ପୁଣି ଫୁଟ୍‌ପାଥ୍‌ରେ ଫଳ ବେପାର

ଭୁବନେଶ୍ୱର, ୨୬ା୫(ବ୍ୟୁରୋ): ବୋଲ ମାନୁନାହାନ୍ତି ଭୁବନେଶ୍ୱରର ଫଳ ବେପାରୀ। ରାଜମହଲରୁ ଏଜି ଛକ ଯାଏ ଥିବା ଫୁଟ୍‌ପାଥ୍‌କୁ କବ୍‌ଜା କରି ଫଳ ବେପାର କରୁଛନ୍ତି। ସାମାଜିକ ଦୂରତ୍ୱ ନିୟମକୁ ଉଲ୍ଲଂଘନ କରୁଥିବାରୁ ଗତ ୧୮ ତାରିଖ ଦିନ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ସେମାନଙ୍କୁ ପରିବା ହାଟକୁ ସ୍ଥାନାନ୍ତରିତ କରିବା ସହ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଚେତାବନୀ ଦେଇଥିଲା। ହେଲେ ସୋମବାର ପୁନର୍ବାର ଫଳ ବ୍ୟବସାୟୀମାନେ ଫୁଟ୍‌ପାଥକୁ ଚାଲି ଆସି ଦୋକାନ ଖୋଲି ବ୍ୟବସାୟ କରୁଥିବା ଦେଖିବାକୁ ମିଳିଛି। ତେବେ ପୂର୍ବପରି ସାମାଜିକ ଦୂରତ୍ୱ ରହୁ ନ ଥିବା ଦେଖିବାକୁ ମିଳିଛି। ଗ୍ରାହକମାନେ ମଧ୍ୟ ସେପରି ସଚେତନ ରହୁ ନ ଥିବାରୁ ସଂକ୍ରମଣ ଆଶଙ୍କା ରହୁଛି।
ଅନ୍ୟପକ୍ଷରେ ଫଳ ବ୍ୟବସାୟୀ ପବିତ୍ର ସେଠ୍‌ଙ୍କ ସମେତ ଅନ୍ୟମାନେ କହିଛନ୍ତି, ପରିବା ହାଟରେ ବେପାର ହେଉନି। ମୁଖ୍ୟ ରାସ୍ତାରୁ ପରିବା ହାଟ ଦୂର ହେଉଥିବାରୁ ଲୋକେ ଫଳ କିଣିବାକୁ ପସନ୍ଦ କରୁନାହାନ୍ତି। ବେପାର ନ ହେଲେ ପରିବାର ଚଳାଇବୁ କେମିତି? ପୁଣି ଫଳ ନଷ୍ଟ ହେଉଥିବାରୁ କ୍ଷତି ସହବାକୁ ପଡୁଛି। ତେଣୁ ବାଧ୍ୟହୋଇ ପୁଣି ଫୁଟ୍‌ପାଥ୍‌ରେ ବସି ବ୍ୟବସାୟ କରୁଛୁ। ବିଏମ୍‌ସି ପ୍ରକୃତ ସମସ୍ୟା ବୁଝି ବେପାର ପାଇଁ ଆବଶ୍ୟକ ପଦକ୍ଷେପ ନେଲେ ଭଲ ହେବ ବୋଲି ବ୍ୟବସାୟୀମାନେ କହିଛନ୍ତି। ବିଏମ୍‌ସି ଜୋନାଲ ଡେପୁଟି କମିଶନର ଅଂଶୁମାନ ରଥ କହିଛନ୍ତି. ବ୍ୟବସାୟୀଙ୍କ ବିଭିନ୍ନ ସମସ୍ୟା ଉପରେ ଆଲୋଚନା ଚାଲିଛି। ଏନେଇ କମିଶନର ପ୍ରେମ୍‌ଚନ୍ଦ୍ର ଚୌଧାରୀ ଯାହା ନିଷ୍ପତ୍ତି ନେବେ ବୋଲି ସେ କହିଛନ୍ତି।
ଉଲ୍ଲେଖଯୋଗ୍ୟ, ୟୁନିଟ୍‌-୧ ହାଟ ସମ୍ମୁଖରେ ଥିବା ୭୦ ଫଳ ଦୋକାନୀଙ୍କୁ ବିଏମ୍‌ସି ୟୁନିଟ୍‌-୧ ପରିବା ହାଟକୁ ସ୍ଥାନାନ୍ତରିତ କରିଥିଲା। ରାସ୍ତା ଉପରେ ଫଳ ବିକ୍ରି କରିବା ସମୟରେ ସାମାଜିକ ଦୂରତ୍ୱ ନ ମାନିବା, ଗହଳି କରିବା ଆଦି କାରଣ ହେତୁ ବିଏମ୍‌ସି ଦକ୍ଷିଣ ପୂର୍ବ ଜୋନ୍‌ର ସ୍କ୍ବାଡ୍‌ ଓ ବିଡିଏ ଉଚ୍ଛେଦକାରୀ ଟିମ୍‌ ଫଳ ବ୍ୟବସାୟୀଙ୍କ କାଠ ପିଣ୍ଡିକୁ ଭାଙ୍ଗି ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳବାର ଭୁବନେଶ୍ୱର ବନ୍ଦ, ହେବ ବଡ଼ ଆନ୍ଦୋଳନ…

ଭୁବନେଶ୍ୱର,୨୨।୯: ୨୪ ତାରିଖ ଭୁବନେଶ୍ୱରରେ ଚଖଅଖ ବନ୍ଦ ଡାକରା। ଚାଲିବନି ଗାଡି଼ ମଟର। ଆସନ୍ତା ୨୪ରେ ୬ ଘଣ୍ଟିଆ ଭୁବନେଶର ବନ୍ଦ । ସକାଳ ୬...

ମତ୍ସ୍ୟଜୀବୀଙ୍କ ଜାଲରେ ପଡ଼ିଲା ଅଦ୍ଭୁତ ମାଛ, ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ଼, କେଜି ଏତିକି ଟଙ୍କାରେ ହେଲା ବିକ୍ରି

ଭୋଗରାଇ,୨୨ା୯(ପ୍ରଦୀପ ଦାସ): ଓଡ଼ିଶା ସୀମାନ୍ତ ପଶ୍ଚିମବଙ୍ଗ ରାଜ୍ୟ ଦୀଘା ମୁହାଣରେ ବଙ୍ଗୀୟ ମତ୍ସ୍ୟଜୀବୀଙ୍କ ଜାଲରେ ଧରାପଡ଼ିଛନ୍ତି ଲକ୍ଷାଧିକ ଟଙ୍କାର ତେଲିଆ ଶିଳା ମାଛ। ଦୀଘା ମୁହାଣକୁ...

‘ଓ୍ବାନ ନେଶନ ଓ୍ବାନ ଇଲେକ୍ସନ’କୁ ନେଇ କ’ଣ ରହିବ ବିଜେଡିର ପକ୍ଷ? ନବୀନ କହିଲେ ସମୟ ନେବୁ…

ଭୁବନେଶ୍ୱର,୨୨।୯: ଦେଶରେ ‘ଓ୍ବାନ ନେଶନ ଓ୍ବାନ ଇଲେକ୍ସନ’କୁ ନେଇ ବିତର୍କ ଆରମ୍ଭ ହୋଇଛି। ଏକକାଳୀନ ନିର୍ବାଚନକୁ ନେଇ ମୋଦି କ୍ୟାବିନେଟ ମଞ୍ଜୁରୀ ଦେବା ପରେ ଏବେ...

ଜଙ୍ଗଲକୁ କାଠ ଆଣିବାକୁ ଯାଇଥିବା ବେଳେ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଚାଲିଗଲା ଜଣଙ୍କ ଜୀବନ

ଲାଞ୍ଜିଗଡ଼,୨୨ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ବିଜେପୁର ଥାନା ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେତିଆପଡ଼ା ଗାଁରେ ମହୁମାଛି ଆକ୍ରମଣରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି। ଅନ୍ୟ...

ଆସୁଛି ଆଉ ଏକ ଲଘୁଚାପ: ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୨।୯: ଆସୁଛି ଆଉ ଏକ ଲଘୁଚାପ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ତା ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଯାହା ସୋମବାର ସୁଦ୍ଧା...

ନିମନ୍ତ୍ରଣ ପତ୍ରରେ ନ ଥିଲା ନାଁ, ଉଦ୍‌ଘାଟନ ଘୁଞ୍ଚିଲା

ସୋନପୁର,୨୧।୯(ମୃତ୍ୟୁଞ୍ଜୟ ଶତପଥୀ): ଓମ୍‌ଫେଡ୍‌ର ସୋନପୁର ଡେଏରୀ ପ୍ଲାଣ୍ଟ (ଦୁଗ୍ଧ କାରଖାନା) ଉଦ୍‌ଘାଟନ ଉତ୍ସବସ୍ଥଳ ଶନିବାର ରଣକ୍ଷେତ୍ର ପାଲଟିଥିଲା। ନିମନ୍ତ୍ରଣ ପତ୍ରରେ ବୀରମହାରାଜପୁର ବିଧାୟକ ଇଂ. ରଘୁନାଥ...

ନବୀନ-କନକବର୍ଦ୍ଧନ ମୁହାଁମୁହିଁ, କହିଲେ ପ୍ରଥମ ଥର ଖୋଲିଲେ ମୁହଁ…

କଟକ,୨୨ା୯(ଶିଳ୍ପା ପ୍ରିୟଦର୍ଶିନୀ): ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଓ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କ ଉପରେ ହୋଇଥିବା ନିର୍ଯାତନା ଘଟଣାକୁ ରାଜନୀତୀକରଣ କରା ନ...

ପୋଲିସ ଭିଡିଓ ଭାଇରାଲ କରୁଥିବା ଅଭିଯୋଗ

ଭୁବନେଶ୍ୱର,୨୨ା୯(ସୂର୍ଯ୍ୟକାନ୍ତ ବେହେରା): ଭରତପୁର ଥାନାରେ ଆର୍ମି ଅଫିସର କ୍ୟାପ୍‌ଟେନ୍‌ ଗୁରୁଭନ୍ସ ସିଂ ଏବଂ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ନିର୍ଯାତନା ଘଟଣାକୁ ସାରା ଦେଶ ନିନ୍ଦା...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri