Posted inRasifala

ରାଶିଫଳ: ସୋମବାର, ଫେବୃଆରୀ ୧୯ ତାରିଖ – Daily Horoscope

ମେଷ
ଭାଗ୍ୟସ୍ଥାନ ଚନ୍ଦ୍ର ଦୃଷ୍ଟିରେ ଥିବାରୁ ଯାହା ବହୁତ ଦିନହେଲା ହୋଇପାରିନି ତାହା ଆଜି ଆକସ୍ମିକ ଭାବରେ ହୋଇଯିବ। ଆଜି ଉଚ୍ଚସ୍ଥ ମଙ୍ଗଳ ରାଶିକୁ ଅବଲୋକନ କରୁଥିବାରୁ ଆପଣଙ୍କୁ ଉନ୍ନତ ଚିନ୍ତା ପ୍ରଦାନ କରି କାମହାସଲ ସକାଶେ ଅନୁପ୍ରେରିତ କରିବେ। ଶିକ୍ଷା କ୍ଷେତ୍ରରେ ସୁନାମ, ପିଲାମାନଙ୍କ ସଫଳତାରେ ଆନନ୍ଦିତ ହେବେ।
ବୃଷ
ବୃଷ
ମୁଖ ଭାବରେ ଚନ୍ଦ୍ର ମନକୁ ଖୁସିରେ ରଖିବେ ଏବଂ କଅଁଳ କଥା କହି କାମ ହାସଲ କରିବେ। ଆଜିର ଯାତ୍ରା, ବାଣିଜ୍ୟ, ପ୍ରତିଦ୍ୱନ୍ଦ୍ୱିତା, ଅଦାଲତ ସମ୍ବନ୍ଧୀୟ କାର୍ଯ୍ୟକ୍ଷେତ୍ରରେ ସୁଫଳ ମିଳିବ। ନୂତନ ଘର ତିଆରି, ଯାନବାହନ ମରାମତି, ଦୋକାନ ଉନ୍ନତୀକରଣ କରିପାରିବେ। ସଭା ସମିତିରୁ ଉପକୃତ ହେବେ। ଟେନ୍‌ସନ ଲାଗିରହିବ।
ମିଥୁନ
ମିଥୁନ
ଶ୍ରୀଚନ୍ଦ୍ର ପ୍ରଭାବରେ ଆଶା କରିଥିବା ଦିଗରୁ ଅର୍ଥପ୍ରାପ୍ତି ଘଟିବ। ଯାତ୍ରା, ବିବାଦ, ଗୃହାରମ୍ଭ କ୍ଷେତ୍ରରେ ବ୍ୟତିକ୍ରମ ଆଶଙ୍କା ରହିଛି। ପଡ଼ୋଶୀଙ୍କ ସହ ସମସ୍ୟାମୂଳକ ପରିସ୍ଥିତି ସୃଷ୍ଟି ହେବ। ଆଜିର କର୍ମକ୍ଷେତ୍ରରେ ସଂଘର୍ଷମୟ ପରିସ୍ଥିତିର ସାମ୍‌ନା କରିବାକୁ ପଡ଼ିପାରେ। ପରିବାର କିମ୍ବା ବନ୍ଧୁମାନଙ୍କ ମଧ୍ୟରେ ଆଲୋଚନା ଅସମାପ୍ତ ରହିଯିବ।
କର୍କଟ
କର୍କଟ
ଏକାଧିକ ଗ୍ରହ ସପ୍ତମସ୍ଥ ହେତୁ ବିବାଦୀୟ ଘଟଣାରେ ନ ପଶିବା ଭଲ ହେବ। ସମ୍ମୁଖରେ ଆପଣଙ୍କୁ କିଏ କିଛି ସିନା କହିବେ ନାହିଁ ପଛରେ ବହୁତ ସମାଲୋଚନା କରିବେ। କାର୍ଯ୍ୟବ୍ୟସ୍ତ ଯୋଗୁ ଖାଦ୍ୟପେୟ ଠିକ୍‌ ରହିବ ନାହିଁ, ଯାହାକି ସ୍ବାସ୍ଥ୍ୟହାନିର କାରଣ ହୋଇପାରେ। ପରିବାରରେ ସମସ୍ୟା ସମାଧାନ କରିବାରେ ସଫଳତା ହାସଲ କରିବେ।
ସି˚ହ
ସି˚ହ
ଚନ୍ଦ୍ରଙ୍କ ଏକାଦଶସ୍ଥ ଗୁରୁ ସହକର୍ମୀଙ୍କ ସୌହାର୍ଦ୍ଦ୍ୟ ଲାଭରେ ସହାୟକ ହେବ। ପୁତ୍ରକନ୍ୟାଙ୍କ ହେତୁକ ସମସ୍ୟା ଲାଗି ରହିବା କାରଣରୁ ମାନସିକ ଅଶାନ୍ତି ସୃଷ୍ଟି ହୋଇପାରେ। ବ୍ୟବସାୟ, ଜମିଜମା କାରବାର, ନିର୍ମାଣ, ପରିବହନରୁ ଲାଭ ପାଇବେ। ମନରେ ଦୁଃଖ ଭରି ରହିଥିଲେ ମଧ୍ୟ ଦାୟିତ୍ୱ ନେଇଥିବା କାମରେ ହେଳା କରିବେ ନାହିଁ।
କନ୍ୟା
ଆଜି ଚତୁର୍ଥଭାବର ଶୁଭତ୍ୱ ପାରିବାରିକ ସ୍ଥିତିକୁ ସଜାଡ଼ିବାରେ ସାହାଯ୍ୟ କରିବ। ଆଲୋଚନା କ୍ଷେତ୍ରରେ କଡ଼ା ଭାଷାର ପରିଣାମ ଭୋଗିବାକୁ ପଡ଼ିପାରେ। ଶତ୍ରୁତା କରୁଥିବା ଲୋକେ ମଧ୍ୟ ମିତ୍ରତା ସାଜିବା ପାଇଁ ଚେଷ୍ଟିତ ହେବେ। ରାଜନୀତି, ସଂଗଠନ, ପ୍ରଶାସନ, ଆଇନ, ପ୍ରକାଶନ କ୍ଷେତ୍ରରେ ଯେମିତି ଇଚ୍ଛା କରୁଛନ୍ତି ତାହା ପାଇବେ।
ତୁଳା
ତୁଳା
ବୃହସ୍ପତିଙ୍କ ଦୃଷ୍ଟି ପ୍ରଭାବରୁ ସମସ୍ୟା ଭିତରେ ଅଣନିଃଶ୍ୱାସୀ ହୋଇପାରନ୍ତି। ଆଜି କେତେକ କ୍ଷେତ୍ରରେ ସମସ୍ୟା ସମାଧାନଜନିତ ଟେନ୍ସନ ଲାଗି ରହିବ। ସାହିତ୍ୟ ଚର୍ଚ୍ଚା, ସଭାସମିତି ଓ ସାମ୍ବାଦିକତା, ଗବେଷଣା, ଅନୁସନ୍ଧାନ, କୃଷି ଓ ରାଜନୀତିରେ ଚେଷ୍ଟା ସଫଳ ହେବ। ଶତ୍ରୁତା କାରଣରୁ ସୁଯୋଗ ହରାଇବେ।
ବିଛା
ବିଛା
ଶନି ଦୃଷ୍ଟରେ ରାଶି ଥିବାରୁ ସ୍ବାସ୍ଥ୍ୟ ପ୍ରତି ସଚେତନତା ରହିବା ଭଲ। ଆଜି ଆପଣଙ୍କୁ ବିଭିନ୍ନ ସୂତ୍ରରୁ ଅର୍ଥଲାଭ ହେବ ଏବଂ ସୁନ୍ଦର କଥା ମାଧ୍ୟମରେ ବନ୍ଧୁଙ୍କୁ ଆପଣାର କରିପାରିବେ। ବାଣିଜ୍ୟ, ବ୍ୟବସାୟ, ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ। ପ୍ରଶାସନିକ ସ୍ତରରେ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବା କାରଣରୁ ବ୍ୟସ୍ତତା ବଢ଼ିଯାଇପାରେ।
ଧନୁ
ଧନୁ
ସପ୍ତମରେ ଅଷ୍ଟମସ୍ଥ ହେତୁ ସ୍ତ୍ରୀ କିମ୍ବା ସ୍ବାମୀଙ୍କ ସହ ମତାନ୍ତର ଅଶାନ୍ତି ସୃଷ୍ଟି କରିପାରେ। ପୁରାତନ ରୋଗର ପୀଡା ସାମାନ୍ୟ ଅନୁଭବ କଲେ ମଧ୍ୟ ବିଶେଷ ଅସୁବିଧା ନ ହୋଇପାରେ ା ସଭାସମିତିରେ କିମ୍ବା କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ। ପରିବାରରେ ଆର୍ଥିକ ପରିସ୍ଥିତି ପୂର୍ବପରି ଦୁଶ୍ଚିନ୍ତାକୁ ବୃଦ୍ଧି କରିବ।
ମକର
ମକର
ଶୁକ୍ର ରାଶିସ୍ଥ ଯୋଗୁ କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ। ବନ୍ଧୁ କିମ୍ବା ଗୁରୁଜନମାନଙ୍କ ପରାମର୍ଶ କ୍ରମେ ଆପୋସ ମିଳାମିଶାରୁ ପାରିବାରିିକ ସମସ୍ୟାର ସମାଧାନ ହୋଇପାରିବ। ପ୍ରତିଯୋଗିତାରେ ସଫଳତା ଅବଶ୍ୟ ପାଇବେ, କିନ୍ତୁ ଧନିଷ୍ଠା ନକ୍ଷତ୍ର ପାଇଁ ବିପରୀତ ଫଳ ମିଳିବ।
କୁମ୍ଭ
କୁମ୍ଭ
ଷଷ୍ଠାଧିପଙ୍କ ସ୍ଥିତି ସନ୍ତାନଙ୍କ ସମସ୍ୟାକୁ ବହୁଗୁଣିତ କରିପାରେ। ଆଜି ଯେଉଁଠି ଯାହା କହିବେ ତାହା ଠିକ୍‌ ଭାବେ କାର୍ଯ୍ୟକାରୀ ହେବା ବଦଳରେ କଷ୍ଟକର ହୋଇ ପଡ଼ିବ। ନୂଆ ଯୋଜନା କରିବା ସକାଶେ ବନ୍ଧୁଙ୍କ ପରାମର୍ଶ ଆବଶ୍ୟକ ମନେକରିବେ। ନୀଚ୍ଚ ସଂସର୍ଗରୁ ଦୂରେଇ ନ ରହିଲେ ଅନୁତାପ ପାଇଁ ସମୟ ପାଇବେ ନାହିଁ।
ମୀନମୀନ

ରାହୁଙ୍କ କୁପ୍ରଭାବରୁ ମାନସିକ ଅସ୍ଥିରତା ସୃଷ୍ଟି ହୋଇପାରେ। ପରିବାରର ଖର୍ଚ୍ଚ ଭାର ବଢ଼ି ଯିବା କାରଣରୁ ଆବଶ୍ୟକତା ପୂରଣ ସକାଶେ ଚିନ୍ତିତ ରହିବେ। ସରକାରୀ ସ୍ତରରୁ କିମ୍ବା ବ୍ୟାଙ୍କରୁ ଋଣ କରିବା ପାଇଁ ଯୋଜନା କରିପାରନ୍ତି। କର୍ମକ୍ଷେତ୍ରରେ ମନ୍ଥର ଗତି ହେତୁ ସଫଳତାରେ ଆଶଙ୍କା ସୃଷ୍ଟି ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ସେପ୍ଟେମ୍ବର ୮ ତାରିଖ – Daily Horoscope

ମେଷ ଆର୍ଥିକ ଉନ୍ନତି ସହ କୌଣସି ନୂଆ କାମଟିଏ ଆରମ୍ଭ କରିବା ସକାଶେ ଯୋଜନା କରିବେ। ଯାନବାହନ, ପାରିବାରିକ ସମ୍ପର୍କ, ହୋଟେଲ ଶିଳ୍ପ, ଛୋଟ ଦୋକାନ...

ରାଶିଫଳ: ଶନିବାର, ସେପ୍ଟେମ୍ବର ୭ ତାରିଖ – Daily Horoscope

ମେଷ ଆଧ୍ୟାତ୍ମିକ ଗ୍ରହ ଶନିଙ୍କ ପ୍ରଭାବରେ ପୂଜାପାର୍ବଣରେ ସତ୍‌ସଙ୍ଗ ଓ ଈଶ୍ୱରୀୟ ଅନୁଚିନ୍ତା ଜାଗ୍ରତ ହେବ। ଜଣେ ବନ୍ଧୁ ଘରକୁ ଆସିବେ ଏବଂ ଫେରିବା ସମୟକୁ...

ରାଶିଫଳ: ଶୁକ୍ରବାର, ସେପ୍ଟେମ୍ବର ୬ ତାରିଖ – Daily Horoscope

ମେଷ ଆଜି କର୍ମାଧିପ ବକ୍ରି ଶନିଙ୍କ ପ୍ରଭାବରେ କାର୍ଯ୍ୟବ୍ୟସ୍ତତା କାରଣରୁ ଅଧିକାଂଶ ସମୟ ମନ ଅସ୍ଥିର ରହିବ। ସଭାସମିତି, ଆନୁଷ୍ଠାନିକ ଓ ସାଙ୍ଗଠନିକ କାର୍ଯ୍ୟରେ ପ୍ରଶଂସିତ...

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୫ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସମସ୍ୟାବହୁଳ ସାମାଜିକ ସ୍ଥିତି ଦେଖାଦେଇପାରେ। ଯାତ୍ରା, ବାଣିଜ୍ୟ, କ୍ରୟ ବିକ୍ରୟ କ୍ଷେତ୍ରରେ ସାବଧାନ ରୁହନ୍ତୁ । ଆକସ୍ମିକ ଭାବରେ...

ରାଶିଫଳ: ବୁଧବାର, ସେପ୍ଟେମ୍ବର ୪ ତାରିଖ – Daily Horoscope

ମେଷ ଆଜି ସୁସ୍ଥ ପାରିବାରିକ ଜୀବନ ସଙ୍ଗକୁ ବନ୍ଧୁମାନଙ୍କ ସହ ସୁସମ୍ପର୍କ ବୃଦ୍ଧି ଘଟିବ। ନୂତନଗୃହ, ଗାଡ଼ି, ମୋଟର କ୍ରୟକରିବା ସକାଶେ ମନ ବଳାଇ ପାରନ୍ତି।...

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୩ ତାରିଖ – Daily Horoscope

ମେଷ ଆଜି ନିଜ ନିଜ ସ୍ତରରେ ଅର୍ଥ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଲାଭକରିବେ। ଦୃଢ଼ ମନୋବଳ ଓ ସୁଚିନ୍ତିତ ବିଚାରଧାରା ହେତୁ କିଛି ଅସୁବିଧା ହେବନାହିଁ।...

ରାଶିଫଳ: ସୋମବାର, ସେପ୍ଟେମ୍ବର ୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ର ଟଙ୍କା ପଇସା, ଯାତ୍ରା, ବାଣିଜ୍ୟ, ବ୍ୟବସାୟ,ପ୍ରତିଯୋଗିତା ପାଇଁ ଚିନ୍ତା କରିବେ। ଶେଷ ପର୍ଯ୍ୟାୟକୁ ଯାଇଥିବା କୌଣସି ନିଷ୍ପତ୍ତି ଆମତ୍ୀୟସ୍ବଜନଙ୍କ ବିରୁଦ୍ଧାଚରଣ...

ରାଶିଫଳ: ରବିବାର, ସେପ୍ଟେମ୍ବର ୧ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଚତୁର୍ଥ କେନ୍ଦ୍ରରେ ଅବସ୍ଥାନ କରିଥିବା ଯୋଗୁ କର୍ମାରମ୍ଭ ପ୍ରସ୍ତୁତି କରିପାରନ୍ତି। ପାପଗ୍ରହ ମଧ୍ୟସ୍ଥ ହେତୁ ଅଧିକାଂଶ ସମୟ ନିଜ ଲୋକଙ୍କ ବିରୁଦ୍ଧାଚରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri