Posted inଖେଳ

ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌: ଶୀର୍ଷ ସ୍ଥାନ ଦୃଢ଼ କଲା ଭାରତ

ଦୁବାଇ, ୨୨।୧୦ (ପି.ଟି.)- ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ କ୍ରିକେଟ୍‌ ଦଳ ମଙ୍ଗଳବାର ଦକ୍ଷିଣ ଆଫ୍ରିକା ବିପକ୍ଷ ଅନୁଷ୍ଠିତ ୩ୟ ଟେଷ୍ଟ ମ୍ୟାଚ୍‌କୁ ଇନିଂସ ଓ ୨୦୨ ରନର ବୃହତ୍‌ ବ୍ୟବଧାନରେ ଜିତିନେଇଛି। ଏଥିସହ ଭାରତ ସିରିଜକୁ ୩-୦ରେ କ୍ଲିନ୍‌ସୁଇପ୍‌ କରିଛି। ଫଳରେ ଅନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ଆଇସିସି) ପକ୍ଷରୁ ନୂଆ କରି ଆରମ୍ଭ ହୋଇଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ପଏଣ୍ଟ ଟେବୁଲରେ ଭାରତୀୟ ଦଳ ଏହାର ଶୀର୍ଷ ସ୍ଥାନକୁ ଆହୁରି ଦୃଢ଼ କରିଛି। ପ୍ରତ୍ୟେକ ମ୍ୟାଚ୍‌ ଜିତି ୪୦ ପଏଣ୍ଟ ହିସାବରେ ଭାରତ ଏହି ସିରିଜରୁ ମୋଟ୍‌ ୧୨୦ ପଏଣ୍ଟ ଅର୍ଜନ କରିଛି। ବିରାଟ ବାହିନୀ ପୂର୍ବରୁ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଟେଷ୍ଟକୁ ୨-୦ରେ ମଧ୍ୟ କ୍ଲିନ ସୁଇପ୍‌ କରି ୧୨୦ ପଏଣ୍ଟ ଅର୍ଜନ କରିଥିଲା। ଫଳରେ ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ରେ ଭାରତ ମୋଟ୍‌ ୫ ମ୍ୟାଚ୍‌ରୁ ୫ ବିଜୟ ସହ ୨୪୦ ପଏଣ୍ଟ ପାଇ ଟେବୁଲର ଶୀର୍ଷ ସ୍ଥାନକୁ ଦୃଢ଼ୀଭୂତ କରିଛି। ନ୍ୟୁଜିଲାଣ୍ଡ (୬୦), ଶ୍ରୀଲଙ୍କା (୬୦), ଅଷ୍ଟ୍ରେଲିଆ (୫୬) ଓ ଇଂଲଣ୍ଡ (୫୬) ଯଥାକ୍ରମେ ୨ୟରୁ ୫ମ ସ୍ଥାନରେ ରହିଛନ୍ତି। ‘ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ରେ ୨ ମ୍ୟାଚ୍‌ବିଶିଷ୍ଟ ସିରିଜର ପ୍ରତ୍ୟେକ ମ୍ୟାଚ୍‌ ଲାଗି ୬୦ ପଏଣ୍ଟ, ୩ ମ୍ୟାଚ୍‌ ବିଶିଷ୍ଟ ସିରିଜରେ ମ୍ୟାଚ୍‌ ପିଛା ୪୦ ପଏଣ୍ଟ ଏବଂ ୫ ମ୍ୟାଚ୍‌ ସିରିଜରେ ୨୪ ପଏଣ୍ଟ ବ୍ୟବସ୍ଥା ରହିଛି’ ବୋଲି ଆଇସିସି ପକ୍ଷରୁ ଏକ ବିଜ୍ଞପ୍ତିରେ କୁହାଯାଇଛି। ଏହି ପଏଣ୍ଟ ବ୍ୟବସ୍ଥା ଅନୁଯାୟୀ ଭାରତ ୨୪୦ ପଏଣ୍ଟ ହାସଲ କରିଛି। ଆଗାମୀ ଦିନରେ ବାଂଲାଦେଶ ବିପକ୍ଷରେ ଭାରତ ୨ ମ୍ୟାଚ୍‌ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବାର କାର୍ଯ୍ୟସୂଚୀ ରହିଛି। ନଭେମ୍ବର ୧୪ରୁ ଏହା ଆରମ୍ଭ ହେବ। ଉଲ୍ଲେଖ୍ୟଯୋଗ୍ୟ, ୨୦୨୧ ଜୁନ ସୁଦ୍ଧା ୯ ଦଳୀୟ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ପଏଣ୍ଟ ଟେବୁଲର ଶୀର୍ଷ ଦୁଇ ସ୍ଥାନରେ ରହିଥିବା ଦଳ ଫାଇନାଲ ଖେଳିବାକୁ ଯୋଗ୍ୟତା ଅର୍ଜନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ନିଆରା ଅନ୍ଦାଜରେ ମୁଖ୍ୟମନ୍ତ୍ରୀ: କ୍ରୀଡାବିତଙ୍କୁ କଲେ ଉତ୍ସାହିତ

କେନ୍ଦୁଝର ,୨୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା କରଞ୍ଜିଆପଡା ଖେଳପଡିଆରେ ଆୟୋଜିତ ୧୮ ତମ ନକ ଆଉଟ୍ ଫୁଟବଲ ପ୍ରତିଯୋଗିତାରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଆଇପିଏଲ୍‌ ପୂର୍ବରୁ ବିକ୍ରମ ରାଠୋର ରାଜସ୍ଥାନର ବ୍ୟାଟିଂ କୋଚ୍‌ ନିଯୁକ୍ତ: ଜାଣନ୍ତୁ ବିକ୍ରମ କିଏ…

ଜୟପୁର,୨୦ା୯: ରାଜସ୍ଥାନ ରୟାଲ୍ସ ଶୁକ୍ରବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ପୂର୍ବରୁ ପୂର୍ବତନ ଭାରତୀୟ ଓପନର ବିକ୍ରମ ରାଠୋରଙ୍କୁ ଦଳର ବ୍ୟାଟିଂ କୋଚ୍‌ ଭାବେ ନିଯୁକ୍ତି...

ଭାରତର ସମ୍ମାନ ରଖିଲେ ଅଶ୍ୱିନ

ଚେନ୍ନାଇ,୨୦।୯: ଚେନ୍ନାଇରେ ଅନୁଷ୍ଠିତ ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତର ସମ୍ମାନ ରକ୍ଷା କରିଛନ୍ତି ରବିଚନ୍ଦ୍ରନ ଅଶ୍ୱିନ। ଭାରତ ୧୪୪ ରନ୍‌ରେ ୬ ଉଇକେଟ ହରାଇ...

୨୦ ବର୍ଷ କ୍ରିକେଟ୍‌ରୁ ବାସନ୍ଦ ହେଲେ ଏହି ଖେଳାଳି

ମେଲବୋର୍ନ, ୨୦ା୯: ଶ୍ରୀଲଙ୍କାର ପୂର୍ବତନ ଟେଷ୍ଟ କ୍ରିକେଟର ଦୁଲୀପ ସମରବୀରା ଅଷ୍ଟ୍ରେଲିଆରେ କୋଚିଂ ଦେବାରୁ ୨୦ବର୍ଷ ବାସନ୍ଦ ହୋଇଛନ୍ତି। ସେ ଭିକ୍ଟୋରିଆ ମହିଳା ଦଳର କୋଚ୍‌...

୧୪୭ ବର୍ଷ କ୍ରିକେଟ୍‌ ଇତିହାସରେ ପ୍ରଥମ ଖେଳାଳି ଭାବେ ଏମିତି ରେକର୍ଡ କଲେ ଆର୍‌. ଅଶ୍ୱିନ

ଚେନ୍ନାଇ,୨୦।୯: ଚେନ୍ନାଇରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ରବିଚନ୍ଦ୍ରନ ଅଶ୍ୱିନ ବିଶ୍ୱ ରେକର୍ଡ ସୃଷ୍ଟି କରିଛନ୍ତି। ମ୍ୟାଚ୍‌ର ପ୍ରଥମ ଦିନରେ...

୧୧୯ ବର୍ଷ ପୂର୍ବେ କରିଥିଲେ ଡେବ୍ୟୁ, ୨୯ ବର୍ଷ ଖେଳି ହାସଲ କଲେ ୧୯୯ ଶତକ: ତାଙ୍କ ଆଖପାଖରେ ନାହାନ୍ତି ସଚିନ-କୋହଲି

ନୂଆଦିଲ୍ଲୀ,୧୯।୯: କ୍ରିକେଟରେ ଶତକ ସ୍କୋର କରିବା ଏକ ବଡ଼ ସଫଳତା। ୧୦୦ ରନ ପୂରଣ କରିବାକୁ ଜଣେ ବ୍ୟାଟ୍ସମ୍ୟାନଙ୍କୁ ଅନେକ ଘଣ୍ଟା ପାଇଁ କ୍ରିଜରେ ରହିବାକୁ...

ପଡିଆରେ ଏହି ମନ୍ତ୍ର ଜପ କରନ୍ତି ବିରାଟ କୋହଲି, ଆଉ ଗୌତମ ଗମ୍ଭୀର…

ନୂଆଦିଲ୍ଳୀ,୧୯ା୯(ପି.ଟି.): ଭାରତୀୟ ଦଳର ଷ୍ଟାର ବ୍ୟାଟର ବିରାଟ କୋହଲି ଓ ମୁଖ୍ୟ କୋଚ୍‌ ଗୌତମ ଗମ୍ଭୀରଙ୍କ ସାକ୍ଷାତକାର ଅବସରରେ ଉଭୟଙ୍କ ଆଧ୍ୟାତ୍ମିକତାର ରୁଚି ସାମ୍ନାକୁ ଆସିଛି।...

ଗମ୍ଭୀର-ବିରାଟ ବିବାଦ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ

ଚେନ୍ନାଇ,୧୯ା୯(ପି.ଟି.):ଭାରତୀୟ ଦଳର ଷ୍ଟାର ବ୍ୟାଟର ବିରାଟ କୋହଲି ଓ ମୁଖ୍ୟ କୋଚ୍‌ ଗୌତମ ଗମ୍ଭୀରଙ୍କ ମଧ୍ୟରେ ପଡିଆ ବାହାରେ ବିବାଦକୁ ନେଇ ସର୍ବଦା ଖବର ଦେଖିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri