ପୋଲିସ ଛାଉଣୀରେ ଆରମ୍ଭ ହେଲା ଉଚ୍ଛେଦ ପ୍ରକ୍ରିୟା : ବଇଣ୍ଡାରେ ୩ ଦିନ ପାଇଁ ୧୪୪ ଧାରା ଜାରି

ବଇଣ୍ଡା,୧୧।୯(ଡି.ଏନ.ଏ.): ଅନୁଗୋଳ ଜିଲା କିଶୋରନଗର ବ୍ଲକ ମୁଖ୍ୟ ବ୍ୟବସାୟିକ କେନ୍ଦ୍ରସ୍ଥଳୀ ବଇଣ୍ଡା ଛକରେ ଜାତୀୟ ରାଜପଥ ବିଭାଗ ଓ ପ୍ରଶାସନ ପକ୍ଷରୁ ବୁଧବାର ଉଚ୍ଛେଦ ପକ୍ରିୟା ଆରମ୍ଭ ହୋଇଛି। ୫୫ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ ପାଇଁ ଦୋକାନ ଓ ଘର ଗୁଡ଼ିକ ସହ ସରକାରୀ କାର୍ଯ୍ୟାଳୟକୁ ଭଙ୍ଗାଯାଇଛି। ବିଶେଷ କରି ଉଚ୍ଛେଦ ସମୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତକୁ ଦୃଷ୍ଟିରେ ରଖି ୧୧, ୧୨, ୧୩ ତିନି ଦିନ ପାଇଁ ବଇଣ୍ଡା ଅଞ୍ଚଳରେ ପ୍ରଶାସନ ପକ୍ଷରୁ ୧୪୪ ଧାରା ଲାଗୁ କରାଯାଇଛି।
ଉକ୍ତ ଜାତୀୟ ରାଜପଥ ସମ୍ପ୍ରସାରଣ ପାଇଁ ମେ ୨୦୧୮ରେ ବଇଣ୍ଡା ଅଞ୍ଚଳରେ ଉଚ୍ଛେଦ ଆରମ୍ଭ ହୋଇଥିଲା। ସେହି ସମୟରେ ବଇଣ୍ଡାର ୮୦ ପ୍ରତିଶତ ଭଙ୍ଗାଯାଇଥିବାବେଳେ ୪ ଶହ ଉଠା ଦୋକାନୀ କ୍ଷତିଗ୍ରସ୍ତ ହୋଇ ଜୀବିକା ହରାଇଥିଲେ। ହେଲେ ୧୭ ଜଣ କ୍ଷତିଗ୍ରସ୍ତ ପ୍ରଜାଙ୍କୁ କ୍ଷତିପୂରଣ ଦିଆଯାଇ ନ ଥିବା ସହ ୨ କ୍ଷତିଗ୍ରସ୍ତ ପ୍ରଜାଙ୍କ କୋର୍ଟରେ ଜମିକୁ ନେଇ ମାମଲା ଥିବାବେଳେ ଏହାକୁ ଭଙ୍ଗାଯାଇ ପାରି ନ ଥିଲା। ପରବର୍ତ୍ତୀ ସମୟରେ ପୁଣି ଉଚ୍ଛେଦ ପାଇଁ ୧୧, ୧୨, ୧୩ ୩ ଦିନ ଧରି ଉଚ୍ଛେଦ କରିବା ପାଇଁ ସମୟ ଧାର୍ଯ୍ୟ କରାଯାଇଥିଲା। ବୁଧବାର ସକାଳେ ବାକି ରହିଥିବା ୧୭ କ୍ଷତିଗ୍ରସ୍ତ ପ୍ରଜାଙ୍କ ଗୃହ ଗୁଡ଼ିକ ଭଙ୍ଗାଯାଇଥିଲା। ଏପରିକି ୨ ଜଣ କ୍ଷତିଗ୍ରସ୍ତ ପ୍ରଜାଙ୍କ ଜମି ବିବାଦକୁ ନେଇ ଆଠମଲ୍ଲିକ କୋର୍ଟ ଓ ହାଇକୋର୍ଟରେ ମାମଲା ଚାଲିଥିବାବେଳେ ମଧ୍ୟ ପ୍ରଶାସନିକ ଅଧିକାରୀମାନେ ଏହାକୁ ଖାତିର ନ କରି ସକାଳ ୧୦ଟା ପରଠାରୁ ଉଚ୍ଛେଦ କାର୍ଯ୍ୟ ଆରମ୍ଭ କରିଥିଲେ। କ୍ଷତିଗ୍ରସ୍ତ ୪ ଶହ ଉଠା ଦୋକାନୀଙ୍କୁ କ୍ଷତିପୂରଣ ଯୋଗାଇ ଦିଆଯାଇ ନ ଥିବା ଯୋଗୁ ଅସନ୍ତୋଷ ପ୍ରକାଶ ପାଇଥିଲା। ଏପରିକି ଅନେକ ଦୋକାନୀ ସେମାନଙ୍କ ଦୋକାନ ସାମଗ୍ରୀ ସ୍ଥାନାନ୍ତରିତ କରି ନ ଥିବାବେଳେ ତରବରିଆ ଭାବେ ଭଙ୍ଗାଯାଉଥିବା ଯୋଗୁ କେତେକ ଦୋକାନୀଙ୍କ ସାମଗ୍ରୀ ନଷ୍ଟ ହୋଇଥିବା ଅଭିଯୋଗ ହୋଇଛି। ତୁରନ୍ତ ବଇଣ୍ଡାଠାରେ ଏକ ନୂତନ ବସ୍‌ଷ୍ଟାଣ୍ଡ ନିର୍ମାଣ କରି ଦୋକାନୀଙ୍କୁ ଥଇଥାନ କରିବା ପାଇଁ ବଇଣ୍ଡା ବ୍ୟବସାୟୀକ ସଂଘ ପକ୍ଷରୁ ଦାବି ହୋଇଛି। ଉଚ୍ଛେଦ ସମୟରେ ମାଜିଷ୍ଟେଟ ଭାବେ କିଶୋରନଗର ତହସିଲଦାର ଡ. ଲକ୍ଷ୍ମୀପ୍ରସାଦ ସାହୁ, ଅନୁଗୋଳ ଭୂ-ଅର୍ଜନ ଅଧିକାରୀ ବସନ୍ତ କୁମାର ଦାସ, ଆଠମଲ୍ଲିକ ଏସ୍‌ଡିପିଓ ଶେଖ ଅବଦୁଲ କରିମ, ହଣ୍ଡପା ଆଇଆଇସି ଲବ ବୋଡା, କିଶୋରନଗର ଆଇଆଇସି ପ୍ରତିଭା ମାଝିଙ୍କ ସମେତ ୨ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାର୍ବଣରେ ଗଡ଼ିବନି ବସ୍‌

ଭୁବନେଶ୍ୱର,୫।୧୦: ପୂଜାରେ ଗଡ଼ିବନି ବସ୍‌। ଆଗାମୀ ୭ ତାରିଖ ସନ୍ଧ୍ୟା ଠାରୁ ୮ ତାରିଖ ସା ୬ଟା ପର୍ୟ୍ୟନ୍ତ ଦକ୍ଷିଣ ଓଡ଼ିଶା ଓ ପଶ୍ଚିମ ଓଡ଼ିଶାରେ...

ଗଞ୍ଜାମର ୧.୫୭ ଲକ୍ଷ ପରିବାରଙ୍କୁ ପିଏମ୍‌ କିଶାନ କିସ୍ତି 

ଛତ୍ରପୁର,୫।୧୦(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲାରେ ଜିଲାସ୍ତରୀୟ ପ୍ରଧାନ ମନ୍ତ୍ରୀ କିଶାନ ସମ୍ମାନନିଧି ଯୋଜନାର ୧୮ ତମ କିସ୍ତିର ହସ୍ତାନ୍ତର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜିଲା...

ବସ୍ତିରେ ଝାଡ଼ୁ ମାରିଲେ ଧର୍ମେନ୍ଦ୍ର: ବାଣ୍ଟିଲେ ସୁଖଦୁଃଖ

ଭୁବନେଶ୍ୱର,୫।୧୦: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସ୍ବଛ ଭାରତ ଅଭିଯାନରେ ସଭିଏଁ ସାମିଲ ହେବାକୁ ଶନିବାର ଆହ୍ବାନ ଦେଇଛନ୍ତି। ଏହି ଅବସରରେ ସେ ବସ୍ତିରେ ଝାଡ଼ୁ ମାରିଛନ୍ତି।...

‘ସୁଭଦ୍ରା’ ଟଙ୍କାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌, ୭ ସୁଦ୍ଧା ଆବେଦନ କରିଥିଲେ…

ଭୁବନେଶ୍ୱର,୫।୧୦: ଆଉ ମାତ୍ର ୩ ଦିନ ପରେ ପୁଣି ଖାତାକୁ ଆସିବ ସୁଭଦ୍ରା ଯୋଜନା ଟଙ୍କା । ଦଶହରା ପୂର୍ବରୁ ମହିଳାମାନଙ୍କୁ ଭେଟି ଦେବାକୁ ଯାଉଛନ୍ତି...

ବିଦ୍ୟାଳୟରେ ଭିଜିଲାନ୍ସ ଚଢ଼ାଉ: ୬୦ ଲକ୍ଷ ଟଙ୍କାର ଦୁର୍ନୀତି ଗନ୍ଧ

ଭୋଗରାଇ,୫ା୧୦(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ବଗଡ଼ ନୋଡାଲ ୟୁପି ପ୍ରାଥମିକ ବିଦ୍ୟାଳୟରେ ଶନିବାର ବାଲେଶ୍ୱର ଭଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ମୋ’...

ବୋହି ନେଉଥିଲେ ମଧ୍ୟାହ୍ନଭୋଜନ ଚାଉଳ: ଏମିତି ଧରାପଡ଼ିଲେ ଶିକ୍ଷୟିତ୍ରୀ

ଗୋପ,୧୦।୫: ପୁରୀ ଜିଲା ଗୋପ ଅଞ୍ଚଳରୁ ଛାତ୍ରୀଛାତ୍ରଙ୍କୁ ଦିଆଯାଉଥିବା ମଧ୍ୟାହ୍ନ ଭୋଜନ ଚାଉଳ ଚୋରି ଘଟଣା ଶନିବାର ସାମ୍‌ନାକୁ ଆସିଛି। ୨ ବସ୍ତା ମଧ୍ୟାହ୍ନଭୋଜନ ଚାଉଳ...

ବିଦ୍ୟାଳୟ ପରିଦର୍ଶନ କଲେ ଜିଲାପାଳ, ଉଚ୍ଚଶିକ୍ଷା ପାଇଁ ଛାତ୍ରୀଛାତ୍ରଙ୍କୁ…

କେସିଙ୍ଗା,୫ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାପାଳ ସଚିନ ପାଓ୍ବାର ପ୍ରକାଶ କେସିଙ୍ଗା ସହରସ୍ଥିତ ବାଳିକା ଉଚ୍ଚ ବିଦ୍ୟାଳୟ ଓ ବିଦ୍ୟାପୀଠକୁ ଶନିବାର ପରିଦର୍ଶନରେ ଆସିଥିଲେ। ବାଳିକା ଉଚ୍ଚ...

ଆମ୍ବଗଛକୁ ଧକ୍କା ଦେଇ ନାଳ ଭିତରକୁ ଓଲଟି ପଡ଼ିଲା କାର୍‌

ବାଲିଗୁଡ଼ା,୫ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ସାରଙ୍ଗଗଡ଼ ନିକଟସ୍ଥ କୁର୍ଙ୍ଗୁଲି ନାଳ ଭିତରକୁ ଏକ କାର୍‌ ପଶିଯାଇଛି। ସୂଚନାନୁଯାୟୀ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri