Posted inଖେଳ

ଶୀର୍ଷକୁ ଫେରିଲା ଚେନ୍ନାଇ

ଚେନ୍ନାଇ,୨୪।୪(ପି.ଟି.)- ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱାଧୀନ ଚେନ୍ନାଇ ସୁପର କିଙ୍ଗ୍ସ ଚଳିତ ଆଇପିଏଲ୍‌ର ୪୧ତମ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦକୁ ଗୋଟିଏ ବଲ୍‌ ବାକିରଖି ୬ ଉଇକେଟରେ ପରାସ୍ତ କରିଛି। ଏଥିସହ ଚେନ୍ନାଇ ୧୧ଟି ମ୍ୟାଚ୍‌ ଖେଳି ୮ ବିଜୟ ଓ ୩ ପରାଜୟ ସହ ମୋଟ ୧୬ ପଏଣ୍ଟ ପାଇ ତାଲିକାର ଶୀର୍ଷ ସ୍ଥାନକୁ ପ୍ରତ୍ୟାବର୍ତ୍ତନ କରିଛି। ଟସ୍‌ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ହାଇଦ୍ରାବାଦ ୩ ଉଇକେଟ ହରାଇ ୧୭୫ ରନ ସଂଗ୍ରହ କରିଥିଲା। ଜବାବରେ ଚେନ୍ନାଇ ୧୯.୫ ଓଭରରେ ୪ ଉଇକେଟ ହରାଇ ୧୭୬ ରନ କରି ବିଜୟୀ ହୋଇଛି। ୯୬ ରନର ଦ୍ରୁତ ଇନିଂସ ଖେଳି ବିଜୟରେ ମୁଖ୍ୟ ଭୂମିକା ଗ୍ରହଣ କରିଥିବା ଚେନ୍ନାଇ ଅଭିଜ୍ଞ ଓପନର ଶେନ୍‌ ଓ୍ବାଟସନ ପ୍ଲେୟାର ଅଫ ଦି ମ୍ୟାଚ୍‌ ବିବେଚିତ ହୋଇଛନ୍ତି।

୧୭୬ ରନ ବିଜୟ ଲକ୍ଷ୍ୟର ପିଛା କରି ଚେନ୍ନାଇ ଆରମ୍ଭରୁ ଫାଫ୍‌ ଡୁପ୍ଲେସିଙ୍କୁ ହରାଇଥିଲା। ଡୁପ୍ଲେସି ୧ ରନ କରିଥିବା ବେଳେ ଦୀପକ୍‌ ହୁଦାଙ୍କ ଥ୍ରୋରେ ଦୁର୍ଭାଗ୍ୟଜନକ ଭାବେ ରନ୍‌ ଆଉଟ୍‌ ହୋଇଥିଲେ। ଦ୍ୱିତୀୟ ଉଇକେଟ ଯୋଡିରେ ଶେନ୍‌  ଓ୍ବାଟସନ ଓ ସୁରେଶ ରାଇନା ୪୪ ବଲରୁ ୭୭ ରନ ସଂଗ୍ରହ କରିଥିଲେ। ରାଇନା ଦ୍ରୁତଗତିରେ ରନ୍‌ ସଂଗ୍ରହ କରିବାକୁ ଯାଇ ୨୪ଟି ବଲ୍‌ ଖେଳି ୬ ଚୌକା ଓ ୧ ଛକା ସହ ୩୮ ରନ କରିଥିବା ବେଳେ ରସିଦ ଖାଁଙ୍କ ବଲରେ ବେୟାରଷ୍ଟୋଙ୍କ ଦ୍ୱାର ଷ୍ଟମ୍ପ ଆଉଟ୍‌ ହୋଇଥିଲେ। ଏହାପରେ ଅଭିଜ୍ଞ ଓପନର ଓ୍ବାଟସନ୍‌ ୫୩ଟି ବଲ୍‌ ଖେଳି ୯ ଚୌକା ଓ ୬ ଛକା ସହ ୯୬ରନର ଧୂଆଁଧାର ଇନିଂସ ଖେଳି ଆଉଟ ହେବା ପୂର୍ବରୁ ବିଜୟପଥ ପରିଷ୍କାର କରିଥିଲେ। ସେ ଭୁବନେଶ୍ୱର କୁମାରଙ୍କ ବଲ୍‌ରେ ବେୟାରଷ୍ଟୋଙ୍କୁ କ୍ୟାଚ୍‌ ଦେଇ ୪ ରନ ପାଇଁ ଶତକ ହାସଲରୁ ବଞ୍ଚିତ ହୋଇଥିଲେ। ଅମ୍ବାତି ରାୟୁଡୁ ୨୫ ବଲରୁ ୨୧ ରନ କରି ସନ୍ଦୀପ ଶର୍ମାଙ୍କ ଦ୍ୱାରା ଆଉଟ୍‌ ହୋଇଥିଲେ। କେଦାର ଯାଦବ ୧୦ ବଲରୁ ୧୧ ରନ କରି ଦଳ ବିଜୟରେ ମୁଣ୍ଡି ମାରିଥିଲେ। ବୋଲିଂ ହାଇଦ୍ରାବାଦ ତରଫରୁ ଭୁବନେଶ୍ୱର, ସନ୍ଦୀପ ଓ ରସିଦ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।

ପୂର୍ବରୁ ଇନ୍‌ଫର୍ମ ଓପନର ଜନୀ ବେୟାରଷ୍ଟୋଙ୍କୁ ହରାଇ ହାଇଦ୍ରାବାଦ ଆରମ୍ଭରୁ ଝଟ୍‌କା ଖାଇଥିଲା। ବେୟାରଷ୍ଟୋ ବିନା ସ୍କୋରରେ ଅଭିଜ୍ଞ ସ୍ପିନର ହରଭଜନ ସିଂଙ୍କ ବଲ୍‌ରେ ଉଇକେଟ କିପର ଧୋନୀଙ୍କୁ କ୍ୟାଚ୍‌ ଦେଇ ପ୍ୟାଭିଲିୟନ ଫେରିଥିଲେ। ଚଳିତ ଆଇପିଏଲ୍‌ରେ ବେୟାରଷ୍ଟୋ ତାଙ୍କ ଅନ୍ତିମ ମ୍ୟାଚ୍‌ରେ ବିଫଳ ହୋଇଛନ୍ତି। ସାରା ସେସନରେ ଜବରଦସ୍ତ ବ୍ୟାଟିଂର ନମୁନା ପ୍ରଦର୍ଶନ କରିଥିଲେ ମଧ୍ୟ ଶେଷ ମ୍ୟାଚ୍‌ରେ ସେ ଖାତା ଖୋଲିବାରେ ବିଫଳ ହୋଇଛନ୍ତି। ବେୟାରଷ୍ଟୋ ଏବେ ଇଂଲଣ୍ଡ କ୍ରିକେଟ ଦଳର ବିଶ୍ୱକପ୍‌ ପ୍ରସ୍ତୁତି ଶିବିରରେ ଯୋଗଦେବେ ଓ ଏଥିପାଇଁ ଆଇପିଏଲ୍‌ରୁ ସେ ଓହରିଯିବାକୁ ନିଷ୍ପତ୍ତି ନେଇଛନ୍ତି। ଏହାପରେ ଦ୍ୱିତୀୟ ଉଇକେଟ ଯୋଡିରେ ବିସ୍ଫୋରକ ଓପନର ଡେଭିଡ ଓ୍ବାର୍ନର ଓ ମିଡଲ ଅର୍ଡର ବ୍ୟାଟ୍ସମ୍ୟାନ ମନୀଷ ପାଣ୍ଡେ ୭୨ଟି ବଲ୍‌ର ସମ୍ମୁଖୀନ ହୋଇ ୧୧୫ ରନ ସଂଗ୍ରହ କରି ସ୍ଥିତି ସମ୍ଭାଳିବା ସହ ଭଲ ମୂଳଦୁଆ ପ୍ରଦାନ କରିଥିଲେ। ତେବେ ଓ୍ବାର୍ନର ୪୫ଟି ବଲର ସମ୍ମୁଖୀନ ହୋଇ ୩ ଚୌକା ଓ ୨ ଛକା ସହ ୫୭ ରନର ଅର୍ଦ୍ଧଶତକୀୟ ପାଳି ଖେଳି ଧୋନୀଙ୍କ ଦ୍ୱାରା ଷ୍ଟମ୍ପ ଆଉଟ ହୋଇ ହରଭଜନଙ୍କ ଦ୍ୱିତୀୟ ଶିକାର ହୋଇଥିଲେ। ଅଲରାଉଣ୍ଡର ବିଜୟ ଶଙ୍କର ଦ୍ରୁତଗତିରେ ରନ୍‌ ସଂଗ୍ରହ କରିବାକୁ ଯାଇ ୨୦ ବଲରୁ ୨ ଚୌକା ଓ ୧ ଛକା ସହ ୨୬ ରନ କରି ଦୀପକ ଚହରଙ୍କ ବଲ୍‌ରେ ରବୀନ୍ଦ୍ର ଜାଡେଜାଙ୍କୁ କ୍ୟାଚ୍‌ ଦେଇ ଆଉଟ ହୋଇଥିଲେ। ମନୀଷ ୪୯ଟି ବଲର ସମ୍ମୁଖୀନ ହୋଇ ୭ ଚୌକା ଓ ୩ ଛକା ସହ ୮୩ ରନର ଧୂଆଁଧାର ପାଳି ଖେଳି ଅପରାଜିତ ରହିଥିଲେ। ସେହିପରି ୟୁସୁଫ ପଠାନ୍‌ ୪ ବଲରୁ ୫ ରନ କରି ଅପରାଜିତ ରହିଥିଲେ। ବୋଲିଂରେ ଚେନ୍ନାଇ ତରଫରୁ ହରଭଜନ ୨ ଓ ଚହର ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ।

ସଂକ୍ଷିପ୍ତ ସ୍କୋର:

ସନ୍‌ରାଇଜର୍ସ ହାଇଦ୍ରାବାଦ ୨୦ ଓଭରରେ ୧୭୫/୩

(ମନୀଷ- ୮୩*, ଓ୍ବାର୍ନର- ୫୭, ଶଙ୍କର- ୨୬, ହରଭଜନ-୨/୩୯, ଚହର- ୧/୩୦)।

ଚେନ୍ନାଇ ସୁପର କିଙ୍ଗ୍ସ ୧୯.୫ ଓଭରରେ ୧୭୬/୪

(ଓ୍ବାଟସନ- ୯୬, ରାଇନା- ୩୮, ରାୟୁଡୁ- ୨୧, ଯାଦବ- ୧୧, ଭୁବନେଶ୍ୱର- ୧/୧୮, ସନ୍ଦୀପ- ୧/୫୪, ରସିଦ- ୧/୪୪)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତର ସମ୍ମାନ ରଖିଲେ ଅଶ୍ୱିନ

ଚେନ୍ନାଇ,୨୦।୯: ଚେନ୍ନାଇରେ ଅନୁଷ୍ଠିତ ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତର ସମ୍ମାନ ରକ୍ଷା କରିଛନ୍ତି ରବିଚନ୍ଦ୍ରନ ଅଶ୍ୱିନ। ଭାରତ ୧୪୪ ରନ୍‌ରେ ୬ ଉଇକେଟ ହରାଇ...

୨୦ ବର୍ଷ କ୍ରିକେଟ୍‌ରୁ ବାସନ୍ଦ ହେଲେ ଏହି ଖେଳାଳି

ମେଲବୋର୍ନ, ୨୦ା୯: ଶ୍ରୀଲଙ୍କାର ପୂର୍ବତନ ଟେଷ୍ଟ କ୍ରିକେଟର ଦୁଲୀପ ସମରବୀରା ଅଷ୍ଟ୍ରେଲିଆରେ କୋଚିଂ ଦେବାରୁ ୨୦ବର୍ଷ ବାସନ୍ଦ ହୋଇଛନ୍ତି। ସେ ଭିକ୍ଟୋରିଆ ମହିଳା ଦଳର କୋଚ୍‌...

୧୪୭ ବର୍ଷ କ୍ରିକେଟ୍‌ ଇତିହାସରେ ପ୍ରଥମ ଖେଳାଳି ଭାବେ ଏମିତି ରେକର୍ଡ କଲେ ଆର୍‌. ଅଶ୍ୱିନ

ଚେନ୍ନାଇ,୨୦।୯: ଚେନ୍ନାଇରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ରବିଚନ୍ଦ୍ରନ ଅଶ୍ୱିନ ବିଶ୍ୱ ରେକର୍ଡ ସୃଷ୍ଟି କରିଛନ୍ତି। ମ୍ୟାଚ୍‌ର ପ୍ରଥମ ଦିନରେ...

୧୧୯ ବର୍ଷ ପୂର୍ବେ କରିଥିଲେ ଡେବ୍ୟୁ, ୨୯ ବର୍ଷ ଖେଳି ହାସଲ କଲେ ୧୯୯ ଶତକ: ତାଙ୍କ ଆଖପାଖରେ ନାହାନ୍ତି ସଚିନ-କୋହଲି

ନୂଆଦିଲ୍ଲୀ,୧୯।୯: କ୍ରିକେଟରେ ଶତକ ସ୍କୋର କରିବା ଏକ ବଡ଼ ସଫଳତା। ୧୦୦ ରନ ପୂରଣ କରିବାକୁ ଜଣେ ବ୍ୟାଟ୍ସମ୍ୟାନଙ୍କୁ ଅନେକ ଘଣ୍ଟା ପାଇଁ କ୍ରିଜରେ ରହିବାକୁ...

ପଡିଆରେ ଏହି ମନ୍ତ୍ର ଜପ କରନ୍ତି ବିରାଟ କୋହଲି, ଆଉ ଗୌତମ ଗମ୍ଭୀର…

ନୂଆଦିଲ୍ଳୀ,୧୯ା୯(ପି.ଟି.): ଭାରତୀୟ ଦଳର ଷ୍ଟାର ବ୍ୟାଟର ବିରାଟ କୋହଲି ଓ ମୁଖ୍ୟ କୋଚ୍‌ ଗୌତମ ଗମ୍ଭୀରଙ୍କ ସାକ୍ଷାତକାର ଅବସରରେ ଉଭୟଙ୍କ ଆଧ୍ୟାତ୍ମିକତାର ରୁଚି ସାମ୍ନାକୁ ଆସିଛି।...

ଗମ୍ଭୀର-ବିରାଟ ବିବାଦ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ

ଚେନ୍ନାଇ,୧୯ା୯(ପି.ଟି.):ଭାରତୀୟ ଦଳର ଷ୍ଟାର ବ୍ୟାଟର ବିରାଟ କୋହଲି ଓ ମୁଖ୍ୟ କୋଚ୍‌ ଗୌତମ ଗମ୍ଭୀରଙ୍କ ମଧ୍ୟରେ ପଡିଆ ବାହାରେ ବିବାଦକୁ ନେଇ ସର୍ବଦା ଖବର ଦେଖିବାକୁ...

ରାଜ୍ୟଗୋଷ୍ଠୀ ଭାରୋତ୍ତୋଳନ: ସ୍ବୟମ୍‌ଜିତଙ୍କୁ ସ୍ବର୍ଣ୍ଣ

ଭୁବନେଶ୍ୱର, ୧୯।୯ (ତପନ ସ୍ବାଇଁ): ଫିଜିର ସୁଭାରେ ଚାଲିଥିବା ରାଜ୍ୟଗୋଷ୍ଠୀ ୟୁଥ୍‌, ଜୁନିୟର ଓ ସିନିୟର ଭାରୋତ୍ତୋଳନ ଚାମ୍ପିୟନଶିପ୍‌ରେ ଓଡ଼ିଶାର ସ୍ବୟମଜିତ ପ୍ରସାଦ ସାହୁ ବୁଧବାର...

ପ୍ରଥମ ଦିବସରେ ଏକାଧିକ ମିଟ୍‌ ରେକର୍ଡ

ଭୁବନେଶ୍ୱର, ୧୯।୯ (ତପନ ସ୍ବାଇଁ): ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗ ଓ ଓଡ଼ିଶା ଆଥଲେଟିକ୍ସ ଆସୋସିଏଶନର ମିଳିତ ଆନୁକୂଲ୍ୟରେ ୭୦ତମ ରାଜ୍ୟ ସିନିୟର ଆଥଲେଟିକ୍ସ ଚାମ୍ପିୟନଶିପ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri