Posted inଜାତୀୟ

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମମତା: ସିଏଏ,ଏନ୍‌ଆର୍‌ସି ପ୍ରତ୍ୟାହାର କର

କୋଲକାତା,୧୨ା୧(ପି.ଟି.): ପଶ୍ଚିମବଙ୍ଗ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଶନିବାର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାଜଭବନରେ ଭେଟିଛନ୍ତି। ନାଗରିକତ୍ୱ ସଂଶୋଧନ ଆଇନର ବିଭିନ୍ନ ପ୍ରସଙ୍ଗ ଉପରେ ପୁନର୍ବିଚାର କରିବା ସହ ସିଏଏ, ଏନ୍‌ଆର୍‌ସି ଏବଂ ଏନ୍‌ପିଆର୍‌ ପ୍ରତ୍ୟାହାର କରିନେବା ପାଇଁ ସେ ମୋଦିଙ୍କୁ ଅନୁରୋଧ କରିଥିଲେ। ଏ ସମ୍ପର୍କରେ ଆଲୋଚନା ପାଇଁ ଦିଲ୍ଲୀ ଯିବାକୁ ମୋଦି ତାଙ୍କୁ କହିଥିବା ମମତା ଖବରଦାତାମାନଙ୍କୁ ଜଣାଇଛନ୍ତି। ରାଜ୍ୟ ପାଇବାକୁ ଥିବା କେନ୍ଦ୍ରୀୟ ସହାୟତା ପ୍ରସଙ୍ଗ ମଧ୍ୟ ସେ ଉପସ୍ଥାପନ କରିଥିଲେ। ୨୮,୦୦୦ କୋଟି ଟଙ୍କା କେନ୍ଦ୍ରୀୟ ସହାୟତା ଏପର୍ଯ୍ୟନ୍ତ ମିଳି ନ ଥିବା ନେଇ ସେ ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ସିଏଏ ଏବଂ ଏନ୍‌ଆର୍‌ସିକୁ ନେଇ ଦେଶବ୍ୟାପୀ ବିକ୍ଷୋଭ ପ୍ରଦର୍ଶନ କରାଯାଉଛି। ଏହାକୁ ସେ ବିରୋଧ କରୁଥିବା କହିବା ସହ ପ୍ରତ୍ୟାହାର ପାଇଁ ଦାବି ଜଣାଇଥିଲେ ବୋଲି ମମତା କହିଛନ୍ତି।
ବିରୋଧୀ ବିକ୍ଷୋଭ ମଧ୍ୟରେ ପ୍ରଧାନମନ୍ତ୍ରୀ ଦୁଇଦିନିଆ ପଶ୍ଚିମବଙ୍ଗ ଗସ୍ତରେ ଯାଇ ଶନିବାର ଅପରାହ୍ନରେ କୋଲକାତାର ଏନ୍‌ଏସ୍‌ସି ବୋଷ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚତ୍ଥିଲେ। ସେଠାରେ ତାଙ୍କୁ ରାଜ୍ୟପାଳ ଜଗଦୀପ୍‌ ଧନ୍‌ଖର, କୋଲକାତା ମେୟର, ରାଜ୍ୟ ମନ୍ତ୍ରୀ ଫିରହାଦ ହାକିମ୍‌, ପଶ୍ଚିମବଙ୍ଗ ଭାଜପା ସଭାପତି ଦିଲୀପ ଘୋଷ ଓ ଦଳର ବରିଷ୍ଠ ନେତାମାନେ ସ୍ବାଗତ କରିଥିଲେ। ଶତାଧିକ ବିକ୍ଷୋଭକାରୀ କଳାପତାକା ଧରି କୋଲକାତା ବିମାନବନ୍ଦର ବାହାରେ ପ୍ରତିବାଦ ଜଣାଇଥିଲେ। ବିମାନବନ୍ଦରରୁ ଏକ ହେଲିକପ୍ଟର ଯୋଗେ ସେ ରୟାଲ କୋଲକାତା ଟର୍ଫ କ୍ଲବ୍‌ ଯିବା ପରେ ସେଠାରୁ ରାଜଭବନ ଯାଇଥିଲେ। ରବିବାର ପ୍ରଧାନମନ୍ତ୍ରୀ କୋଲକାତା ପୋର୍ଟ ଟ୍ରଷ୍ଟର ୧୫୦ତମ ବାର୍ଷିକୀ ଉତ୍ସବରେ ଯୋଗଦେବେ।
ସାକ୍ଷାତ କରି ଫେରିବା ପରେ ମମତା ସିଧା ଟିଏମ୍‌ସି ଛାତ୍ର ସଂଗଠନର ସିଏଏ ବିରୋଧୀ ଧାରଣାସ୍ଥଳକୁ ଯାଇଥିଲେ। ପଶ୍ଚିମବଙ୍ଗରେ ସିଏଏ କାର୍ଯ୍ୟକାରୀ ହେବ ନାହିଁ ବୋଲି ସେ ସେଠାରେ ଦୋହରାଇଥିଲେ। ବିକ୍ଷୋଭସ୍ଥଳରେ ବାମଦଳ ସମର୍ଥତ୍ତ ଛାତ୍ରଗୋଷ୍ଠୀ ମମତାଙ୍କ ବିରୋଧରେ ସ୍ଲୋଗାନ ଦେବା ସହ ସେ କ’ଣ ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ସ୍ପଷ୍ଟୀକରଣ ଦିଅନ୍ତୁ ବୋଲି ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ଇଲିଶି ରପ୍ତାନୀ ଉପରେ କଟକଣା ଉଠାଇଲା ବାଂଲାଦେଶ, ଦୂର୍ଗାପୂଜା ପାଇଁ ଆସିବ ଏତେ ମାଛ…

ନୂଆଦିଲ୍ଲୀ,୨୨।୯: ଭାରତକୁ ଇଲିଶି ମାଛ ରପ୍ତାନୀ ଉପରେ କଟକଣା ଉଠାଇଲା ବାଂଲାଦେଶ। ବାଂଲାଦେଶର ଆନ୍ତରୀଣ ସରକାର ହିନ୍ଦୁ ବଙ୍ଗାଳୀଙ୍କ ବଡ଼ ପୂର୍ବ ଦୂର୍ଗାପୂଜା ପୂର୍ବରୁ ଇଲିଶି...

ଏହି ସ୍ବତନ୍ତ୍ର ଡ୍ରୋନ୍‌ ପାଇଁ ଆମେରିକା ସହିତ ଭାରତର ଚୁକ୍ତି, କିଣିବା ପାଇଁ ଲାଗିବ ଏତିକି ଟଙ୍କା…

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୨ା୯: ଭାରତ ଏବଂ ଆମେରିକା ରବିବାର କୋଟି କୋଟି ଡଲାର ମୂଲ୍ୟର ଡ୍ରୋନ୍‌ ଚୁକ୍ତି ସ୍ବାକ୍ଷର କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକାର ତିନି ଦିନିଆ...

ଆଜିଠାରୁ ୧୧ ଦିନ ଧରି ଉପାସରେ ରହିବେ ଉପମୁଖ୍ୟମନ୍ତ୍ରୀ ପଓ୍ବନ କଲ୍ୟାଣ, କାରଣ…

ହାଇଦ୍ରାବାଦ,୨୨ା୯: ତିରୁପତି ପ୍ରସାଦ ବିବାଦକୁ ନେଇ ୧୧ଦିନ ଧରି ଉପବାସରେ ରହିବେ ଉପମୁଖ୍ୟମନ୍ତ୍ରୀ ପଓ୍ବନ କଲ୍ୟାଣ। ଆନ୍ଧ୍ରପ୍ରଦେଶରେ ତିରୁପତି ବାଲାଜୀ ମନ୍ଦିରର ପ୍ରସାଦ ଲଡୁରେ ପଶୁ...

କ୍ୱାଡ୍‌ ଶିଖର ସମ୍ମିଳନୀରେ ଉଠିଲା ଅନେକ ପ୍ରସଙ୍ଗ, ପ୍ରଧାନମନ୍ତ୍ରୀ କହିଲେ…

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୨ା୯: ୩ ଦିନିଆ ଆମେରିକା ଗସ୍ତରେ ଯାଇଥିବା ପ୍ରଧାନମନ୍ତ୍ରୀ ଭାରତର ନରେନ୍ଦ୍ର ମୋଦି କ୍ବାଡ୍‌ ଶିଖର ସମ୍ମିଳନୀରେ ସାମିଲ ହୋଇଛନ୍ତି। ଉକ୍ତ ବୈଠକରେ ଅନେକ ପ୍ରସଙ୍ଗ...

ଓଟିଟିରେ ଆସିବ ତମାଖୁ ନିରୋଧୀ ବିଜ୍ଞାପନ

ନୂଆଦିଲ୍ଲୀ,୨୨ା୯: କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଓଭର ଦି ଟପ୍‌ (ଓଟିଟି) ପ୍ଲାଟ୍‌ଫର୍ମଗୁଡ଼ିକରେ ତମାଖୁ ନିରୋଧୀ ସ୍ବାସ୍ଥ୍ୟ ସଚେତନତା ବିଜ୍ଞାପନ ଦେବା ପାଇଁ ପ୍ରସ୍ତାବ ଆଣିଛି। ଯଦି...

କାର୍ଯ୍ୟରେ ଯୋଗଦେଲେ ଜୁନିୟର ଡାକ୍ତର: ଓପିଡି କରିବେ ନାହିଁ, ୭ ଦିନ ପୁଣି ଅପେକ୍ଷା…

କୋଲକାତା,୨୧ା୯: କୋଲକାତାର ଆର୍‌.ଜି. କର ହସ୍ପିଟାଲରେ ମହିଳା ଡାକ୍ତରଙ୍କୁ ବଳତ୍କାର ଓ ହତ୍ୟା ଘଟଣାରେ ନ୍ୟାୟ ଦାବି କରି ୪୨ ଦିନ ହେଲା କାର୍ଯ୍ୟବନ୍ଦ ଆନ୍ଦୋଳନରେ...

ଆମେରିକାରେ ପହଞ୍ଚିଲେ ମୋଦି, ଦେଖାଇଲେ ଭାରତୀୟ ସଂସ୍କୃତି, ହାତଯୋଡି କଲେ ନମସ୍କାର…

ଓ୍ବାଶିଂଟଡ଼୍‌,୨୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦିନ ତିନି ଦିନିଆ ଗସ୍ତରେ ଆମେରିକାରେ ପହଞ୍ଚିଛନ୍ତି। ଆମେରିକାରେ ପିଏମ ମୋଦି କ୍ୱାଡ ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରିବେ।...

ରାହୁଲଙ୍କ ବିରୋଧରେ ଅପମାନଜନକ ମନ୍ତବ୍ୟ : ଆନ୍ଦୋଳନକୁ ଓହ୍ଲାଇବ କଂଗ୍ରେସ…

ଜମ୍ମୁ,୨୧ା୯: ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ପ୍ରତି ଭାଜପା ଏବଂ ଆର୍‌ଏସ୍‌ଏସ୍‌ର ନେତାମାନେ ଅପମାନଜନକ ମନ୍ତବ୍ୟ ଦେଉଛନ୍ତି। ତାଙ୍କୁ ଧମକ ଦିଆଯାଉଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri