ରାଜଘାଇ ପାଣି ଦୂଷିତ, ପାନୀୟଜଳ ପ୍ରକଳ୍ପ ଅଚଳ

ହିଞ୍ଜିଳିକାଟୁ,୨୧ା୩(ଡି.ଏନ୍‌.ଏ.) – ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ବଡ଼ଖଣ୍ଡି ପଞ୍ଚାୟତ ଅଧୀନ ଗୋପୀନାଥପୁର ଗ୍ରାମରେ ପାଣି ପାଇଁ ହନ୍ତସନ୍ତ ହେଉଛନ୍ତି ଗ୍ରାମବାସୀ। ଗ୍ରାମ୍ୟ ଜଳ ଯୋଗାଣ ପ୍ରକଳ୍ପରୁ ଦିନକୁ ମାତ୍ର ଅଧଘଣ୍ଟା ତ କେବେ ଘଣ୍ଟାଏ ଜଳ ଯୋଗାଣ ହେଉଛି। ପିଇବା ପାଣି ଅଭାବ ସାଙ୍ଗକୁ ଗ୍ରାମ ଜଳାଶୟ ରାଜଘାଇର ପାଣି ୨ମାସରୁ ଉର୍ଦ୍ଧ୍ୱ ହେବ ଅପରିସ୍କାର ହୋଇଛି। ଫଳରେ ପ୍ରାୟ ୩ ହଜାରରୁ ଉର୍ଦ୍ଧ୍ୱ ଲୋକେ ହୀନସ୍ତା ହେଉଛନ୍ତି। ଏନେଇ ବିଭିନ୍ନ ସମୟରେ ଗ୍ରାମ୍ୟ ଜଳ ଯୋଗାଣ ଯନ୍ତ୍ରୀ ଓ ବିଡ଼ିଓଙ୍କୁ ଜଣାଇଥିଲେ ମଧ୍ୟ କେହି ସମାଧାନ ପାଇଁ ଆନ୍ତରିକତା ଦେଖାଉ ନଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଫଳରେ ଉତ୍ତ୍ୟକ୍ତ ଲୋକେ ଭିଡ଼ିଓ ପ୍ରସ୍ତୁତ କରି ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ ପାଇଁ ବିଭିନ୍ନ ସାମାଜିକ ଗଣମାଧ୍ୟମରେ ଅପ୍‌ଲୋଡ୍‌ କରିଛନ୍ତି। ଏନେଇ କ୍ରାନ୍ତିକାରୀ କୃଷକ ସମାଜ ରାଜ୍ୟ ସମ୍ପାଦକ ଶଙ୍କର ସାହୁ ଦୁର୍ଭାଗ୍ୟଜନକ କହିବା ସହ ଜିଲା ଓ ବ୍ଲକ ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଥିବା କହିଛନ୍ତି। ତୁରନ୍ତ ସମାଧାନ ନ ହେଲେ ଜନ ଆନ୍ଦୋଳନର ଚେତାବନୀ ଦେଇଛନ୍ତି। ପ୍ରକାଶ ଯେ, ଗୋପୀନାଥପୁର ଗ୍ରାମରେ ବର୍ତ୍ତମାନ ପ୍ରାୟ ୩ହଜାରରୁ ଉର୍ଦ୍ଧ୍ୱ ଲୋକ ଥିବାବେଳେ ୬ଶହ ଘର ରହିଛି। ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ପ୍ରକଳ୍ପରେ ଏଠାରେ ୩୦ ହଜାର ଲିଟର କ୍ଷମତା ବିଶିଷ୍ଟ ଏକ ପ୍ରକଳ୍ପ ୨୦୧୧ରେ ନିର୍ମାଣ ହୋଇଥିଲା। ୩୬.୪୪ ଲକ୍ଷ ଟଙ୍କା ବ୍ୟୟ ଅଟକଳର ବିଭିନ୍ନ ସମୟରେ ବହୁ ଟ୍ୟୁବ୍‌ଓ୍ବେଲ ଖୋଳା ଯାଇଛି। ତଥାପି ପିଇବା ପାଣି ସମସ୍ୟା ଦୂର ହୋଇନାହିଁ। ତେବେ ଗ୍ରାମରେ ଥିବା ରାଜଘାଇ ଜଳାଶୟରେ ଗ୍ରାମବାସୀ ଶୌଚ ହେବାସହ ଏହାର ପାଣିକୁ ବିଶୁଦ୍ଧ କରି ପାନୀୟ ଜଳ ଭାବେ ବ୍ୟବହାର କରି ଆସୁଥିଲେ। ଫଳରେ ପାନୀୟ ଜଳ ଅଭାବ ନିମନ୍ତେ ଦାବି ଜୋରଦାର ହେଉ ନ ଥିଲା। କିନ୍ତୁ ଗତ ୨ମାସ ତଳେ ଉକ୍ତ ଜଳାଶୟରେ ମାଛ ଚାଷ ନିମନ୍ତେ ଔଷଧ ପକାଯିବା ଫଳରେ ପାଣି ରଙ୍ଗରେ ପରିବର୍ତ୍ତନ ସହ ପିଇବାତ ଦୂରର କଥା ଗାଧୋଇବା ପାଇଁ ମଧ୍ୟ ଅନୁପଯୁକ୍ତ ହୋଇ ପଡ଼ିଛି। ଫଳରେ ଲୋକଙ୍କ ମଧ୍ୟରେ ଏହାକୁ ନେଇ ପ୍ରତିକ୍ରିୟା ପ୍ରକାଶ ପାଇଛି। ଗ୍ରାମର ମନୋଜ ବେହେରା, ପି. ପାର୍ବତୀ, ନୟନୀ ବେହେରା ପ୍ରମୁଖ ତୁରନ୍ତ ସରକାର ଏଥିପାଇଁ ଦୃଷ୍ଟି ଦେବାକୁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ମା’ ଲଙ୍କେଶ୍ବରୀଙ୍କ ଖଣ୍ଡାବସା ଆଜି

ଭବାନୀପାଟଣା,୨୩ା୯(ଉତ୍ତମ କୁମାର ଦାଶ/ସୁନୀଲ କୁମାର ସିଂହ)- କଳାହାଣ୍ଡି ଜିଲା ଜୁନାଗଡ଼ର ଅଧିଷ୍ଠାତ୍ରୀ ଦେବୀ ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ ମଙ୍ଗଳବାର ଅନୁଷ୍ଠିତ ହେବ। ଏଥିପାଇଁ ସୋମବାର...

କ୍ୟାପିଟାଲ ହସ୍ପିଟାଲରେ ଡଷ୍ଟବିନରୁ ମିଳିଲା ନବଜାତକଙ୍କ ମୃତଦେହ

ଭୁବନେଶ୍ୱର,୨୩।୯: କେନ୍ଦ୍ର ସରକାରଙ୍କ ଠାରୁ ଆରମ୍ଭ କରି ରାଜ୍ୟ ସରକାରଙ୍କ ଯାଏ ମହିଳାଙ୍କୁ ସଶକ୍ତ କରିବା ଲାଗି ଜନ୍ମରୁ ମୃତ୍ୟୁ ପର୍ଯ୍ୟନ୍ତ ବିଭିନ୍ନ ଯୋଜନା କରୁଥିଲେ...

ଶ୍ରମ କୋଡ଼ ବାତିଲ ଦାବିରେ ଗର୍ଜିଲେ ଶ୍ରମିକ ସଂଗଠନ

ଛତ୍ରପୁର,୨୩।୯(ସନ୍ତୋଷ ପାଢ଼ୀ): ଶ୍ରମିକ ବିରୋଧୀ ଶ୍ରମ କୋଡ଼ ବାତିଲ, ମାସିକ ସର୍ବନିମ୍ନ ୨୬ ହଜାର ଦରମା ଓ ପୁରୁଣା ପେନସନ ଲାଗୁକର ଦାବିରେ କେନ୍ଦ୍ରୀୟ ଶ୍ରମିକ...

କଟକରେ ସୀମା ଟପିଲା କଳାବଜାର: ଏହି ସବୁ ଜିଲାରେ ହେଉଥିଲା ବିକ୍ରି

କଟକ,୨୩।୯: ଅତୀତରେ କଟକରୁ ଖାଇବା ଘିଅ, ଡିଟରଜେଣ୍ଟ ପାଉଡରଠାରୁ ଆରମ୍ଭ ନାନା ପ୍ରକାର ଖାଦ୍ୟ ସାମଗ୍ରୀର ଅପମିଶ୍ରଣ କରାଯାଉଥିବା ଦେଖିବାକୁ ମିଳିଥିଲା। ଏବେ କିଛି ଖଳ...

ନାବାଳିକା ବଳାତ୍କାର ମାମଲାର ଆସିଲା ରାୟ: ବଳାତ୍କାରୀଙ୍କୁ….

ଫୁଲବାଣୀ,୨୩।୯: କନ୍ଧମାଳ ଜିଲା ଫୁଲବାଣୀ ଜିଲା ପୋକ୍ସୋ କୋର୍ଟ ସୋମବାର ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତ ଦେବରାଜ...

ଫରେଷ୍ଟରଙ୍କ ଆତ୍ମହତ୍ୟା ନେଇ ବିଭାଗୀୟ ତଦନ୍ତ ନିର୍ଦ୍ଦେଶ, ସୁଇସାଇଡ୍‌ ନୋଟ୍‌ରେ ଥିଲା…

ଭବାନୀପାଟଣା,୨୩ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଫରେଷ୍ଟରଙ୍କ ଆତ୍ମହତ୍ୟା ଘଟଣାରେ ବନ ବିଭାଗ ପକ୍ଷରୁ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ଯାଞ୍ଚ୍‌ ଆରମ୍ଭ ହୋଇଛି।...

ଜଳପ୍ରପାତରେ ବୁଡି ୨ ଡାକ୍ତରୀ ଛାତ୍ରୀଙ୍କ ଜୀବନ ଗଲା: ଜଣେ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି

ମାଲକାନଗିରି,୨୩ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ମୋଟୁଠାରୁ ୪୦ କିଲୋମିଟର ଦୂର ଆନ୍ଧ୍ରପ୍ରଦେଶର ତରଙ୍ଗିଣୀ ଜଳପ୍ରପାତରେ ୫ଜଣ ଡାକ୍ତରୀ ଛାତ୍ରୀଛାତ୍ର ଭାସି ଯାଇଥିଲେ। ଜଣେ ଛାତ୍ରୀ...

ଭରତପୁର ଥାନା: ଏଣେତେଣେ ପଡ଼ିଥିବା ସିସିଟିଭକୁ ନେଇ ବଢ଼ୁଛି…

ଭୁବନେଶ୍ୱର,୨୩।୯: ଭରତପୁର ଥାନା ବର୍ତ୍ତମାନ ଚର୍ଚ୍ଚାରେ ଥିବା ବେଳେ  ଥାନାରେ ଏଣେତେଣେ ପଡ଼ିଥିବା ସିସିଟିଭକୁ ନେଇ ରହସ୍ୟ ବଢ଼ୁଛି । ଗଦା ଗଦା ସିସିଟିଭି କ୍ୟାମେରା...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri