ବିଶ୍ବବିଦ୍ୟାଳୟର ପରୀକ୍ଷା ନିୟନ୍ତ୍ରକ, କୁଳସଚିବ ଓ ବିତ୍ତ ନିୟନ୍ତ୍ରକଙ୍କ ବୈଠକ: ୪୫ ଦିନରେ ପ୍ରକାଶ ପାଇବ ପରୀକ୍ଷାଫଳ

ଭୁବନେଶ୍ୱର, ୨୯।୮(ବ୍ୟୁରୋ): ପରୀକ୍ଷାରେ ସଂସ୍କାର ଆଣିବାକୁ ଅଣ୍ଟା ଭିଡିଛି ଉଚ୍ଚ ଶିକ୍ଷା ବିଭାଗ। ଠିକ୍‌ ସମୟରେ କୋର୍ସ ସାରିବା ସହ ପରୀକ୍ଷା ପରିଚାଳନା ଓ ଫଳ କିପରି ଶୀଘ୍ର ପ୍ରକାଶ ପାଇବ ସେଥିପାଇଁ ବିଭାଗ ତତ୍ପରତା ଦେଖାଇଛି। ଖାତା ଦେଖା ପାଇଁ ମୂଲ୍ୟାୟନ କେନ୍ଦ୍ର ସଂଖ୍ୟା ବଢ଼ାଯିବ। ପରୀକ୍ଷା ସରିବାର ୪୫ ଦିନ ଭିତରେ ଫଳ ପ୍ରକାଶ ପାଇବ। ବିଶେଷକରି ଯୁକ୍ତ ୩ ପାଇଁ ଉଚ୍ଚଶିକ୍ଷା ବିଭାଗ ଗୁରୁତ୍ୱ ଦେଇଛି। ଏଥି ନିମନ୍ତେ ବୁଧବାର ବିଶ୍ବବିଦ୍ୟାଳୟର ପରୀକ୍ଷା ନିୟନ୍ତ୍ରକ, କୁଳସଚିବ ଓ ବିତ୍ତନିୟନ୍ତ୍ରକଙ୍କ ବୈଠକ ଅନୁଷ୍ଠିତ ହୋଇଯାଇଛି। ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଠିକ୍‌ ସମୟରେ ପରୀକ୍ଷା ଯେପରି ଶେଷ ହେବ ଓ ପରୀକ୍ଷା ଫଳ ଧାର୍ଯ୍ୟ ସମୟରେ ବାହାରିବ ସେଥି ନିମନ୍ତେ ଆଲୋଚନା ହୋଇଥିଲା। ମହାବିଦ୍ୟାଳୟ ପକ୍ଷରୁ ଠିକ୍‌ ସମୟରେ ଆଡ୍‌ମିଶନ୍‌ ଏବଂ କୋର୍ସ ସାରିବାକୁ ବୈଠକରେ ଗୁରୁତ୍ବ ଦିଆଯାଇଥିଲା।
ପ୍ରତି ୧୨ରୁ ୧୫ଟି ମହାବିଦ୍ୟାଳୟକୁ ନେଇ ଗୋଟିଏ ମୂଲ୍ୟାୟନ କେନ୍ଦ୍ର କରାଯିବ। ଫଳରେ ଖାତା ଦେଖା ଶୀଘ୍ର ସରିବ ଓ ପରୀକ୍ଷା ଫଳ ଠିକ ସମୟରେ ପ୍ରକାଶ ପାଇପାରିବ। ତେଣୁ ଅଧିକ ସଂଖ୍ୟକ ପରୀକ୍ଷା ଖାତା ମୂଲ୍ୟାୟନ କେନ୍ଦ୍ର ଖୋଲିବା ପାଇଁ ମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ସେହିପରି ପରୀକ୍ଷା ଖାତା ମୂଲ୍ୟାୟନକାରୀ ଓ ପ୍ରଶ୍ନ ପ୍ରସ୍ତୁତକାରୀ ଅଧ୍ୟାପକମାନଙ୍କୁ ଦିଆଯାଉଥିବା ଅର୍ଥରାଶି ବୃଦ୍ଧି କରାଯିବା ପାଇଁ ବୈଠକରେ ନିଷ୍ପତ୍ତି ନିଆଯାଇଥିଲା। ଏଥିସହ ପ୍ରଶ୍ନ ପତ୍ର ସେଟ୍‌ ମଧ୍ୟ ବୃଦ୍ଧି କରାଯିବ ବୋଲି ସ୍ଥିର କରାଯାଇଥିଲା। ସଂଶୋଧିତ ସିଲାବସ୍‌ ଏବଂ ପ୍ରଶ୍ନପତ୍ର ପରିବର୍ତ୍ତନ ସମ୍ପର୍କରେ ବିଶ୍ବବିଦ୍ୟାଳୟଗୁଡ଼ିକ ମହାବିଦ୍ୟାଳୟଗୁଡ଼ିକୁ ଅବଗତ କରାଇବାକୁ ଗୁରୁତ୍ବାରୋପ କରାଯାଇଥିଲା। ଏତଦ୍‌ବ୍ୟତୀତ ବିଇଡି ପରୀକ୍ଷାଗୁଡିକୁ ନିର୍ଦ୍ଧାରିତ ସମୟ ମଧ୍ୟରେ ଶେଷ କରି ପରୀକ୍ଷା ଫଳ ବାହାର କରିବାକୁ କୁହାଯାଇଥିଲା। ବିଶ୍ବବିଦ୍ୟାଳୟଗୁଡ଼ିକ ନିକଟରେ ବର୍ଷ ବର୍ଷ ଧରି ଖର୍ଚ୍ଚ ନ ହୋଇ କେଉଁଠି କେତେ ଅର୍ଥ ରହିଛି ସେ ବିଷୟରେ ୧୫ ଦିନ ମଧ୍ୟରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ଏହି ଅର୍ଥର ଉପଯୁକ୍ତ ବିନିଯୋଗ କରିବାକୁ ମଧ୍ୟ କୁହାଯାଇଥିଲା। ବିଶ୍ବବିଦ୍ୟାଳୟର ନିୟମିତ ଅଡିଟ୍‌ କରିବା ଓ ଏହାର ଅନୁପାଳନ ଉପରେ ମଧ୍ୟ ଗୁରୁତ୍ବ ଦିଆଯାଇଥିଲା। ବିଶ୍ବବିଦ୍ୟାଳୟ ଏବଂ ମହାବିଦ୍ୟାଳୟଗୁଡ଼ିକର ଜମିଜମା ସଂକ୍ରାନ୍ତରେ ଆଲୋଚନା ହେବା ସହ ଭିତ୍ତିଭୂମି ନିର୍ମାଣକୁ ଜମିର ଠିକ୍‌ ଉପଯୋଗ ଓ ବହୁତଳ ଗୃହ ନିର୍ମାଣ ଉପରେ ମତପ୍ରକାଶ ପାଇଥିଲା। ଏଥିରେ ଉଚ୍ଚଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ଶାଶ୍ବତ ମିଶ୍ର, ଉଚ୍ଚଶିକ୍ଷା ପରିଷଦର ଉପାଧ୍ୟକ୍ଷ ପ୍ରଫେସର ଅଶୋକ କୁମାର ଦାସ, ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ (ବିଶ୍ବବ୍ୟାଙ୍କ) ପରମେଶ୍ବରନ୍‌ ବି. ଙ୍କ ସମେତ ବିଭାଗୀୟ ସମସ୍ତ ଆଞ୍ଚଳିକ ନିର୍ଦ୍ଦେଶକ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବର ୯କୁ ଦିଆଯିବ ସୁଭଦ୍ରା ଦ୍ୱିତୀୟ ପର୍ଯ୍ୟାୟ ପ୍ରଥମ କିସ୍ତି, ଏହି ତାରିଖ ସୁଦ୍ଧା ସରିବ ପ୍ରସ୍ତୁତି

ନୂଆଦିଲ୍ଲୀ,୩।୧୦: ମହିଳାମାନଙ୍କୁ ଆର୍ଥିକ ସହାୟତା ପ୍ରଦାନ କରୁଥିବା ରାଜ୍ୟ ସରକାରଙ୍କ ପ୍ରମୁଖ ଜନକଲ୍ୟାଣକାରୀ “ସୁଭଦ୍ରା” ଯୋଜନାର ପ୍ରଥମକିସ୍ତି ଅର୍ଥରାଶି ପ୍ରଥମ ପର୍ଯ୍ୟାୟରେ ୨୫ଲକ୍ଷ ୨୯ହଜାର ୭୨୦...

ଚାଷୀନେତାଙ୍କୁ ଅଭ୍ୟାସଗତ ଅପରାଧୀ ଦର୍ଶାଇବା ଘଟଣା: କୃଷକ ସଙ୍ଗଠନର ଆନ୍ଦୋଳନ ଚେତାବନୀ

ବରଗଡ଼,୨।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚାଷୀନେତା ତଥା ସଂଯୁକ୍ତ କୃଷକ ସଙ୍ଗଠନର ଉପଦେଷ୍ଟା ରମେଶ ମହାପାତ୍ରଙ୍କୁ ପୋଲିସ ଅଭ୍ୟାସଗତ ଅପରାଧୀ ଭାବେ ଉଲ୍ଲେଖ କରିବା ଏବଂ...

ଟ୍ରାକିଂବେଳେ ବନ କର୍ମଚାରୀଙ୍କୁ ଶୁଣ୍ଢରେ ଟେକି କଚାଡ଼ିଲା ହାତୀ, ଭାଙ୍ଗିଦେଲା ହାତ

ବଣାଇଁ,୩ା୧୦(ପ୍ରଦୀପ ତ୍ରିପାଠୀ): ଗୁରୁବାର ବଣାଇଁ ବନଖଣ୍ଡ ତଥା କୁଳିପୋଷ ରେଞ୍ଜ ଅଧୀନ ଗଣିଘଷା ନିକଟରେ ଗତକାଲି ଠାରୁ ଘୂରି ବୁଲୁଥିବା ୪ଟିକିଆ ହାତୀ ପଲ ସମ୍ପର୍କରେ...

ଓଡ଼ିଶାରେ ହେବ ଶିଳ୍ପ ହବ୍‌: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର/ନୂଆଦିଲ୍ଲୀ,୩ା୧୦: ଉତ୍କର୍ଷ ଓ କନ୍‌କ୍ଲେଭ ପାଇଁ ଦିଲ୍ଲୀ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ୩୪ଟି ଦେଶର ରାଷ୍ଟ୍ରଦୂତଙ୍କ ସହ ଓ୍ବାନ୍‌ ଟୁ ଓ୍ବାନ୍‌ ଆଲୋଚନା କରିଥିଲେ। ବୈଠକରେ...

ବବିଙ୍କ ରଣହୁଙ୍କାର ପରେ ମୁହଁ ଖୋଲିଲେ ସୁଜାତା, କହିଲେ ମୋର ଇସ୍ତଫା…

ଭୁବନେଶ୍ୱର,୩ା୧୦: ବୁଧବାର  ବିଜେଡି ନେତା ତଥା ଯାଜପୁରର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ରଣହୁଙ୍କାର ପରେ ଗୁରୁବାର ସୁଜାତା ସାହୁ ଏକ ବଡ଼ ବୟାନ...

ଯାଜପୁର ଦେଖିବ ଉପନିର୍ବାଚନ? ଗଣେଶ୍ୱର ବେହେରାଙ୍କ ବୟାନ ପରେ ବଢିଲା ଚର୍ଚ୍ଚା

ଭୁବନେଶ୍ୱର,୩।୧୦: ବିଜେଡିର ବଡ଼ ନେତା ତଥା ଯାଜପୁରର ପୂର୍ବତନ ବିଧାୟକ ବବି ଦାସଙ୍କ ପୁଣିଥରେ ନିର୍ବାଚନ ଲଢିବା ବୟାନକୁ ନେଇ ରାଜନୀତି ଜୋର ଧରିଛି। ନିକଟରେ...

ଆସିଲା ବାଘ ଗଣନାର ପ୍ରଥମ ରିପୋର୍ଟ: ଓଡ଼ିଶାରେ ଅଛନ୍ତି ୬୯୬ କଲରାପତରିଆ

ଭୁବନେଶ୍ୱର,୩ା୧୦(ବନ୍ଦନା ସେଠୀ): ରାଜ୍ୟର ପ୍ରଥମ କଲରାପତରିଆ ବାଘ ଗଣନା ରିପୋର୍ଟ ଗୁରୁବାର ପ୍ରକାଶ ପାଇଛି। ଓଡ଼ିଶାରେ ୬୯୬ କଲରାପତରିଆ ବାଘ ଥିବା ରିପୋର୍ଟରୁ ଜଣାପଡ଼ିଛି। ଏନ୍‌ଟିସିଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri