Posted inଜାତୀୟ

ମହିଳାଙ୍କ ସୁରକ୍ଷା ପାଇଁ ଆସିଥିବା ନିର୍ଭୟା ପାଣ୍ଠି ପଡ଼ିରହିଛି: ୧୬ଶହ ୪୯ କୋଟିରୁ ୧୪୭ କୋଟି ହୋଇଛି ବିନିଯୋଗ; ୬ ରାଜ୍ୟରେ ଶୂନ ଖର୍ଚ୍ଚ

ନୂଆଦିଲ୍ଲୀ, ୧୬।୧୨: ମହିଳାଙ୍କ ସୁରକ୍ଷା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ରାଜ୍ୟ ସରକାରଙ୍କୁ ଆବଣ୍ଟିତ କରାଯାଇଥିବା ନିର୍ଭୟା ପାଣ୍ଠି ଖର୍ଚ୍ଚ ନ ହୋଇ ପଡ଼ିରହିଛି। ୨୦୧୩ଠାରୁ ରାଜ୍ୟ ସରକାରଙ୍କୁ ଦିଆଯାଉଥିବା ଟଙ୍କାର ୯ ପ୍ରତିଶତ ଖର୍ଚ୍ଚ ହୋଇଛି। ମୋଟ ୧୬ଶହ ୪୯ କୋଟି ଟଙ୍କାରୁ କେବଳ ୧୪୭ କୋଟି ଟଙ୍କା ହୋଇଛି ବିନିଯୋଗ କରାଯାଇଛି। ଦେଶର ୬ଟି ରାଜ୍ୟରେ ଏହି ପାଣ୍ଠିରେ ଜମା ହାତ ବି ମରାଯାଇନି। ଏପରି ସ୍ଥଳେ ମହିଳାଙ୍କ ସୁରକ୍ଷା ପାଇଁ ହୋଇଥିବା ଲକ୍ଷ୍ୟ କିଭଳି ପୂରଣ ହୋଇପାରିବ ସେ ନେଇ ସାଧାରଣରେ ପ୍ରଶ୍ନ ଉଠୁଛି। ମେଘାଳୟ, ମଣିପୁର, ତ୍ରିପୁରା, ସିକିମ୍‌, ମହାରାଷ୍ଟ୍ର ଓ ଡାମନ୍‌ ଏବଂ ଡିୟୁରେ ନିର୍ଭୟା ପାଣ୍ଠିରୁ ଶୂନ ଟଙ୍କା ଖର୍ଚ୍ଚ ହୋଇଛି। ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ସ୍ମୃତି ଇରାନୀଙ୍କ ପକ୍ଷରୁ ଲୋକସଭାରେ ପ୍ରକାଶ କରାଯାଇଥିବା ରିପୋର୍ଟରେ ଏହା ଦର୍ଶାଯାଇଛି। ନିର୍ଭୟା ପାଣ୍ଠିରୁ ଅଧିକ ଟଙ୍କା କର୍ନାଟକ, ମହାରାଷ୍ଟ୍ର, ତାମିଲନାଡୁ ଏବଂ ଦିଲ୍ଲୀକୁ ଆବଣ୍ଟିତ କରାଯାଇଛି। କର୍ନାଟକ ଏହି ପାଣ୍ଠିରୁ ଆବଣ୍ଟିତ ହୋଇଥିବା ୧୯୧ କୋଟି ଟଙ୍କାରୁ କେବଳ ୭ ପ୍ରତିଶତ ଅର୍ଥାତ୍‌ ୧୩ କୋଟି ୬୨ ଲକ୍ଷ ଟଙ୍କା ଖର୍ଚ୍ଚ କରିଛି। ସେହିପରି ତାମିଲ୍‌ନାଡୁରେ ମୋଟ ୧୯୦ କୋଟି ୬୮ ଲକ୍ଷ ଟଙ୍କାରୁ ମାତ୍ର ୬ କୋଟି ଖର୍ଚ୍ଚ ହୋଇଛି। ଏହା ଆବଣ୍ଟିତ ଟଙ୍କାର ମାତ୍ର ୩ ପ୍ରତିଶତ। ଦିଲ୍ଲୀରେ ନିର୍ଭୟା ପାଣ୍ଠିରୁ ୫ ପ୍ରତିଶତ ଖର୍ଚ୍ଚ ହୋଇଛି। ଦିଲ୍ଲୀକୁ ୩୯୦ କୋଟି ଟଙ୍କା ଆବଣ୍ଟିତ କରାଯାଇଥିଲା। ତେବେ ଏଥିରୁ ୧୯ କୋଟି ୪୧ ଲକ୍ଷ ଖର୍ଚ୍ଚ ହୋଇଥିବା ରିପୋର୍ଟରେ ସୂଚିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହିନ୍ଦୁମାନଙ୍କ ଭାବନା ସହ ଖେଳାଯାଇଛି, ରବିଶଙ୍କର କହିଲେ କେବଳ ଲଡୁ ନୁହେଁ…

ହାଇଦ୍ରାବାଦ,୨୨ା୯: ତିରୁପତି ବାଲାଜୀଙ୍କ ଲଡୁକୁ ନେଇ ତୁଟୁନି ବିବାଦ। ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ଆଧ୍ୟାତ୍ମିକ ଗୁରୁ ଶ୍ରୀଶ୍ରୀ ରବିଶଙ୍କର। ୧୮୫୭ ସିପାହୀ ବିଦ୍ରୋହ...

ପରାସ୍ତ ହେବ ଚାଇନା, କ୍ୱାଡ୍‌ ସମ୍ମିଳନୀରେ ମିଳିଲା ନେତାଙ୍କ ବଡ଼ ସଙ୍କେତ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୨ା୯: କ୍ୱାଡ୍‌ ନେତାଙ୍କ ମିଳିତ ବିବୃତ୍ତିରେ ବଡ଼ ସଙ୍କେତ ମିଳିଛି। କ୍ୱାଡ୍‌ ଶିଖର ସମ୍ମିଳନୀରେ ଭାରତ, ଆମେରିକା, ଜାପାନ ଏବଂ ଅଷ୍ଟ୍ରେଲିଆର ମୁଖ୍ୟମାନେ ଅଂଶଗ୍ରହଣ କରିଥିଲେ।...

ଦିଲ୍ଲୀରେ ରହିବାକୁ ମୋର ଘର ନାହିଁ, କାହିଁକି ଏମିତି କହିଲେ କେଜ୍‌ରିଓ୍ବାଲ୍‌

ନୂଆଦିଲ୍ଲୀ,୨୨ା୯: ଆମ୍‌ ଆଦ୍‌ମୀ ପାର୍ଟିର ଜାତୀୟ ସଂଯୋଜକ ଅରବିନ୍ଦ କେଜ୍‌ରିଓ୍ବାଲ୍‌ ରବିବାର ଦିଲ୍ଲୀର ଜନ୍ତରମନ୍ତରରେ ଆୟୋଜିତ ହୋଇଥିବା ‘ଜନତା କି ଅଦାଲତ’ରେ ଭାଗ ନେଇଥିଲେ। ଏହା...

ଆପଣ ବ୍ୟବହାର କରୁଥିବା ଘିଅରେ ମିଶୁଥାଇପାରେ ପଶୁଚର୍ବି-ମାଛତେଲ, ଜାଣନ୍ତୁ କିପରି ପ୍ରସ୍ତୁତ ହୁଏ ଏହି ଘିଅ

ନୂଆଦିଲ୍ଲୀ,୨୨।୯: ତିରୁପତି ବାଲାଜୀ ମନ୍ଦିର ପ୍ରସାଦ ଲଡୁରେ ପଶୁ ଚର୍ବି ଓ ମାଛ ତେଲ ମିଶାଇବା ଘଟଣାରେ ସାରା ଦେଶ ଉଠୁଛି ପଡୁଛି। ଏହାକୁ ନେଇ...

ପୁଣି ଟ୍ରେନ୍‌ ଟ୍ରାକ୍‌ରୁ ମିଳିଲା ଗ୍ୟାସ୍‌ ସିଲିଣ୍ଡର, ପାଇଲଟଙ୍କ ଉପସ୍ଥିତି ବୁଦ୍ଧି ଯୋଗୁ…

ଲକ୍ଷ୍ନୌ,୨୨ା୯: ପୁଣି ଟ୍ରେନ୍‌ ଟ୍ରାକ୍‌ରୁ ଏକ ଗ୍ୟାସ୍‌ ସିଲିଣ୍ଡର୍‌ ମିଳିଛି। ଦୁର୍ବୃତ୍ତମାନେ ଟ୍ରାକ୍‌ରେ ସିଲିଣ୍ଡର ରଖି ଏକ ବଡ଼ ଧରଣର ଅଘଟଣ ଘଟାଇବାକୁ ଯୋଜନା କରିଥିଲେ।...

‘ଓ୍ବାନ ନେଶନ ଓ୍ବାନ ଇଲେକ୍ସନ’କୁ ନେଇ କ’ଣ ରହିବ ବିଜେଡିର ପକ୍ଷ? ନବୀନ କହିଲେ ସମୟ ନେବୁ…

ଭୁବନେଶ୍ୱର,୨୨।୯: ଦେଶରେ ‘ଓ୍ବାନ ନେଶନ ଓ୍ବାନ ଇଲେକ୍ସନ’କୁ ନେଇ ବିତର୍କ ଆରମ୍ଭ ହୋଇଛି। ଏକକାଳୀନ ନିର୍ବାଚନକୁ ନେଇ ମୋଦି କ୍ୟାବିନେଟ ମଞ୍ଜୁରୀ ଦେବା ପରେ ଏବେ...

ବାଇଡେନ ଦମ୍ପତିଙ୍କୁ ଦାମୀ ଉପହାର ଦେଲେ ମୋଦି, ଏଥିରେ ରହିଛି…

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୨ା୯: ଆମେରିକା ଗସ୍ତରେ ଯାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଇଡେନ ଦମ୍ପତିଙ୍କୁ ଦାମୀ ଉପହାର ପ୍ରଦାନ କରିଛନ୍ତି। ମୋଦି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଏବଂ...

ଭାରତକୁ ଇଲିଶି ରପ୍ତାନୀ ଉପରେ କଟକଣା ଉଠାଇଲା ବାଂଲାଦେଶ, ଦୂର୍ଗାପୂଜା ପାଇଁ ଆସିବ ଏତେ ମାଛ…

ନୂଆଦିଲ୍ଲୀ,୨୨।୯: ଭାରତକୁ ଇଲିଶି ମାଛ ରପ୍ତାନୀ ଉପରେ କଟକଣା ଉଠାଇଲା ବାଂଲାଦେଶ। ବାଂଲାଦେଶର ଆନ୍ତରୀଣ ସରକାର ହିନ୍ଦୁ ବଙ୍ଗାଳୀଙ୍କ ବଡ଼ ପୂର୍ବ ଦୂର୍ଗାପୂଜା ପୂର୍ବରୁ ଇଲିଶି...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri