Posted inRasifala

ରାଶିଫଳ: ବୁଧବାର, ଏପ୍ରିଲ ୨୯ ତାରିଖ – Daily Horoscope

ମେଷ
ଶନି ପ୍ରଭାବରେ କର୍ମକ୍ଷେତ୍ରରେ ଉଚ୍ଚ ପଦାଧିକାରୀ ସାହାଯ୍ୟ ଓ ସହଯୋଗ କରିବାର ପ୍ରତିଶ୍ରୁତି ଦେଇପାରନ୍ତି। ଯାନ୍ତ୍ରିକ ଶିଳ୍ପରେ ଉନ୍ନତି ,ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ଶିଥିଳତା ପରିଲକ୍ଷିତ ହୋଇପାରେ। ପରିବାରରେ ଅଶାନ୍ତ ଦୂର ହେବା ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ପାରନ୍ତି।
ବୃଷ
ବୃଷ
ଦ୍ୱାଦଶସ୍ଥ ଶନି ଯୋଗୁଁ ବିଶେଷ ଅସୁବିଧା ନହେଲେ ମଧ୍ୟ କର୍ମକ୍ଷେତ୍ରରେ କେତେକ ବ୍ୟତିକ୍ରମ ସୃଷ୍ଟି ହୋଇପାରେ। ଅଧିକାଂଶ ସମୟ ଅନ୍ୟମନସ୍କ ରହିବା ହେତୁକ କୌଣସି ଭୁଲ୍‌ କାମ କରି ଅନୁତପ୍ତ ହୋଇ ପାରନ୍ତି। ଆଜି ରୋହିଣୀ ନକ୍ଷତ୍ର ଅଫିସରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ।
ମିଥୁନ
ମିଥୁନ
ଯୋଗକାରକ ବୁଧ ଯୋଗୁଁ ଚେଷ୍ଟା କରୁଥିବା କାମରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡିବେ। ପ୍ରତିଦ୍ୱନ୍ଦିତା କିମ୍ବା ପ୍ରତିଯୋଗୀତାରେ ଦୁଃସାହାସିକ ପଦକ୍ଷେପ ନେବା କେତେକାଂଶରେ ଶୁଭଫଳଦେଇପାରେ। ଆର୍ଥିକ ଦୃଷ୍ଟି କୋଣରୁ ଦୀର୍ଘଦିନର ଆଶା ଫଳବତୀ ହେବ।
କର୍କଟ
କର୍କଟ
କର୍ମାଧିପ ଉଚ୍ଚସ୍ଥ ହେତୁ ମନକୁ ସୁହାଇଲା ଭଳି କଥା କହି ପ୍ରତ୍ୟେକ ପରିସ୍ଥିତିକୁୁ ନିୟନ୍ତ୍ରଣ ମଧ୍ୟରେ ରଖିବାରେ ସଫଳ ହେବେ। ଅନ୍ୟାୟ ବିରୋଧରେ ସ୍ବର ଉଠାଇବେ ସତ କିନ୍ତୁ ସହଯୋଗ ପାଇବା କଷ୍ଟକର ହୋଇପଡିବ। ଅଶ୍ଳେଷା ନକ୍ଷତ୍ରର ବିଶେଷ ଭ୍ରମଣ କାରଣରୁ ସ୍ବାସ୍ଥ୍ୟହାନୀ ଦେଖାଦେଇ ପାରେ।
ସି˚ହ
ସି˚ହ
ରବି ଉଚ୍ଚାଂଶରେ ଥିବାରୁ ବିଭିନ୍ନ ପ୍ରକାରର କାମ ଚାପରେ ମାନସିକ ସ୍ଥିରତା ରହିବ ନାହିଁ। ସଭାସମିତିରେ ପ୍ରିୟଜନ ମାନଙ୍କୁ ଯୁକ୍ତିଯୁକ୍ତକଥା କହି ସମସ୍ୟାକୁ ସୁଧାରି ନେବେ। ନିଜ ପସନ୍ଦର ଜିନିଷ ଆଣିବା ପାଇଁ ମନ ବଳାଇ ପାରନ୍ତି। ପ୍ରକାଶନ,ପ୍ରଶାସନିକ କ୍ଷେତ୍ରରେ ସାମାନ୍ୟ ସୁଧାର ଆସିପାରେ।
କନ୍ୟା
ଶୁକ୍ରଙ୍କ ଶୁଭତ୍ୱ କାରଣରୁ ଆଜି ବିଭିନ୍ନ ଦିଗରୁ ସାହାଯ୍ୟ,ସହଯୋଗର ଅବାରିତ ଧାରା ବହି ଆସିବ। ଜମିଜମା, ମାଲିମକଦ୍ଦମା, ଯାତ୍ରା, ବାଣିଜ୍ୟ, ବ୍ୟବସାୟ ଓ ରାଜନୈତିକ କ୍ଷେତ୍ରରେ ଅସ୍ଥିରତା ସୃୃଷ୍ଟି ହେବାର ସମ୍ଭାବନା ରହିଛି। ପୂର୍ବାଫାଲଗୁନୀ ନକ୍ଷତ୍ର ସ୍ବାସ୍ଥ୍ୟପ୍ରତି ସଚେତନ ରହିବା ଭଲ ହେବ।
ତୁଳା
ତୁଳା
ଆଜି କେନ୍ଦ୍ରସ୍ଥ ଗ୍ରହ ପ୍ରଭାବରେ ପାରିବାରିକ,ସାମାଜିକ,ରାଜନୈତିକ, ସାଂଗଠନିକ ଓ ଲୋକ ସମ୍ପର୍କ କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ସାହାଯ୍ୟ କରୁଥିବା ବ୍ୟକ୍ତି ଉପରେ ବିରକ୍ତି ପ୍ରକାଶ କରନ୍ତୁ ନାହିଁ। କେତେକ କ୍ଷେତ୍ରରେ ମନକଥା ମନରେ ରଖି ଗୁରୁଜନ ମାନଙ୍କୁ ପ୍ରତାରିତ କରି ଅନୁଶୋଚନା କରିବେ।
ବିଛା
ବିଛା
ମେଷରାଶିସ୍ଥ ଯୋଗୁଁ ଦୀର୍ଘ ଦିନରୁ ଚିନ୍ତା କରୁଥିବା କାମରେ ଅଗ୍ରଗତିର ସୂଚନା ପାଇ ସାମୟିକ ଖୁସୀ ହେବେ। ଆଧ୍ୟାତ୍ମିକ ଭାବଧାରାରେ ଉଦ୍‌ବୁଦ୍ଧ ହେବେ। କର୍ମ କ୍ଷେତ୍ରରେ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ। ଉଚ୍ଚବର୍ଗଙ୍କ ସହାୟତା ମିଳିବା ସଙ୍ଗକୁ ପ୍ରଶାସନିକ ସ୍ତରରେ ସମସ୍ୟା ସମାଧାନ ହୋଇଯିବ।
ଧନୁ
ଧନୁ
ମୁଳା ନକ୍ଷତ୍ରର ଅତୀତ ଘଟଣାକୁ ଚିନ୍ତା କରି ଆଜି ସକାଳୁ ସକାଳୁ ବିଭିନ୍ନ ପ୍ରକାରର ଦୁଃଶ୍ଚିନ୍ତା ମନକୁ ଆକ୍ରାନ୍ତ କରିବ। ପାରିବାରିକ ସମସ୍ୟା ପଛକୁ ପକାଇ ଏକ ଗୁରୁତ୍ୱପୂର୍ଣ୍ଣ କାମକୁ ପ୍ରାଧାନ୍ୟ ଦେବେ। ପ୍ରକାଶନ, ପ୍ରଶାସନ, ରଚନାତ୍ମକ କାମ,ଗବେଷଣା, ଅନୁସନ୍ଧାନ, କଳା,ସାହିତ୍ୟ ପ୍ରଭୃତି କ୍ଷେତ୍ରରେ ଶୁଭଫଳ ପାଇବେ।
ମକର
ମକର
ସ୍ବଗୃହୀ ଶୁକ୍ର ହେତୁ ନିଜ ସଂସ୍ପର୍ଶରେ ଆସୁଥିବା ଲୋକ ମାନଙ୍କୁ ମୁଗ୍ଧ କରିବାରେ ଅଗ୍ରଣୀ ହେବେ। ଋଣ ଭାର କ୍ରମଶଃ ବୃଦ୍ଧି ପାଉଥିବା କାରଣରୁ ସାମୟିକ ଚିନ୍ତା କରିବେ। ଦୀର୍ଘ ପ୍ରତୀକ୍ଷାର ଅବସାନ ଘଟିବ ଏବଂ ହଠାତ୍‌ କାୈଣସି ଖବର ପାଇ ଖୁସି ହେବେ। ଜନକଲ୍ୟାଣ ମୂଳକ କାମରେ ନିଜକୁ ନିୟୋଜିତ କରି ଖୁସୀ ରହିବେ।
କୁମ୍ଭ
କୁମ୍ଭ
ବ୍ୟୟଭାବସ୍ଥ ଗ୍ରହ ପ୍ରଭାବରେ ଖର୍ଚ୍ଚାନ୍ତ ହୋଇ କାମ ହାସଲ କରିବା ସହ ନିଜ ଲୋକ ମାନଙ୍କ ଶତ୍ରୁତା ମଧ୍ୟ ଦୁଃଶ୍ଚିନ୍ତାକୁ ବୃଦ୍ଧି କରିବ। ଗତକାଲିଠାରୁ ସ୍ଥଗିତ କାମକୁ ଆଜି ପୂରା ଦମରେ କରିବାପାଇଁ ନିଷ୍ପତି ନେବେ। କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବା ଦ୍ୱାରା ଅଟକି ଥିବା କାମ ତ୍ୱରାନ୍ବିତ ହେବ।
ମୀନମୀନ

ମୁଖଭାବରେ ରବି ଓ ବୁଧ ଯୋଗୁଁ ଆପଣଙ୍କର ଯାହା କିଛି ସାଧାରଣ ସମସ୍ୟା ରହିଛି ,ସେଥିରେ ବିଶେଷ କିଛି ଅସୁବିଧା ହେବ ନାହିଁ ବ୍ୟବସାୟ ଓ ପରିବହନ,ଲୋକ ସମ୍ପର୍କ,ଆଲୋଚନା ,ସଭାସମିତି ପ୍ରଭୃତି ବିଭିନ୍ନ ଦିଗରୁ ଲାଭବାନ ହେବେ ରପ୍ତାନୀ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ସେପ୍ଟେମ୍ବର ୮ ତାରିଖ – Daily Horoscope

ମେଷ ଆର୍ଥିକ ଉନ୍ନତି ସହ କୌଣସି ନୂଆ କାମଟିଏ ଆରମ୍ଭ କରିବା ସକାଶେ ଯୋଜନା କରିବେ। ଯାନବାହନ, ପାରିବାରିକ ସମ୍ପର୍କ, ହୋଟେଲ ଶିଳ୍ପ, ଛୋଟ ଦୋକାନ...

ରାଶିଫଳ: ଶନିବାର, ସେପ୍ଟେମ୍ବର ୭ ତାରିଖ – Daily Horoscope

ମେଷ ଆଧ୍ୟାତ୍ମିକ ଗ୍ରହ ଶନିଙ୍କ ପ୍ରଭାବରେ ପୂଜାପାର୍ବଣରେ ସତ୍‌ସଙ୍ଗ ଓ ଈଶ୍ୱରୀୟ ଅନୁଚିନ୍ତା ଜାଗ୍ରତ ହେବ। ଜଣେ ବନ୍ଧୁ ଘରକୁ ଆସିବେ ଏବଂ ଫେରିବା ସମୟକୁ...

ରାଶିଫଳ: ଶୁକ୍ରବାର, ସେପ୍ଟେମ୍ବର ୬ ତାରିଖ – Daily Horoscope

ମେଷ ଆଜି କର୍ମାଧିପ ବକ୍ରି ଶନିଙ୍କ ପ୍ରଭାବରେ କାର୍ଯ୍ୟବ୍ୟସ୍ତତା କାରଣରୁ ଅଧିକାଂଶ ସମୟ ମନ ଅସ୍ଥିର ରହିବ। ସଭାସମିତି, ଆନୁଷ୍ଠାନିକ ଓ ସାଙ୍ଗଠନିକ କାର୍ଯ୍ୟରେ ପ୍ରଶଂସିତ...

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୫ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସମସ୍ୟାବହୁଳ ସାମାଜିକ ସ୍ଥିତି ଦେଖାଦେଇପାରେ। ଯାତ୍ରା, ବାଣିଜ୍ୟ, କ୍ରୟ ବିକ୍ରୟ କ୍ଷେତ୍ରରେ ସାବଧାନ ରୁହନ୍ତୁ । ଆକସ୍ମିକ ଭାବରେ...

ରାଶିଫଳ: ବୁଧବାର, ସେପ୍ଟେମ୍ବର ୪ ତାରିଖ – Daily Horoscope

ମେଷ ଆଜି ସୁସ୍ଥ ପାରିବାରିକ ଜୀବନ ସଙ୍ଗକୁ ବନ୍ଧୁମାନଙ୍କ ସହ ସୁସମ୍ପର୍କ ବୃଦ୍ଧି ଘଟିବ। ନୂତନଗୃହ, ଗାଡ଼ି, ମୋଟର କ୍ରୟକରିବା ସକାଶେ ମନ ବଳାଇ ପାରନ୍ତି।...

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୩ ତାରିଖ – Daily Horoscope

ମେଷ ଆଜି ନିଜ ନିଜ ସ୍ତରରେ ଅର୍ଥ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଲାଭକରିବେ। ଦୃଢ଼ ମନୋବଳ ଓ ସୁଚିନ୍ତିତ ବିଚାରଧାରା ହେତୁ କିଛି ଅସୁବିଧା ହେବନାହିଁ।...

ରାଶିଫଳ: ସୋମବାର, ସେପ୍ଟେମ୍ବର ୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ର ଟଙ୍କା ପଇସା, ଯାତ୍ରା, ବାଣିଜ୍ୟ, ବ୍ୟବସାୟ,ପ୍ରତିଯୋଗିତା ପାଇଁ ଚିନ୍ତା କରିବେ। ଶେଷ ପର୍ଯ୍ୟାୟକୁ ଯାଇଥିବା କୌଣସି ନିଷ୍ପତ୍ତି ଆମତ୍ୀୟସ୍ବଜନଙ୍କ ବିରୁଦ୍ଧାଚରଣ...

ରାଶିଫଳ: ରବିବାର, ସେପ୍ଟେମ୍ବର ୧ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଚତୁର୍ଥ କେନ୍ଦ୍ରରେ ଅବସ୍ଥାନ କରିଥିବା ଯୋଗୁ କର୍ମାରମ୍ଭ ପ୍ରସ୍ତୁତି କରିପାରନ୍ତି। ପାପଗ୍ରହ ମଧ୍ୟସ୍ଥ ହେତୁ ଅଧିକାଂଶ ସମୟ ନିଜ ଲୋକଙ୍କ ବିରୁଦ୍ଧାଚରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri