ମନ୍ଦିରରେ ବିଜେ ହେଲେ ପଟିଦିଅଁ

ବାଲେଶ୍ୱର ଅଫିସ, ୧୮।୬-ବାଲେଶ୍ୱରୀ କଳାକେନ୍ଦ୍ର ଓ ନୋସି କଲଚୁରାଲ ଏକାଦେମିର ମିଳିତ ସହଯୋଗରେ ରେମୁଣା ବାମପଦାସ୍ଥିତ ନୋସି ବିଜିନେସ୍‌ ପାର୍କଠାରେ ଆୟୋଜିତ ପଟିଦିଅଁ ଅଙ୍କନ ଉତ୍ସବ ସୋମବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ ସ୍ବୀକୃତି ପ୍ରଦାନ କରିଥିବା ନୀଳଗିରି ଜଗନ୍ନାଥ ମନ୍ଦିର, ମୋତିଗଞ୍ଜ ବାଣ୍ଠିଆ ଜଗନ୍ନାଥ ମନ୍ଦିର, ଶାସଙ୍ଗ ଜଗନ୍ନାଥ ମନ୍ଦିର, ଜୟଦେବ କସବା ଜଗନ୍ନାଥ ମନ୍ଦିର ଓ ଦୁବଲାଗଡ଼ି ପତିତପାବନ ଜଗନ୍ନାଥ ମନ୍ଦିରର ପ୍ରତିନିଧିମାନେ ପଟିଦିଅଁଙ୍କୁ ତୁରୀ, ଭେରୀ ବଜାଇ ଆଲଟଚାମର କରି ବିରାଟ ଶୋଭାଯାତ୍ରାରେ ନିଜ ନିଜ ମନ୍ଦିରକୁ ବିଜେ କରାଇଥିଲେ।

ବାଲେଶ୍ୱରରେ ପ୍ରଥମଥର ଗତ ନବକଳେବର ବର୍ଷରୁ ଉତ୍କଳା ଶିଳ୍ପଗ୍ରାମରେ ଆରମ୍ଭ ହୋଇଥିଲା ପଟିଦିଅଁ ଅଙ୍କନ ଉତ୍ସବ। ଏହି ଉତ୍ସବରେ ଚିତ୍ରକରମାନେ ପୁରୀ ଶ୍ରୀମନ୍ଦିରର ରୀତିନୀତି ଅନୁସାରେ ପବିତ୍ର ଅକ୍ଷୟ ତୃତୀୟାରେ ଜଗନ୍ନାଥ ମନ୍ଦିରରୁ ଜଗନ୍ନାଥଙ୍କୁ ଅନନ୍ତ ନାରାୟଣ, ବଳଭଦ୍ରଙ୍କୁ ଅନନ୍ତ ବାସୁଦେବ ଓ ମା’ ସୁଭଦ୍ରାଙ୍କୁ ଭୁବନେଶ୍ୱରୀ ରୂପରେ ଆଙ୍କିବା ପାଇଁ ସ୍ବୀକୃତି ପାଇଥିଲେ। କପଡ଼ାରେ ତିଆରି ମୋଟା ପଟି ଉପରେ ଦିଅଁମାନଙ୍କ ଚିତ୍ର ଜ୍ୟେଷ୍ଠ ଶୁକ୍ଳପକ୍ଷ ଏକାଦଶୀରୁ ଦେବସ୍ନାନ ପୂର୍ଣ୍ଣିମା ପର୍ଯ୍ୟନ୍ତ ଆଙ୍କି ଅଣସର ସମୟରେ ଜଗନ୍ନାଥ ମନ୍ଦିରରେ ପୂଜା ପାଇଁ ପ୍ରଦାନ କରନ୍ତି। ଚଳିତବର୍ଷ ମଧ୍ୟ ଯଥାରୀତି ବାଲେଶ୍ୱରର ୫ଟି ଜଗନ୍ନାଥମନ୍ଦିର ପାଇଁ ଶିଳ୍ପୀ କେଶୁ ଦାସ ଓ ଅରୁଣ ବାରିକ ଜଗନ୍ନାଥଙ୍କ ଅନନ୍ତ ନାରାୟଣ, ଦେବାଶିଷ ପତି ଓ ଭବାନୀ ନାୟକ ବଳଭଦ୍ରଙ୍କ ଅନନ୍ତ ବାସୁଦେବ, ଶୁଭମ୍‌ ନାୟକ ଓ ଆଦିତ୍ୟ ଉପାଧ୍ୟାୟ ମା’ ସୁଭଦ୍ରାଙ୍କ ଭୁବନେଶ୍ୱରୀ ଚିତ୍ର ଆଙ୍କିବା ପାଇଁ ବିଧି ପୂର୍ବକ ଚିତ୍ରକର ସ୍ବୀକୃତି ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁବର୍ଣ୍ଣରେଖା ବନ୍ୟାକୁ ୭ ଦିନ, ଭୋକ ଉପାସରେ…

ଭୋଗରାଇ, ୨୧ା୯(ପ୍ରଦୀପ ଦାସ): ସୁବର୍ଣ୍ଣରେଖା ବନ୍ୟାକୁ ୭ଦିନ ପୂରିଛି। ହେଲେ ଅଦ୍ୟାବଧି ଭୋଗରାଇ ବ୍ଲକର ବନ୍ୟା ସ୍ଥିତିରେ ସୁଧାର ଆସିନାହିଁ। ଭୋଗରାଇର ୨୧ ପଞ୍ଚାୟତର ଶତାଧିକ...

ଘରୁ ମିଳିଥିଲା ନଗଦ ୪୫ ଲକ୍ଷ ଟଙ୍କା, କୋଟିଏ ଟଙ୍କାର ବ୍ୟାଙ୍କ ଡିପୋଜିଟ୍: ବନ୍ଧାହେଲେ କୁବେର ଯନ୍ତ୍ରୀ

ବାଲେଶ୍ୱର,୨୧।୯: ବାଲେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଏନ୍‌ଭି ହରିହର ରାଓଙ୍କୁ ବାନ୍ଧିଲା ପୋଲିସ। ଆୟ ବର୍ହିଭୂତ ସଂପତ୍ତି ଠୁଳ ମାମଲାରେ ତାଙ୍କଚ ଭିଜିଲାନ୍ସ...

ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବାଲେଶ୍ୱର,୨୦ା୯(ବାଞ୍ଛାନିଧି ଦେ): ବାଲେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଯନ୍ତ୍ରୀ ଏନ୍‌.ଭି ହରିହର ରାଓଙ୍କ...

ସୁବର୍ଣ୍ଣରେଖାରେ ବନ୍ୟା

ଭୋଗରାଇ(ପ୍ରଦୀପ ଦାସ)/ ବାଲିଆପାଳ (ଗୋପାଳ ଚନ୍ଦ୍ର ସାହୁ)/କାଳିପଦା(ରାଜଶ୍ରୀ ପାଣିଗ୍ରାହୀ)/ଜଳେଶ୍ୱର (ରବିନାରାୟଣ ପାତ୍ର), ୧୮।୯: ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ସୁବର୍ଣ୍ଣରେଖାର ନିମ୍ନ ଅବବାହିକରେ ପ୍ରଥମ...

ସୁଭଦ୍ରା ପ୍ରଶ୍ନର ଉତ୍ତର ଦେଇ ଜିତିଲେ…

ବଉଳା, ୧୮।୯(ଦୁର୍ଗାପ୍ରସାଦ ଆୟଚ) ସୁଭଦ୍ରା ଯୋଜନାର ଶୁଭାରମ୍ଭ ଅବସରରେ ମଙ୍ଗଳବାର କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଉପସ୍ଥିତ ମହିଳାମାନଙ୍କୁ...

ରାସ୍ତା ଉପରେ ଲହଡ଼ି ଭାଙ୍ଗୁଛି ବର୍ଷା ପାଣି

ବାଲେଶ୍ୱର,୧୬।୯: ଲଗାଣ ବର୍ଷାରେ ବାଲେଶ୍ୱର ମୁଖ୍ୟ ରାସ୍ତାରେ ଫୁଟେ ଉଚ୍ଚର ପାଣି ଚାଲୁଛି। ନୂଆସାହି ଛକ ମୁଖ୍ୟରାସ୍ତାରେ ଆଣ୍ଠୁଏ ଉଚ୍ଚର ପାଣି ପ୍ରବାହିତ ହେଉଛି। ଫଳରେ...

ତିନି ତିନିଟା ଛୁଆଙ୍କ ସହ ରୋଗିଣା ସ୍ତ୍ରୀଙ୍କୁ ମେଡିକାଲରେ ଛାଡି ଚାଲିଗଲେ ସ୍ବାମୀ,ପରେ…..

ନୀଳଗିରି,୧୬।୯: ରୋଗିଣା ସ୍ତ୍ରୀ ଓ ୩ ପିଲାଙ୍କୁ ମେଡିକାଲରେ ଏକୁଟିଆ ଛାଡି ଚାଲିଗଲେ ସ୍ବାମୀ। ଟଙ୍କା ଆଣିବେ ବୋଲି କହି ଯାଇଚନ୍ତି ଯେ ଯାଇଛନ୍ତି। ମାସେ...

ବିପଦସଙ୍କେତ ଟପିଲା ଜଳକା

ବାଲେଶ୍ୱର,୧୬ା୯(ବାଞ୍ଛାନିଧି ଦେ): ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ଲଗାଣ ବର୍ଷା ଜାରି ରହିଛି। ଦୁଇଦିନ ଧରି ବାଲେଶ୍ୱର ଜିଲାରେ ପ୍ରବଳ ବର୍ଷା ଯୋଗୁ ଜନଜୀବନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri