Posted inଜାତୀୟ

ସିଏଏ ପ୍ରତ୍ୟାହାର କର:ରାଷ୍ଟ୍ରପତିଙ୍କୁ ଭେଟିଲେ ୧୨ ବିରୋଧୀ ଦଳ ନେତା

ନୂଆଦିଲ୍ଲୀ,୧୮।୧୨(ପି.ଟି.):ସାରା ଦେଶରେ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧୀ ଆନ୍ଦୋଳନ ତେଜିବାରେ ଲାଗିଛି। ଏହାକୁ ନେଇ ଆନ୍ଦୋଳନରତ ଛାତ୍ରୀଛାତ୍ରଙ୍କ ବିରୋଧରେ ପୋଲିସର ଦମନଲୀଳା ନିଆଁରେ ଘିଅ ଢାଳିବା ଭଳି କାର୍ଯ୍ୟ କରୁଛି। ଏଭଳି ସ୍ଥିତିରେ ବିରୋଧୀ ମଙ୍ଗଳବାର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଦ୍ୱାରସ୍ଥ ହୋଇଛନ୍ତି। କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟଗୁଡ଼ିକରେ ସୃଷ୍ଟି ହୋଇଥିବା ହିଂସା ପ୍ରସଙ୍ଗରେ ବିରୋଧୀ ଦଳ ନେତାମାନେ ତାଙ୍କ ହସ୍ତକ୍ଷେପ ଲୋଡ଼ିଛନ୍ତି। ଏହା ସହ ବିବାଦୀୟ ନାଗରିକତ୍ୱ ଆଇନକୁ ପ୍ରତ୍ୟାହାର କରିବା ଲାଗି କେନ୍ଦ୍ରର ମୋଦି ସରକାରଙ୍କୁ ପରାମର୍ଶ ଦେବା ପାଇଁ ସେମାନେ ରାଷ୍ଟ୍ରପତିଙ୍କୁ ଅନୁରୋଧ କରିଛନ୍ତି।
ସିଏଏ ବିରୋଧୀ ଆନ୍ଦୋଳନ ପରିପ୍ରେକ୍ଷୀରେ ଦେଶର ବିଭିନ୍ନ ଭାଗ ଜଳୁଛି। ଏହି ପ୍ରସଙ୍ଗରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ନେତୃତ୍ୱରେ ବିରୋଧୀ ଦଳଗୁଡ଼ିକର ଏକ ପ୍ରତିନିଧି ମଣ୍ଡଳୀ ମଙ୍ଗଳବାର ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଭେଟିଛନ୍ତି। ମୋଦି ସରକାର ଲୋକଙ୍କୁ ଗ୍ରହଣୀୟ ନ ହେବା ଭଳି ଆଇନ ଆଣିବା ପରେ ସେମାନଙ୍କ ସ୍ବରକୁ ଚାପି ଦେଉଛନ୍ତି ବୋଲି ସୋନିଆ ସମାଲୋଚନା କରିଛନ୍ତି। ସୋନିଆ କହିଛନ୍ତି, ଉତ୍ତର-ପୂର୍ବରେ ଆରମ୍ଭ ହୋଇଥିବା ଆନ୍ଦୋଳନ ରାଜଧାନୀ ଦିଲ୍ଲୀ ସମେତ ଦେଶର ବିଭିନ୍ନ ଭାଗକୁ ଯାଇ ଗମ୍ଭୀର ସ୍ଥିତି ସୃଷ୍ଟି ହୋଇଛି। ଆଗକୁ ସ୍ଥିତି ବିଗିଡ଼ିବା ଆଶଙ୍କା ରହିଛି। ଜାମିଆ ମିଲିଆ ଇସ୍‌ଲାମିଆ ଛାତ୍ରଙ୍କ ଉପରେ ପୋଲିସର ବର୍ବର ବ୍ୟବହାର ଦୁର୍ଭାଗ୍ୟଜନକ। ଆମେ ୧୨ଟି ବିରୋଧୀ ଦଳର ପ୍ରତିନିଧି ରାଷ୍ଟ୍ରପତିଙ୍କୁ ଭେଟି ଏଥିରେ ହସ୍ତକ୍ଷେପ ପାଇଁ ଅନୁରୋଧ କରିଛୁ। ସେହିପରି ସିପିଆଇଏମ୍‌ ନେତା ସୀତାରାମ ୟେଚୁରୀ କହିଛନ୍ତି, ରାଷ୍ଟ୍ରପତି ହେଉଛନ୍ତି ସମ୍ବିଧାନର ରକ୍ଷକ। ମୋଦି ସରକାରଙ୍କୁ ଏଭଳି ଢଙ୍ଗରେ ସମ୍ବିଧାନ ଉଲ୍ଲଂଘନ ପାଇଁ ସେ ଅନୁମତି ଦେଇପାରିବେ ନାହିଁ। ସେହିପରି ତୃଣମୂଳ କଂଗ୍ରେସ (ଟିଏମ୍‌ସି) ନେତା ଡେରେକ୍‌ ଓ’ବ୍ରାଏନ୍‌ କହିଛନ୍ତି, ପୈଶାଚିକ ଓ ବିଭାଜନକାରୀ ଆଇନ ସିଏଏକୁ ପ୍ରତ୍ୟାହାର କରିବା ପାଇଁ ମୋଦି ସରକାରଙ୍କୁ ପରାମର୍ଶ ଦେବା ସକାଶେ ରାଷ୍ଟ୍ରପତିଙ୍କୁ ଅନୁରୋଧ କରିଛୁ। ଏହି ପ୍ରତିନିଧି ଦଳରେ ସମାଜବାଦୀ ପାର୍ଟି ନେତା ରାମଗୋପାଳ ଯାଦବ, କଂଗ୍ରେସର ଗୁଲାମନବୀ ଆଜାଦଙ୍କ ସମେତ ସିପିଆଇ, ସିପିଆଇଏମ୍‌, ଡିଏମ୍‌କେ, ଆର୍‌ଜେଡି, ନ୍ୟାଶନାଲ୍‌ କନ୍‌ଫରେନ୍ସ, ଆଇୟୁଏମ୍‌ଏଲ୍‌ ଏବଂ ଏଆଇଡିୟୁଏଫ୍‌ର ବରିଷ୍ଠ ନେତାମାନେ ସାମିଲ ହୋଇ ରାଷ୍ଟ୍ରପତିଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରିଥିଲେ। ବହୁଜନ ସମାଜ ପାର୍ଟି (ବିଏସ୍‌ପି) ନେତାମାନେ ବୁଧବାର ସ୍ବତନ୍ତ୍ର ଭାବେ ରାଷ୍ଟ୍ରପତିଙ୍କୁ ଭେଟି ସିଏଏ ପ୍ରତ୍ୟାହାର ଦାବି କରିବେ ବୋଲି ଦଳର ନେତା ଡାନିସ୍‌ ଅଲି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶନିବାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଆତିଶୀ

ନୂଆଦିଲ୍ଲୀ,୨୦ା୯ : ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ନେତ୍ରୀ ଆତିଶୀ ଶନିବାର ଅପରାହ୍ନ ୪ଟା ୩୦ ମିନିଟ୍‌ରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ତାଙ୍କ...

ତିରୁପତି ଲଡ଼ୁ ବିବାଦ: ସୁପ୍ରିମକୋର୍ଟରେ ମାମଲା

ନୂଆଦିଲ୍ଲୀ,୨୦ା୯: ତିରୁପତି ଲଡ଼ୁ ବିବାଦ ଶୁକ୍ରବାର ସୁପ୍ରିମକୋର୍ଟରେ ପହଞ୍ଚତ୍ଛି। ଅଭିଯୋଗର ପୁଙ୍ଖାନୁପୁଙ୍ଖ ତଦନ୍ତ କରାଯିବା ପାଇଁ ଜଣେ ଆଇନଜୀବୀ ସର୍ବୋଚ୍ଚ ଅଦାଲତରେ ପିଟିଶନ ଦାଏର କରିଛନ୍ତି।...

ମାଓବାଦୀଙ୍କୁ ଅସ୍ତ୍ରତ୍ୟାଗ ପାଇଁ ଶାହାଙ୍କ ଆହ୍ବାନ

ନୂଆଦିଲ୍ଲୀ,୨୦ା୯: ମାଓବାଦୀମାନେ ସେମାନଙ୍କ ଅସ୍ତ୍ରଶସ୍ତ୍ର ତ୍ୟାଗକରି ଆତ୍ମସମର୍ପଣ କରିବା ନିମନ୍ତେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଶୁକ୍ରବାର ଅପିଲ୍‌ କରିଛନ୍ତି। ସେମାନେ ଯଦି ହିଂସାତ୍ମକ ପନ୍ଥା...

ଘାଟିରେ ଖସିପଡ଼ିଲା ବସ୍‌: ୪ ଯବାନ ମୃତ, ୨୮ଗୁରୁତର

କଶ୍ମୀର,୨୦।୯: କଶ୍ମୀର ବୁଦ୍ଧଗାମ ଜିଲାରେ ଶୁକ୍ରବାର ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ବିଏସ୍‌ଏଫ୍‌ ଯବାନଙ୍କୁ ଧରି ଯାଉଥିବା ଏକ ବସ୍‌ ଦୁର୍ଘଟଣା ହୋଇ ଘାଟି...

ଭରତପୁର ଥାନା ଘଟଣା: ଉଦ୍‌ବେଗ ପ୍ରକାଶ କଲେ ରାହୁଲ ଗାନ୍ଧି

ଭୁବନେଶ୍ୱର,୨୦ା୯: ଭରତପୁର ଥାନାରେ ମେଜର ଏବଂ ତାଙ୍କ ବାନ୍ଧବୀଙ୍କ ପୋଲିସର ଅତ୍ୟାଚାର ଏବଂ ଯୌନ ନିର୍ଯାତନା ଅଭିଯୋଗ ମାମଲା ଓଡ଼ିଶାକୁ ସାରା ଦେଶରେ ଲଜ୍ଜିତ କରିଛି।...

ଦିବ୍ରୁଗଡ଼ ଚେକ୍‌ପୋଷ୍ଟ ସିଲ୍‌ କଲେ ପଶ୍ଚିମବଙ୍ଗ ସରକାର: ରାସ୍ତାରେ ଅଟକିଛି ହଜାର ହଜାର ଟ୍ରକ୍‌

ରାଞ୍ଚି,୨୦ା୯: ପଶ୍ଚିମବଙ୍ଗ ସରକାର ଦିବ୍ରୁଗଡ଼ ଚେକ୍‌ପୋଷ୍ଟ ସିଲ୍‌ କରିଦେଇଥିବାରୁ ଝାଡ଼ଖଣ୍ଡରୁ ଯାଉଥିବା ହଜାର ହଜାର ଭାରୀଯାନ ୧୯ ନମ୍ବର ଜାତୀୟ ରାଜପଥରେ ଅଟକି ରହିଛି। ଆନ୍ତଃରାଜ୍ୟ...

ସୁପ୍ରିମକୋର୍ଟଙ୍କ ୟୁଟ୍ୟୁବ୍‌ ଚ୍ୟାନେଲ୍‌ ହ୍ୟାକ୍‌

ନୂଆଦିଲ୍ଲୀ,୨୦ା୯: ସୁପ୍ରିମକୋର୍ଟଙ୍କ ୟୁଟ୍ୟୁବ୍‌ ଚ୍ୟାନେଲ୍‌ ଶୁକ୍ରବାର ହ୍ୟାକ୍‌ ହୋଇଛି। ଆମେରିକୀୟ କମ୍ପାନୀ ରିପଲ୍‌ ଲାବ୍‌ସ ଦ୍ୱାରା ବିକଶିତ କ୍ରିପ୍ଟୋକରେନ୍ସିର ପ୍ରଚାର ପ୍ରସାର କରାଉଥିବା ଭିଡିଓ ଏଥିରେ...

ଭରତପୁର ଥାନା ଘଟଣା: ଓଡ଼ିଶା ସରକାରଙ୍କୁ କଡ଼ା ସମାଲୋଚନା କଲେ ପ୍ରିୟଙ୍କା ଗାନ୍ଧି

ଭୁବନେଶ୍ୱର,୧୯।୯: ଭରତପୁର ଥାନା ଘଟଣାକୁ ନେଇ ଓଡ଼ିଶା ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ। ଏକ୍ସରେ ଏକ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri