ସମ୍ବିଧାନ ପ୍ରଣୟନ ବିଶ୍ୱର ଏକ ପ୍ରମୁଖ ଘଟଣା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭-୧୧(ବ୍ୟୁରୋ):ବିଧାନସଭା ସମ୍ମିଳନୀ କକ୍ଷରେ ସମ୍ବିଧାନ ଦିବସ-୨୦୧୯ ମହାସମାରୋହରେ ପାଳନ କରାଯାଇଛି। ଏହି ଉତ୍ସବରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ଆଜି ଏକ ଐତିହାସିକ ଦିବସ। ୧୯୪୯ ମସିହା ଆଜିର ଦିନରେ ଭାରତୀୟ ସମ୍ବିଧାନକୁ ସମ୍ବିଧାନ ସଭାଦ୍ବାରା ଗ୍ରହଣ କରାଯାଇଥିଲା। ଭାରତୀୟ ସମ୍ବିଧାନର ପ୍ରଖ୍ୟାତ ମାର୍କିନ୍‌ ବିଶେଷଜ୍ଞ ପ୍ରଫେସର ଗ୍ରାନେଭିଲ୍‌ ଅଷ୍ଟିନ୍‌ କହିଥିଲେ, ୧୭୭୭ର ଫିଲାଡେଲ୍‌ଫିଆ ଚୁକ୍ତିପରେ ଭାରତୀୟ ସମ୍ବିଧାନ ପ୍ରଣୟନ ବିଶ୍ବରେ ଏକ ପ୍ରମୁଖ ଘଟଣା। ଜନତାଙ୍କ ମୌଳିକ ଓ ଦଓ୍ବୋନୀ ଅଧିକାରକୁ କ୍ଷୁଣ୍ଣ ନ କରି ଦୀର୍ଘ ୭ ଦଶନ୍ଧି ଧରି ଭାରତୀୟ ସମ୍ବିଧାନ ସଫଳତାର ସହିତ ଦେଶର ସାମାଜିକ, ଅର୍ଥନୈତିକ, ଶିକ୍ଷା, ବିଜ୍ଞାନ ସମ୍ବନ୍ଧୀୟ ପ୍ରଗତିରେ ସହାୟକ ହୋଇପାରିଛି। ଏହି ସମ୍ବିଧାନ ପ୍ରଣେତାଙ୍କ ପ୍ରତି ଏକ ଶ୍ରଦ୍ଧାଞ୍ଜଳି। ସେ ଆହୁରି କହିଛନ୍ତି, ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜନ୍ମ ବାର୍ଷିକୀ ପାଳନ ଅବସରରେ ଅହିଂସାକୁ ସମ୍ବିଧାନର ମୁଖ ବନ୍ଧରେ ସ୍ଥାନିତ କରିବାକୁ ପ୍ରସ୍ତାବ ଦେଇଥିଲେ। ଯାହା ଜାତିର ଜନକଙ୍କ ପ୍ରତି ପ୍ରକୃତ ଶ୍ରଦ୍ଧାଞ୍ଜଳି ହେବ। ସମ୍ବିଧାନକୁ କାୟମନୋବାକ୍ୟରେ ପାଳନ କରିବାକୁ ପ୍ରତ୍ୟେକ ଭାରତୀୟ ଶପଥ ନେବା ବାଞ୍ଛନୀୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର କହିଛନ୍ତି, ୧୯୫୦ ଜାନୁୟାରୀ ୨୬ରେ ଭାରତୀୟ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲେ ମଧ୍ୟ ୧୯୪୯ ନଭେମ୍ବର ୨୬ ଦିନ ଏହାକୁ ସମ୍ବିଧାନ ସଭାଦ୍ବାରା ଗ୍ରହଣ କରାଯାଇଥିଲା। ଇଂରେଜମାନଙ୍କୁ ଦେଶରୁ ବିତାଡ଼ିତ କରିବା ପାଇଁ ଜାତିର ଜନକ ମହାତ୍ମା ଗାନ୍ଧୀ ଭାରତର ସ୍ବାଧୀନତା ପୂର୍ବରୁ ଅନେକ ଆନ୍ଦୋଳନର ନେତୃତ୍ବ ନେଇଥିଲେ। ସେ ସାରା ଭାରତ ଭ୍ରମଣ କରି ଦାରିଦ୍ର୍ୟର ଚିତ୍ର ସ୍ବଚକ୍ଷୁରେ ଦେଖିଲେ। ବିନା ଯୁଦ୍ଧରେ ଭାରତ ୧୯୪୭ ମସିହାରେ ସ୍ବାଧୀନତା ହାସଲ କଲା। ଏହା ଇତିହାସର ସବୁଠାରୁ ଅବିଶ୍ବସନୀୟ ବିଷୟ। ଭାରତରତ୍ନ ବି. ଆର୍‌. ଆମ୍ବେଡ଼କର ଥିଲେ ଗଣତନ୍ତ୍ରର ସପକ୍ଷବାଦୀ। ତାଙ୍କ ଅଧ୍ୟକ୍ଷତାରେ ସମ୍ବିଧାନ ପ୍ରଣୟନ ସଭା ଗଠିତ ହୋଇ ସମ୍ବିଧାନକୁ ଚୂଡ଼ାନ୍ତ ରୂପରେଖ ପ୍ରଦାନ କରାଯାଇଥିଲା। ଭାରତର ସମ୍ବିଧାନରେ ଜନମଙ୍ଗଳକାରୀ, ନାଗରିକ ହିତକାରୀ ପ୍ରାବଧାନ ସହିତ ଜନସାଧାରଣଙ୍କ ମୌଳିକ ଅଧିକାର ଓ କର୍ତ୍ତବ୍ୟକୁ ସନ୍ନିବେସିତ କରାଯାଇଛି। ଐକ୍ୟ ଓ ସାର୍ବଭୌମତ୍ବର ସୁରକ୍ଷାକୁ ସୁନିଶ୍ଚିତ କରାଯାଇଛି। ଗଣତନ୍ତ୍ର ଓ ସମ୍ବିଧାନକୁ ରକ୍ଷା କରିବାକୁ ବାଚସ୍ପତି ଆହ୍ବାନ ଦେଇଛନ୍ତି। ଏହି ଅବସରରେ ଉପ ବାଚସ୍ପତି ରଜନୀକାନ୍ତ ସିଂହ, ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାଏକ, କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ପ୍ରମୁଖ ନିଜ ବକ୍ତବ୍ୟ ରଖିଛନ୍ତି। ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ସ୍ବାଗତ ଭାଷଣ ପ୍ରଦାନ କରିଥିବାବେଳେ ସରକାରୀ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଧନ୍ୟବାଦ ଅର୍ପଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭରତପୁର ଥାନା ଘଟଣା: ଓଡ଼ିଶା ସରକାରଙ୍କୁ କଡ଼ା ସମାଲୋଚନା କଲେ ପ୍ରିୟଙ୍କା ଗାନ୍ଧି

ଭୁବନେଶ୍ୱର,୧୯।୯: ଭରତପୁର ଥାନା ଘଟଣାକୁ ନେଇ ଓଡ଼ିଶା ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ। ଏକ୍ସରେ ଏକ ପୋଷ୍ଟ କରି...

ସିଏମ୍‌ କିଷାନ ଯୋଜନାରେ ନୂତନ ହିତାଧିକାରୀମାନେ ଏହି ତାରିଖ ଯାଏ କରିପାରିବେ ଆବେଦନ

ଭୁବନେଶ୍ୱର,୧୯।୯: ସିଏମ୍‌ କିଷାନ ଯୋଜନାରେ ନୂତନ ହିତାଧିକାରୀମାନେ ନଭେମ୍ବର ମାସ ୮ ତାରିଖ ପର୍ଯ୍ୟନ୍ତ ପଞ୍ଜିକରଣ କରିପାରିବେ। ଚାଷୀମାନେ cmkissan.odisha.gov.in ମାଧ୍ୟମରେ ପଞ୍ଜିକରଣ କରିପାରିବେ। ଏହି...

ମୁଖ୍ୟ ଯନ୍ତ୍ରୀଙ୍କ ଅମାପ ସମ୍ପତ୍ତି; ଘରୁ ମିଳିଲା ନଗଦ ୪୫ ଲକ୍ଷ ଟଙ୍କା, କୋଟିଏ ଟଙ୍କାର ବ୍ୟାଙ୍କ ଡିପୋଜିଟ୍

ବାଲେଶ୍ୱର,୧୯।୯: ବାଲେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀ ଏନ.ଭି ହରିହରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିବା ପରେ ବିପୁଳ ପରିମାଣର ଆୟାବହିର୍ଭୁତ ସମ୍ପତ୍ତି ଜବତ...

ଗ୍ରାହକ ହୋଇ କିଣିବା ବାହାନାରେ ଆସି ଗହଣା ଦୋକାନରୁ….

ବ୍ରହ୍ମପୁର,୨୦ା୯(ସୁବାସ ଚନ୍ଦ୍ର ପାଢ଼ୀ): ଗ୍ରାହକ ହୋଇଆସି ଜଣେ ବ୍ୟକ୍ତି ଦୋକାନରୁ ସୁନା ଗହଣା ଚୋରାଇ ନେଇଛନ୍ତି। ଦୋକାନ ମାଲିକ ସତ୍ୟନାରାୟଣ ସେନାପତି ଏହି ସମ୍ପର୍କରେ ବଡ଼ବଜାର...

ମେଜରଙ୍କ ବାନ୍ଧବୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ମାଡ଼ ଘଟଣାରେ ମେଜରଙ୍କ ବାନ୍ଧବୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଭୁବନେଶ୍ବର ଏମ୍ସ ଯାଇ ପ୍ରଭାତୀ...

ଜିଲାସ୍ତରୀୟ ବିକାଶ ମେଳା ଉଦଘାଟିତ

ଖୋର୍ଦ୍ଧା,୨୦।୯ : ୨୦୩୬ ସୁଦ୍ଧା ଗଠନ ହେବ ବିକଶିତ ଓଡ଼ିଶା। ମୋହନ ସରକାର ଲୋକଙ୍କ ସରକାର। ଜନତାଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରକୋଷ୍ଠ ଉନ୍ମୁକ୍ତ ରହିଛି। ୨୪ବର୍ଷ...

ବିବାଦରେ ଯାତ୍ରା ଷ୍ଟାର ଆକ୍ଟର କାହ୍ନା ସ୍ବାଇଁ

ଭୁବନେଶ୍ୱର,୨୦।୯: କୋଟିକୋଟି ଓଡ଼ିଆଙ୍କ ପ୍ରାଣ ମହାପ୍ରଭୁ ଶ୍ରୀଜଗନ୍ନାଥ। ସିଏ ସମଗ୍ର ବିଶ୍ୱକୁ ତାଙ୍କ ଛତ୍ରଛାୟା ତଳେ ଘୋଡାଇ ରଖିଛନ୍ତି। ହେଲେ ତାଙ୍କୁ ଅସମ୍ମାନିତ କରାଯାଇଛି। ଯାତ୍ରା...

ଭରତପୁର ଥାନାରେ ମେଜର, ବାନ୍ଧବୀଙ୍କୁ ମାଡ଼ ଘଟଣା; ମୁଖ୍ୟମନ୍ତ୍ରୀ ଦେଲେ ବଡ଼ ବୟାନ

କେନ୍ଦୁଝର,୧୯।୯: ଭାରତୀୟ ସେନା ଅଧିକାରୀ ମେଜର ଗୁରୁଭନ୍ସ ସିଂଙ୍କ ଉପରେ ଆକ୍ରମଣ ତଥା ଭାରତପୁର ପୋଲିସ ଷ୍ଟେସନରେ ତାଙ୍କ ବାନ୍ଧବୀଙ୍କୁ ଯୌନ ନିର୍ଯାତନା ଅଭିଯୋଗରେ ମାମଲାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri