ସରିଲା ଶ୍ରୀଅଙ୍ଗ ଫିଟା ନୀତି: ମହାପ୍ରଭୁଙ୍କୁ ଆଜି ଫୁଲୁରୀ ତେଲ ଲାଗି

ପୁରୀ ଅଫିସ, ୨୨ା୬: ସ୍ନାନ ପୂର୍ଣ୍ଣିମାରେ ୧୦୮ ଗଡ଼ୁ ଜଳରେ ସ୍ନାନ କରିବା ପରେ ଜ୍ୱରରେ ପଡ଼ିଛନ୍ତି ଚତୁର୍ଦ୍ଧାବିଗ୍ରହ। ଅଣସର ଘରେ ଚାଲିଛି ଗୁପ୍ତ ସେବା। ମହାପ୍ରଭୁଙ୍କ ସେବାରେ ଲାଗିଛନ୍ତି ଦଇତାପତି ସେବକ। ଚାଲିଛି ଉପଚାର। ତେବେ ଅଣସର ସମୟରେ ଠାକୁରଙ୍କ ଉପଚାର ବିଧି ସମ୍ପର୍କରେ ସୁଭଦ୍ରାଙ୍କ ବାଡ଼ଗ୍ରାହୀ ତଥା ଦଇତାପତି ସେବକ ରାମଚନ୍ଦ୍ର ଦାସମହାପାତ୍ର କହିଛନ୍ତି, ଶୁକ୍ରବାର ହେଉଛି ଅଣସରର ଚତୁର୍ଥ ଦିବସ। ଏହିଦିନ ଠାକୁର ବର୍ଷସାରା ଲାଗି ହୋଇଥିବା ଚନ୍ଦନ, ପାଟଡୋରୀ, ମୁହଁରେ ଥିବା କନା ଆଦି କଢାଯାଇଛି। ଏହାକୁ ଶ୍ରୀଅଙ୍ଗ ଫିଟା ନୀତି କୁହାଯାଏ। ଶୁକ୍ରବାର ଏହି ନୀତି ସମ୍ପନ୍ନ ହୋଇଛି। ମୁହଁରୁ ଯେଉଁ କନା (ବିରୂପ) ବାହାରେ ତାକୁ ଅଲଗା ରଖାଯାଏ। ଏହି କନାକୁ ଅଣସର ଶୁଦ୍ଧସୁଆର ସେବକ ତ୍ରୟୋଦଶୀ ରାତିରେ ନେଇ କୋଇଲି ବୈକୁଣ୍ଠରେ ବିସର୍ଜନ କରିଥାନ୍ତି। ଶ୍ରୀଅଙ୍ଗରୁ ବାହାରିଥିବା ଚନ୍ଦନ, ପାଟଡୋରୀକୁ ଦ୍ୱାଦଶୀରେ ରାଜପ୍ରସାଦ ଆକାରରେ ରାଜା ନଅରକୁ ବିଜେ ହୁଏ। ଏହାକୁ ରାଜପ୍ରସାଦ ବିଜେ କୁହାଯାଏ। ଶନିବାର ଅର୍ଥାତ୍‌ ପଞ୍ଚମ ଦିନରେ ଠାକୁର କିଭଳି ସୁସ୍ଥ ହେବେ ସେଥିପାଇଁ ଶ୍ରୀଅଙ୍ଗରେ ଲାଗି ହେବ ସ୍ବତନ୍ତ୍ର ଭାବେ ପ୍ରସ୍ତୁତ ଫୁଲୁରୀ ତେଲ। ପୂର୍ବ ପରମ୍ପରା ଅନୁଯାୟୀ, ଏହି ଫୁଲୁରୀ ତେଲ ବଡ଼ ଓଡିଆ ମଠ ଯୋଗାଇଦେବ। ରାଶି ତେଲରେ ବିଭିନ୍ନ ପ୍ରକାର ଚେର, ଓଷଧୀୟ ଫୁଲ ଆଦି ମିଶାଯାଇ ଗୋଟିଏ ବର୍ଷ ପୂର୍ବରୁ ମାଟିତଳେ ପୋତା ଯାଇଥାଏ। ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଦଇତାପତି ସେବକମାନେ ଏହି ଫୁଲୁରୀ ତେଲ ଲାଗି କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ-ବାଇକ୍‌ ଧକ୍କା: ଚାଲିଗଲା ବାପ-ପୁଅଙ୍କ ଜୀବନ, ମା’ ଗୁରୁତର

ଗୋପାଳପୁର, ୨୨।୯(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ୧୬ ନମ୍ବର ଜାତୀୟ ରାଜପଥ ଭାଲିଆଗାଡ଼ ନିକଟରେ ରବିବାର ଏକ ଟ୍ରକ-ବାଇକ୍‌ ମଧ୍ୟରେ ଧକ୍କା ହୋଇଛି। ଦୁର୍ଘଟଣାରେ...

