ବ୍ଲକ କାର୍ଯ୍ୟାଳୟ ପରିସରରେ ନାହିଁ ଶୌଚାଳୟ: ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଜନସାଧାରଣ

ଏରସମା,୨୧ା୮(ସ୍ବ.ପ୍ର.): ଏରସମା ବ୍ଲକ କାର୍ଯ୍ୟାଳୟ ପରିସରରେ ଶୌଚାଳୟ ନ ଥିବାରୁ ଏଠାକୁ ଆସୁଥିବା ଲୋକମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହାକୁ ନେଇ ସେମାନଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଥିବାବେଳେ ମଙ୍ଗଳବାର ସେମାନେ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି। ପ୍ରକାଶ ଯେ, ଏରସମା ବ୍ଲକ ଅଧୀନରେ ରହିଛି ୨୫ ପଞ୍ଚାୟତ। ବ୍ଲକ ମୁଖ୍ୟାଳୟରେ ଗ୍ରାମ୍ୟ ଉନ୍ନୟନ ବିଭାଗ (ଆରଡି), ଉଦ୍ୟାନ ବିଭାଗ, ଯୋଗାଣ ବିଭାଗ, ଜ୍ୟୋତି ମହିଳା ମହାସଂଘ, ସମନ୍ବିତ ଶିଶୁ ବିକାଶ ଯୋଜନା (ଆଇସିଡିଏସ), ଓଡିଶା ଜୀବିକା ମିଶନ, ମତ୍ସ୍ୟ ସମ୍ପ୍ରସାରଣ ବିଭାଗ, କୃଷି ବିଭାଗ ଆଦି କାର୍ଯ୍ୟାଳୟ ରହିଛି। ତେଣୁ ବିଭିନ୍ନ ପଞ୍ଚାୟତରୁ ଲୋକେ ଏଠାକୁ ଆସୁଛନ୍ତି। ତେବେ ସଦରମହକୁମାଠାରୁ ପଦ୍ମପୁର, ଗଡ଼ହରିଶପୁର, ଗୋଡ଼ା, ଚଟୁଆ, ବାଲିତୁଠ, ଜାନକାଦେଈପୁର, ଭିତର ଅନ୍ଧାରୀ, ଗଡ଼କୁଜଙ୍ଗ, କୁଞ୍ଜକୋଠି ଆଦି ପଞ୍ଚାୟତ ୨୫ରୁ ୩୦ କିମି ଦୂରରେ ରହିଛି। ଏସବୁ ପଞ୍ଚାୟତରୁ ମଧ୍ୟ ପ୍ରତଦିନ ଶତାଧିକ ଲୋକ ଆସୁଛନ୍ତି। ମାତ୍ର ପରିତାପର ବିଷୟ ବ୍ଲକ କାର୍ଯ୍ୟାଳୟ ପରିସରରେ ଶୌଚାଳୟଟିଏ ନ ଥିବାରୁ ସେମାନଙ୍କୁ ହଇରାଣ ହେବାକୁ ପଡୁଛି। ଏନେଇ ବହୁବାର ଅଭିଯୋଗ ହେବା ପରେ ୨ଟି ପରିଶ୍ରାଗାର କରାଯାଇଥିଲା। ତାହା ରକ୍ଷଣାବେକ୍ଷଣ ଅଭାବରୁ ଦୀର୍ଘବର୍ଷ ହେଲା ପରିତ୍ୟକ୍ତ ଅବସ୍ଥାରେ ରହିଛି। ଗୁରୁତ୍ୱପୂର୍ଣ୍ଣ କଥା ହେଲା ବ୍ଲକ ଅଫିସ ଉପର ମହଲାରେ ବିଶାଳ ସଭାଗୃହ କରାଯାଇଛି। ସେଠାରେ ବିଭିନ୍ନ ସମୟରେ ସଭା, ସମୀକ୍ଷା ବୈଠକ, କର୍ମଶାଳା, ସଚେତନତା ଓ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ହେଉଛି। ଜିଲା ଓ ଜିଲା ବାହାରୁ ବହୁ ପଦସ୍ଥ ଅଧିକାରୀ, ନେତା ଓ ମନ୍ତ୍ରୀ ଏଥିରେ ଯୋଗ ଦେଉଛନ୍ତି। ମାତ୍ର ପରିତାପର ବିଷୟ ସଭାଗୃହ ସହ ସଞ୍ଜୁକ୍ତ ଶୌଚାଳୟ ବ୍ୟବସ୍ଥା କରାଯାଇନି। ସରକାର ସ୍ବଚ୍ଛ ଭାରତ ଯୋଜନାରେ ଗ୍ରାମାଞ୍ଚଳରେ ପାଇଖାନା ନିର୍ମାଣକୁ ଗୁରୁତ୍ୱ ଦେଉଥିବାବେଳେ ଖୋଦ୍‌ ବ୍ଲକ କାର୍ଯ୍ୟାଳୟ ପରିସରରେ ଶୌଚାଳୟ କରା ନ ଯିବା ଆଲୋଚ୍ୟର ବିଷୟ ହୋଇଛି। ବିଶେଷ କରି ଏଥିଯୋଗୁ ମହିଳାମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବ୍ଲକ କାଯର୍‌ୟାଳୟ ପଶ୍ଚିମ ପଟେ ଆଇସିଡିଏସ କାର୍ଯ୍ୟାଳୟକୁ ରାସ୍ତା ଯାଇଛି। ସେହି ରାସ୍ତା ପାର୍ଶ୍ୱରେ ଲୋକେ ପରିଶ୍ରା କରୁଥିବାରୁ ଉକ୍ତ ଅଞ୍ଚଳ ଦୁର୍ଗନ୍ଧ ହେଉଛି। ଏପରିକି ଉକ୍ତ ରାସ୍ତା ଦେଇ ମହିଳାମାନେ ଯାତାୟାତ କରିବାକୁ ସଂକୋଚ କରୁଛନ୍ତି। ଏସବୁ ସମସ୍ୟାକୁ ଦୃଷ୍ଟିରେ ରଖି ବ୍ଲକ କାର୍ଯ୍ୟାଳୟ ପରିସରରେ ଶୌଚାଳୟ ନିର୍ମାଣ କରିବାକୁ ପଲିକଣ୍ଟାର ସରପଞ୍ଚ ଧ୍ୱଜରାଜ ଖଣ୍ଡୁଆଳ, କୃଷ୍ଣଚନ୍ଦ୍ରପୁର ସରପଞ୍ଚ ଖୁଲଣା ସୁନ୍ଦରୀ ସ୍ବାଇଁ, ଜପା ସରପଞ୍ଚ ତପନ ଗଛାୟତ, ପଏଦାର ପୂର୍ବତନ ସରପଞ୍ଚ ଦୀପ୍ତିରାଣୀ ପ୍ରଧାନ, ଢିଙ୍କିଆର ସମିତି ସଭ୍ୟ ଦେବେନ୍ଦ୍ର ସ୍ବାଇଁ ପ୍ରମୁଖ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବୁଲାନ୍ସରେ ଚାଲାଣ ହେଉଥିଲା କଫ ସିରପ୍‌, ମାଡିବସିଲା ପୋଲିସ: ୨ ଗିରଫ

ବଲାଙ୍ଗୀର, ୧୦ା୩(ସୁନିଲ କୁମାର ମହାନ୍ତି): ଆମ୍ବୁଲାନ୍ସରେ ଚାଲାଣ ହେଉଥିଲା ବେଆଇନ କଫ ସିରପ। ପୋଲିସ ଆଖିରେ ଧୂଳି ଦେଇ କଫ ସିରପ ବେପାରୀମାନେ ଏଭଳି ଅଭିନବ...

ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବର ଆଜି ଯାଞ୍ଚ

ଯାଜପୁରରୋଡ୍‌,୧୧ା୩(ପବିତ୍ର ରଞ୍ଜନ ମହାନ୍ତି):ବ୍ୟାସନଗର ପୌର ପରିଷଦ ଅଧ୍ୟକ୍ଷା ସଙ୍ଗୀତା ପିଙ୍ଗୁଆଙ୍କ ବିରୋଧରେ ଜିଲାପାଳଙ୍କ ନିକଟରେ ଦିଆଯାଇଥିବା ଅନାସ୍ଥା ପ୍ରସ୍ତାବର ଯାଞ୍ଚ ପାଇଁ ନିର୍ଦ୍ଦେଶ ହୋଇଛି। ଯାଜପୁର...

ଟ୍ରାକରେ ଆମ୍ବୁଲାନ୍ସ ପଶିଯିବା ପରେ ମାମଲା ରୁଜୁ କଲା ରେଳବାଇ

ରାୟଗଡା,୧୧।୩: ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍‌ ଶିକରପାଇ ଓ ଭାଲୁମସ୍କା ରେଳ ଷ୍ଟେଶନର ମଧ୍ୟବର୍ତ୍ତୀ ସ୍ଥାନରେ ସୋମବାର ଏକ ଆମ୍ବୁଲାନ୍ସ ଅନଧିକାର ଭାବରେ ରେଳ ଟ୍ରାକ...

ଦୁଇ ସାଙ୍ଗ ଘରକୁ ଫେରୁଥବା ବେଳେ ଘଟିଲା ଦୁର୍ଘଟଣା : ଜଣଙ୍କ ଆଗରେ ଚାଲିଗଲା ଆଉଜଣଙ୍କ ଜୀବନ

ଦିଗପହଣ୍ଡି,୧୧।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଗଙ୍ଗାପୁର ପଞ୍ଚାୟତ ନରସିଂହଗଡ଼ ଗ୍ରାମ ନିକଟସ୍ଥ ପିପିଲିଗୁଡ଼ା ଗ୍ରାମ ନିକଟରେ ଦୁର୍ଘଟଣା ଘଟିଥିଲା।...

ଗୋ ଚାଲାଣକାରୀଙ୍କୁ ପୋଲିସର ଏନ୍‌କାଉଣ୍ଟର: ୨ ଅପରାଧୀ ଆହତ

ସମ୍ବଲପୁର,୧୧।୩(ପ୍ରମୋଦ ବହିଦାର): ସମ୍ବଲପୁରର ସିଟି ଷ୍ଟେସନ ନିକଟରେ ପୋଲିସ ଓ ଗୋରୁ ଚୋରା ଚାଲାଣକାରୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ଗୋରୁ ଚୋରା ଚାଲାଣକରୀଙ୍କ...

ବିବାହ ବନ୍ଧନରେ ଆବଦ୍ଧ ହେବେ ପୂର୍ବତନ ସାଂସଦ ପ୍ରଦୀପ ମାଝୀ

ଭୁବନେଶ୍ୱର,୧୧।୩: ବିଜେଡି ନେତା ଏବଂ ପୂର୍ବତନ ନବରଙ୍ଗପୁର ସାଂସଦ ପ୍ରଦୀପ କୁମାର ମାଝୀ ମାର୍ଚ୍ଚ ୧୨ରେ ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ସୂତ୍ର ଅନୁସାରେ...

ଦ୍ୱିତୀୟ ବିବାହ ପାଇଁ ୨ ପୁଅଙ୍କୁ ହତ୍ୟା କଲେ ବାପା

ନୟାଗଡ଼,୧୧ା୩(ଲୋକନାଥ ମିଶ୍ର):ସ୍ବାମୀଙ୍କ ନିର୍ଯାତନା ସହି ନ ପାରି ପ୍ରାୟ ୩ ବର୍ଷ ତଳେ ସ୍ତ୍ରୀ ଆମତ୍ହତ୍ୟା କରିଥିଲେ। ସ୍ତ୍ରୀଙ୍କ ମୃତ୍ୟୁ ପରେ ବ୍ୟକ୍ତି ଜଣକ ଅନ୍ୟତ୍ର...

ମହିଳା ସୁରକ୍ଷା ନାଁରେ ସରକାର ଭୁଆଁ ବୁଲାଉଛନ୍ତି ଜିଲାପାଳଙ୍କ ଅଫିସ ଘେରିଲା କଂଗ୍ରେସ

ନୂଆପଡ଼ା,୧୦ା୩ (ମକାରୁ ବେମାଲ): ରାଜ୍ୟରେ ଏସ୍‌ସି,ଏସ୍‌ଟି, ଓବିସି ମହିଳା ଓ ନାବାଳିକାଙ୍କ ଉପରେ ଅପରାଧ ବୃଦ୍ଧି ପାଉଥିଲେ ମଧ୍ୟ ରାଜ୍ୟ ସରକାର ଏହାକୁ ନିୟନ୍ତ୍ରଣ କରିବାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri