ୍ୟପାନ ଓ ମଦ କାରବାରକୁ ନେଇ ପରିବାରରେ ଅଶାନ୍ତି ସୃଷ୍ଟି ଏହି ଦୁଇ ବନ୍ଧୁଙ୍କ ମୃତ୍ୟୁର କାରଣ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଥିବା ପୋଲିସ କହିଛି।
ଶୁକ୍ରବାର ମଧ୍ୟାହ୍ନରେ ସଦରପାଳ ଗାଁର ତ୍ରିଲୋଚନ (୪୫) ଘର ପଛପଟେ ଥିବା ଏକ ଗଛରେ ଗାମୁଛା ଲଗାଇ ଆତ୍ମହତ୍ୟା କରିଥିଲେ। ତ୍ରିଲୋଚନଙ୍କ ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ସେହି ଗ୍ରାମର ତାଙ୍କ ବନ୍ଧୁ କ୍ରିତିଚନ୍ଦ୍ର ଜେନା (୩୭) ଦେଖିବାକୁ ଯାଇଥିଲେ। କ୍ରିତିଚନ୍ଦ୍ର ସେଠାରୁ ମର୍ମାହତ ହୋଇ ଘରକୁ ଫେରିବା ପରେ କୌଣସି କାରଣରୁ ଘରେ ଝଗଡ଼ା ହୋଇଥିଲା। ଏହାପରେ କ୍ରିତି କାହାରିକୁ କିଛି ନ କହି ଘର ଭିତରେ ପଶି ଯାଇ ଫ୍ୟାନ୍‌ରେ ଲୁଗା ଦେଇ ଆମତ୍ହତ୍ୟା କରିଥିଲେ। ସଦର ଥାନା ପୋଲିସ ମୃତଦେହ ଉଦ୍ଧାର କରି ତଦନ୍ତ କରିବା ପରେ ଜିଲା ମୁଖ୍ୟଚିକିତ୍ସାଳୟରେ ତ୍ରିଲୋଚନଙ୍କ ମୃତଦେହକୁ ବ୍ୟବଚ୍ଛେଦ କରାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। କ୍ରିତିଙ୍କ ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ ଚିକିତ୍ସାଳୟରେ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମତ୍ସ୍ୟଜୀବୀଙ୍କ ଜାଲରେ ପଡ଼ିଲା ଅଦ୍ଭୁତ ମାଛ, ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ଼, କେଜି ଏତିକି ଟଙ୍କାରେ ହେଲା ବିକ୍ରି

ଭୋଗରାଇ,୨୨ା୯(ପ୍ରଦୀପ ଦାସ): ଓଡ଼ିଶା ସୀମାନ୍ତ ପଶ୍ଚିମବଙ୍ଗ ରାଜ୍ୟ ଦୀଘା ମୁହାଣରେ ବଙ୍ଗୀୟ ମତ୍ସ୍ୟଜୀବୀଙ୍କ ଜାଲରେ ଧରାପଡ଼ିଛନ୍ତି ଲକ୍ଷାଧିକ ଟଙ୍କାର ତେଲିଆ ଶିଳା ମାଛ। ଦୀଘା ମୁହାଣକୁ...

ଥମୁନି ମହିଳାଙ୍କ ଉପରେ ଅତ୍ୟାଚାର, ଅଙ୍ଗନୱାଡି କେନ୍ଦ୍ରରେ କଙ୍ଗାରୁ କୋର୍ଟ

ବାଲେଶ୍ୱର,୨୨ା୯(ବାଞ୍ଛାନିଧି ଦେ): ଅଙ୍ଗନୱାଡ଼ି କେନ୍ଦ୍ରରେ ପଶି କଙ୍ଗାରୁ କୋର୍ଟ କରି କର୍ମୀଙ୍କୁ ଗଛରେ ବାନ୍ଧି ନିସ୍ତୁକ ମାଡ଼ ମାରିବା ଘଟଣା ସାଧାରଣରେ ଆଲୋଡ଼ନ ସୃଷ୍ଟି କରିଛି।...

ସୁବର୍ଣ୍ଣରେଖା ବନ୍ୟାକୁ ୭ ଦିନ, ଭୋକ ଉପାସରେ…

ଭୋଗରାଇ, ୨୧ା୯(ପ୍ରଦୀପ ଦାସ): ସୁବର୍ଣ୍ଣରେଖା ବନ୍ୟାକୁ ୭ଦିନ ପୂରିଛି। ହେଲେ ଅଦ୍ୟାବଧି ଭୋଗରାଇ ବ୍ଲକର ବନ୍ୟା ସ୍ଥିତିରେ ସୁଧାର ଆସିନାହିଁ। ଭୋଗରାଇର ୨୧ ପଞ୍ଚାୟତର ଶତାଧିକ...

ଘରୁ ମିଳିଥିଲା ନଗଦ ୪୫ ଲକ୍ଷ ଟଙ୍କା, କୋଟିଏ ଟଙ୍କାର ବ୍ୟାଙ୍କ ଡିପୋଜିଟ୍: ବନ୍ଧାହେଲେ କୁବେର ଯନ୍ତ୍ରୀ

ବାଲେଶ୍ୱର,୨୧।୯: ବାଲେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଏନ୍‌ଭି ହରିହର ରାଓଙ୍କୁ ବାନ୍ଧିଲା ପୋଲିସ। ଆୟ ବର୍ହିଭୂତ ସଂପତ୍ତି ଠୁଳ ମାମଲାରେ ତାଙ୍କଚ ଭିଜିଲାନ୍ସ...

ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବାଲେଶ୍ୱର,୨୦ା୯(ବାଞ୍ଛାନିଧି ଦେ): ବାଲେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଯନ୍ତ୍ରୀ ଏନ୍‌.ଭି ହରିହର ରାଓଙ୍କ...

ସୁବର୍ଣ୍ଣରେଖାରେ ବନ୍ୟା

ଭୋଗରାଇ(ପ୍ରଦୀପ ଦାସ)/ ବାଲିଆପାଳ (ଗୋପାଳ ଚନ୍ଦ୍ର ସାହୁ)/କାଳିପଦା(ରାଜଶ୍ରୀ ପାଣିଗ୍ରାହୀ)/ଜଳେଶ୍ୱର (ରବିନାରାୟଣ ପାତ୍ର), ୧୮।୯: ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ସୁବର୍ଣ୍ଣରେଖାର ନିମ୍ନ ଅବବାହିକରେ ପ୍ରଥମ...

ସୁଭଦ୍ରା ପ୍ରଶ୍ନର ଉତ୍ତର ଦେଇ ଜିତିଲେ…

ବଉଳା, ୧୮।୯(ଦୁର୍ଗାପ୍ରସାଦ ଆୟଚ) ସୁଭଦ୍ରା ଯୋଜନାର ଶୁଭାରମ୍ଭ ଅବସରରେ ମଙ୍ଗଳବାର କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଉପସ୍ଥିତ ମହିଳାମାନଙ୍କୁ...

ରାସ୍ତା ଉପରେ ଲହଡ଼ି ଭାଙ୍ଗୁଛି ବର୍ଷା ପାଣି

ବାଲେଶ୍ୱର,୧୬।୯: ଲଗାଣ ବର୍ଷାରେ ବାଲେଶ୍ୱର ମୁଖ୍ୟ ରାସ୍ତାରେ ଫୁଟେ ଉଚ୍ଚର ପାଣି ଚାଲୁଛି। ନୂଆସାହି ଛକ ମୁଖ୍ୟରାସ୍ତାରେ ଆଣ୍ଠୁଏ ଉଚ୍ଚର ପାଣି ପ୍ରବାହିତ ହେଉଛି। ଫଳରେ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri