ବୀରଗୋବିନ୍ଦପୁର ଛକରେ ଦୁର୍ଘଟଣା: ଓଲଟିଲା ବସ୍‌; ଜଣେ ମୃତ, ୨୦ ଆହତ

ସାକ୍ଷୀଗୋପାଳ,୨୨।୧୦(ଡି.ଏନ୍‌.ଏ.): ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥର ସାକ୍ଷୀଗୋପାଳ ନିକଟବର୍ତ୍ତୀ ବୀରଗୋବିନ୍ଦପୁର ଛକରେ ମଙ୍ଗଳବାର ପୂର୍ବାହ୍ନରେ ବସ୍‌କୁ ବାଇକ ଧକ୍କା ଦେଇଛି। ଏଥିରେ ବାଇକ୍‌ ଚାଳକଙ୍କ ମୃତ୍ୟୁ ଘଟିଥିବା ବେଳେ ୨୦ ଯାତ୍ରୀ ଆହତ ହୋଇଛନ୍ତି। ମୃତ ବାଇକ ଚାଳକ ହେଲେ ଖଣ୍ଡଗିରି ଥାନା ଘାଟିକିଆର ଶୁକଦେବ ସାହୁ(୫୮)। ଗୁରତରଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି।
ସୂଚନାଯୋଗ୍ୟ, ଶୁକଦେବ ତାଙ୍କ ପୁଅର ବାହାଘର ନିମନ୍ତେ ବନ୍ଧୁବାନ୍ଧବଙ୍କୁ ନିମନ୍ତ୍ରଣ କରିବାକୁ ବାଇକ୍‌ (ଓଡି ୩୩ କ୍ୟୁ- ୯୩୧୨) ଯୋଗେ ପୁରୀ ଯାଇଥିଲେ। ତେବେ ମଙ୍ଗଳବାର ପୁରୀରୁ ଫେରୁଥିବା ବେଳେ ବୀରଗୋବିନ୍ଦପୁର ଛକରେ ଶ୍ରୀଦୁର୍ଗା ବସ୍‌ (ଓଆର ୧୩- ବି ୦୪୦୫)କୁ ଓଭରଟେକ୍‌ କରୁଥିବାବେଳେ ଦୁର୍ଘଟଣା ଘଟିଥିଲା। ଭାରସାମ୍ୟ ହରାଇ ବସ୍‌ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା। ଗୁରୁତରଙ୍କୁ ସ୍ଥାନୀୟ ଲୋକେ ସାକ୍ଷୀଗୋପାଳ ଡାକ୍ତରଖାନାରେ ଭର୍ତ୍ତି କରିଥିଲା ବେଳେ ସେଠାରେ ଡାକ୍ତର ଶୁକଦେବଙ୍କୁ ମୃତ ଘୋଷଣା କରିଥିଲେ। ଖବରପାଇ ସତ୍ୟବାଦୀ ପୋଲିସ ଘଟଣାସ୍ଥଳରୁ ବାଇକ୍‌ ଜବତ କରିଛି । ଥାନାରେ କେସ୍‌ ନଂ.୨୦୩/ ୧୯ ରେ ଏକ ମାମଲା ରୁଜୁକରି ପୋଲିସ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଳିଗଲା ଲୁଗା ଦୋକାନ, ମାଲିକ ମୃତ

ଜଟଣୀ,୧୫ା୧୧(ରବୀନ୍ଦ୍ରନାଥ ମହାକୁଡ଼): ଖୋର୍ଦ୍ଧା ଜିଲା ଜଟଣୀ ଥାନା ଅଧୀନ ରାଜାବଜାରରେ ଥିବା ଗୌରୀ ଗାର୍ମେଣ୍ଟସ (ଲୁଗା ଦୋକାନ)ରେ ଶୁକ୍ରବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି...

ଚନ୍ଦ୍ରଗିରି ବନାଞ୍ଚଳରେ ବାଘ ପାଦଚିହ୍ନ

ମୋହନା,୧୫ା୧୧(ମନ୍ମଥ ମିଶ୍ର): ଗଜପତି ଜିଲା ଚନ୍ଦ୍ରଗିରି ବନାଞ୍ଚଳର ଆକିଲି ଅଞ୍ଚଳରେ ବାଘ ଆତଙ୍କ ଦେଖାଦେଇଛି। କିଛିଦିନ ହେଲା ଗଞ୍ଜାମ ଜିଲାର ଦିଗପହଣ୍ଡି ଓ ଚିକିଟି ଅଞ୍ଚଳରେ...

ବୋମାମାଡ଼ ଘଟଣା, ଆଉ ଜଣେ ଗିରଫ

ଦିଗପହଣ୍ଡି,୧୫ା୧୧(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ଓ ଦିଗପହଣ୍ଡି ଅଞ୍ଚଳରେ ଗତ କିଛିଦିନ ହେଲା ବୋମାମାଡ଼ କରି ଆତଙ୍କ ଚଳାଇଥିବା ଅପରାଧୀ ଗ୍ୟାଙ୍ଗର ଜଣେ ଯୁବକଙ୍କୁ ପୋଲିସ...

କାହିଁକି କାର୍ତ୍ତିକ ପୂର୍ଣ୍ଣିମାରେ ହେଲା ମହାପ୍ରଭୁଙ୍କ ବଡ଼ ମହାସ୍ନାନ

ପୁରୀ,୨୫।୧୧(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିରରେ ଶୁକ୍ରବାର କାର୍ତ୍ତିକ ପୂର୍ଣ୍ଣିମାରେ ବଡ଼ ମହାସ୍ନାନ ଅନୁଷ୍ଠିତ ହୋଇଛି l ଶ୍ରୀମନ୍ଦିର ଜୟ ବିଜୟ ଦ୍ୱାର ଭିତର ପଟ ପାହାଚରେ...

ସରକାର ବଦଳିବାରୁ ଆଶା ଆଶଙ୍କାରେ ଅଲ୍‌ ଓଡିଶା ପେକ୍ସ ଓ ଲେମ୍ପସ କର୍ମଚାରୀ: ମନ୍ତ୍ରୀଙ୍କୁ ଭେଟି…

କୋକସରା,୧୫।୧୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଅଲ୍‌ ଓଡିଶା ପେକ୍ସ ଓ ଲେମ୍ପସ କର୍ମଚାରୀ ଫେଡେରେଶନ ପକ୍ଷରୁ ୫ ଦଫା ଦାବି ନେଇ ରାଜ୍ୟ ସରକାରଙ୍କୁ ପୂର୍ବରୁ ଦାବି...

କାଲିଠୁ ୪ ଦ୍ୱାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ କରିବେ ଶ୍ରଦ୍ଧାଳୁ, ହେଲେ ପ୍ରସ୍ଥାନ ପାଇଁ ନାହିଁ …

ପୁରୀ,୧୫।୧୧(ଅଜିତ୍‌ କୁମାର ମହାନ୍ତି): କାର୍ତ୍ତିକ ପୂର୍ଣ୍ଣିମାରେ ବ୍ରତ ଧାରିମାନେ ଡ଼ଙ୍ଗା ଭସାଇବା ସହ ଶ୍ରୀ ମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ।ପବିତ୍ର କାର୍ତ୍ତିକ ପୂର୍ଣ୍ଣିମାରେ ବହୁ...

ଧାନ କିଣାକୁ ନେଇ ଦ୍ୱନ୍ଦ…

ସୋନପୁର,୧୫l୧୧(ମୃତ୍ୟୁଞ୍ଜୟ ଶତପଥୀ): ଖରିଫ ଧାନ କିଣା ସମ୍ପର୍କରେ ରାଜ୍ୟ ସରକାରଙ୍କ ସ୍ପଷ୍ଟ ସୂଚନା ନାହିଁ l ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ୨୩୦୦ ଟଙ୍କା ଓ...

ମନ୍ଦିର ଭିତରେ ବୃଦ୍ଧାଙ୍କ ବେକରୁ ଝାମ୍ପିନେଲେ ସୁନା ଚେନ୍‌

ଭୁବନେଶ୍ବର,୧୫।୧୧: ଭୁବନେଶ୍ୱର ନୟାପଲ୍ଲୀ ଥାନା ଅଧୀନ ବେହେରା ସାହିସ୍ଥିତ ଶିବ ମନ୍ଦିରକୁ ପୂଜା କରିବାକୁ ଆସିଥିବା ଜଣେ ବୃଦ୍ଧାଙ୍କ ବେକରୁ ଜଣେ ଦୁର୍ବୃତ୍ତ ସୁନା ଚେନ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri