ସମୁଦ୍ରରେ ପୋଲିସ ପକ୍ଷରୁ ପାଟ୍ରୋଲିଂ ଆରମ୍ଭ

ଛତ୍ରପୁର,୧୭ା୧୧(ଡି.ଏନ.ଏ) – ଆର୍ଯ୍ୟପଲ୍ଲୀ ମେରାଇନ୍‌ ଥାନା ପକ୍ଷରୁ ସମୁଦ୍ରରେ ସ୍ବତନ୍ତ୍ର ବୋଟ୍‌ ଦ୍ୱାରା ପାଟ୍ରୋଲିଂ ଆରମ୍ଭ ହୋଇଛି । ମେରାଇନ୍‌ ଥାନା ଅଧୀନରେ ଗଞ୍ଜାମ ବ୍ଲକର ପ୍ରୟାଗୀଠାରୁ ହରିପୁର ପର୍ଯ୍ୟନ୍ତ ୩୩ କି.ମି. ପର୍ଯ୍ୟନ୍ତ ସମୁଦ୍ର ମଧ୍ୟରେ ନିୟମିତ ପାଟ୍ରୋଲିଂ କରାଯିବ । ସମୁଦ୍ରରେ କୌଣସି ବାହାର ଦେଶରୁୁ ଆସୁଥିବା ବୋଟ୍‌ ଉପରେ ଉକ୍ତ ଥାନା ପକ୍ଷରୁ ନଜର ରଖାଯାଉଛି । ସ୍ବତନ୍ତ୍ର ବୋଟକୁ ଚଳାଇବା ପାଇଁ ୭ ଟେକ୍ନିକାଲ କର୍ମଚାରୀ ରହିଛନ୍ତି। ୨୦୦୮ରେ ବମ୍ବେରେ ସମୁଦ୍ରପଥ ଦେଇ ଆସିଥିବା ଆତଙ୍କବାଦୀ ଆକ୍ରମଣ କରିଥିଲେ। ଏହାପରେ ଗଞ୍ଜାମ ଜିଲାର ଆର୍ଯ୍ୟପଲ୍ଲୀ ଓ ଚିକିଟି ଅଞ୍ଚଳରେ ମେରାଇନ୍‌ ଥାନା ପ୍ରତିଷ୍ଠା ହୋଇଥିଲା । ସୂଚନାଯୋଗ୍ୟ, ଆର୍ଯ୍ୟପଲ୍ଲୀ ମେରାଇନ୍‌ ଥାନାର ୨ଟି ଯାକ ବୋଟ୍‌ ଅଚଳ ହୋଇ ଦୀର୍ଘ ବର୍ଷ ହେଲା ପୋର୍ଟ ପରିସରରେ ରହିଥିଲା । ଆବଶ୍ୟକ ପଡିଲେ ସ୍ଥାନୀୟ ଡଙ୍ଗାକୁ ନେଇ ମେରାଇନ୍‌ ଥାନା ପୋଲିସ ସମୁଦ୍ରରେ ପାଟ୍ରୋଲିଂ କରୁଥିଲା । ଗତ ଅଗଷ୍ଟ ମାସରେ ଏହି ସ୍ବତନ୍ତ୍ର ବୋଟ ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାହକ ହୋଇ କିଣିବା ବାହାନାରେ ଆସି ଗହଣା ଦୋକାନରୁ….

ବ୍ରହ୍ମପୁର,୨୦ା୯(ସୁବାସ ଚନ୍ଦ୍ର ପାଢ଼ୀ): ଗ୍ରାହକ ହୋଇଆସି ଜଣେ ବ୍ୟକ୍ତି ଦୋକାନରୁ ସୁନା ଗହଣା ଚୋରାଇ ନେଇଛନ୍ତି। ଦୋକାନ ମାଲିକ ସତ୍ୟନାରାୟଣ ସେନାପତି ଏହି ସମ୍ପର୍କରେ ବଡ଼ବଜାର...

ସେପ୍ଟେମ୍ବର ୨୩ରେ କଳାଦିବସ ପାଳନ କରିବାକୁ ପ୍ରସ୍ତୁତି

ଛତ୍ରପୁର, ୨୦।୯(ଦିଲ୍ଲୀପ ସାମଲ): କେନ୍ଦ୍ର ସରକାର ୨୦୨୦ରେ ୪୫ଟି ଶ୍ରମ ଆଇନକୁ ବାତିଲ କରି ୪ଟି ଶ୍ରମ ଆଇନରେ ପରିଣତ କରିଥିବା ଦିବସକୁ କଳା ଦିବସ...

ସାକ୍ଷୀଙ୍କୁ ଜେଲ୍‌ରୁ ମିଳିଥିଲା ଧମକ: ଅଭିଯୁକ୍ତଙ୍କୁ ୩ ବର୍ଷ ଜେଲଦଣ୍ଡ

ବ୍ରହ୍ମପୁର,୧୯ା୯(ସୁବାସ ଚନ୍ଦ୍ର ପାଢ଼ୀ): ଗୋଶାଣିନୁଆଗାଁ ଥାନା ଅଧୀନ ହିଲପାଟଣା ବହୁ ଚର୍ଚ୍ଚିତ ହେରିଟେଜ କ୍ଷୀର କମ୍ପାନୀ ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାରେ ମୁଖ୍ୟ ସାକ୍ଷୀଙ୍କୁ...

ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ

ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ...

ଅଙ୍ଗନବାଡ଼ିରୁ ଫେରୁଥିବା ଛାତ୍ରଙ୍କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ଧରାକୋଟ,୧୯।୯: ଗଞ୍ଜାମ ଜିଲା ଧରାକୋଟ ଥାନା ଅନ୍ତର୍ଗତ କଂହିରା ପଲ୍ଲି ନିକଟରେ ଦୁର୍ଘଟଣା ଘଟିଛି। ଅଙ୍ଗନବାଡ଼ିରୁ ଫେରୁଥିବା ୩ ବର୍ଷର ଛାତ୍ରଙ୍କୁ ଏକ ବାଇକ୍‌ ଧକ୍କା...

ଛାତ୍ରୀଛାତ୍ରଙ୍କ ଅନ୍ତର୍ନିହିତ ଦକ୍ଷତାର ବିକାଶ ଲାଗି ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ପୁରୁଷୋତ୍ତମପୁର,୧୯।୯(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଭାଟକୁମରଡା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ଅଧକ୍ଷ ସନ୍ତୋଷ କୁମାର ମହାପାତ୍ରଙ୍କ ପୌରହିତ୍ୟରେ ଗୁରବାର ଅନୁଷ୍ଟିତ ହୋଇଯାଇଛି।...

ଭତ୍ତା ଆଣିବାକୁ ଯାଇ ନିଖୋଜ ଥିଲେ ବୃଦ୍ଧା, ଆଜି କେନାଲରୁ ମିଳିଲା ମୃତଦେହ

ଦିଗପହଣ୍ଡି,୧୯ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମର ସ୍ବର୍ଗତ କନ୍ତାରୁ ପାତ୍ରଙ୍କ ବିଧବା ସ୍ତ୍ରୀ ଏମ୍‌.ଅରାଲୁ ପାତ୍ର (୬୪)...

ଟ୍ରକକୁ ପଛପଟୁ ପିଟିଲା ଭ୍ୟାନ୍‌: ଚାଲିଗଲା ୨ ଜୀବନ

ଆସିକା,୧୯।୯(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ପିତଳ ଛକଠାରେ ରାସ୍ତା କଡ଼ରେ ଠିଆ ହେଇଥିବା ଗୋଟେ ଟ୍ରକକୁ ପଛପଟୁ ଧକ୍କା ଦେଇଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri