ପେଟ୍ରୋଲ ପମ୍ପରେ ଭଙ୍ଗାରୁଜା: ୨ ଗିରଫ

ରେମୁଣା, ୭।୧୦(ଡି.ଏନ.ଏ.)- ବାଲେଶ୍ୱର ଜିଲା ରେମୁଣା ଥାନା ଅନ୍ତର୍ଗତ କ୍ଷୀରଚୋରା ପେଟ୍ରୋଲ ପମ୍ପରେ ରବିବାର ବିଳମ୍ବିତ ରାତିରେ ଭଙ୍ଗାରୁଜା କରିବା ଅଭିଯୋଗରେ ପୋଲିସ ୨ ଯୁବକଙ୍କୁ ଗିରଫ କରିଛି। ସେମାନେ ହେଲେ ନିଆବାଗର ପ୍ରକାଶ ଦାସ ଓ ପ୍ରଭାସ ଶଙ୍କର ଦାସ। ସୋମବାର ପୋଲିସ ସେମାନଙ୍କୁ କୋର୍ଟ ଚାଲାଣ କରିଛି। ଏଥିରେ ସମ୍ପୃକ୍ତ ଅନ୍ୟ ଦୁଇଜଣ ଫେରାର ଥିବା ପୋଲିସ ସୂଚନା ଦେଇଛି। ସୂଚନା ଅନୁଯାୟୀ, ରବିବାର ବିଳମ୍ବିତ ରାତିରେ ନିଆବାଗର କେତେକ ଯୁବକ ବାଲଗୋପାଲପୁରସ୍ଥିତ ଉକ୍ତ ପେଟ୍ରୋଲ ପମ୍ପରୁ ତେଲ ପକାଇ ଯାଇଥିଲେ। ସେହି ଯୁବକମାନେ ପୁଣିଥରେ ସେଠାକୁ ତେଲ ପକାଇବାକୁ ଆସି ପେଟ୍ରୋଲ ପମ୍ପର କର୍ମଚାରୀଙ୍କଠାରୁ ୩,୫୦୫ ଟଙ୍କା ଛଡ଼ାଇନେବା ସହ ମେଶିନ ଭାଙ୍ଗି ଦେଇଥିଲେ। ଏ ନେଇ ପେଟ୍ରୋଲ ପମ୍ପର କର୍ମଚାରୀ ରାମମିଲନ ଯାଦବଙ୍କ ଲିଖିତ ଅଭିଯୋଗ କ୍ରମେ ରେମୁଣା ଥାନାରେ ମାମଲା(ନଂ.୧୪୫/୧୯) ରୁଜୁ କରାଯାଇ ପ୍ରକାଶ ଓ ପ୍ରଭାସଙ୍କୁ ଗିରଫ କରାଯାଇଥିଲା। ଘଟଣାର ଅଧିକ ତଦନ୍ତ ଜାରି ରହିଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛତିଶଗଡ଼ ଚାଲାଣ ହୋଇଛନ୍ତି ବଲାଙ୍ଗୀରର ନବଜାତ ଶିଶୁ

ବଲାଙ୍ଗୀର, ୧୬।୪- ବଲାଙ୍ଗୀର ଜିଲା ମୁରିବାହାଲ ଥାନା କର୍ଲା ଗାଁରୁ ଏକ ନବଜାତ ଶିଶୁକନ୍ୟାକୁ ଚାଲାଣ କରାଯାଉଥିବା ଜଣାପଡ଼ିବା ପରେ ପୁଣିଥରେ ହଇଚଇ ସୃଷ୍ଟି ହୋଇଛି।...

ନିଜ ଛଳନା ଜାଲରେ ଫସିଗଲା ପାକିସ୍ତାନ: ଜୟଶଙ୍କର

ନୂଆଦିଲ୍ଲୀ,୧୬।୪: ଆତଙ୍କବାଦ ପ୍ରସଙ୍ଗରେ ପାକିସ୍ତାନକୁ ଘେରିଛନ୍ତି ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର। ସେ କହିଛନ୍ତି, ପାକିସ୍ତାନ ନିଜ ଛଳନା ଜାଲରେ ଫସି ଯାଇଛି। ପାକିସ୍ତାନ ତାଲିବାନ...

ଗୋଆରେ ଓଡ଼ିଆ ଯୁବକଙ୍କୁ ହତ୍ୟା

ରାଇଆ(ଗୋଆ)/ ଜୁନାଗଡ଼(ଉତ୍ତମ ଦାସ),୧୬।୪: କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଗୌଡ଼ଛେଣ୍ଡିଆ ଗ୍ରାମର ଖଗେଶ୍ୱର ଶବର(୩୮) ଦିନ ମଜୁରିଆ କାମ କରିବାକୁ ଗୋଆ ଯାଇଥିଲେ। ସେଠାରେ ଏକ...

ପୂର୍ବତନ ବିଧାୟକଙ୍କୁ ଆକ୍ରମଣ ଘଟଣାରେ ୪ ଗିରଫ

ଧର୍ମଶାଳା/କାଏମା,୧୬।୪(ବଟକୃଷ୍ଣ ପରିଡ଼ା/ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କୁ ଆକ୍ରମଣ ଘଟଣାରେ ପୋଲିସ ମଙ୍ଗଳବାର ୪ ଜଣଙ୍କୁ ଗିରଫ କରିଛି।...

Tariff War:ଚାଇନା ଉପରେ ୨୪୫% ଟାରିଫ୍‌ ଲଗାଇବାକୁ ଘୋଷଣା କଲା ଆମେରିକା

ଓ୍ବାଶିଂଟନ,୧୬।୪: ଚାଇନା ଏବଂ ଆମେରିକା ମଧ୍ୟରେ ଟାରିଫ୍‌ ଓ୍ବାର୍‌ ଥମିବାର ନାଁ ଧରୁନି। ବୁଧବାର ହ୍ବାଇଟ ହାଉସ ଦ୍ୱାରା ଜାରି ଏକ ଦଲିଲରେ କୁହାଯାଇଛି,ଆମେରିକା ବିରୋଧରେ...

ନାମାଙ୍କନ ଭରିବେ ନବୀନ: ପୁଣି ହେବେ ସଭାପତି

ଭୁବନେଶ୍ୱର,୧୬।୪: କାଲି ନାମାଙ୍କନ ଭରିବେ ନବୀନ। ବିଜେଡି ସଭାପତି ପଦ ପାଇଁ ପୁଣି ନାମାଙ୍କନ ଭରିବେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୧୯ ତାରିଖରେ...

ଗର୍ଲଫ୍ରେଣ୍ଡଙ୍କ ସହ ବାଗେଶ୍ୱର ବାବାଙ୍କ ଶରଣ ପଶିଲେ ଶିଖର ଧାଓ୍ବନ

ମୁମ୍ବାଇ,୧୬।୪: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ବର୍ତ୍ତମାନ ତାଙ୍କ ନୂତନ ପ୍ରେମିକାଙ୍କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଧାୱନ ସୋଫି ସାଇନଙ୍କୁ ଡେଟ କରୁଛନ୍ତି। ଉଭୟଙ୍କୁ...

ଭୁବନେଶ୍ବରରେ ଅଖିଳେଶ ଯାଦବ: ବଢ଼ୁଛି ରାଜନୈତିକ ଚର୍ଚ୍ଚା

ଭୁବନେଶ୍ୱର,୧୬।୪: ଭୁବନେଶ୍ବରରେ ଉତ୍ତରପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ପହଞ୍ଚିଛନ୍ତି। ତାଙ୍କ ସହ ସ୍ତ୍ରୀ ଏମ୍‌ପି ଡିମ୍ପଲ ଯାଦବ ମଧ୍ୟ ଅଛନ୍ତି। ପୁରୀ ଯାଇ ମହାପ୍ରଭୁଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image