ପୁରୁଷୋତ୍ତମପୁରରେ ବୁଲିଲା ଖଣ୍ଡା: ଭାଜପା କର୍ମୀଙ୍କୁ….

ପୁରୁଷୋତ୍ତମପୁର,୨୨।୯(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ରାଜନୈତିକ କାରଣକୁ ନେଇ ରବିବାର ଗୋଷ୍ଠୀ ସଂଘର୍ସ ଘଟିଛି। ଏଥିରେ ଉଭୟ ପକ୍ଷରୁ ଦୁଇଜଣ ଆହାତ ହୋଇଛନ୍ତି। ଆହାତମାନେ...

ଶ୍ୱଶୁରଙ୍କୁ ହତ୍ୟା କଲେ ଜ୍ବାଇଁ : ସ୍ତ୍ରୀ, ଶାଶୁ ଗୁରୁତର

ଲକ୍ଷ୍ମୀପୁର,୨୨ା୯(ଅନନ୍ତ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ସଦର ରେଲୱେ କଲୋନୀ ନିକଟ ଆମ୍ବଗୁଡ଼ା ସାହିରେ ଏକ ହତ୍ୟାକାଣ୍ଡ ଘଟିଛି। ଏଥିରେ ଶ୍ୱଶୁରଙ୍କୁ ଲୁହା ରଡ୍‌ରେ ପିଟି...

୪ ଘଣ୍ଟାରେ ଖାଇଗଲେ ୨ କୁଇଣ୍ଟାଲ ଚିକେନ ପକୋଡ଼ା

ପୁରୀ,୨୨।୯: ରାଜ୍ୟରେ ଏବେ ବି ରହିଛି ବାର୍ଡଫ୍ଲୁ ଆତଙ୍କ। ଖାସ୍‌ କରି ପୁରୀ ଜିଲାରେ ବାର୍ଡଫ୍ଲୁକୁ ନେଇ ସରକାରଙ୍କ ପକ୍ଷରୁ ସଚେତନତା ଜାରି ରହିଛି। ଏଭଳିସ୍ଥିତିରେ...

ଶେଷ ହେଲା ରତ୍ନଭଣ୍ଡାର ସର୍ଭେକ୍ଷଣ,ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୨୨।୯: ଶ୍ରୀମନ୍ଦିର ରତ୍ନଭଣ୍ଡାର ସର୍ଭେକ୍ଷଣ ଶେଷ ହୋଇଛି। ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ବୈଜ୍ଞାନିକ ଆନନ୍ଦ କିଶୋର ପାଣ୍ଡେଙ୍କ ନେତୃତ୍ୱରେ ସର୍ଭେ...

ଜନ୍ମମାଟିରୁ ୧୦୦ ଦିନର ହିସାବ ଦେଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର,୨୨।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର କେନ୍ଦୁଝର ଧରଣୀଧର ବିଶ୍ୱବିଦ୍ୟାଳୟ ପଡ଼ିଆରୁ ଲୋକଙ୍କ ସରକାରର ୧୦୦ ଦିନର ସଫଳତାର ହିସାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କାର୍ଯ୍ୟକ୍ରମରେ...

ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟରରେ ଯାନ୍ତ୍ରିକ ତ୍ରୁଟି: ବାତିଲ ହେଲା ମୟୂରଭଞ୍ଜ କାର୍ଯ୍ୟକ୍ରମ

କେନ୍ଦୁଝର,୨୨ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଜିଲାକୁ ଶୁକ୍ରବାରଠାରୁ ୩ ଦିନିଆ ଗସ୍ତରେ ଆସିଛନ୍ତି। ମୁଖ୍ୟମନ୍ତ୍ରୀ ହେବା ପରେ ନିଜ ଜିଲାକୁ...

ବିଜେଡିର ଭୁବନେଶର ବନ୍ଦ ଡାକରା: ମନ୍ତ୍ରୀ ସୁରେଶ ପୂଜାରୀ କହିଲେ ସହିପାରୁନି….

ଭୁବନେଶ୍ୱର,୨୨।୯: ୨୪ ତାରିଖ ଭୁବନେଶ୍ୱରରେ ଚଖଅଖ ବନ୍ଦ ଡାକରା। ଚାଲିବନି ଗାଡି଼ ମଟର। ଆସନ୍ତା ୨୪ରେ ୬ ଘଣ୍ଟିଆ ଭୁବନେଶର ବନ୍ଦ । ସକାଳ ୬...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri