Posted inRasifala

ରାଶିଫଳ: ଗୁରୁବାର, ଜୁଲାଇ ୧୧ ତାରିଖ – Daily Horoscope

ମେଷ
ରାହୁଙ୍କ ନକ୍ଷତ୍ରରେ ଚନ୍ଦ୍ର ଥିବାରୁ ପାରିପାର୍ଶ୍ୱିକ ପରିସ୍ଥିତି ଭିନ୍ନ ପ୍ରକାର ହେତୁ ଅନ୍ୟମାନେ ଭୁଲ୍‌ ବୁଝତ୍ପାରନ୍ତି। ବ୍ୟବସାୟ ଓ ବାଣିଜ୍ୟରେ ଆଶା ଅନୁଯାୟୀ ସଫଳତା ମିଳିବ। ଦୀର୍ଘଦିନରୁ ରହିଯାଇଥିବା କାମ ପାଇଁ ଅନ୍ୟକୁ କୈଫିୟତ ଦେବାକୁ ପଡ଼ିପାରେ। ପାରିବାରିକ କ୍ଷେତ୍ରରେ ଉନ୍ନତି ପରିଲକ୍ଷିତ ହେବା ସହ ରୋଗଣା ସ୍ବାସ୍ଥ୍ୟ ବିଷୟରେ ଚିନ୍ତା କରିପାରନ୍ତି।
ବୃଷ
ବୃଷ
ଅଷ୍ଟମାଧିପତି ବୃହସ୍ପତି ନକ୍ଷତ୍ରସ୍ଥ ରବି ପ୍ରଭାବରେ ଅନ୍ୟମାନଙ୍କ ଉପରେ ପୂର୍ଣ୍ଣ ଭରସା କରି ପ୍ରତାରିତ ହୋଇପାରନ୍ତି। କୌଣସି ଉନ୍ନତିମୂଳକ କାମ ଲାଗି ମୋଟା ଅଙ୍କର ଅର୍ଥ ଆବଶ୍ୟକ ପଡ଼ିପାରେ। ସହକର୍ମୀ କିମ୍ବା ଅଧସ୍ତନ କର୍ମଚାରୀଙ୍କ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିପାରନ୍ତି। ଅଫିସରେ କାର୍ଯ୍ୟବ୍ୟସ୍ତ ଯୋଗୁ ଖାଦ୍ୟପେୟ ଠିକ୍‌ ରହିବ ନାହିଁ ।
ମିଥୁନ
ମିଥୁନ
ମଙ୍ଗଳ ଶନି ନକ୍ଷତ୍ରସ୍ଥ ହୋଇ ଧନସ୍ଥାନରେ ଥିବାରୁ ନିଜର ଫାଇଦା ହାସଲ ପାଇଁ ଫନ୍ଦିଫିକର କରିବା ଲାଗି ମନ ବଳାଇପାରନ୍ତି। ଆନୁଷ୍ଠାନିକ କାର୍ଯ୍ୟରେ ବ୍ୟସ୍ତ ରହିବେ। ଅଫିସରେ ପରସ୍ପର ଗୋଡ଼ ଟଣାଟଣି ହେତୁ ସୁବିଧାରେ କାମ ହାସଲ କରିବା କଷ୍ଟକର ହୋଇପଡିବ । ପରିବାରରେ କେତେକ ବ୍ୟତିକ୍ରମ ରହିଥିଲେ ମଧ୍ୟ ବିଶେଷ କିଛି ଅସୁବିଧା ହେବନି।
କର୍କଟ
କର୍କଟ
ବୁଧ ଷଡ଼ାଷ୍ଟକ ସ୍ଥିତିରେ ଥିବା ଶନିଙ୍କ ନକ୍ଷତ୍ରରେ ରହିଥିବାରୁ ଚେଷ୍ଟା କରୁଥିବା କାମଗୁଡିକ ସହଜରେ ହୋଇପାରିବନାହିଁ। ଆର୍ଥିକ ଦିଗରୁ ସନ୍ତୋଷଜନକ ଫଳ ପାଇବେ, କିନ୍ତୁ ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ । ଯାତ୍ରା ଓ ଆନୁଷ୍ଠାନିକ କାମରୁ ଖୁସି ରହିବେ। ବିଭିନ୍ନ ପ୍ରକାର ଅସ୍ବାଭାବିକ ପରିସ୍ଥିତିକୁ ସାମ୍‌ନା କରିବାକୁ ପଡ଼ିପାରେ ।
ସି˚ହ
ସି˚ହ
ବୃହସ୍ପତି ଧନ ଏକାଦଶାଧିପତିଙ୍କ ନକ୍ଷତ୍ରସ୍ଥ ହେତୁ ଆଜି ଯାତ୍ରା, ବାଣିଜ୍ୟ, ପ୍ରତିଦ୍ୱନ୍ଦ୍ୱିତାରେ ଅବଶ୍ୟ ସଫଳତା ସହ ଆର୍ଥିକ ଅଭିବୃଦ୍ଧି ଘଟିବ । ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବନାହିଁ । ପାରିବାରିକ କ୍ଷେତ୍ରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ସମସ୍ୟାର ମୁଖ୍ୟ କାରଣ ହେବ । ପରୋକ୍ଷ ଶତ୍ରୁତା ସାମୟିକ କାର୍ଯ୍ୟରେ ବାଧା ସୃଷ୍ଟି କରିପାରେ ।
କନ୍ୟା
ଧନାଧିପ ଶୁକ୍ର ପାପଗ୍ରହ ରାହୁ ନକ୍ଷତ୍ରସ୍ଥ ହେତୁ ଅର୍ଥ ସମ୍ପର୍କିତ ବିବାଦ ବୃଦ୍ଧିର ଆଶଙ୍କା ରହିଛି ା ଶାରୀରିକ ସୁସ୍ଥତା ଥିଲେ ମଧ୍ୟ ମାନସିକସ୍ତରରେ କିଛିଟା ବ୍ୟତିକ୍ରମ ପରିଲକ୍ଷିତ ହେବ । ଫେରନ୍ତା ବାଟରେ ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇପଡ଼ିବେ ା କର୍ମକ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ।
ତୁଳା
ତୁଳା
ରାହୁ ଅଷ୍ଟମରେ ରହି ବୃହସ୍ପତି ନକ୍ଷତ୍ରସ୍ଥ ଯୋଗୁ ଅର୍ଥକୁ ନେଇ ଆତ୍ମୀୟଙ୍କ ମଧ୍ୟରେ ବିବାଦ ଉପୁଜିବ। ପରିବାରରେ ଅଶାନ୍ତି ବାତାବରଣରୁ ଦୁଃଖୀ ହୋଇପାରନ୍ତି। ଘର କାମ ଛାଡ଼ି ବାହାର କାମରେ ବେଶି ସମୟ କଟାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବା ସହ ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିବେ।
ବିଛା
ବିଛା
କେତୁ ଧନସ୍ଥାନରେ ରହି ଅନାବଶ୍ୟକ ଖର୍ଚ୍ଚର ଦିଗ ଖୋଲି ଦେଇପାରନ୍ତି। ସବୁ କାମ ଠିକ୍‌ ଠିକ୍‌ ହେବ, କିନ୍ତୁ ସୁବିଧାରେ ନୁହେଁ । ଅସାବଧାନତା କାରଣରୁ ଦ୍ରବ୍ୟ ନଷ୍ଟ ଯୋଗୁ କ୍ଷୋଭ ପ୍ରକାଶ କରିପାରନ୍ତି। ପାରିବାରିକ ଜୀବନ ସୁଖ ସନ୍ତୋଷରେ କଟିବ ମାତ୍ର ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ। ମାନସିକ ଅବସାଦ ଦୂର ହେବାରେ ବନ୍ଧୁ ସାହାଯ୍ୟ କରିବେ।
ଧନୁ
ଧନୁ
ମଙ୍ଗଳ ଭାଗ୍ୟସ୍ଥାନରେ ରହିଥିବାରୁ କୌଣସି ନୂତନ ଯୋଜନାରମ୍ଭ କରିବା ସକାଶେ ମନ ବଳାଇପାରନ୍ତି। ପାରିବାରିକ କ୍ଷେତ୍ରରେ ସମସ୍ୟା ପୂର୍ବପରି ରହିବା ଦୁଶ୍ଚିନ୍ତାର କାରଣ ହେବ। ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି। ଏଣୁ ସତର୍କରେ ଚଳିବା ଭଲ ହେବ। ହଜି ଯାଇଥିବା ଜିନିଷର ଖୋଜ ଖବର ପାଇପାରନ୍ତି।
ମକର
ମକର
ଏକାଦଶ ବୃହସ୍ପତି ପ୍ରଭାବରେ କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ କମିପାରେ। ପ୍ରତିବେଶୀଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ ହେବେ, କିନ୍ତୁ ପ୍ରିୟବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ। ବାରମ୍ବାର ଡାକ୍ତରଙ୍କ ପରାମର୍ଶ ପାଇଁ ଦୌଡ଼ିବାକୁ ପଡ଼ିପାରେ। ପାରିବାରିକ ସମସ୍ୟାକୁ ଚତୁରତାର ସହ ସମାଧାନ କରିବେ।
କୁମ୍ଭ
କୁମ୍ଭ
ଆଜି ଯେଉଁ କାମ ଆରମ୍ଭ କରିବାକୁ ଯାଉଛନ୍ତି, ତାହା ପ୍ରଥମେ ପ୍ରଥମେ କଷ୍ଟକର ମନେ ହୋଇପାରେ ା ପରିବାର, ବ୍ୟବସାୟ, ସଭାସମିତି, ପରିବହନ, ପ୍ରଶାସନିକ କ୍ଷେତ୍ର ପ୍ରତ୍ୟେକଥିରେ ସୁଫଳ ପାଇବେ। ଆଶା କରୁଥିବା ଶୁଭଖବର ପାଇ ଖୁସି ହେବେ। ପିଲାମାନଙ୍କ ପଢ଼ାସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ।
ମୀନମୀନ
କର୍ମକ୍ଷେତ୍ରରେ ଶନି ଓ କେତୁଜନିତ ଭୁଲ୍‌ ବୁଝାମଣା କାରଣରୁ ବନ୍ଧୁ ସମ୍ପର୍କରେ ଅବନତି ଘଟିପାରେ। ନିର୍ମାଣ, ବାଣିଜ୍ୟ ଓ ବ୍ୟବସାୟରେ ମାନମନାନ୍ତର ଦେଖାଦେବାର ଆଶଙ୍କା ରହିଛି । ପରିବାରର ବରାଦ ଅନୁଯାୟୀ ଇଚ୍ଛା ନ ଥିଲେ ମଧ୍ୟ ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ବ୍ୟସ୍ତ ନ ହୋଇ ଅପେକ୍ଷା କରନ୍ତୁ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ବୁଧ କ୍ଷେତ୍ରସ୍ଥ ମଙ୍ଗଳଙ୍କ ପ୍ରଭାବରେ ଟେନ୍ସନ ଲାଗିରହିଲେ ମଧ୍ୟ ସାହସିକ ପଦକ୍ଷେପ ନେଇ କାର୍ଯ୍ୟ ସମ୍ପନ୍ନ କରିବେ। ସ୍ବାସ୍ଥ୍ୟରେ ଉନ୍ନତି ହେବାରୁ ମନୋବଳ ବୃଦ୍ଧି...

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ ସୁସ୍ଥ ପାରିବାରିକ ଜୀବନ ଓ ନିରଙ୍କୁଶ କର୍ମସାଧନ ପାଇଁ ଆନୁଷଙ୍ଗିକ ପରିବେଶ ଅନୁକୂଳ ରହିବ। ବନ୍ଧୁଙ୍କ ସାହାଯ୍ୟ ଲାଭ କରି ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ହାସଲ...

ରାଶିଫଳ: ବୁଧବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଉପୁଜିଥିବା ଅପ୍ରୀତିକର ପରିସ୍ଥିତିକୁ ସଜାଡ଼ି ନେବେ। ମୁହଁ ସାମ୍ନାରେ ଭଲ କହୁଥିବା ସମ୍ପର୍କୀୟ ପଛରେ ବିଭିନ୍ନ କଥା କହିବେ। ଅଶ୍ୱିନୀ ନକ୍ଷତ୍ର ପ୍ରତ୍ୟେକ...

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହ ସ୍ଥିତି ପ୍ରଭାବରେ ପାରିବାରିକ ଏବଂ କର୍ମକ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହିବ। ଦୈହିକ ସୁସ୍ଥତା, ଅର୍ଥ ଲାଭ ସାଙ୍ଗକୁ ଯାତ୍ରା,...

ରାଶିଫଳ: ସୋମବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ ଆଜି ବିନା ନିମନ୍ତ୍ରଣରେ କେଉଁଠିକୁ ଯିବା କିମ୍ବା କିଛି ପଚାରିବା ପୂର୍ବରୁ କହିବା ଓଲଟା ଫଳ ପ୍ରଦାନ କରିବ। ଶତ୍ରୁତା କାରଣରୁ ମନ ଅସ୍ଥିର...

ରାଶିଫଳ: ରବିବାର, ମାର୍ଚ୍ଚ ୯ ତାରିଖ – Daily Horoscope

ମେଷ ଯେଉଁ କାମ ବିଷୟରେ ଚିନ୍ତା କରୁଛନ୍ତି, ସେଥିରେ ଅସୁବିଧା ରହିବ ନାହିଁ। ଆନୁଷ୍ଠାନିକ କାମ ସକାଶେ ମନ ବୁଝିଲା ଭଳି କଥା କହି ନିଜ...

ରାଶିଫଳ: ଶନିବାର , ମାର୍ଚ୍ଚ ୮ ତାରିଖ – Daily Horoscope

ମେଷ ଆଜି ଆପଣ କୌଣସି ନୂଆ କାମଟିଏ ଆରମ୍ଭ କରିବା ସକାଶେ ଯୋଜନା କରିବେ। ଯାନବାହନ, ପାରିବାରିକ ସମ୍ପର୍କ, ହୋଟେଲ ଶିଳ୍ପରୁ ଶୁଭଫଳ ମିଳିବ। ଆନୁଷ୍ଠାନିକ...

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୭ ତାରିଖ – Daily Horoscope

ମେଷ ଦୈହିକ ସୁସ୍ଥତା ସାଙ୍ଗକୁ ବିବାଦୀୟ ପରିସ୍ଥିତିରେ ଧୈର୍ଯ୍ୟଧାରଣ ପାରିବାରିକ ଓ ସାମାଜିକ ଜୀବନକୁ ଋଦ୍ଧିମନ୍ତ କରିବ। ଚନ୍ଦ୍ରଙ୍କ କେନ୍ଦ୍ରରେ ଶନି ଥିବାରୁ କର୍ମକ୍ଷେତ୍ରର ସମସ୍ୟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri