ଭୁବନେଶ୍ୱର, ୫।୪(ବ୍ୟୁରୋ): ରାଜ୍ୟରେ ପୁଣି ୧୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନେ ସମସ୍ତେ ଭୁବନେଶ୍ୱରର ବୋଲି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ସେମାନଙ୍କ ଟ୍ରାଭେଲ ହିଷ୍ଟ୍ରି ଅଛି କି ନାହିଁ, ସେ ସମ୍ପର୍କରେ ଏ ପର୍ଯ୍ୟନ୍ତ କୌଣସି ସୂଚନା ମିଳିନାହିଁ। ଏହାକୁ ମିଶାଇ ଗୋଟିଏ ଦିନରେ ରାଜ୍ୟରେ ୧୮ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୯ରେ ପହଞ୍ଚିଛି।
Posted inଆମ ଜିଲା ଖବର, କରୋନା ଭାଇରସ୍, ମେଟ୍ରୋ, ରାଜ୍ୟ