ଭୋକିଲା ପେଟକୁ ମୁଠାଏ ଅନ୍ନ

ବରଗଡ଼ ଅଫିସ୍‌,୨୭।୩- କରୋନା ଭୂତାଣୁକୁ ପ୍ରତିହତ କରିବା ପାଇଁ ମଙ୍ଗଳବାର ମଧ୍ୟରାତ୍ରିରୁ ଦେଶବ୍ୟାପୀ ଲକ୍‌ ଡାଉନ୍‌ କଟକଣା ଲାଗୁ କରାଯାଇଛି। ଏହି କଟକଣା ଲାଗୁ ହେବା ପରେ ସାଧାରଣ ଜନତାଙ୍କଠାରୁ ଅସହାୟଙ୍କ ସମସ୍ୟା ବଢ଼ି ଯାଇଛି। ଖାଇବାକୁ ନ ପାଇ ଅସହାୟ ଲୋକେ ବସ୍‌ଷ୍ଟାଣ୍ଡ, ରେଳଷ୍ଟେଶନ ଆଦି ସ୍ଥାନରେ ଆଶ୍ରୟ ନେଇ ଭୋକଶୋଷରେ ରହୁଛନ୍ତି। ଏହାକୁ ହୃଦୟଙ୍ଗମ କରି ଗୁରୁବାର ବରଗଡ଼ ପୋଲିସ ଓ ସ୍ବେଚ୍ଛାସେବୀମାନେ ଭୋକିଲା ପେଟକୁ ମୁଠାଏ ଅନ୍ନ ଯୋଗାଇବା ଅଭିଯାନରେ ବାହାରିଛନ୍ତି। ସ୍ଥାନୀୟ ହାଟପଦାର ସାଇ ଟ୍ରଷ୍ଟ ସହଯୋଗରେ ବରଗଡ଼ ପୋଲିସ ଅସହାୟମାନଙ୍କୁ ରନ୍ଧାଖାଦ୍ୟ ବିତରଣ କରିଥିଲା। ଅତିରିକ୍ତ ଏସ୍‌ପି ଅମରେନ୍ଦ୍ର ରଣା, ଟାଉନ ଥାନା ଆଇଆଇସି ସଦନନ୍ଦ ପୂଜାହାରୀ ପ୍ରମୁଖଙ୍କ ତତ୍ତ୍ବାବଧାନରେ ପୋଲିସ କର୍ମଚାରୀମାନେ ସ୍ଥାନୀୟ ରେଳଷ୍ଟେଶନ, ବସଷ୍ଟାଣ୍ଡ୍‌, ଡାକ୍ତରଖାନାକୁ ଯାଇ ସେଠାରେ ରହିଥିବା ଅସହାୟ ଲୋକଙ୍କୁ ରନ୍ଧାଖାଦ୍ୟ ଦେଇଥିଲେ। ଅନୁରୂପଭାବେ ସ୍ଥାନୀୟ ସାମାଜିକ କର୍ମୀ ବିକାଶ ଅଗ୍ରୱାଲ, ରୋହିତ ଜୟସ୍ବାଲଙ୍କ ତତ୍ତ୍ବାବଧାନରେ ସ୍ବେଚ୍ଛାସେବୀମାନେ ଅସହାୟକୁ ରନ୍ଧାଖାଦ୍ୟ ଯୋଗାଇବା ପାଇଁ ଗୁରୁବାରରୁ ଅମୃତ ଆହାର ଅଭିଯାନରେ ବାହାରିଛନ୍ତି। ଏହି ଅଭିଯାନର ସ୍ବେଚ୍ଛାସେବୀମାନେ ମଧ୍ୟ ବରଗଡ଼ ସହରରେ ଥିବା ବସ୍‌ଷ୍ଟାଣ୍ଡ, ରେଳ ଷ୍ଟେଶନ, ଭଟଲି ରୋଡ୍‌ ଛକ, ଭିଏସଏସ ନଗର ଛକ ସମେତ ସହର ଉପକଣ୍ଠ ନାଗେନପାଲି ଛକ ଆଦି ଅଞ୍ଚଳକୁ ଯାଇ ଅସହାୟଙ୍କୁ ରନ୍ଧାଖାଦ୍ୟ ଯୋଗାଇଥିଲେ । ଯେତେଦିନ ପର୍ଯ୍ୟନ୍ତ ଲକ୍‌ ଡାଉନ୍‌ କଟକଣା ଲାଗୁ ରହିଥିବ, ସେତେଦିନ ପର୍ଯ୍ୟନ୍ତ ଏହି ଅଭିଯାନ ଜାରି ରହିଥିବ ବୋଲି ସାମାଜିକ କର୍ମୀ ଅଗ୍ରୱାଲ କହିଛନ୍ତି । ଲକ୍‌ ଡାଉନ୍‌ ସମୟରେ ଅସହାୟଙ୍କ କ୍ଷୁଧା ମେଣ୍ଟଇବା ଲକ୍ଷ୍ୟ ନେଇ ନିଜ ମଧ୍ୟରେ ସେମାନେ ପାଣ୍ଠି ସଂଗ୍ରହ କରିଛନ୍ତି ଏବଂ ନିଜେ ରନ୍ଧାବଢ଼ା କରି ଅସହାୟକୁ ଏହି ସେବା ଯୋଗାଇ ଆସୁଥିବା ସେ ପ୍ରକାଶ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୪ ଘଣ୍ଟାରେ ଖାଇଗଲେ ୨ କୁଇଣ୍ଟାଲ ଚିକେନ ପକୋଡ଼ା

ପୁରୀ,୨୨।୯: ରାଜ୍ୟରେ ଏବେ ବି ରହିଛି ବାର୍ଡଫ୍ଲୁ ଆତଙ୍କ। ଖାସ୍‌ କରି ପୁରୀ ଜିଲାରେ ବାର୍ଡଫ୍ଲୁକୁ ନେଇ ସରକାରଙ୍କ ପକ୍ଷରୁ ସଚେତନତା ଜାରି ରହିଛି। ଏଭଳିସ୍ଥିତିରେ...

ଜନ୍ମମାଟିରୁ ୧୦୦ ଦିନର ହିସାବ ଦେଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର,୨୨।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର କେନ୍ଦୁଝର ଧରଣୀଧର ବିଶ୍ୱବିଦ୍ୟାଳୟ ପଡ଼ିଆରୁ ଲୋକଙ୍କ ସରକାରର ୧୦୦ ଦିନର ସଫଳତାର ହିସାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କାର୍ଯ୍ୟକ୍ରମରେ...

ଶୁଣିଲା ନାହିଁ ପ୍ରଶାସନ, ରାସ୍ତା ମରାମତି କଲେ ଗାଁ ଯୁବକ

କେନ୍ଦୁଝର,୨୨।୯ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ବ୍ଲକ ଅନ୍ତର୍ଗତ ନୂଆଗାଁ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ ଭାଟୁଣୀଆଁ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଦିନକୁ ଦିନ...

ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟରରେ ଯାନ୍ତ୍ରିକ ତ୍ରୁଟି: ବାତିଲ ହେଲା ମୟୂରଭଞ୍ଜ କାର୍ଯ୍ୟକ୍ରମ

କେନ୍ଦୁଝର,୨୨ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଜିଲାକୁ ଶୁକ୍ରବାରଠାରୁ ୩ ଦିନିଆ ଗସ୍ତରେ ଆସିଛନ୍ତି। ମୁଖ୍ୟମନ୍ତ୍ରୀ ହେବା ପରେ ନିଜ ଜିଲାକୁ...

ପୁଣି ଲଜ୍ଜା: ମାର୍କେଟ୍‌ ଆସିଥିବା ବେଳେ ସାନଭଉଣୀଙ୍କୁ ଗଣବଳାତ୍କାର, ବଡ଼ ଭଉଣୀଙ୍କୁ ଅସଦାଚରଣ

ରାଉରକେଲା,୨୨ା୯: ସୁନ୍ଦରଗଡ଼ ଜିଲା ରାଉରକେଲାରେ ପୁଣି ଏକ ଲଜ୍ଜାକର ଘଟଣା ଘଟିଛି। ସାନଭଉଣୀକୁ ଗଣବଳାତ୍କାର କରାଯାଇଥିବାବେଳେ ବଡ଼ ଭଉଣୀଙ୍କୁ ଅସଦାଚରଣ କରାଯାଇଥିବା ଅଭିଯୋଗ ହୋଇଛି। ବଳାତ୍କାରର...

ଚରମ ନିଷ୍ପତ୍ତି : ଜାଗା ପାଇଁ ଦେହରେ ପେଟ୍ରୋଲ ଢାଳି ନିଜୁକ ଜାଳିଲେ

ନୀଳଗିରି,୨୨।୯(ପ୍ରଶାନ୍ତ କୁମାର ବିଶ୍ବାଳ): ଜିଲାପରିଷଦ ପାଣ୍ଠିରୁ ଗାଁ ଲୋକେ ନିର୍ମାଣ କରୁଥିଲେ କଂକ୍ରିଟ ରାସ୍ତା। ହେଲେ ଏହି ରାସ୍ତାକୁ ନିଜ ଜାଗା କହି ରାସ୍ତା ନିର୍ମାଣକୁ...

୫ ଦିନ ହେଲା ନାହିଁ ନେଟୱାର୍କ, ପାଇପ କାମ ଚାଲିଥିବା ବେଳେ କାର୍ଯ୍ୟ ବନ୍ଦ କଲେ ଲୋକେ

ଦାରିଙ୍ଗବାଡି, ୨୨।୯ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗଦାପୁର ଅଞ୍ଚଳରେ ଗତ ୫ ଦିନ ହେଲା ନେଟୱାର୍କ ଅଚଳ ହୋଇପଡିଛି ।...

ଅଙ୍ଗନଓ୍ବାଡି କର୍ମୀଙ୍କୁ ଗଛରେ ବାନ୍ଧି ମାଡ଼ ମାରିବା ଘଟଣା: କର୍ମୀଙ୍କ ସହ କଥା ହୋଇ ଉପମୁଖ୍ୟମନ୍ତ୍ରୀ କହିଲେ…

ବାଲେଶ୍ୱର,୨୨ା୯(ବାଞ୍ଛାନିଧି ଦେ): ବାଲେଶ୍ବର ଜିଲା ସିଂଲା ଥାନା ବାଲିଆପାଳ ବ୍ଲକ ଅନ୍ତର୍ଗତ ମହାପଦା ଅଙ୍ଗନଓ୍ବାଡ଼ି କେନ୍ଦ୍ର କର୍ମୀ ଉର୍ମିଳା ସାମଲଙ୍କୁ ଗଛରେ ବାନ୍ଧି ନିସ୍ତୁକ ମାଡ଼...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri