ସମ୍ବଲପୁର ଜିଲାରେ ୨୩ ଛୁଇଁଲା କରୋନା ଆକ୍ରାନ୍ତ ସଂଖ୍ୟା

ସମ୍ବଲପୁର,୧୧ା୬(ବ୍ୟୁରୋ)-ସମ୍ବଲପୁର ଜିଲାରେ ଶୁକ୍ରବାର ଆଉ ୫ କରୋନା ଆକ୍ରାନ୍ତ ଚିହ୍ନ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଏପର୍ଯ୍ୟନ୍ତ ମୋଟ ୨୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହେଲେଣି। ତେବେ ସେମାନଙ୍କ ମଧ୍ୟରୁ ୧୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଅନ୍ୟ ୮ ଜଣ ଏବେ ଚିକିତ୍ସିତ ହେଉଛନ୍ତି । ଶୁକ୍ରବାର ଜିଲାପାଳ ଶୁଭମ୍‌ ସକସେନା ଏହି ସୂଚନା ଦେଇଛନ୍ତି। ତେବେ ଶୁକ୍ରବାର ଚିହ୍ନଟ ହୋଇଥିବା ୫ ଜଣଯାକ ଆକ୍ରାନ୍ତ ବିଭିନ୍ନ କ୍ୱାରାଣ୍ଟାଇନ ସେଣ୍ଟରରେ ଥିଲେ। ଏମାନଙ୍କ ଭିତରେ ଜଣେ ରୁସିଆ ଫେରନ୍ତା ଯୁବକ ଅଛନ୍ତି। ଅନ୍ୟ ୪ ଜଣଙ୍କ ମଧ୍ୟରେ ଜଣେ ୨୨ ବର୍ଷର ଯୁବକ ଗୁଜୁରାଟରୁ ଫେରି ବାମରା ବ୍ଲକ କେଶେଇବାହାଲ କ୍ୱାରାଣ୍ଟାଇନ ସେଣ୍ଟରରେ ରହିଥିଲେ । ସେହିପରି ଜୁନ ୧ ତାରିଖରେ ଜଣେ ୩୨ ବର୍ଷର ଯୁବକ ମହାରାଷ୍ଟ୍ରରୁ ଫେରି ଉକ୍ତ କ୍ୱାରାଣ୍ଟାଇନ ସେଣ୍ଟରରେ ରହିଥିଲେ। ଗୁଜୁରାଟରୁ ଫେରି ୪୧ ବର୍ଷର ଯୁବକ ଜଣଙ୍କ ରେଢାଖୋଲ ବ୍ଲକ୍‌ ଶୁଣ୍ଢିମୁଣ୍ଡା କନ୍ୟାଶ୍ରମ କ୍ୱାରାଣ୍ଟାଇନ ସେଣ୍ଟରରେ ଥିବାେବେଳେ ଚତୁର୍ଥ ସଂକ୍ରମିତ ବ୍ୟକ୍ତିଙ୍କ ବୟସ ୧୮ ବର୍ଷ। ସେ ରେଢାଖୋଲ ବ୍ଲକ୍‌ କୁକୁଡା ବାହାଲି କ୍ୱାରାଣ୍ଟାଇନ ସେଣ୍ଟରରେ ରହୁଥିଲେ। ସମସ୍ତଙ୍କୁ କୋଭିଡ୍‌ ମେଡିକାଲକୁ ସ୍ଥନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାର୍‌ରୁ ମିଳିଲା ୧୬୬ କେଜି ରୁପା

ସମ୍ବଲପୁର,୧୬।୧୦(ପ୍ରମୋଦ ବହିଦାର): ଆଳୁ ଖୋଳୁଖୋଳୁ ମହାଦେବ ମିଳିଲା ଭଳି ଗଞ୍ଜେଇ ଯାଞ୍ଚ ବେଳେ ଅବକାରୀ ବିଭାଗକୁ ମିଳିଛି ବିପୁଳ ପରିମାଣର ରୁପା ସାମଗ୍ରୀ। ମଙ୍ଗଳବାର ସକାଳେ...

ମହାନଦୀରେ ବୁଡ଼ି ୨ନାବାଳକ ନିଖୋଜ

ସମ୍ବଲପୁର,୧୨।୧୦(ଭବାନୀ ଶଙ୍କର ଭୋଇ): ସମ୍ବଲପୁର ସହରର ବଡବଜାରସ୍ଥିତ ମହାନଦୀ ସଡ଼କ ଘାଟରେ ଶୁକ୍ରବାର ପାଣିରେ ବୁଡ଼ି ୨ ନାବାଳକ ନିଖୋଜ ହୋଇଛନ୍ତି। ନାବାଳକ ଦ୍ୱୟ ହେଲେ...

ବୁର୍ଲା କନଷ୍ଟେବଳଙ୍କ ଆକ୍ରମଣକାରୀଙ୍କୁ ପୋଲିସର ଏନ୍‌କାଉଣ୍ଟର, ଜଙ୍ଗଲରେ ଲୁଚିଥିବାବେଳେ…

ସମ୍ବଲପୁର,୧୦ା୧୦(ପ୍ରମୋଦ ବହିଦାର): ପୋଲିସ କନଷ୍ଟେବଳଙ୍କୁ ଆକ୍ରମଣ କରି ପାପୁଲି ଛିଣ୍ଡାଇଥିବା ଅଭିଯୁକ୍ତ କମଲୁ ପ୍ରଧାନ ପୋଲିସ ଏନ୍‌କାଉଣ୍ଟରେ ଗୁରୁତର ହୋଇଛନ୍ତି। ତାଙ୍କୁ ଚିକିତ୍ସା ପାଇଁ ଗୁରୁବାର...

ଆଇସିୟୁରେ ଶେଷନିଃଶ୍ୱାସ ନେଉଛି ବିଜେଡି: ଜୟନାରାୟଣଙ୍କୁ ପାଲଟା ଜବାବ ଦେଲେ ରୋହିତ

ସମ୍ବଲପୁର, ୧୦।୧୦(ଭବାନୀ ଶଙ୍କର ଭୋଇ):କିଛିଦିନ ପୂର୍ବରୁ ଯୁଯୋମୁରାଠାରେ ବିଜେଡି ଜନସମ୍ପର୍କ ପଦଯାତ୍ରାବେଳେ ସମ୍ବଲପୁର ଜିଲା ବିଜେଡି ସଭାପତି ରୋହିତ ପୂଜାରୀ କହିଥିଲେ, ରାଜ୍ୟର ଭାଜପା ସରକାର...

ମାଟ୍ରିକ୍‌ ପରୀକ୍ଷା ନାମ ପଞ୍ଜୀକରଣରେ ଆଧାର ବାଧକ

ସମ୍ବଲପୁର, ୯ା୧୦(ଭବାନୀ ଶଙ୍କର ଭୋଇ):ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ମାଟ୍ରିକ ପରୀକ୍ଷା ପାଇଁ ନବମ ଶ୍ରେଣୀଠାରୁ ଛାତ୍ରୀଛାତ୍ରଙ୍କର ପଞ୍ଜୀକରଣ କରାଯିବା ବ୍ୟବସ୍ଥା ରହିଛି। ଚଳିତବର୍ଷ...

ମୁହାଁମୁହିଁ ଧକ୍କା ପରେ ଜଳିଗଲା ଟ୍ରକ, କଣ୍ଟେନର: ଦୁଇ ଡ୍ରାଇଭର ଜୀବନ୍ତ ଦଗ୍ଧ!

କୁଚିଣ୍ଡା, ୬ା୧୦(ରାଧାମୋହନ ଷଡ଼ଙ୍ଗୀ): ଏକ ଦୁଃଖଦ ଦୁର୍ଘଟଣାରେ ରବିବାର ସନ୍ଧ୍ୟାରେ କୁଚିଣ୍ଡାର ଏଜତୀୟ ରାଜପଥ-୫୩ ରେ ଜମନକିରା ପୋଲିସ ଅନ୍ତର୍ଗତ କାଦଲିପାଲା ଅଞ୍ଚଳ ନିକଟରେ ଏକ...

କନଷ୍ଟେବଳଙ୍କୁ ହାଣି ପାପୁଲି ଛିଡ଼ାଇ ନେଲେ ଦୁର୍ବୃତ୍ତ

ସମ୍ବଲପୁର,୪।୧୦: କନଷ୍ଟେବଳଙ୍କୁ ହାଣି ପାପୁଲି ଛିଡ଼ାଇ ନେଲେ ଦୁର୍ବୃତ୍ତ। ଏଭଳି ଅଭାନୀୟ ଘଟଣା ଘଟିଛି ବୁର୍ଲା ଥାନା ଝରାପାଲି ଗାଁରେ । ପୋଲିସ ଉପରେ ହୋଇଛି...

ସମ୍ବଲପୁର ଜେଲ୍‌ରେ ରେଡ୍‌

ସମ୍ବଲପୁର,୪ା୧୦: ସମ୍ବଲପୁର ମଣ୍ଡଳ କାରାଗାରରେ ଅଚାନକ ରେଡ୍‌। ହୋଇଛି। ଶୁକ୍ରବାର ଭୋର୍‌ ୪ଟାରୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ ଏହି ଚଢ଼ାଉ କରାଯାଇଛି। ପୋଲିସ ଫୋର୍ସ ସହ ସମ୍ବଲପୁର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri