ଲକ୍ଷ୍ମୀ ନୃସିଂହ ଯାତ୍ରା ଉଦଯାପିତ

ହିଞ୍ଜିଳିକାଟୁ,୧୯।୫(ଡି.ଏନ୍‌.ଏ.)- ଚଳିତବର୍ଷ ହିଞ୍ଜିଳିକାଟୁ ଶ୍ରୀ ଲକ୍ଷ୍ମୀ ନୃସିଂହ ଯାତ୍ରା ରବିବାର ଉଦ୍‌ଯାପିତ ହୋଇଛି। ଶେଷ ୨ଦିନ ଯାତ୍ରାରେ ବିଭିନ୍ନ ମେଢ଼, ପଟୁଆର ଓ ଆତସବାଜି ପ୍ରଦର୍ଶନ ଦେଖିବାକୁ ଦର୍ଶକଙ୍କ ଭିଡ଼ ଜମିଥିଲା। ଗ୍ରୀଷ୍ମ ପ୍ରବାହ ସତ୍ତ୍ୱେ ବହୁ ମାନସିକଧାରୀ ବିଭିନ୍ନ ବେଶ ଧାରଣ କରି ସହର ପରିକ୍ରମା କରିଥିଲେ। ବାଘ, ଡ଼ାହାଣୀ, ରାମ, କୃଷ୍ଣ, ହନୁମାନ, ବାବାଜୀ ଇତ୍ୟାଦି ବେଶ ସହ ବିଭିନ୍ନ ସାହିର ଯୁବ ଗୋଷ୍ଠୀ ଆଧୁନିକ ଗଣବେଶରେ ଡ଼ିଜେ ଓ ସଙ୍ଗୀତର ତାଳେ ତାଳେ ସହର ପରିକ୍ରମା କରିଥିଲେ। ସୋମବାର ରଙ୍ଗଣୀ ବାଡ଼ ପକ୍ଷରୁ ଯାତ୍ରା ପରିଚାଳନା କରାଯାଇଥିଲା। ରବିବାର ଉଦ୍‌ଯାପନୀ ସନ୍ଧ୍ୟାରେ ବିଭିନ୍ନ ସାହିରେ ମେଢ଼ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଦେଖିବାକୁ ବହୁ ଦର୍ଶକଙ୍କ ଗହଳି ହୋଇଥିଲା। ପୋଲିସ ସୁରକ୍ଷା ବାହିନୀ ସହ ବିଭିନ୍ନ ସାହିର ସ୍ବେଚ୍ଛାସେବୀ ଦର୍ଶକଙ୍କ ସୁବିଧା ପାଇଁ ନିୟୋଜିତ ଥିଲେ। ରାଜାସାହି ଇନ୍ଦ୍ରଜିତ, ଦେଓସାହି ବୀର ଅର୍ଜୁନ, ବଡ଼ ରଙ୍ଗଣୀ ସାହିର ଶ୍ରୀରାମ, ଲକ୍ଷ୍ମଣ, ଜଗନ୍ନାଥ , ଶ୍ରୀକୃଷ୍ଣଙ୍କ ରାସଲୀଲା ଥାନା ସାହିର ରାଜା ହରିଶ୍ଚନ୍ଦ୍ର ପର୍ଶୁରାମ ଏବଂ କେଉଟ ସାହିରେ ବିଷ୍ଣୁଙ୍କ ଅନନ୍ତ ଶୟନ, ଗରୁଡ଼ ବିଷ୍ଣୁ ମେଢ଼ ଦର୍ଶକଙ୍କ ମନ ମୋହିଥିଲା। ରାତିରେ ସ୍ବତନ୍ତ୍ର ବିମାନରେ ପଟୁଆର ସଂକୀର୍ତ୍ତନରେ ଶ୍ରୀ ଲକ୍ଷ୍ମୀ ନୃସିଂହଙ୍କ ବିଗ୍ରହକୁ ସହର ପରିକ୍ରମା କରାଯାଇଥିଲା। ପରେ ରାଜବାଟୀ ସମ୍ମୁଖ ବାଣ ପଡିଆରେ ବିଭିନ୍ନ କିସମର ଆତସବାଜି ପ୍ରଦର୍ଶନ ହୋଇଥିଲା। ଏହାକୁ ଦେଖିବାକୁ ବହୁ ଲୋକଙ୍କ ଗହଳି ଲାଗି ରହିଥିଲା। ବିଭିନ୍ନ ସାହିରେ ଯୁବ ଗୋଷ୍ଠୀଙ୍କ ପକ୍ଷରୁ ଯାତ୍ରା ଦର୍ଶକଙ୍କୁ ସରବତ, ପଲଉ, ଦହିବରା, ଆଇସ୍‌କ୍ରିମ, ଶୁଖିଲା ଭୋଗ ବଣ୍ଟନ କରାଯାଇଥିଲା। ଶାନ୍ତିଶୃଙ୍ଖଳା ପାଇଁ ପୋଲିସ ଓ ସ୍ବେଚ୍ଛାସେବୀଙ୍କ ପକ୍ଷରୁ ପରିଚାଳନାରେ ସହଯୋଗ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସେପ୍ଟେମ୍ବର ୨୩ରେ କଳାଦିବସ ପାଳନ କରିବାକୁ ପ୍ରସ୍ତୁତି

ଛତ୍ରପୁର, ୨୦।୯(ଦିଲ୍ଲୀପ ସାମଲ): କେନ୍ଦ୍ର ସରକାର ୨୦୨୦ରେ ୪୫ଟି ଶ୍ରମ ଆଇନକୁ ବାତିଲ କରି ୪ଟି ଶ୍ରମ ଆଇନରେ ପରିଣତ କରିଥିବା ଦିବସକୁ କଳା ଦିବସ...

ସାକ୍ଷୀଙ୍କୁ ଜେଲ୍‌ରୁ ମିଳିଥିଲା ଧମକ: ଅଭିଯୁକ୍ତଙ୍କୁ ୩ ବର୍ଷ ଜେଲଦଣ୍ଡ

ବ୍ରହ୍ମପୁର,୧୯ା୯(ସୁବାସ ଚନ୍ଦ୍ର ପାଢ଼ୀ): ଗୋଶାଣିନୁଆଗାଁ ଥାନା ଅଧୀନ ହିଲପାଟଣା ବହୁ ଚର୍ଚ୍ଚିତ ହେରିଟେଜ କ୍ଷୀର କମ୍ପାନୀ ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାରେ ମୁଖ୍ୟ ସାକ୍ଷୀଙ୍କୁ...

ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ

ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ...

ଅଙ୍ଗନବାଡ଼ିରୁ ଫେରୁଥିବା ଛାତ୍ରଙ୍କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ଧରାକୋଟ,୧୯।୯: ଗଞ୍ଜାମ ଜିଲା ଧରାକୋଟ ଥାନା ଅନ୍ତର୍ଗତ କଂହିରା ପଲ୍ଲି ନିକଟରେ ଦୁର୍ଘଟଣା ଘଟିଛି। ଅଙ୍ଗନବାଡ଼ିରୁ ଫେରୁଥିବା ୩ ବର୍ଷର ଛାତ୍ରଙ୍କୁ ଏକ ବାଇକ୍‌ ଧକ୍କା...

ଛାତ୍ରୀଛାତ୍ରଙ୍କ ଅନ୍ତର୍ନିହିତ ଦକ୍ଷତାର ବିକାଶ ଲାଗି ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ପୁରୁଷୋତ୍ତମପୁର,୧୯।୯(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଭାଟକୁମରଡା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ଅଧକ୍ଷ ସନ୍ତୋଷ କୁମାର ମହାପାତ୍ରଙ୍କ ପୌରହିତ୍ୟରେ ଗୁରବାର ଅନୁଷ୍ଟିତ ହୋଇଯାଇଛି।...

ଭତ୍ତା ଆଣିବାକୁ ଯାଇ ନିଖୋଜ ଥିଲେ ବୃଦ୍ଧା, ଆଜି କେନାଲରୁ ମିଳିଲା ମୃତଦେହ

ଦିଗପହଣ୍ଡି,୧୯ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମର ସ୍ବର୍ଗତ କନ୍ତାରୁ ପାତ୍ରଙ୍କ ବିଧବା ସ୍ତ୍ରୀ ଏମ୍‌.ଅରାଲୁ ପାତ୍ର (୬୪)...

ଟ୍ରକକୁ ପଛପଟୁ ପିଟିଲା ଭ୍ୟାନ୍‌: ଚାଲିଗଲା ୨ ଜୀବନ

ଆସିକା,୧୯।୯(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ପିତଳ ଛକଠାରେ ରାସ୍ତା କଡ଼ରେ ଠିଆ ହେଇଥିବା ଗୋଟେ ଟ୍ରକକୁ ପଛପଟୁ ଧକ୍କା ଦେଇଛି...

ଗଣେଶ ମେଢ଼ ଭସାଣି ବେଳେ ଇଲେକ୍ଟ୍ରି ତାରରେ ଲାଗିଗଲା ଡିଜେ, ଚାଲିଗଲା ଯୁବକଙ୍କ ଜୀବନ

ପୁରୁଷୋତ୍ତମପୁର,୧୮ା୯(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ଗ୍ରାମରେ ବୁଧବାର ଗଣେଶ ମେଢ଼ ଭସାଣି ବେଳେ ବିଦ୍ୟୁତ୍‌ ଆଘାତରେ ପବିତ୍ର ସାହୁ( ୨୨)ଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri