ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା: ଓଡ଼ିଶା ମଣ୍ଡପ ଉଦ୍‌ଘାଟିତ

ଭୁବନେଶ୍ୱର,୧୪।୧୧(ବ୍ୟୁରୋ)- ନୂଆଦିଲ୍ଲୀର ପ୍ରଗତି ମଇଦାନରେ ଅନୁଷ୍ଠିତ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ଆକର୍ଷଣୀୟ ଓଡ଼ିଶା ମଣ୍ଡପ ଉଦ୍‌ଘାଟିତ ହୋଇଯାଇଛି। ରାଜ୍ୟ ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ ମେଳାର ଉଦ୍‌ଘାଟନ କରିଥିଲେ। ଏଥିରେ ରାଜ୍ୟ ସରକାରଙ୍କ ପରାମର୍ଶଦାତା (ଗଣମାଧ୍ୟମ ଓ ଲୋକସମ୍ପର୍କ) ମାନସ ରଞ୍ଜନ ମଙ୍ଗରାଜ ଓ ନୂଆଦିଲ୍ଲୀରେ ଅବସ୍ଥାପିତ ଓଡ଼ିଶା ସରକାରଙ୍କ ଆବାସିକ ଆୟୁକ୍ତ ସଞ୍ଜୀବ କୁମାର ମିଶ୍ର ଅନ୍ୟତମ ଅତିଥି ଭାବେ ଯୋଗ ଦେଇଥିଲେ।
ଏହି ଅବସରରେ ଉନ୍ନୟନମୂଳକ ପ୍ରଚାର ପତ୍ରିକା ଉନ୍ମୋଚିତ ହୋଇଛି। ଓଡ଼ିଶା ମଣ୍ଡପରେ ଓଡ଼ିଶାର ଶିଳ୍ପାନୁକୂଳ ବାତାବରଣ ଏବଂ ପୁଞ୍ଜିନିବେଶ କ୍ଷେତ୍ରରେ ସହଜ ଓ ସରଳ ବ୍ୟବସ୍ଥା, ଓଡ଼ିଶାରେ ଶିଳ୍ପ ପ୍ରତିଷ୍ଠା ପାଇଁ ଅନୁକୂଳ ପରିବେଶ, ବ୍ୟବସାୟ ନିମନ୍ତେ ଓଡ଼ିଶା ସରକାରଙ୍କ ଆନ୍ତରିକ ସହଯୋଗ ସମ୍ପର୍କରେ ବିଭିନ୍ନ ତଥ୍ୟର ସୂଚନା ଦିଆଯାଇଛି। ଓଡ଼ିଶା ସରକାରଙ୍କ ସୂଚନା ଓ ଲୋକସମ୍ପର୍କ ବିଭାଗ ନୋଡାଲ୍‌ ବିଭାଗ ଭାବେ ଅଂଶଗ୍ରହଣ କରିଥିବାବେଳେ ଇପିକଲ୍‌ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ଏବଂ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ ସହଯୋଗୀ ବିଭାଗ ଭାବେ ଯୋଗ ଦେଇଛନ୍ତି। ଏତଦ୍‌ବ୍ୟତୀତ ଉତ୍କଳିକା ଓ ବୟନିକା ମାଧ୍ୟମରେ ଓଡ଼ିଶାର ହସ୍ତଶିଳ୍ପ ଓ ହସ୍ତତନ୍ତର ପ୍ରସାରପ୍ରଚାର ପାଇଁ ୨ଟି ଷ୍ଟଲ୍‌ ଖୋଲାଯାଇଛି। ହାତରେ ବୁଣାଯାଉଥିବା ଏକ ନୂତନ ସୂତା ପୋଷାକର ଷ୍ଟଲ୍‌ ଖୋଲାଯାଇଥିବାବେଳେ, ଓଡ଼ିଶାର ସୂକ୍ଷ୍ମ କାରୁକାର୍ଯ୍ୟ ତାରକସୀ କାର୍ଯ୍ୟର ଅନ୍ୟ ଏକ ଷ୍ଟଲ୍‌ ଖୋଲାଯାଇଛି। ଚଳିତ ବର୍ଷର ବିଷୟବସ୍ତୁ ‘ଇଜ୍‌ ଅଫ୍‌ ଡୁଇଙ୍ଗ୍‌ ବିଜିନେସ୍‌’ ରଖାଯାଇଛି। ସେହି ଅନୁଯାୟୀ ମଣ୍ଡପକୁ ଆକର୍ଷଣୀୟ ଢଙ୍ଗରେ ସଜାଯାଇଛି। ଏଥିରେ ପିପିଲି ଚାନ୍ଦୁଆର ଝଲକ ସ୍ଥାନ ପାଇଥିବାବେଳେ ଓଡ଼ିଶାର ବିଭିନ୍ନ ସାମଗ୍ରୀର ବିକ୍ରିବଟା କରାଯାଉଛି। ଏହି ଅନ୍ତର୍ଜାତୀୟ ମେଳା ନଭେମ୍ବର ୧୪ରୁ ୨୭ ତାରିଖ ପର୍ଯ୍ୟନ୍ତ ଚାଲିବ। ଉଲ୍ଲେଖଯୋଗ୍ୟ, ନଭେମ୍ବର ୨୧ରେ ପ୍ରଗତି ମଇଦାନର ହଂସଧ୍ୱନି ଥିଏଟରରେ ‘ଓଡ଼ିଶା ଦିବସ’ ପାଳନ କରାଯିବ। ଏଥିରେ ଓଡ଼ିଶାର ସ୍ବନାମଧନ୍ୟ ସାଂସ୍କୃତିକ ଦଳ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିବେ। ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର, ଅତିରିକ୍ତ ନିର୍ଦ୍ଦେଶକ ନିରଞ୍ଜନ ସେଠୀ, ଯୁଗ୍ମ ନିର୍ଦ୍ଦେଶକ ବିପିନ ବିହାରୀ ବାରିକୀ, ଉପନିର୍ଦ୍ଦେଶକ ରବୀନ୍ଦ୍ର କୁମାର ନାୟକ, ପ୍ରଦର୍ଶନୀ ସଙ୍ଗଠକ ରବିନାରାୟଣ ବେହେରା, ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ, ପୂର୍ବତନ ବିଧାୟକ ରବୀନ୍ଦ କୁମାର ଭୋଇ ପ୍ରମୁଖ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତିନିଦିନ ଚାଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ବୈଷୟିକ ସର୍ଭେ: ଦୈନିକ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ,୨୦।୯: ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା ଏ.ଏସ୍‌.ଆଇ ପକ୍ଷରୁ ଶନିବାରଠାରୁ ସୋମବାର ପର୍ଯ୍ୟନ୍ତ ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୈଷୟିକ ସର୍ଭେ କରାଯିବ। ଏହି ସମୟରେ ଅପରାହ୍ନ ୨ଟାଠାରୁ...

ମହାପ୍ରଭୁ ଜଗନ୍ନାଥଙ୍କ ମୂର୍ତ୍ତି କିଣି ଅନଲାଇନ୍ ପେମେଣ୍ଟ୍ କଲେ ପ୍ରଧନମନ୍ତ୍ରୀ; କହିଲେ ବଡ଼ କଥା

ଭୁବନେଶ୍ୱର,୨୦।୯: ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ଯୋଜନାର ଏକ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଦିନ ମହାରାଷ୍ଟ୍ରର ୱାର୍ଦ୍ଧା ଗସ୍ତ ୧ ଲକ୍ଷ ହିତାଧିକାରୀଙ୍କୁ...

ଆସନ୍ତା ୨ରୁ ୩ ଦିନ ମଧ୍ୟରେ ଆରମ୍ଭ ହେବ ମୌସୁମୀ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା; ୨୩ରୁ ବର୍ଷା ପରିମାଣ ବୃଦ୍ଧି ସମ୍ଭାବନା

ଭୁବନେଶ୍ୱର,୨୦।୯: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦେଶରୁ ପ୍ରତ୍ୟାବର୍ତ୍ତନ କରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଦେଶର ଉତ୍ତର ପଶ୍ଚିମ ଭାଗରୁ ପ୍ରଥମେ ଆସନ୍ତା...

ଓଡ଼ିଶା ପୁଣିଥରେ ଦେଖିବ ସରକାର ପରିବର୍ତ୍ତନ; କ୍ଷମତାକୁ ଆସିବ କଂଗ୍ରେସ: ସୋଫିଆ ଫିର୍ଦୋସ୍

ଭୁବନେଶ୍ୱର,୨୦।୯: ଓଡ଼ିଶାରେ ୨୪ ବର୍ଷରୁ ଅଧିକ ସମୟ ଧରି ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ବିଜେଡି ସରକାର ରହିବା ପରେ ସରକାର ପରିବର୍ତ୍ତନ ହୋଇଛି।ରାଜ୍ୟର ନୂତନ ସରକାର...

‘ବ୍ୟାଙ୍କରୁ ସୁଭଦ୍ରା ଟଙ୍କା ନ ଉଠାଇଲେ ସରକାର…’, ଜାଣନ୍ତୁ କ’ଣ କହିଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୯: ସୁଭଦ୍ରାକୁ ନେଇ ଭ୍ରମିତ ନହେବାକୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି। ସେ କହିଛନ୍ତି, ସୁଭଦ୍ରାକୁ ନେଇ ଅନେକ ଗୁଜବ ସୃଷ୍ଟି କରାଯାଉଛି, ଭ୍ରମିତ ହୁଅନ୍ତୁନି।...

ସେପ୍ଟେମ୍ବର ୨୩ରେ କଳାଦିବସ ପାଳନ କରିବାକୁ ପ୍ରସ୍ତୁତି

ଛତ୍ରପୁର, ୨୦।୯(ଦିଲ୍ଲୀପ ସାମଲ): କେନ୍ଦ୍ର ସରକାର ୨୦୨୦ରେ ୪୫ଟି ଶ୍ରମ ଆଇନକୁ ବାତିଲ କରି ୪ଟି ଶ୍ରମ ଆଇନରେ ପରିଣତ କରିଥିବା ଦିବସକୁ କଳା ଦିବସ...

ପୁଣି କୋଇଡ଼ା ଅଞ୍ଚଳରେ ସକ୍ରିୟ ହେଲେ ମାଓବାଦୀ, ପୋଷ୍ଟରରେ ଲେଖିଲେ…

ଟେନ୍‌ସା,୨୦ା୯(ସମୀର କୁମାର ପାଢ଼ୀ): ଝାଡ଼ଖଣ୍ଡ ଓ ଓଡ଼ିଶା ସୀମାନ୍ତବର୍ତ୍ତୀ ଅଞ୍ଚଳ କୋଇଡ଼ା ବ୍ଲକର କେ.ବଳାଙ୍ଗ ଥାନା ଅନ୍ତର୍ଗତ ରେଞ୍ଜରା ରେଲଓ୍ବେ ସାଇଡିଂରେ ମାଓବାଦୀ ପୁଣି ସକ୍ରିୟ...

ପୁଣି ମିଳିଲା ହାତୀର ମୃତ ଦେହ : ଶିମିଳିପାଳରେ…

ବାରିପଦା,୨୦।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଉତ୍ତର ଡିଭିଜନ ତାଳବନ୍ଧ ରେଞ୍ଜ ବାଲିଆଢିପା ଜଙ୍ଗଲରେ ଏକ ହାତୀର ମୃତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri