ଶରୀରକୁ ସତେଜ ରଖିବା ପାଇଁ ଗାଧୋଇବାବେଳେ ଆପଣାନ୍ତୁ ଏହି ଉପାୟ…

ଗାଧୋଇବା ପରେ ପୁରା ଦିନ ଫ୍ରେଶ୍‌ ଲାଗେ ବୋଲି ଅଧିକାଂଶ ଲୋକଙ୍କର ବିଶ୍ୱାସ ରହିଛି। ତେବେ କିଛି ଲୋକ ଗାଧୋଇବା ପରେ ମଧ୍ୟ ଫ୍ରେଶ୍‌ ଅନୁଭବ କରନ୍ତି ନାହଁି। ଗାଧୋଇବା ଅଭ୍ୟାସରେ କିଛି ପରିବର୍ତ୍ତନ ଆଣିଲେ ଦିନସାରା ଫ୍ରେଶ୍‌ ଲାଗିବ ବୋଲି ଟ୍ରିନିଟି ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ ପ୍ରକାଶ ପାଇଛି। ଗାଧୋଇବା ସମୟରେ କମ୍‌ ସାବୁନ ବ୍ୟବହାର କଲେ ଦିନସାରା ଫ୍ରେଶ୍‌ ଲାଗେ ବୋଲି ଏହି ରିପୋର୍ଟରେ ଦର୍ଶାଯାଇଛି। ଅଧିକ ସାବୁନ ବ୍ୟବହାର ଦ୍ୱାରା ଏଥିରେ ଥିବା କ୍ଲିନିଙ୍ଗ ଏଜେଣ୍ଟ ଯୋଗୁ ଶରୀର ଅଧିକ ଶୁଷ୍କ ହୋଇଯାଏ। ଏହାଦ୍ୱାରା ମସ୍ତିଷ୍କରେ ନକାରାତ୍ମକ ପ୍ରଭାବ ପଡ଼େ। ଫଳରେ ବିଭିନ୍ନ ହରମୋନ୍‌ କ୍ଷରଣରେ ଅସମାନତା ଯୋଗୁ ମନରେ ଫ୍ରେଶ୍‌ ଅନୁଭୁତି ଆସି ପାରେ ନାହିଁ। ସେହିପରି ଗାଧୋଇବା ସମୟରେ ପୁରୁଣା ଟାୱେଲ ବ୍ୟବହାର ନ କଲେ ଭଲ। ଏଥିରେ ଥିବା ବ୍ୟାକ୍ଟେରିଆ ଶରୀରରେ ରହିଯାଏ। ଯାହାଦ୍ୱାରା ଗାଧୋଇବା ପରେ ମଧ୍ୟ କିଭଳି ଏକ ଅସହ୍ୟ ବୋଧ ଅନୁଭବ ହୁଏ। ଥଣ୍ଡାଦିନରେ ଗରମ ପାଣିରେ ଗାଧୋଇଲେ ଆରାମ ମିଳିଥାଏ । କିନ୍ତୁ ଏହା ଶରୀରର ମଏଶ୍ଚରକୁ ଶୁଷ୍କ କରିଦିଏ । ଅଧିକ ଗରମ ପାଣିରେ ଗାଧୋଇବା ଦ୍ୱାରା ଶରୀରର ତାପମାତ୍ରା ବିଗିଡ଼ିଯାଏ ଏବଂ ଝାଳ ବାହାରିଥାଏ। ଝାଳ ଯୋଗୁ ଶରୀର ଦୁର୍ଗନ୍ଧ ହୋଇଥାଏ । ତେଣୁ ଗାଧୋଇବା ପରେ ମଧ୍ୟ ଫ୍ରେଶ୍‌ ଅନୁଭବ ହୁଏ ନାହିଁ। ତ୍ୱଚାକୁ କୋମଳ ରଖିବା ପାଇଁ ଗାଧୋଇବା ପରେ ମଏଶ୍ଚରାଇଜର ଲଗାଇଲେ ସୁଫଳ ମିଳିଥାଏ ବୋଲି ଏହି ଗବେଷଣା ରିପୋର୍ଟରେ ସୂଚିତ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଧନୀ ହେବାକୁ ଚାହାନ୍ତି କି? ତେବେ  ଭୁଲନ୍ତୁ ନାହିଁ ଏହି ୫ କଥା

ଆଚାର୍ଯ୍ୟ ଚାଣକ୍ୟ ଜଣେ ମହାନ ରାଜନୀତିଜ୍ଞ ଏବଂ କୁଟନୀତିଜ୍ଞ। ସେ ନିଜର ଚାଣକ୍ୟ ନୀତିରେ ମନୁଷ୍ୟ ଜୀବନ ସହ ଜଡ଼ିତ ଅନେକ ପ୍ରସଙ୍ଗ ବିଷୟରେ ବର୍ଣ୍ଣନା...

ଯୁଦ୍ଧ ସମାପ୍ତ କରିବାକୁ ପ୍ରସ୍ତାବ ରଖିଲା ଇସ୍ରାଏଲ, ହମାସ କଲା ଖାରଜ

ଜେରୁଜେଲମ,୨୦।୯: ଇସ୍ରାଏଲ ଯୁଦ୍ଧ ସମାପ୍ତ କରିବାକୁ ପ୍ରସ୍ତାବ ଦେଇଛି। ଇସ୍ରାଏଲ କହିଛି ଯେ ଯଦି ସମସ୍ତ ବନ୍ଧକଙ୍କୁ ଏକାଠି ମୁକ୍ତ କରାଯାଏ ଏବଂ ଗାଜାକୁ ନିରସ୍ତ୍ର...

ଲେବାନନରେ ଆତଙ୍କ ସୃଷ୍ଟି କଲା ଇସ୍ରାଏଲ, ୧୦୦୦ ରକେଟ୍‌ ଲଞ୍ଚର ବ୍ୟାରେଲ୍‌କୁ କଲା ନଷ୍ଟ

ଜେରୁଜେଲମ୍‌,୨୦ା୯: ଇରାନ ସମର୍ଥିତ ହେଜବୁଲ୍ଲାର ବିବାଦ ଥମିବା ପରି ମନେ ହେଉନାହିଁ। ଇସ୍ରାଏଲ ଉପରେ କ୍ଷେପଣାସ୍ତ୍ର ମାଡ଼ କଲାବେଳେ ସେ ପେଜର୍‌ ଏବଂ ଓ୍ବାକି-ଟକି ବିସ୍ଫୋରଣରୁ...

ଭାରତ ସରକାର, ଡୋଭାଲଙ୍କ ନାଁରେ ମାମଲା ଦାଏର କଲେ ପନ୍ନୁନ

ଲଣ୍ଡନ,୨୦ା୯:ଖଲିସ୍ତାନୀ ସଂଗଠନ ଶିଖ୍‌ସ ଫର୍‌ ଜଷ୍ଟିସ୍‌ର ଜେନେରାଲ କାଉନସିଲ ଗୁରପତ୍‌ଓ୍ବନ୍ତ ସିଂ ପନ୍ନୁନ ତାଙ୍କ ଓକିଲଙ୍କ ଜରିଆରେ ଭାରତ ସରକାର, ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ...

ଫୁଡ୍‌ ପ୍ୟାକେଜିଂ: ମଣିଷ ଶରୀରରେ ୩୬୦୦ କେମିକାଲ

ଜୁରିଚ୍‌, ୨୦।୯:ଫୁଡ୍‌ ପ୍ୟାକେଜିଂରେ ବ୍ୟବହୃତ ହେଉଥିବା ୩୬୦୦ରୁ ଅଧିକ କେମିକାଲ ମଣିଷ ଶରୀରରେ ଥିବା ନେଇ ବୈଜ୍ଞାନିକମାନଙ୍କର ଏକ ଅଧ୍ୟୟନ ସାମ୍‌ନାକୁ ଆସିଛି। ସୁଇଜରଲାଣ୍ଡର ଜୁରିଚ୍‌ସ୍ଥିତ...

ନୂଆ ପର୍ଯ୍ୟାୟରେ ମଧ୍ୟପ୍ରାଚ୍ୟ ଯୁଦ୍ଧ: ଗାଜାରୁ ଲେବାନନ୍‌କୁ ମୁହାଁଇଲେ ଇସ୍ରାଏଲୀ ସୈନ୍ୟ

ବେରୁଟ୍‌/ଜେରୁଜେଲମ୍‌,୨୦ା୯:ଲଗାତର ୨ ଦିନ ଧରି ପେଜର ଓ ଓ୍ବାକିଟକି ବିସ୍ଫୋରଣରେ ଲେବାନନ୍‌ ଥରି ଉଠିଥିବାବେଳେ ଗୁରୁବାର ଇସ୍ରାଏଲ୍‌ ପକ୍ଷରୁ ଏହାର ଦକ୍ଷିଣ ଭାଗରେ ପ୍ରଥମ ପ୍ରତ୍ୟକ୍ଷ...

ପୃଥିବୀଠାରୁ ୪୦୦ କି.ମି. ଉଚ୍ଚରେ ଜନ୍ମଦିନ ପାଳିଲେ ସୁନୀତା ଓ୍ବିଲିୟମ୍ସ

ଓ୍ବାଶିଂଟନ,୧୯ା୯: ଭାରତୀୟ ବଂଶୋଦ୍ଭବ ନାସା ମହାକାଶଚାରୀ ସୁନୀତା ଓ୍ବିଲିୟମ୍ସ ଗୁରୁବାର ୫୯ ବର୍ଷରେ ପଦାର୍ପଣ କରିଛନ୍ତି। ସେ ପୃଥିବୀଠାରୁ ୪୦୦ କିଲୋମିଟର ଉପରେ ଅନ୍ତର୍ଜାତୀୟ ମହାକାଶ...

ଆଉ କେତେଦିନ ଭାରତରେ ରହିବେ ଶେଖ ହାସିନା? ବ୍ୟସ୍ତ ହୋଇପଡିଲାଣି ବାଂଲାଦେଶ, ଜାଣନ୍ତୁ କ’ଣ କହୁଛି

ଢାକା,୧୯।୯: ବାଂଲାଦେଶରେ ହୋଇଥିବା ହିଂସା ମଧ୍ୟରେ ଭାରତରେ ଆଶ୍ରୟ ନେବା ପରେ ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ପ୍ରତ୍ୟାବର୍ତ୍ତନ ବିଷୟରେ ଲୋକଙ୍କ ମଧ୍ୟରେ ଉତ୍କଣ୍ଠା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri