ରାଜ୍ୟର ସ୍ଥିତି ସମ୍ପର୍କରେ ସୋନିଆଙ୍କ ସହ କଥାହେଲେ ନିରଞ୍ଜନ

ଭୁବନେଶ୍ୱର,୧୧ା୪(ବ୍ୟୁରୋ): ଦେଶରେ ମହାମାରୀ କରୋନା ଭୂତାଣୁ(କୋଭିଡ-୧୯) ସଂକ୍ରମଣ ବଢ଼ିବାରେ ଲାଗିଛି। ଜନସାଧାରଣଙ୍କ ଜୀବନ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଲକ୍‌ଡାଉନ ଅବଧିକୁ ଏପ୍ରିଲ ୩୦ଯାଏ ମଧ୍ୟ ବୃଦ୍ଧି କରିଛନ୍ତି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଓ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଓ କରୋନା ସ୍ଥିତି ସମ୍ପର୍କରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ସହ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଆଲୋଚନା କରିଛନ୍ତି। କଂଗ୍ରେସ ପକ୍ଷରୁ କିପରି ଗରିବ, ନିରାଶ୍ରୟଙ୍କୁ ସହଯୋଗ କରାଯାଉଛି ସେନେଇ କଥା ହୋଇଥିଲେ। ଏହାସହ ଲୋକମାନଙ୍କୁ ଖାଦ୍ୟ ଏବଂ ମାସ୍କ ବଣ୍ଟନରେ କରି ସାହାଯ୍ୟ କରୁଛି ସେ ବିଷୟରେ ମଧ୍ୟ ଜଣାଇଥିଲେ। କଂଗ୍ରେସ ରାଜ୍ୟରେ କୃଷି ସଙ୍କଟର ସମାଧାନ ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ଓ ସରକାରଙ୍କୁ ଅନୁରୋଧ କରିଛି। ମାରାତ୍ମକ କରୋନା ଭାଇରସର ବିସ୍ତାରକୁ ମୁକାବିଲା କରିବା ପାଇଁ ରାଜ୍ୟରେ ପର୍ଯ୍ୟାପ୍ତ ପରୀକ୍ଷଣ କରାଯାଉ ନ ଥିବାରୁ ଚିନ୍ତାଜନକ ପରିସ୍ଥିତି ସୃଷ୍ଟି କରିଛି ବୋଲି କଂଗେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ପିସିସି ସଭାପତି ପଟ୍ଟନାୟକ ଅବଗତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନରେ ଦିଆଯାଇଥିବା ସମସ୍ତ ପ୍ରତିଶ୍ରୁତି ପୂରଣ ହେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫।୧୨: ନିର୍ବାଚନ ସମୟରେ ଆମେ ଲୋକଙ୍କୁ ଯେଉଁ ପ୍ରତିଶ୍ରୁତି ଦେଇଥିଲୁ, ସବୁ ପ୍ରତିଶ୍ରୁତିକୁ ଗୋଟି ଗୋଟି କରି ପୂରଣ କରି ଚାଲିଛୁ। ଯେଉଁ ଦିନ ସରକାର...

ସ୍ବାମୀଙ୍କ ଅନ୍ୟତ୍ର ବିବାହ ଉଦ୍ୟମ: ଘର ଆଗରେ ପୁଅ ସହ ଧାରଣାରେ ବସିଲେ ସ୍ତ୍ରୀ’

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଳକ ବାସୁଦେବପୁର ଗ୍ରାମର ପି.ଶ୍ରୀୟା ରେଡ୍ଡୀଙ୍କ ସ୍ଵାମୀ ପି.ଶିବରାମ ପାତ୍ର ବିବାହର ୭ ବର୍ଷ ପରେ ପ୍ରତାରଣା କରି ଦ୍ୱିତୀୟ...

ଅନ୍ତର୍ଜାତୀୟ ସୁନ୍ଦରୀ ପ୍ରତିଯୋଗିତାରେ ଚମକିବେ କୋରାପୁଟ ଝିଅ ଅନୁଶ୍ରୀ

କୋରାପୁଟ,୨୫।୧୨(ଅମିତାଭ ବେହେରା): କୋରାପୁଟ ଭଳି ଏକ ଆଦିବାସୀ ପଛୁଆ ଜିଲାର ଝିଅ ରାଜସ୍ଥାନର ଜୟପୁରରେ ଅନୁଷ୍ଠିତ ହୋଇଥିବା ବିୟୁଟି କଣ୍ଟେଷ୍ଟରେ ଓଡ଼ିଶା ପାଇଁ ପ୍ରତିନିଧିତ୍ବ କରି...

ଅଢେଇ ବର୍ଷର ବିଷ୍ମୟ ବାଳକ: ପ୍ରାଞ୍ଜଳ ଭାବେ କହୁଛନ୍ତି ମନ୍ତ୍ରପାଠ ଓ ଦେଶ ବିଦେଶ କଥା

କେନ୍ଦୁଝର,୨୫।୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ବୟସ ମାତ୍ର ଅଢେଇ ବର୍ଷ। ମନ୍ତ୍ରପାଠ, ସାଧାରଣ ଜ୍ଞାନ ହେଉ ଅବା ଦେଶର ଜାତୀୟ ପ୍ରତୀକ କିମ୍ବା ବିଶିଷ୍ଟ ବ୍ୟକ୍ତି...

ଲାଗି ରହିଛି ଲଘୁଚାପଜନିତ ଲଗାଣ ବର୍ଷା: ବିଲ ଓ ମଣ୍ଡିରେ ଭିଜିଲା ଧାନ

କୋକସରା,୨୫।୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲାରେ ଲଘୁଚାପଜନିତ ବର୍ଷା ମଙ୍ଗଳବାର ରାତିରୁ ଲଗାଣ ବର୍ଷା ଲାଗି ରହିଛି। ବ୍ଲକରେ ମଙ୍ଗଳବାର ରାତିରୁ ବୁଧବାର ସକାଳ...

ଝାଡଖଣ୍ଡ ନା ଦିଲ୍ଲୀ…ରଘୁବରଙ୍କୁ ବଡ଼ ଦାୟିତ୍ୱ!

ନୂଆଦିଲ୍ଲୀ,୨୫।୧୨: ଓଡିଶାରେ ରାଜ୍ୟପାଳ ପଦରୁ ଇସ୍ତଫା ଦେବା ପରେ ରଘୁବର ଦାସଙ୍କୁ ନେଇ ଦିଲ୍ଲୀରୁ ରାଞ୍ଚି ପର୍ଯ୍ୟନ୍ତ ଚର୍ଚ୍ଚା ଜୋର ଧରିଛି। ଏନେଇ ଅନେକ ରାଜନୈତିକ...

ନବୀନ ପଟ୍ଟନାୟକ ଭାରତ ରତ୍ନ ପାଇବା ଉଚିତ୍, ଦାବି କଲେ କେନ୍ଦ୍ର ମନ୍ତ୍ରୀ

ନୂଆଦିଲ୍ଲୀ, ୨୫।୧୨: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭାରତ ରତ୍ନ ଦେବାକୁ ଦାବି କରିଛନ୍ତି କେନ୍ଦ୍ର ମନ୍ତ୍ରୀ ଗିରିରାଜ ସିଂହ। ସେହିପରି ବିହାର ମୁଖ୍ୟମନ୍ତ୍ରୀ...

ସ୍ତ୍ରୀକୁ ବୀଭତ୍ସ ହତ୍ୟା ପରେ ନିଜ ବେକ କାଟିଲା ସ୍ବାମୀ

କଟକ, ୨୫।୧୨: ସ୍ତ୍ରୀକୁ ବୀଭତ୍ସ ହତ୍ୟା ପରେ ନିଜ ବେକ କାଟିଲା ସ୍ବାମୀ। ଏଭଳି ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟଣା ଘଟିଛି କଟକ ଜିଲା ଲାଲ୍‌ବାଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri