ବାରଙ୍ଗ ଧନ୍ଦାମୂଳକ ତାଲିମ କେନ୍ଦ୍ରକୁ ଉତ୍ପାଦନମୁଖୀ କରାଯିବ

ଭୁବନେଶ୍ୱର, ୨୪ା୭(ବ୍ୟୁରୋ): ବାରଙ୍ଗସ୍ଥିତ ଧନ୍ଦାମୂଳକ ତାଲିମ କେନ୍ଦ୍ରକୁ ଅଧିକ ସଶକ୍ତ ଓ କ୍ରିୟାଶୀଳ କରାଯିବ। ଏଥିସହିତ ସେଠାରେ ଭିନ୍ନକ୍ଷମମାନଙ୍କ ନିମନ୍ତେ ତାଲିମ ବ୍ୟବସ୍ଥାକୁ ଦୃଢ଼ କରାଯିବ। ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ପ୍ରମୁଖ ଶାସନ ସଚିବ ନିତେନ୍‌ ଚନ୍ଦ୍ର ବୁଧବାର ଏହି ତାଲିମ କେନ୍ଦ୍ର ପରିଦର୍ଶନ କରିବା ସହିତ ଏକ ସମୀକ୍ଷା ବୈଠକ କରିଥିଲେ। ତାଲିମ କେନ୍ଦ୍ରରେ ଭିନ୍ନକ୍ଷମଙ୍କ ନିମନ୍ତେ ଅଧିକ ବନ୍ଦୋବସ୍ତ କରିବା ଉପରେ ସେ ଗୁରୁତ୍ୱରୋପ କରିଛନ୍ତି।
୨୦୦୩ରୁ ନିଷ୍କ୍ରିୟ ହୋଇଯାଇଥିବା ଏହି ତାଲିମ କେନ୍ଦ୍ରକୁ ୨୦୧୭ରୁ ପୁନଃ କାର୍ଯ୍ୟକ୍ଷମ କରାଯାଇଛି। ଚଳିତ ବର୍ଷ ଏଠାରେ ଭିନ୍ନକ୍ଷମମାନଙ୍କୁ ତାଲିମ ପ୍ରଦାନ ଆରମ୍ଭ ହୋଇଛି। ପ୍ରାୟ ୬ ଏକର ପରିମିତ ଅଞ୍ଚଳରେ ପ୍ରତିଷ୍ଠିତ ଏହି ତାଲିମ କେନ୍ଦ୍ରରେ ବିଭିନ୍ନ ପ୍ରାକୃତିକ ଚାଷ ତଥା ଆନୁଷଙ୍ଗିକ ଜୀବିକା କୌଶଳଭିତ୍ତିକ କାର୍ଯ୍ୟ କରାଯାଇପାରିବ। ବର୍ତ୍ତମାନ ଏଠାରେ ଛତୁଚାଷ ଆରମ୍ଭ ହୋଇଛି। ପରବର୍ତ୍ତୀ ପର୍ଯ୍ୟାୟରେ ମହୁଚାଷ କରାଯିବ। ଏହା ବ୍ୟତୀତ ମଶାମରା ଅଗରବତୀ ଉତ୍ପାଦନ ସହିତ ଏକ ଡାଏରୀ ଫାର୍ମ ଖୋଲାଯିବାର ପ୍ରସ୍ତାବ ରହିଛି। ଉଦ୍ୟାନ କୃଷିକୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ଏଠାରେ ଏକ ପ୍ରାକୃତିକ ଉଦ୍ୟାନ ଆରମ୍ଭ କରାଯିବ। ବର୍ତ୍ତମାନ ଛତୁ ଚାଷ ପାଇଁ ୧୦ଜଣ ପ୍ରଶିକ୍ଷାର୍ଥୀ ୧୫ ଦିନିଆ ତାଲିମ ନେଉଥିବାବେଳେ ପ୍ରତି ୧୫ ଦିନରେ ଭିନ୍ନକ୍ଷମଙ୍କ ନିମନ୍ତେ ବିଭିନ୍ନ ବର୍ଗରେ ତାଲିମର ବ୍ୟବସ୍ଥା କରାଯାଉଛି। ପରବର୍ତ୍ତୀ ସମୟରେ ତାଲିମ କେନ୍ଦ୍ରରୁ ଉତ୍ପାଦିତ ସାମଗ୍ରୀର ବିପଣନ ସହ ଏକ ୫୦ ଶଯ୍ୟା ବିଶିଷ୍ଟ ଛାତ୍ରାବାସ ନିର୍ମାଣ ଉପରେ ପଦକ୍ଷେପ ଗ୍ରହଣ କରିବାକୁ ସମୀକ୍ଷା ବୈଠକରେ ପ୍ରମୁଖ ଶାସନ ସଚିବ ପରାମର୍ଶ ଦେଇଛନ୍ତି। ଏହି ବୈଠକରେ ବିଭାଗ ନିର୍ଦ୍ଦେଶକ ସୁଶାନ୍ତ ମହାପାତ୍ର, ବିଭାଗୀୟ ଉପଶାସନ ସଚିବ ଅମ୍ବିକା ପଟ୍ଟନାୟକ, କଟକର ଅତିରିକ୍ତ ଜିଲାପାଳ ବିଜୟ କୁମାର ଖଣ୍ଡାୟତରାୟ, ଜିଲା ସାମାଜିକ ସୁରକ୍ଷା ଅଧିକାରୀ ଅଶୋକ କୁମାର ମିଶ୍ର, ବାରଙ୍ଗ ବିଡିଓ ଆକୁଳ ମଲ୍ଲିକ ଓ ତହସିଲଦାର ରମେଶ ଚନ୍ଦ୍ର ଜେନା ଓ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri