Posted inଖେଳ

ପୁଣି ଜାତୀୟ ରେକର୍ଡ ଭାଙ୍ଗିଲେ ଦୂତୀ

ଭୁବନେଶ୍ୱର, ୨୩।୪(କ୍ରୀଡ଼ା ପ୍ରତିନିଧି)- ଭାରତୀୟ ସ୍ପ୍ରିଣ୍ଟ କୁଇନ୍‌ ଓଡ଼ିଶାର ଦୂତୀ ଚାନ୍ଦ ଦୋହାଠାରେ ଚାଲିଥିବା ୨୩ତମ ଏସିଆନ ଆଥଲେଟିକ୍ସ ଚାମ୍ପିୟନଶିପ୍‌ରେ କ୍ରମାଗତ ଦ୍ୱିତୀୟଥର ଜାତୀୟ ରେକର୍ଡ ଭାଙ୍ଗିଛନ୍ତି। ରବିବାର ପ୍ରଥମ ଦିବସରେ ଅନୁଷ୍ଠିତ ମହିଳା ୧୦୦ ମିଟର ହିଟ୍‌ରେ ୧୧.୨୮ ସେକେଣ୍ଡ ସମୟ ନେଇ ନିଜ ନାମରେ ଥିବା ଜାତୀୟ ରେକର୍ଡରେ ଉନ୍ନତି ଆଣିଥିବା ଦୂତୀ ସୋମବାର ସେମିଫାଇନାଲରେ ୧୧.୨୬ ସେକେଣ୍ଡ ସମୟ ନେଇ ଏହାକୁ ଦ୍ୱିତୀୟଥର ଭାଙ୍ଗିଛନ୍ତି।

ଫାଇନାଲରେ ପଞ୍ଚମ

ଫାଇନାଲରେ କିନ୍ତୁ ଏହି ପ୍ରଦର୍ଶନକୁ ଦୋହରାଇ ପାରିନାହାନ୍ତି ଦୂତୀ। ସେ ୧୧.୪୪ ସେକେଣ୍ଡ ସମୟ ନେଇ ୫ମ ସ୍ଥାନରେ ସନ୍ତୁଷ୍ଟ ରହିଛନ୍ତି। କାଜାଖସ୍ତାନର ଓଲ୍‌ଗା ସାଫ୍ରାନୋଭା ୧୧.୧୭ ସେକେଣ୍ଡ ସହ ସ୍ବର୍ଣ୍ଣ, ଚାଇନାର ଲିଆଙ୍ଗ ଜିଆଓଜିଙ୍ଗ ୧୧.୨୮ ସେକେଣ୍ଡ ସହ ରୌପ୍ୟ ଏବଂ ସେହି ଦେଶର ଓ୍ବେଇ ୟଙ୍ଗଲି ୧୧.୩୭ ସେକେଣ୍ଡ ସମୟ ନେଇ ବ୍ରୋଞ୍ଜ ପଦକ ପାଇଛନ୍ତି। ଉଜବେକିସ୍ତାନର ନିଗିନା ଶାରିପୋଭା ୧୧.୪୧ ସେକେଣ୍ଡ ସମୟ ସହ ଦୂତୀଙ୍କ ଉପରକୁ ୪ର୍ଥ ସ୍ଥାନରେ ରହି ରେସ୍‌ ଫିନିଶ୍‌ କରିଛନ୍ତି। ଫାଇନାଲରେ ଭାଗ୍ୟ ପରୀକ୍ଷା କରିଥିବା ଅନ୍ୟ ପ୍ରତିଯୋଗୀଙ୍କ ମଧ୍ୟରେ ବାହାରିନର ଇମାନ ଜାସିମ ୧୧.୫୫, କିର୍ଗିଜସ୍ତାନର ଆନା ବୁଲାନୋଭା ୧୧.୬୧ ଓ ଥାଇଲାଣ୍ଡର ସୁପଓ୍ବନ ଥିପଟ ୧୧.୬୪ ସେକେଣ୍ଡ ସମୟ ନେଇ ଯଥାକ୍ରମେ ୬ଷ୍ଠରୁ ୮ମ ସ୍ଥାନ ପାଇଛନ୍ତି।

୧୧.୨୪ ସେକେଣ୍ଡ ଯୋଗ୍ୟତା ପର୍ଯ୍ୟାୟ ଟାଇମିଂ ସ୍ପର୍ଶ କରିପାରି ନ ଥିବାରୁ ଦୂତୀ ଅଳ୍ପକେ ଆଗାମୀ ସେପ୍ଟେମ୍ବର-ଅକ୍ଟୋବରରେ ହେବାକୁଥିବା ବିଶ୍ୱ ଚାମ୍ପିୟନଶିପ୍‌ ଯୋଗ୍ୟତା ପାଇପାରି ନାହାନ୍ତି। ଯାଜପୁର ଚକା ଗୋପାଳପୁରର ଦୂତୀ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ ୨୦୧୭ ଜୁନ୍‌ ୬ରୁ ୯ ପର୍ଯ୍ୟନ୍ତ ଅନୁଷ୍ଠିତ ୨୨ତମ ଏସିଆନ ଆଥଲେଟିକ୍ସ ଚାମ୍ପିୟନଶିପ୍‌ର ମହିଳା ୧୦୦ ମିଟରରେ ବ୍ରୋଞ୍ଜ ପଦକ ପାଇଥିଲେ। ସେଠାରେ ଦୂତୀ ୧୧.୫୨ ସେକେଣ୍ଡ ସମୟ ନେଇଥିଲେ। ମାତ୍ର ଦୋହାରେ ୧୧.୪୪ ସେକେଣ୍ଡ ସମୟ ନେଇଥିଲେ ହେଁ ତାଙ୍କୁ ଖାଲି ହାତରେ ଫେରିବାକୁ ପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାକିସ୍ତାନ କ୍ରିକେଟରେ ପୁଣି ଡ୍ରାମା, ଏବେ ପୁଣି ବଦଳିବେ କ୍ୟାପଟେନ!

ଇସଲାମାବାଦ,୭।୯: ବାଂଲାଦେଶ ବିପକ୍ଷ ଘରୋଇ ଟେଷ୍ଟ ସିରିଜରେ ପାକିସ୍ତାନ ପରାଜୟ ପରେ ସମାଲୋଚନାର ବଜାର ସରଗରମ ହୋଇଛି। ସବୁଠାରୁ ଖରାପ କଥା ହେଉଛି ଏହି ପରାଜୟ...

ଟ୍ୟାକ୍ସି ଚାଳକଙ୍କ ପୁଅ ଜିତିଲେ ବ୍ରୋଞ୍ଜ୍‌

ପ୍ୟାରିସ୍‌,୭ା୯ଭାରତର ପ୍ରଥମ ଜୁଡୋକା ଭାବରେ ପ୍ୟାରିସ୍‌ ପାରାଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତି ଇତିହାସ ସୃଷ୍ଟି କରିଛନ୍ତି କପିଲ ପରମାର। ୨୩ ବର୍ଷୀୟ କପିଲ ବ୍ରୋଞ୍ଜ ପଦକ...

୪ ଓଭର, ଗୋଟିଏ ମେଡେନ୍‌, ୪ ରନ୍‌…. ଛାଇଗଲେ ଭୁବି

ନୂଆଦିଲ୍ଲୀ,୭।୯: ଭୁବନେଶ୍ୱର କୁମାର ୟୁପି ଟି-୨୦ ଲିଗ ୨୦୨୪ରେ ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଛନ୍ତି। ଭୁବନେଶ୍ୱର କୁମାରଙ୍କ ବୋଲିଂ ଆଗରେ ବିରୋଧୀ ବ୍ୟାଟ୍ସମ୍ୟାନମାନେ ଅସହାୟ...

୧୪୭ ବର୍ଷ ଟେଷ୍ଟ କ୍ରିକେଟ୍‌ ଇତିହାସରେ ପ୍ରଥମଥର ଘଟିଲା ଏମିତି, ଓଲି ପୋପ ବଡ଼ କାରନାମା

ନୂଆଦିଲ୍ଲୀ,୭।୯: ଇଂରାଜୀ ବ୍ୟାଟ୍ସମ୍ୟାନ ଓଲି ପୋପ ଏବେ ଚମତ୍କାର ଫର୍ମରେ ଅଛନ୍ତି। ସେ ଶ୍ରୀଲଙ୍କା ବିପକ୍ଷରେ ୧୦୩ ରନ୍‌ର ଇନିଂସ ଖେଳି ଅପରାଜିତ ଅଛନ୍ତି। ତେବେ...

ରାହୁଲ ଦ୍ରାବିଡଙ୍କ ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୭।୯: ଶୁକ୍ରବାର ରାଜସ୍ଥାନ ରୟାଲ୍ସ ପୂର୍ବତନ ଭାରତୀୟ ଅଧିନାୟକ ରାହୁଲ ଦ୍ରାବିଡଙ୍କୁ ଏହାର ମୁଖ୍ୟ ପ୍ରଶିକ୍ଷକ ଭାବରେ ନିଯୁକ୍ତ କରିଛି। ବାସ୍ତବରେ, ଟି -୨୦ ବିଶ୍ୱକପ୍‌...

ପ୍ରବୀଣଙ୍କୁ ସ୍ବର୍ଣ୍ଣ

ପ୍ୟାରିସ୍‌, ୭।୯(ପି.ଟି.): ଭାରତର ପ୍ରବୀଣ କୁମାର ପ୍ୟାରିସ୍‌ ପାରାଲିମ୍ପିକ୍ସରେ ଶୁକ୍ରବାର ସ୍ବର୍ଣ୍ଣ ପଦକ ଜିତି ଦେଶକୁ ଗର୍ବିତ କରିଛନ୍ତି। ପୁରୁଷ ହାଇଜମ୍ପ ଟି୬୪ ଇଭେଣ୍ଟରେ ସେ...

ଲେଜେଣ୍ଡ୍ସ ଲିଗ୍‌ରେ ପ୍ରଥମ ଥର ଓଡ଼ିଶା ଟିମ୍ କୋଣାର୍କ ସୂର୍ଯ୍ୟ: ଇର୍ଫାନ୍‌ ପଠାନ କ୍ୟାପଟେନ୍‌

ପ୍ୟାରିସ୍‌,୬ା୯: ଲେଜେଣ୍ଡ୍ସ ଲିଗ୍‌ କ୍ରିକେଟରେ ଓଡ଼ିଶାର ପ୍ରଥମ ଦଳ ଭାବେ କୋଣାର୍କ ସୂର୍ଯ୍ୟ ସାମିଲ ହୋଇଛି। ଶୁକ୍ରବାର ଭୁବନେଶ୍ୱରରେ ଟିମ ଲଞ୍ଚ ହେବା ସହ, ସମସ୍ତ...

କେବେ ଦେଖି ନ ଥିବେ ଏମିତି ମ୍ୟାଚ୍‌: ଟି-୨୦ ବିଶ୍ୱକପ୍‌ କ୍ୱାଲିଫାୟର୍ସରେ ମାତ୍ର ୧୦ ରନ୍‌ରେ ଅଲଆଉଟ୍‌ ହେଲା ଏହି ଦଳ

ନୂଆଦିଲ୍ଲୀ,୬।୯: ମଙ୍ଗୋଲିଆ ଏବଂ ସିଙ୍ଗାପୁର ମଧ୍ୟରେ ମ୍ୟାଚ ଟି-୨୦ ବିଶ୍ୱକପ ଏସୀୟ କ୍ୱାଲିଫାୟର୍ସରେ ଅନୁଷ୍ଠିତ ହୋଇଥିଲା। ଏଥିରେ ମଙ୍ଗୋଲିଆ ନାମରେ ଏକ ଲଜ୍ଜାଜନକ ରେକର୍ଡ ଯୋଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri