ଫେରିଲା ମହାପ୍ରଭୁଙ୍କ ଟଙ୍କା: ସୁଧ ସହ ୩୯୭.୨୩ କୋଟି ଦେଲା ୟେସ୍‌ ବ୍ୟାଙ୍କ

ପୁରୀ ଅଫିସ,୧୯।୩: ଫେରିଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଟଙ୍କା। ଘରୋଇ ୟେସ୍‌ ବ୍ୟାଙ୍କରୁ ଇ-ଟ୍ରାନ୍ସଫର ମାଧ୍ୟମରେ ଗୁରୁବାର ୩୯୭ କୋଟି ୨୩ ଲକ୍ଷ ୨୭ ହଜାର ୬୩୬ ଟଙ୍କା ଶ୍ରୀମନ୍ଦିର ଏସ୍‌ବିଆଇ ଆକାଉଣ୍ଟକୁ ଫେରିଛି। ୩୮୯ କୋଟି ମୂଳଜମା ସହ ୮ କୋଟି ୨୩ ଲକ୍ଷର ସୁଧ ଟଙ୍କା ମିଳିଛି। ଏହାଛଡ଼ା ଆସନ୍ତା ୩୦ ତାରିଖରେ ବାକି ୧୫୬ କୋଟି ଟଙ୍କା ମାଚ୍ୟୁରିଟି ହେଉଛି। ଏହାପରେ ଉକ୍ତ ଟଙ୍କା ମଧ୍ୟ ଆସିବ ବୋଲି ଶ୍ରୀମନ୍ଦିର ପ୍ରଶାସନକୁ ୟେସ୍‌ ବ୍ୟାଙ୍କର ବରିଷ୍ଠ ଉପସଭାପତି ଜୟଦେବ ଦାସ ଚିଠି ଲେଖି ଜଣାଇଥିବା ସୂଚନା ମିଳିଛି।

ୟେସ୍‌ ବ୍ୟାଙ୍କରେ ଜଗନ୍ନାଥଙ୍କ ୫୪୫ କୋଟି ଟଙ୍କା ଜମା ରଖାଯିବାକୁ ନେଇ ଗତ କିଛିଦିନ ଧରି ଚର୍ଚ୍ଚା ଲାଗି ରହିଥିଲା। ଗତବର୍ଷ ପର୍ଯ୍ୟାୟକ୍ରମେ ଏହି ଟଙ୍କା ଜମା କରାଯାଇଥିଲା। ସେଥିମଧ୍ୟରୁ ଗୁରୁବାର ୩୮୯ କୋଟି ଏବଂ ଆସନ୍ତା ୩୦ ତାରିଖରେ ୧୫୬ କୋଟି ଟଙ୍କା ମାଚ୍ୟୁରିଟି ହେଉଛି। କିନ୍ତୁ ଗୁରୁବାର ସମସ୍ତ ଟଙ୍କା ଫେରାଇ ଅଣାଯିବ ବୋଲି ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଅଜୟ କୁମାର ଜେନା କହିଥିଲେ। ପରବର୍ତ୍ତୀ ସମୟରେ କେଉଁ ବ୍ୟାଙ୍କରେ ଏହା ଜମା କରାଯିବ ନିଷ୍ପତ୍ତି ନିଆଯିବ ତାହା ସ୍ପଷ୍ଟ ହେବ ବୋଲି ସେ କହିଥିଲେ।

ପ୍ରକାଶ ଯେ, ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଆର୍‌ବିଆଇ) ୟେସ୍‌ ବ୍ୟାଙ୍କ କାରବାର ଉପରେ କଟକଣା ଲଗାଇବା ପରେ ମହାପ୍ରଭୁଙ୍କ ଟଙ୍କା ଫେରିବା ନେଇ ଆଶଙ୍କା ଉପୁଜିଥିଲା। ଏହି ଘରୋଇ ବ୍ୟାଙ୍କରୁ ଏତେ ଟଙ୍କା କିଭଳି ଫେରସ୍ତ ଅଣାଯିବ ତାହାକୁ ନେଇ ବୁଦ୍ଧିଜୀବୀ, ସେବାୟତ ଓ ଜଗନ୍ନାଥପ୍ରେମୀ ସନ୍ଦେହରେ ରହିଥିଲେ। ଶେଷରେ ଏହି ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପଡ଼ିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିରୂପା ବ୍ରିଜ୍‌ ଉପରେ  ସାଇକେଲ୍‌ ମୋବାଇଲ ରଖି …

କଟକ,୨୩।୯: ବିରୂପା ନଦୀକୁ ଡେଇଁ ଜଣେ ଛାତ୍ର ନିଖୋଜ ଅଛନ୍ତି। ଏଯାବତ୍‌ ତାଙ୍କର କୌଣସି ପତ୍ତା ମିଳିନାହିଁ। ଏପରି ଦୁଃଖଦ ଘଟଣା ଘଟିଛି କଟକ ଜିଲାରେ।...

ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପରେ ପୀଡ଼ିତାଙ୍କ ବାପା କହିଲେ ଝିଅ ସବୁବେଳେ ରାତିରେ…

ଭୁୁବନେଶ୍ୱର,୨୩।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାକୁ ନେଇ ଚର୍ଚ୍ଚା ଥମିବା ନାଁ ନେଉନି । ଏହା ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି...

ଦୀର୍ଘ ୬୩ ବର୍ଷ ପରେ ବଦଳିଲା ବ୍ଲକ କାର୍ଯ୍ୟାଳୟର ଫାଟକ, ଉଦ୍‌ଘାଟନ କଲେ ଏମ୍‌ପି ସୁକାନ୍ତ ପାଣିଗ୍ରାହୀ

ଦାରିଙ୍ଗବାଡ଼ି,୨୩ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳକୁ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ଦିନିକିଆ ଗସ୍ତ କରିଛନ୍ତି। ଏହି ଅବସରରେ ଦାରିଙ୍ଗବାଡ଼ି ବ୍ଲକ...

ମେଜର, ପୀଡ଼ିତାଙ୍କ ନାଁ ପ୍ରକାଶ ନ କରିବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୩ା୯: ଭରତପୁର କାଣ୍ଡକୁ ନେଇ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ଦାୟର କରାଯାଇଛି। ପୀଡ଼ିତା ଓ ମେଜରଙ୍କ ନାଁ ଗଣମାଧ୍ୟମରେ ପ୍ରକାଶ କରିବାକୁ ବାରଣ କରିଛନ୍ତି ହାଇକୋର୍ଟ।...

ଭରା ନଦୀ ପାର ହୋଇ ଗାଁରେ ପହଞ୍ଚି ଲୋକଙ୍କ କଥା ଶୁଣିଲେ ବିଧାୟକ

ଚିତ୍ରକୋଣ୍ଡା/ମାଲକାନଗିରି,୨୩।୯: ମାଲକାନଗିରି ଜିଲା ଅପହଞ୍ଚ ଗଜିଆଗୁଡ଼ା ଗାଁରେ ସୋମବାର ପହଞ୍ଚି ଲୋକଙ୍କ ସମସ୍ୟା ବୁଝିଛନ୍ତି ଚିତ୍ରକୋଣ୍ଡା କଂଗ୍ରେସ ବିଧାୟକ ମଙ୍ଗୁ ଖିଲ। ମିଳିଥିବା ସୂଚନା ମୁତାବକ,...

ସଫଳତା ଛୁଇଁବାରେ ପ୍ରତିବନ୍ଧକ ସାଜେନି ଶବ୍ଦ

ଭୁବନେଶ୍ୱର,୨୩ା୯ (ବନ୍ଦନା ସେଠୀ): ପରସ୍ପର ମଧ୍ୟରେ ଭାବ ଆଦାନ ପ୍ରଦାନର ମୁଖ୍ୟ ମାଧ୍ୟମ ହେଉଛି ଭାଷା। ଆମେ କହୁଥିବା ପ୍ରତିଟି ଶବ୍ଦକୁ ନେଇ ତିଆରି ହୁଏ...

ବନ୍ଦ ଡାକରା ପ୍ରତ୍ୟାହୃତ କରିନେଲା ବିଜେଡି, କହିଲା ଏହି ବଡ଼ କାରଣ…

ଭୁବନେଶ୍ୱର,୨୩ା୯: ବିଜେଡି ପକ୍ଷରୁ ୨୩ ତାରିଖ ମଙ୍ଗଳବାର ପାଇଁ ଦିଆଯାଇଥିବା ୬ ଘଣ୍ଟିଆ ବନ୍ଦ ଡାକରାକୁ ପ୍ରତ୍ୟାହାର କରିନିଆଯାଇଛି। ଏନେଇ ବିଜେଡି ପକ୍ଷରୁ ସୋମବାର ଏକ...

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମେଜର-ବାନ୍ଧବୀ, ମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୨୩ା୯: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ସୋମବାର ଲୋକସେବା ଭବନରେ ଭେଟିଛନ୍ତି ମେଜର ଏବଂ ତାଙ୍କ ବାନ୍ଧବୀ। ତାଙ୍କ ସହ ତାଙ୍କ ବାପା ମଧ୍ୟ ଅଛନ୍ତି। କିଛି...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri