ବ୍ୟାଙ୍କ ମ୍ୟାନେଜର କହି ବୃଦ୍ଧଙ୍କଠାରୁ ଟଙ୍କା ଲୁଟ

ଦିଗପହଣ୍ଡି,୨୫ା୭(ଡି.ଏନ.ଏ.)-ଦିଗପହଣ୍ଡି ଭାରତୀୟ ଷ୍ଟେଟ ବ୍ୟାଙ୍କ ଶାଖା ନିକଟରୁ ବୁଧବାର ସକାଳ ପ୍ରାୟ ସାଢ଼େ ୯ଟାରେ ଲୁଟେରା ଅଭିନବ ଉପାୟରେ ଜଣେ ବୃଦ୍ଧଙ୍କଠାରୁ ଟଙ୍କା ଲୁଟି ଫେରାର୍‌ ହୋଇଯାଇଛନ୍ତିି। ଲୁଟର ଶିକାର ହୋଇଛନ୍ତି ଦିଗପହଣ୍ଡି ଥାନା ନୂଆ ମୌଳାଭଞ୍ଜା ଗ୍ରାମ ଗୋପବନ୍ଧୁ ନଗରର ଆପାରାଓ ଆଚାରୀ। ଆପାରାଓ ସକାଳେ ଷ୍ଟେଟ ବ୍ୟାଙ୍କରେ ଟଙ୍କା ଜମାକରିବା ପାଇଁ ଆସୁଥିଲେ। ଏହି ସମୟରେ ବ୍ୟାଙ୍କ ନିକଟସ୍ଥ ଜନସେବା କେନ୍ଦ୍ର ନିକଟରେ ଜଣେ ଯୁବକ ବାଇକ୍‌ରେ ଆସି ବୃଦ୍ଧଙ୍କ ସହ କଥା ହୋଇ ନିଜକୁ ଉକ୍ତ ବ୍ୟାଙ୍କର ମ୍ୟାନେଜର ବୋଲି କହିଥିଲେ। ପରେ ତୁମ ଜମା ଖାତାରେ କମ ଟଙ୍କା ଅଛି ଏଣୁ ଡାକ୍ତର ସାର୍ଟିଫିକେଟ ଲୋଡା କହି ବାଇକ୍‌ରେ ତାଙ୍କୁ ବସାଇ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ବୃଦ୍ଧଙ୍କୁ ଓହ୍ଲାଇ ତୁମେ ଏଠାରେ ବସିଥାଅ କହି ତାଙ୍କଠାରୁ ୬ ହଜାର ଟଙ୍କା ନେଇ ଚମ୍ପଟ ମାରିଥିଲେ। କିଛିସମୟ ପରେ ସମ୍ପୃକ୍ତ ଯୁବକ ନ ଫେରିବାରୁ ବୃଦ୍ଧ ଆଖପାଖରେ ଥିବା ଲୋକଙ୍କୁ ଜଣାଇଥିଲେ। ପରେ ପରିବାର ଲୋକେ ପହଞ୍ଚତ୍ ଦିଗପହଣ୍ଡି ଥାନାରେ ଏକ ଲିଖିତ ଅଭିଯୋଗ କରିଛନ୍ତିି।


Enter your email to get our daily news in your inbox.

All Right Reserved By Dharitri.Com

ମାଡ଼ିଆସିଲା ସମୁଦ୍ର ଜୁଆର: ଭାସିଲା କୋଠାଘର

ଛତ୍ରପୁର, ୧୭।୧୦ (ଦିଲ୍ଲୀପ ସାମଲ): ସମୁଦ୍ରର ଉଚ୍ଚ ଜୁଆର ଯୋଗୁ ସମୁଦ୍ର ନିକଟରେ ଥିବା ଏକ କୋଠଘର ଭାସିଯାଇଛି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ...

ଜୁଆ ଆଡ୍ଡା ଉପରେ ଘନ ଘନ ଚଢାଉ: ୧୩ ଦିନରେ ୨୨୮ ଜୁଆଡି ଗିରଫ

ଛତ୍ରପୁର, ୧୭।୧୦(ଦିଲ୍ଲୀପ ସାମଲ): ବେଆଇନ ମଦ କାରାବାର ଓ ଚାଲିଥିବା ଜୁଆ ଆଡ୍ଡା ଗୁଡିକରେ ଘନ ଘନ ଚଢାଉ ଜାରି ରଖିଛି ଗଞ୍ଜାମ ପୋଲିସ ।...

ଗାଧୋଉଥିବାବେଳେ ପୋଖରୀରେ ବୁଡ଼ି ଯୁବକଙ୍କ ଜୀବନ ଗଲା

ଦିଗପହଣ୍ଡି,୧୬ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମ ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ଜୀବନ ଯାଇଛି। ମୃତକ ଜଣଙ୍କ ହେଲେ ପଟିଗୁଡ଼ା...

ବାଇକ୍‌ ଚଳାଇ ଆସୁଥିବାବେଳେ ହଠାତ୍‌ ପଡ଼ିଗଲେ ଯୁବକ, ଚାଲିଗଲା ଜୀବନ

ଦିଗପହଣ୍ଡି,୧୬ା୧୦(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି-ଚିକିଟି ମୁଖ୍ୟରାସ୍ତାର ଓଡ଼ାସିଙ୍ଗି ଗ୍ରାମ ନିକଟରେ ବୁଧବାର ସାରେ ପ୍ରାୟ ସାଢ଼େ ୬ ଟାରେ ବାଇକ୍‌ ଦୁର୍ଘଟଣାରେ ଜଣେ ଯୁବକଙ୍କ ଜୀବନ...

ପୁରୁଷୋତ୍ତମପୁର ଚଳଚଞ୍ଚଳ: ଚାନ୍ଦି ଗହଣାରେ ସଜେଇ ହେଇ ପୂଜା ପାଉଛନ୍ତି ମା’ ଧନଦାତ୍ରୀ

ପୁରୁଷୋତ୍ତମପୁର,୧୬ା୧୦(ସୀମାଞ୍ଚଳ ମିଶ୍ର): ପବିତ୍ର କୁମାର ପୂର୍ଣ୍ଣିମା ଓ ମା’ ଧନଦାତ୍ରୀ ତଥା ଗଜଲକ୍ଷ୍ମୀଙ୍କ ପୂଜା ଲାଗି ଗଞ୍ଜାମ ଜିଲା ଭାଇଚାରାର ସହର ପୁରୁଷୋତ୍ତମପୁର ଚଳଚଞ୍ଚଳ ହୋଇଉଠିଥିବାବେଳେ...

ଗଞ୍ଜାମ ବିଜେଡିରେ ଚହଳ: ଏମପି ପ୍ରାର୍ଥୀ ରଂଜିତାଙ୍କ ନାଁରେ ସଙ୍ଗୀନ ଅଭିଯୋଗ ଆଣିଲେ ଲତିକା, ଭାଜପା ସହ ହାତ ମିଳାଇ…

ଗଞ୍ଜାମ ବିଜେଡିରେ ହଲଚଲ। ଆସ୍କା ଏମପି ପ୍ରାର୍ଥୀ ରଂଜିତା ସାହୁଙ୍କ ନାଁରେ ସଙ୍ଗୀନ ଅଭିଯୋଗ ଆଣିଛନ୍ତି କବିସୂର୍ଯ୍ୟନଗର ପୂର୍ବତନ ବିଧାୟକ ଲତିକା ପ୍ରଧାନ। ସେ କହିଛନ୍ତି,...

ନବୀନଙ୍କ ଜନ୍ମଦିନରେ ସମୁହ ଦୀପଦାନ

ଛତ୍ରପୁର,୧୬।୧୦(ଦିଲ୍ଲୀପ ସାମଲ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଆଜି ୭୯ ବର୍ଷରେ ପାଦ ଥାପିଛନ୍ତି। ବୁଧବାର ତାଙ୍କ ଜନ୍ମଦିନ ।...

ସରପଞ୍ଚଙ୍କ ଘର ଉପରକୁ ବୋମାମାଡ଼: ଏକ ପ୍ଲାଟୁନ ଫୋର୍ସ ମୁତୟନ

ବ୍ରହ୍ମପୁର, ୧୬।୧୦ (ସୁବାସ ଚନ୍ଦ୍ର ପାଢ଼ୀ): ନିମଖଣ୍ଡି ଥାନା ଅନ୍ତର୍ଗତ ଫୁଲଟା ଗାଁ’ରେ ପୁଣି ଥରେ ଗୋଷ୍ଠୀ ସଂଘର୍ଷକୁ କେନ୍ଦ୍ର କରି ବୋମାମାଡ ହୋଇଛି। ବୁଧବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri