Posted inଜାତୀୟ

ଭୋକ ସହ ଲଢ଼େଇରେ ୫ ରାଜ୍ୟ ଆଗୁଆ: ନୀତି ଆୟୋଗ

ନୂଆଦିଲ୍ଲୀ,୧୧।୬: ଭୋକ ସହ ଲଢ଼େଇରେ ଦେଶର ୫ ରାଜ୍ୟ ଆଗୁଆ ରହିଛନ୍ତି। ଏନେଇ ନୀତି ଆୟୋଗ ପକ୍ଷରୁ ପ୍ରକାଶିତ ରିପୋର୍ଟରେ ଦର୍ଶାଯାଇଛି। ପଞ୍ଜାବ, କେରଳ, ଗୋଆ, ମିଜୋରାମ୍‌ ଏବଂ ନାଗାଲାଣ୍ଡ ଆଦି ରାଜ୍ୟ ଏହି କ୍ଷେତ୍ରରେ ବେଶ୍‌ ଭଲ କାର୍ଯ୍ୟ କରୁଥିବା ରିପୋର୍ଟରେ କୁହାଯାଇଛି। ଅନ୍ୟ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳରେ ଲୋକେ ଦୁଇବେଳା ଖାଇବାକୁ ପାଉ ନ ଥିବା ନୀତି ଆୟୋଗ ପକ୍ଷରୁ ସୂଚିତ କରାଯାଇଛି। ଝାଡ଼ଖଣ୍ଡ, ବିହାର, ମଧ୍ୟପ୍ରଦେଶ, ଉତ୍ତରପ୍ରଦେଶ, ମେଘାଳୟ, ରାଜସ୍ଥାନ ଅଦି ରାଜ୍ୟରେ ଭୋକ ସମସ୍ୟା ଉତ୍କଟ ରହିଛି। ଅପରପକ୍ଷରେ ଜମ୍ମୁ-କଶ୍ମୀର, ହିମାଚଳପ୍ରଦେଶ, ଉତ୍ତରାଖଣ୍ଡ, ହରିୟାଣା,ତାମିଲନାଡୁ, କର୍ନାଟକ ଆଦି ରାଜ୍ୟ ଯୋଜନାବଦ୍ଧ ଭାବେ ଭୋକ ସହିତ ଲଢ଼ିବା ଜାରି ରଖିଛନ୍ତି। ଭୋକରୁ ମୁକ୍ତି ଲାଗି ଭାରତ ସରକାର ୨୦୩୦କୁ ସମୟସୀମା ଭାବେ ଧାର୍ଯ୍ୟ କରିଛନ୍ତି। ତେବେ ଏହି ଲକ୍ଷ୍ୟ ହାସଲ କରିବା କଷ୍ଟକର ହେବ ବୋଲି ନୀତି ଆୟୋଗ ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଦଳିଗଲେ ମାଳଦ୍ୱୀପ ରାଷ୍ଟ୍ରପତି: ଦିନେ କହୁଥିଲେ ‘ଇଣ୍ଡିଆ ଆଉଟ୍‌’, ଆଉ ଏବେ ‘ଥ୍ୟାଙ୍କ୍‌ ୟୁ’

ନୂଆଦିଲ୍ଲୀ/ମାଲେ: ଆଜିକାଲି ମାଳଦ୍ୱୀପ ଆର୍ଥିକ ସମସ୍ୟା ଦେଇ ଗତି କରୁଛି। ଭାରତ ଜରୁରୀକାଳୀନ ଆର୍ଥିକ ସହାୟତା ପ୍ରଦାନ କରି ମାଳଦ୍ୱୀପକୁ ପୁଣିଥରେ ଏକ ବର୍ଷ ପାଇଁ...

ଭାରତରେ ହେବାକୁ ଥିଲା କ୍ୱାଡ୍‌ ସମ୍ମିଳନୀ, ଶେଷ ମୁହୂର୍ତ୍ତରେ କାହିଁକି ହେଲା ଆମେରିକାରେ ଜାଣନ୍ତୁ…

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୧ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ତିନି ଦିନିଆ ଗସ୍ତରେ ଯାଇ ‘କ୍ୱାଡ୍‌ ସମ୍ମିଳନୀ’ରେ ଯୋଗ ଦେଇଛନ୍ତି। ଏହି ଅବଧି ମଧ୍ୟରେ ପ୍ରଧାନମନ୍ତ୍ରୀ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ...

ଆମେରିକା ଗସ୍ତରେ ଗଲେ ପ୍ରଧାନମନ୍ତ୍ରୀ ମୋଦି: ଏହି ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ରହିବ ସମସ୍ତଙ୍କ ନଜର

ନୂଆଦିଲ୍ଲୀ,୨୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ତିନି ଦିନିଆ ଗସ୍ତ ଆମେରିକା ଗସ୍ତରେ ଯାଇଛନ୍ତି। ଏହି ଗସ୍ତ ସମୟରେ ସେ ବାର୍ଷିକ ‘କ୍ୱାଡ’ ଶିଖର ସମ୍ମିଳନୀରେ...

କେନ୍ଦ୍ରକୁ ହାଇକୋର୍ଟ ଝଟକା: ସରକାର ଫେକ୍‌ ନ୍ୟୁଜ୍‌ର ସଂଜ୍ଞା ନିରୂପଣ କରିପାରିବେ ନାହିଁ

ମୁମ୍ବାଇ,୨୧ା୯:ସୂଚନା ଓ ପ୍ରଯୁକ୍ତି (ଆଇଟି) ଆଇନ ଅଧୀନରେ ଫ୍ୟାକ୍ଟ ଚେକିଂ ୟୁନିଟ୍‌ (ଏଫ୍‌ସିୟୁ) ପ୍ରତିଷ୍ଠା କରିବା ପାଇଁ କେନ୍ଦ୍ର ସରକାର ଚଳାଇଥିବା ଉଦ୍ୟମକୁ ଝଟ୍‌କା ଲାଗିଛି।...

ଅସୁରକ୍ଷିତ ଖାଦ୍ୟ: ବର୍ଷକୁ ୪.୨ ଲକ୍ଷ ମୃତ୍ୟୁ

ନୂଆଦିଲ୍ଲୀ,୨୧ା୯: ବିଶ୍ୱରେ ଅସୁକ୍ଷିତ ଖାଦ୍ୟ ଖାଇ ପ୍ରତିବର୍ଷ ୬୦୦ ନିୟୁତ ଲୋକ ରୋଗଗ୍ରସ୍ତ ହେଉଥିବାବେଳେ ୪ ଲକ୍ଷ ୨୦ ହଜାର ପ୍ରାଣ ହରାଉଛନ୍ତି। ଅସୁରକ୍ଷିତ ଖାଦ୍ୟ...

ପାକ୍‌ ମନ୍ତବ୍ୟ: ହାଇକୋର୍ଟ ବିଚାରପତିଙ୍କୁ ସୁପ୍ରିମକୋର୍ଟ ଭର୍ତ୍ସନା

ନୂଆଦିଲ୍ଲୀ,୨୧ା୯: କର୍ନାଟକ ହାଇକୋର୍ଟର ବିଚାରପତି ବେଦବ୍ୟାସଚାର ଶ୍ରୀଶାନନ୍ଦ ନିକଟରେ ଏକ ମାମଲାର ଶୁଣାଣି ବେଳେ ଦେଇଥିବା ବିବାଦୀୟ ମନ୍ତବ୍ୟ ପାଇଁ ସୁପ୍ରିମକୋର୍ଟ ରାଜ୍ୟର ମୁଖ୍ୟ ବିଚାରପତିଙ୍କଠାରୁ...

ଲୋକଙ୍କ ଆସ୍ଥା ସହ ଖେଳ

ନୂଆଦିଲ୍ଲୀ,୨୧ା୯: ତିରୁପତି ଲଡ଼ୁରେ ବ୍ୟବହୃତ ଘିଅରେ ଗୋରୁ ଚର୍ବି ଏବଂ ମାଛ ତେଲ ରହିଥିବା ଅଭିଯୋଗ ଉପରେ କେନ୍ଦ୍ର ସରକାର ଶୁକ୍ରବାର ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌....

ଶନିବାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଆତିଶୀ

ନୂଆଦିଲ୍ଲୀ,୨୦ା୯ : ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ନେତ୍ରୀ ଆତିଶୀ ଶନିବାର ଅପରାହ୍ନ ୪ଟା ୩୦ ମିନିଟ୍‌ରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ତାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri