‘ସାମ୍ବାଦିକତାରେ ବିଘଟନ ସୃଷ୍ଟି ହୋଇଛି’

ବ୍ରହ୍ମପୁର ଅଫିସ,୩୦ା୧: ସାମ୍ବାଦିକତାରେ ବର୍ତ୍ତମାନ ବିଘଟନ ସୃଷ୍ଟି ହୋଇଛି। ଏହା ୨୦୨୦ ପରଠାରୁ ଅତ୍ୟନ୍ତ ଗୁରୁତର ରୂପ ନେବାକୁ ଯାଉଛି। ଏହି ପରିବର୍ତ୍ତିତ ପରିବେଶ ଓ ବିଘଟନ ସାମ୍ବାଦିକତାର ଗୁଣାମତ୍କ ବିକାଶରେ ଏକ ବଡ଼ ସମସ୍ୟା ସୃଷ୍ଟି କରିଛି। ତେଣୁ ଏନେଇ ଏବେଠାରୁ ସଚେତନ ହେବାର ଆବଶ୍ୟକତା ରହିଛି ବୋଲି ବୁଧବାର ଭାରତ ସରକାରଙ୍କ ସୂଚନା ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ପତ୍ର ସୂଚନା କାର୍ଯ୍ୟାଳୟ(ପିଆଇବି) ପକ୍ଷରୁ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ନୂତନ ସମ୍ମିଳନୀ କକ୍ଷରେ ଆୟୋଜିତ ଆଞ୍ଚଳିକ ଗଣମାଧ୍ୟମ କର୍ମଶାଳାରେ ମୁଖ୍ୟବକ୍ତା ଭାବେ ଯୋଗଦେଇ ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗର ଅବସରପ୍ରାପ୍ତ ପ୍ରଫେସର ଡ. ପ୍ରଦୀପ ମହାପାତ୍ର କହିଥିଲେ। ସେ ଆହୁରି କହିଲେ, ଆଧୁନିକ ଜନଜୀବନ ବର୍ତ୍ତମାନ ଗଣମାଧ୍ୟମ ଅଭିମୁଖୀ ହୋଇଛି। ମୋବାଇଲ ଓ ଇଣ୍ଟରନେଟର ବହୁଳ ବ୍ୟବହାର ଫଳରେ ଗଣମାଧ୍ୟମ କ୍ଷେତ୍ରରେ ବ୍ୟାପକ ପରିବର୍ତ୍ତନ ହୋଇଛି। ଟେଲିଭିଜନ ତୁଳନାରେ ମୋବାଇଲ ଫୋନ ମାଧ୍ୟମରେ ସୋସିଆଲ ମିଡିଆରେ ରହିବାକୁ ଅଧିକ ଲୋକ ପସନ୍ଦ କରୁଛନ୍ତି। ଏକ ରିପୋର୍ଟ ଅନୁସାରେ ଭାରତରେ ଜଣେ ବ୍ୟକ୍ତି ଦିନକୁ ହାରାହାରି ୫ ଘଣ୍ଟା ବିଭିନ୍ନ ଗଣମାଧ୍ୟମ ସହ ସମ୍ପୃକ୍ତ ରହୁଥିବାବେଳେ ଯୁକ୍ତରାଷ୍ଟ୍ର ଆମେରିକାରେ ହାରାହାରି ୧୨ ଘଣ୍ଟା ଏବଂ ଚାଇନା, ଜାପାନ, ଦକ୍ଷିଣକୋରିଆରେ ସାଢେ ୬ ଘଣ୍ଟାରୁ ୭ ଘଣ୍ଟା ରହୁଥିବା ଜଣାପଡିଛି। ୨୦୧୪ରେ ଭାରତରେ ଟେଲିଭିଜନ ତୁଳନାରେ ମୋବାଇଲ ଫୋନ ବ୍ୟବହାରକାରୀଙ୍କ ସଂଖ୍ୟା କମ୍‌ ରହିଥିଲା। ୨୦୧୯ରେ ଟେଲିଭିଜନ ତୁଳନାରେ ମୋବାଇଲ ଫୋନ ବ୍ୟବହାରକାରୀଙ୍କ ସଂଖ୍ୟା ଅଧିକ ରହିଛି। ଏହା ୨୦୨୧ ବେଳକୁ ଆହୁରି ବୃଦ୍ଧି ପାଇବାକୁ ଥିବାବେଳେ ଟେଲିଭିଜନ ଉପରୁ ଲୋକ ମୁହଁ ଫେରାଇବା ସମ୍ଭାବନା ସୃଷ୍ଟି ହୋଇଛି ବୋଲି ମହାପାତ୍ର କହିଥିଲେ।
ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର (ଆରଡିସି) ଟି. ଆଓ ମୁଖ୍ୟଅତିଥି ଭାବେ ଯୋଗଦେଇ କର୍ମଶାଳାକୁ ଉଦ୍‌ଘାଟନ କରିଥିଲେ। ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଓଡ଼ିଶା ପ୍ରାନ୍ତର ଅତିରିକ୍ତ ମହାନିର୍ଦ୍ଦେଶକ ତଥା ଅତିରିକ୍ତ ପ୍ରେସ୍‌ ରେଜିଷ୍ଟ୍ରାର ଶୈଳେଶ କୁମାର ମାଲବ୍ୟଙ୍କ ଅଧ୍ୟକ୍ଷତାରେ ଆୟୋଜିତ କର୍ମଶାଳାରେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଗୋବିନ୍ଦ ଜେ. ଚକ୍ରପାଣି ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ଗ୍ରାମାଞ୍ଚଳରେ କାର୍ଯ୍ୟ କରୁଥିବା ଗଣମାଧ୍ୟମ ପ୍ରତିନିଧିମାନେ ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ସମ୍ପର୍କରେ ସଚେତନତା ସୃଷ୍ଟି କରିବାରେ ଅବଦାନ ରହିଛି। ଲୋକତାନ୍ତ୍ରିକ ବ୍ୟବସ୍ଥାକୁ ଗ୍ରାମୀଣ ସାମ୍ବାଦିକମାନେ ସମୃଦ୍ଧ କରିଥାନ୍ତି ବୋଲି ଅତିରିକ୍ତ ମହାନିର୍ଦ୍ଦେଶକ ମାଲବ୍ୟ କହିଥିଲେ। ପତ୍ର ସୂଚନା କାର୍ଯ୍ୟାଳୟ ଗଣ ଯୋଗାଯୋଗ ଅଧିକାରୀ ପ୍ରଦୀପ କୁମାର ଚୌଧୁରୀ ଏହାକୁ ପରିଚାଳନା କରିଥିଲେ। ଭାରତ ସରକାରଙ୍କ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା, କିଷାନ ସମ୍ମାନ ନିଧି ଯୋଜନା, ସ୍ବଚ୍ଛ ଭାରତ ଅଭିଯାନ, ଡିଜିଟାଲ ଇଣ୍ଡିଆ, ପ୍ରଧାନମନ୍ତ୍ରୀ କୌଶଲ ବିକାଶ ଯୋଜନା ଓ ଉଜ୍ୱଳା ଯୋଜନା ଆଦି ସମ୍ପର୍କରେ ଚୌଧୁରୀ ଆଲୋଚନା କରିଥିଲେ। ଆଞ୍ଚଳିକ କ୍ଷେତ୍ର ଜନସମ୍ପର୍କ କାର୍ଯ୍ୟାଳୟ ନିର୍ଦ୍ଦେଶକ ଅଖିଳ କୁମାର ମିଶ୍ର ଯୋଗଦେଇ ଆଞ୍ଚଳିକ ଖବରଦାତାଙ୍କୁ ପ୍ରଶିକ୍ଷିତ କରିବା ଏହି କର୍ମଶାଳାର ତଥା ବାର୍ତ୍ତାଳାପ କାର୍ଯ୍ୟକ୍ରମର ଗୁରୁତ୍ୱ ବୋଲି ମତବ୍ୟକ୍ତ କରିଥିଲେ। ଅନ୍ୟତମ ସମ୍ମାନିତ ଅତିଥି ଭାବେ ବ୍ରହ୍ମପୁର ଆକାଶବାଣୀର କାର୍ଯ୍ୟକ୍ରମ ମୁଖ୍ୟ ଡ. ହୃଷୀକେଶ ପାଣିଗ୍ରାହୀ, ଅମ୍ବିକା ଦାଶ, ବ୍ରହ୍ମପୁର କ୍ଷେତ୍ର ପ୍ରଚାର ଅଧିକାରୀ ମନମୋହନ ପାଢୀ, ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ବିରଞ୍ଚି ନାରାୟଣ ପ୍ରଧାନ ପ୍ରମୁଖ ଯୋଗଦେଇଥିଲେ। ଦିନିକିଆ କର୍ମଶାଳାରେ ବ୍ରହ୍ମପୁରର ପାଖାପାଖି ୪୦ ରୁ ଊର୍ଦ୍ଧ୍ୱ ଗଣମାଧ୍ୟମ ପ୍ରତିନିଧି ଯୋଗଦେଇ ବିଭିନ୍ନ ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ଶେଷରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ଜନସାଧାରଣଙ୍କ ମତକୁ ନେଇ ଗଣମାଧ୍ୟମ ପ୍ରତିନିଧିମାନେ ମତବ୍ୟକ୍ତ କରିଥିଲେ। ପିଆଇବି ଉପନିର୍ଦ୍ଦେଶକ ସୀତାନାଥ ମିଶ୍ର ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହାତୀ ଘଉଡ଼ାଇବାକୁ ଯାଇ ଆକ୍ରମଣର ଶିକାର ହେଲେ ବନ କର୍ମଚାରୀ

ଅନୁଗୋଳ,୨୦ା୯: ହାତୀ ଘଉଡ଼ାଇବାକୁ ଯାଇଥିବା ବନ କର୍ମଚାରୀଙ୍କୁ ଆକ୍ରମଣ ହୋଇଛି। ମହୀଧରପୁର ଫାଣ୍ଡି ଫୁଲପଡ଼ା ଗାଁରେ ବନ କର୍ମଚାରୀଙ୍କୁ  ଜଣେ ବ୍ୟକ୍ତି ଆକ୍ରମଣ କରିଛନ୍ତି। ତେବେ...

ଶୌଚ ହେବାକୁ ଯାଇ ଚାଲିଗଲା ବୃଦ୍ଧଙ୍କ ଜୀବନ

ବରୀ,୨୦।୯(ମହେନ୍ଦ୍ର ସ୍ବାଇଁ): ଯାଜପୁର ଜିଲା ବରୀ ରାମଚନ୍ଦ୍ରପୁର ଥାନା ଅଧିନସ୍ଥ ଧାରପୁର ପଂଚାୟତ ନାଥପୁର ଗ୍ରାମର ଅବନୀ ଜେନା (୬୩) ବର୍ଷ ସ୍ଥାନୀୟ ଅମୃତ ସରୋବରକୁ...

ଶିକ୍ଷକ ସଂଘରେ ଫାଟ: ରାଜ୍ୟ କାର୍ଯ୍ୟକାରିଣୀ ବୈଠକକୁ ବିରୋଧ କଲେ ଗୋଟିଏ ଗୋଷ୍ଠୀ

ଭଦ୍ରକ, ୨୦।୯(ସନାତନ ରାଉତ): ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘରେ ଫାଟ। ସଂଘ ପକ୍ଷରୁ ଶୁକ୍ରବାର ନୂତନ ଜାତୀୟ ଶିକ୍ଷାନୀତି ସମ୍ବନ୍ଧରେ ଆଲୋଚନା ଚକ୍ର ଓ...

ଭାଜପା ସରକାର କେବଳ ରଙ୍ଗ ବଦଳାଇବା କାମ କରିଛି: ଦେବାଶିଷ

କଟକ,୨୦ା୯(ଶିଳ୍ପା ପ୍ରିୟଦର୍ଶିନୀ):ଓଡ଼ିଶାରେ ଭାଜପା ସରକାର ଗଠନକୁ ୧୦୦ ଦିନ ପୂରଣ ହୋଇଛି। ଭାଜପା ସରକାରକୁ ଟାର୍ଗେଟ୍‌ କରିଛନ୍ତି ରାଜ୍ୟ ସଭା ସଦସ୍ୟ ତଥା ବିଜେଡି କଟକ...

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଲ୍ୟାଣ୍ଡମାଇନ୍‌ ଖଞ୍ଜିଥିଲେ ମାଓବାଦୀ, କମ୍ବିଂ ବେଳେ…

ମାଲକାନଗିରି,୨୦ା୯(ଦୁର୍ଯ୍ୟୋଧନ ପାତ୍ର): ଭେଜେଙ୍ଗଓ୍ବାଡା ଜଙ୍ଗଲରେ ମାଓବାଦୀମାନେ ଲ୍ୟାଣ୍ଡ୍‌ମାଇନ୍‌ ଖଞ୍ଜି ଏକ ବଡ଼ ଧରଣର କାଣ୍ଡ ଘଟାଇବା ପାଇଁ ଯୋଜନା କରିଥିଲେ। ମାତ୍ର ଏହା ପଣ୍ଡ ହୋଇଯାଇଛି।...

ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବାଲେଶ୍ୱର,୨୦ା୯: ବାଲେଶ୍ବର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଯନ୍ତ୍ରୀ ଏନ୍‌.ଭି ହରିହର ରାଓଙ୍କ ଘରେ...

ମଙ୍କିପକ୍ସ ମୁକାବିଲା ପାଇଁ ସର୍ଭେଲାନ୍ସ ବଢ଼ାଇବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୦ା୯ (ବନ୍ଦନା ସେଠୀ):ଭାରତରେ ଦ୍ୱିତୀୟ ମଙ୍କିପକ୍ସ ରୋଗୀ ଚିହ୍ନଟ ହେବାପରେ ଏହାକୁ ଗୁରୁତ୍ୱର ସହ ନେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ। ସମ୍ଭାବ୍ୟ ମଙ୍କିପକ୍ସ ସଂକ୍ରମଣର ମୁକାବିଲା...

ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି ପାଇଁ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ: ଜାଣନ୍ତୁ କେମିତି କରିବେ ପଞ୍ଜୀକରଣ

ଭୁବନେଶ୍ୱର,୨୦।୯(ଅନିଲ ଦାସ):ଆସନ୍ତା ସେପ୍ଟେମ୍ବର ୨୩ ତାରିଖ ସୋମବାର ମୁଖ୍ୟମନ୍ତ୍ରୀ ବିଭିନ୍ନ ଜନ ଅଭିଯୋଗର ଶୁଣାଣି କରିବେ। ଜନ ଶୁଣାଣି ପାଇଁ ଗୁରୁବାରଠାରୁ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri