ପ୍ରସ୍ତାବିତ ହିଡିସିଙ୍ଗ ମଧ୍ୟମ ଜଳ ସେଚନ ପ୍ରକଳ୍ପ: ମନ୍ଥର ଗତି ନେଇ ମନ୍ତ୍ରୀଙ୍କୁ ଫେରାଦ

ବନ୍ତଳା,୨୯ା୯(ଡି.ଏନ.ଏ.) – ଅନୁଗୋଳ ଜିଲା ବନ୍ତଳା ଅଞ୍ଚଳର ପ୍ରସ୍ତାବିତ ହିଡିସିଙ୍ଗ ମଧ୍ୟମ ଜଳ ସେଚନ ପ୍ରକଳ୍ପ କାର୍ଯ୍ୟରେ ପ୍ରଶାସନିକ ମନ୍ଥରତା ଦେଖାଦେଇଥିବା ଅଭିଯୋଗ କରିଛି ହିଡିସିଙ୍ଗ କୃଷକ ମହାସଂଘ। ଶୁକ୍ରବାର ଅନୁଗୋଳ ଗସ୍ତରେ ଥିବା ରାଜ୍ୟ ସରକାରଙ୍କ ଜଳ ସମ୍ପଦ ମନ୍ତ୍ରୀ ରଘୁ ନନ୍ଦନ ଦାସଙ୍କୁ ମହାସଂଘ ସଦସ୍ୟମାନେ ଭେଟି ଏ ନେଇ ଏକ ସ୍ମାରକପତ୍ର ପ୍ରଦାନ କରିଥିବା ଜଣାପଡ଼ିଛି।
ଅନୁଗୋଳ ବିଧାୟକ ରଜନୀକାନ୍ତ ସିଂହଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟ ଗ୍ରାମ୍ୟ ଗୃହ ନିର୍ମାଣ ନିଗମ ଅଧ୍ୟକ୍ଷ ମୀନକେତନ ଅମାନ୍ତ, ବ୍ଲକ ବିଜେଡି ସଭାପତି ତଥା ବିଧାୟକଙ୍କ ପ୍ରତିନିଧି ଦୁର୍ଗା ଚରଣ ପ୍ରଧାନ, ଜିଲା ଯୁବ ବିଜେଡି ସଭାପତି ତଥା ଛେଣ୍ଡିପଦା ବିଧାୟକଙ୍କ ପ୍ରତିନିଧି ଦିନେଶ ପ୍ରଧାନଙ୍କ ଉପସ୍ଥିତରେ ହିଡିସିଙ୍ଗ କୃଷକ ମହାସଂଘ ସଭାପତି ଦିନେଶ ଦେହୁରୀ, ସମ୍ପାଦକ ତ୍ରିନାଥ ସାହୁ, ଉପ ସଭାପତି ଦୁର୍ଗାଚରଣ ପ୍ରଧାନ, ଉପଦେଷ୍ଟା ଇଂ ତ୍ରିନାଥ ସାହୁ ପ୍ରମୁଖ ସର୍କିଟ ହାଉସରେ ମନ୍ତ୍ରୀଙ୍କୁ ଭେଟି ଏହି ସ୍ମାରକପତ୍ର ପ୍ରଦାନ କରିଛନ୍ତି। ଏଥିରେ ଉଲ୍ଲେଖ କରାଯାଇଛି ଯେ, ଦୀର୍ଘ ୩୦ ବର୍ଷ ଧରି ଚାଷୀ ଆନ୍ଦୋଳନ ପରେ ୨୦୦୦ ମସିହାରେ ରାଜ୍ୟ ସରକାର କଟକ ଅନୁସନ୍ଧାନ ବିଭାଗ ଦ୍ୱାରା ଏହି ପ୍ରକଳ୍ପ ପାଇଁ ସର୍ଭେ କାର୍ଯ୍ୟ କରି ଆସୁଛନ୍ତି। ଏହି ପ୍ରକଳ୍ପ କାର୍ଯ୍ୟକ୍ଷମ ହେଲେ ୧୨ଟି ପଞ୍ଚାୟତ ସିଧାସଳଖ ଓ ୮ଟି ପଞ୍ଚାୟତର ମୋଟ୍‌ ୨୯୫୮ ହେକ୍ଟର ଚାଷଜମି ଜଳସେଚିତ ହୋଇପାରିବ। ଏଥିସହିତ ଦୀର୍ଘ ବର୍ଷ ଧରି ଅନୁଗୋଳ ସହର ଯେଉଁ ପାଣି ସମସ୍ୟା ଭୋଗୁଛି ତାହା ମଧ୍ୟ ଦୂରହେବ। ୨୦୦୭ରେ ଏହାକୁ କେନ୍ଦ୍ର ସରକାରଙ୍କ ସିଡବ୍ଲ୍ୟୁସି ଆପ୍ରୁଭାଲ ମିଳିଥିବା ବେଳେ ୫୦ ହଜାର ଚାଷୀ ଉପକୃତ ହେବେ। ଏହି ପ୍ରକଳ୍ପ ପାଇଁ ବିଭିନ୍ନ ସର୍ଭେ ଓ ତଥ୍ୟ ସଂଗ୍ରହ କରି ସରକାରଙ୍କ ଅନୁସନ୍ଧାନ ବିଭାଗକୁ ଦେବା ଦାୟିତ୍ୱ ବେସରକାରୀ ସଂସ୍ଥା ଭିଜନ ଟେକ ନେଇଛି। କିନ୍ତୁ ସଂସ୍ଥା କାର୍ଯ୍ୟ ମନ୍ଥର ଗତିରେ କରୁଥିବା ଯୋଗୁ ପ୍ରକଳ୍ପ ବିଳମ୍ବିତ ହେଉଥିବା ମହାସଂଘ ଦର୍ଶାଇଛି। ଏହି ସ୍ମାରକପତ୍ର ଗ୍ରହଣ କରିବା ସହ ମନ୍ତ୍ରୀ ମହାସଂଘକୁ ଆଶ୍ୱାସନା ଦେଇଛନ୍ତି। ପ୍ରକଳ୍ପ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇବା ସହିତ ବିଭିନ୍ନ ପଦକ୍ଷେପ ନିଆଯିବ ବୋଲି ମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିବା ମହାସଂଘ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କୁ ଶୁଣ୍ଢରେ ଟେକି କଚାଡ଼ି ମାରିଲା ହାତୀ

ଅନୁଗୋଳ,୬ା୯(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ବନାଞ୍ଚଳରେ ଶୁକ୍ରବାର ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଅବସ୍ଥାରେ...

ସ୍କୁଲରେ ତାଲା, ରାସ୍ତାରେ ପଢ଼ିଲେ ପିଲା

ବଇଣ୍ଡା,୪ା୯ (ପରିକ୍ଷିତ ସାହୁ): ସରକାରୀ ସ୍କୁଲ ପାଇଁ ଜମି ଦେଇଥିଲେ ମଧ୍ୟ ଜମି ମାଲିକଙ୍କ ସମ୍ପର୍କୀୟଙ୍କୁ ରୋଷେୟା ଭାବେ ନିଯୁକ୍ତି ମିଳିଲା ନାହିଁ। ଏଥିରେ ଖପ୍ପା...

ଖଣି ଉପନିର୍ଦ୍ଦେଶକଙ୍କ ଘର ନୁହେଁ ତ ଟଙ୍କାର ଗନ୍ତାଘର,ବାହାରୁଛି ପୁଳାପୁଳା ଟଙ୍କା ସୁନା

ତାଳଚେର,୨ା୯(ମନୋଜ ନନ୍ଦ): ତାଳଚେର ଖଣି ଉପନିର୍ଦ୍ଦେଶକଙ୍କ ଘରେ ସୋମବାର ଭିଜିଲାନ୍ସ ବିଭାଗ ପକ୍ଷରୁ ବଡ଼ଧରଣର ରେଡ ଚାଲିଛି। ଖଣି ଉପନିର୍ଦ୍ଦେଶକ ଧରଣୀଧର ନାୟକଙ୍କ ଘରେ ଏହି...

ଭିଜିଲାନ୍ସ ଜାଲରେ ପଡ଼ିଲେ ଖଣି ଉପନିର୍ଦ୍ଦେଶକ, ଚାଲିଛି ବଡ଼ଧରଣର ରେଡ୍‌

ତାଳଚେର,୨ା୯(ମନୋଜ ନନ୍ଦ): ପୁଣି ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଜଣେ ବଡ଼ ବାବୁ। ତାଳଚେର ଖଣି ଉପନିର୍ଦ୍ଦେଶକଙ୍କ ଘରେ ସୋମବାର ଭିଜିଲାନ୍ସ ବିଭାଗ ପକ୍ଷରୁ ବଡ଼ଧରଣର ରେଡ୍‌...

ଅନୁଗୋଳ ଜିଲାରେ ବିଶ୍ୱସ୍ତରୀୟ ଷ୍ଟାଡିୟମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବ

ଭୁବନେଶ୍ୱର,୨୯ା୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଗୁରୁବାର ଲୋକସେବା ଭବନରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ଅଧ୍ୟକ୍ଷ ତଥା ସାଂସଦ ନବୀନ ଜିନ୍ଦଲ ସୌଜନ୍ୟମୂଳକ ସାକ୍ଷାତ...

ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୨ ଶ୍ରମିକଙ୍କ ଚାଲିଗଲା ଜୀବନ

ବଇଣ୍ଡା,୨୮।୮(ପରିକ୍ଷିତ ସାହୁ): ଅନୁଗୋଳ ଜିଲା କିଶୋରନଗର ଥାନା ଧଉରାପାଲିରେ ଏକ ହୃଦୟବିଦାରକ ଘଟଣା ଘଟିଛି। ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୨ ଶ୍ରମିକଙ୍କ ମୃତ୍ୟୁ ଘଟିଛି।...

ଅଧିଆ ପଡ଼ିଥିବା ନାବାଳିକାଙ୍କୁ ବଳାତ୍କାର କଲେ ମନ୍ଦିର ପୂଜକ: ଥାନାରେ ଅଭିଯୋଗ

ଅନୁଗୋଳ ଅଫିସ, ୨୮।୮(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଥାନା ତିଳେଶ୍ୱର ଆଖଣ୍ଡଳମଣି ମନ୍ଦିରରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ମନ୍ଦିର ପୂଜକ...

ଶୌଚ କରିବାକୁ ଯାଇଥିବାବେଳେ ଆକ୍ରମଣ କଲା ଗୟଳ: ଆଉ ତା’ପରେ

ଅନୁଗୋଳ ଅଫିସ, ୨୮।୮(ମାନସ ବିଶ୍ୱାଳ): ଅନୁଗୋଳ ଜିଲାର ସାତକୋଶିଆ ଅଭୟାରଣ୍ୟ ଅନ୍ତର୍ଗତ ନୁଆସାହି ମୌଜା ଟିକରପଡା ଗ୍ରାମର କୈଳାସ କହଁର ( ୪୫) ବୁଧବାର ସକାଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri