Posted inଫୁରସତ

ବାକିରେ ପାନ ଦେବାକୁ ଦୋକାନୀ ମନା କରିବାରୁ ଗ୍ରାହକ କାଟି ଖାଇଲେ ଓଠ, କାନ

ଲକ୍ଷ୍ନୌ: ଉତ୍ତରପ୍ରଦେଶର ଲକ୍ଷ୍ନୌରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଜଣେ ପାନ ଦୋକାନୀ ଗ୍ରାହକଙ୍କୁ ବାକି ବା ମାଗଣାରେ ପାନ ଦେବାକୁ ମନା କରିବାରୁ ଗ୍ରାହକ ଜଣକ ଏମିତି କାଣ୍ଡ ଘଟାଇଛନ୍ତି, ଯାହା ସମସ୍ତଙ୍କୁ ଚକିତ କରିଦେଇଛି।

ଆଲମବାଗ୍‌ର ସାଲୁ ନାମକ ଜଣେ ୨୮ ବର୍ଷୀୟ ଯୁବକ ଗୁରୁବାର ରାତି ୧୦ଟାରେ ପାନ ଖାଇବା ପାଇଁ ସତ୍ୟେନ୍ଦ୍ରଙ୍କ ଦୋକାନକୁ ଯାଇଥିଲେ। ଏହି ସମୟରେ ସେ ଦୋକାନ ବନ୍ଦ କରୁଥିଲେ। ସାଲୁ ତାଙ୍କୁ ମାଗଣାରେ ପାନ ମାଗିଥିଲେ। ସତ୍ୟେନ୍ଦ୍ର ମନା କରିବାରୁ ସାଲୁ ତାଙ୍କ ଉପରକୁ ପ୍ରଥମେ ଟେକା ପଥର ମାଡ଼ କରିଥିଲେ। ଏପରିକି ସାଲୁ ଉତ୍‌କ୍ଷିପ୍ତ ହୋଇ ସତ୍ୟେନ୍ଦ୍ରଙ୍କ ଓଠ ଏବଂ କାନକୁ ଏକ ଧାରୁଆ ଅସ୍ତ୍ରରେ କାଟି  ଖାଇ ଦେଇଛନ୍ତି। ଘଟଣାସ୍ଥଳରେ ସତ୍ୟେନ୍ଦ୍ର ପଡ଼ି ଛଟପଟ ହେଉଥିବାବେଳେ ସ୍ଥାନୀୟ ଲୋକେ ଦେଖି ହସ୍ପିଟାଲ ନେଇଥିଲେ।
ସୂଚନାଯୋଗ୍ୟ,ସାଲୁ ପେସାରେ ଜଣେ ଭିଡିଓଗ୍ରାଫର। ତେବେ ସାଲୁ ଘଟଣା ପରଠାରୁ ଫେରାର ହୋଇଯାଇଛନ୍ତି। ପୋଲିସ ପ୍ରାଥମିକ ତଦନ୍ତ କରି ତାଙ୍କ ନାମରେ ମାମଲା ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଆନ୍‌ ରକ୍‌ ବ୍ୟାଣ୍ଡ ‘ଅଗ୍ନି’

ଜଳବାୟୁ ପରିବର୍ତ୍ତନ ଏବେ ସାରା ବିଶ୍ୱ ପାଇଁ ଆହ୍ବାନ ସୃଷ୍ଟି କରିଛି। ଏହାର ମୁକାବିଲା କ୍ଷେତ୍ରରେ ଯୁବପିଢ଼ିଙ୍କ ବଡ଼ ଭୂମିକା ରହୁଛି। ସେମାନେ କିପରି ସଚେତନ...

୫୦୬ ବର୍ଷ ପୁରୁଣା ମାରାତ୍ମକ ମହାମାରୀ, ରାସ୍ତା ଉପରେ ନାଚି ନାଚି ୪୦୦ ଲୋକଙ୍କର ହୋଇଥିଲା ମୃତ୍ୟୁ

ଷ୍ଟାର୍ସବର୍ଗ: ଇତିହାସରେ ଏପରି ଅନେକ ଘଟଣା ଘଟିଛି ଯାହା ଆଜି ବି ଲୋକମାନେ ମନେ ପକାଇ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି । ଆଜି ଆମେ ଏପରି ଏକ...

ଲଣ୍ଡନରେ ଲୋକଙ୍କ ପାଟିରୁ ଲାଳ ଗଡାଉଛି କୋଲକାତାର ‘ଝାଲମୁଢି’, ଇଂରାଜୀ ବାବୁଙ୍କ ଠେଲାକୁ ନେଇ ହେଉଛି ଚର୍ଚ୍ଚା

ଲଣ୍ଡନ,୨୧।୧୧: ଆମେ ଖାଦ୍ୟ ବିଷୟରେ ଆଲୋଚନା କରିବା ବେଳେ କେହି କେବେ କୋଲକାତାକୁ ଭୁଲି ପାରନ୍ତି ନାହିଁ ବୋଲି କହାଯାଏ। ପଶ୍ଚିମବଙ୍ଗରେ ବିଭିନ୍ନ ପ୍ରକାରର ଖାଦ୍ୟ...

ଭିଣୋଇଙ୍କ ସହ ଥିଲା ଅନୈତିକ ସମ୍ପର୍କ, ବିବାହ ମଣ୍ଡପରେ କନ୍ୟାଙ୍କ ଭିଡିଓ ଚଲାଇଦେଲେ ବର, ତା’ପରେ…

ବିବାହ ମଣ୍ଡପରେ କନ୍ୟାର କାରନାମା ଭିଡିଓ ମାଧ୍ୟମରେ ଦେଖାଯାଏ, ତେବେ କ’ଣ ହେବ? ଚାଇନାର ଏପରି ଏକ ମାମଲା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ବର...

ଶିଶୁ ହସିଲେ ଦୁନିଆ ହସିବ

ଆଜିର ଶିଶୁ ଭବିଷ୍ୟତର ନାଗରିକ ଓ ସେହି କ୍ରମରେ ଆଜିର ଶିଶୁଟିଏ ହସିଲେ ନିଶ୍ଚୟ ଆସନ୍ତାକାଲି ଦେଶ ହସିବ। ତେଣୁ ଦେଶରେ ଶିଶୁଟିଏ ସୁରକ୍ଷିତ ଭାବରେ...

‘ଶୌଚାଳୟ: ଶାନ୍ତି ପାଇଁ ଏକ ସ୍ଥାନ’

ପ୍ରତିବର୍ଷ ନଭେମ୍ବର ୧୯ ରେ ବିଶ୍ୱସ୍ତରରେ ଶୌଚାଳୟ ଦିବସ ପାଳନ କରାଯାଏ। ଏହା ହେଉଛି ମିଳିତ ଜାତିସଂଘର ଏକ ବୈଶ୍ୱିକ ପଦକ୍ଷେପ, ଯାହା ଜରୁରୀ ପରିମଳ...

Gmail ରେ ଷ୍ଟୋରେଜ ଫୁଲ୍‌ ହୋଇଯାଇଛି କି? ଜାଣି ନିଅନ୍ତୁ ଉପାୟ

ନୂଆଦିଲ୍ଲୀ,୧୯।୧୧: Gmail ଷ୍ଟୋରେଜ ଫୁଲ ହେବା ଏକ ସାଧାରଣ ସମସ୍ୟା । ଆପଣଙ୍କୁ ଜଣାଇଦେଉଛୁ ଯେ, ଗୁଗୁଲ ଦ୍ୱାରା ପ୍ରତ୍ୟେକ ଉପଭୋକ୍ତାଙ୍କୁ କେବଳ ୧୫ GB...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri