ବ୍ରହ୍ମଗିରି,୧୭ା୬(ଡି.ଏନ୍.ଏ.): ପୁରୀ ଜିଲା ବ୍ରହ୍ମଗିରି ଅଞ୍ଚଳର ଜଣେ ବରିଷ୍ଠ ଆଇନଜୀବୀଙ୍କଠାରେ କରୋନା ଭୂତାଣୁ ଚିହ୍ନଟ ହେବା ପରେ ବୁଧବାର ବ୍ରହ୍ମଗିରି ଗାଁକୁ ୪୮ ଘଣ୍ଟା ପାଇଁ ଶଟ୍ଡାଉନ୍ ଘୋଷଣା କରିଛନ୍ତି ସରପଞ୍ଚ ।
ମିଳିଥିବା ସୂଚନା ଅନୁଯାୟୀ, ଉକ୍ତ ଗ୍ରାମର ଆଇନଜୀବୀ କରୋନା ସଚେତନତା କାର୍ଯ୍ୟକ୍ରମରେ ଲୋକଙ୍କୁ ସଚେତନ କରାଉଥିଲେ। ବର୍ତ୍ତମାନ ସେ କରୋନା ଆକ୍ରାନ୍ତ ହୋଇଥିବାରୁ ସ୍ଥାନୀୟ ଅଞ୍ଚଳର ଲୋକେ ଦୁଃଖ ପ୍ରକାଶ କରିଛନ୍ତି। ୩ ଦିନ ତଳେ ତାଙ୍କର ସ୍ବାବ୍ ପରୀକ୍ଷା କରାଯାଇଥିଲା। କିନ୍ତୁ ତାଙ୍କଠାରେ କୌଣସି ଲକ୍ଷଣ ଦେଖା ଦେଇ ନ ଥିଲା । ମଙ୍ଗଳବାର ତାଙ୍କ ରିପୋର୍ଟ ପଜିଟିଭ୍ ଆସିବାରୁ ତାଙ୍କୁ ଚିକିତ୍ସା ପାଇଁ କୋଭିଡ୍ ହସ୍ପିଟାଲକୁ ପଠାଯାଇଛି। ଏହି ଘଟଣା ପରେ ବ୍ରହ୍ମଗିରି ପଞ୍ଚାୟତର ସରପଞ୍ଚ ସସ୍ମିତା ସାହୁ ବ୍ରହ୍ମଗିରିକୁ ୪୮ ଘଣ୍ଟା ପାଇଁ ଶଟ୍ଡାଉନ୍ ଘୋଷଣା କରି ଗାଁର ସମସ୍ତ ରାସ୍ତା ସିଲ୍ କରିଛନ୍ତି।
Posted inଆମ ଜିଲା ଖବର, କରୋନା ଭାଇରସ୍, ପୁରୀ