ସୁସଜ୍ଜିତ ପୂଜା ମଣ୍ଡପରେ ତୋରଣ ଶୋଭା: ୧୭୮ ମଣ୍ଡପରେ ବିଜେ ମା’ ଜଗଜ୍ଜନନୀ

ବାରିପଦା ଅଫିସ,୬।୧୦- ମୟୂରଭଞ୍ଜ ଜିଲାରେ ଏଥର ୧୭୮ ମଣ୍ଡପରେ ଜଗଜ୍ଜନନୀ ମା’ ଦୁର୍ଗାଙ୍କ ଶାରଦୀୟ ପୂଜା ଅନୁଷ୍ଠିତ ହେଉଛି। କେବଳ ବାରିପଦା ସହରରେ ୨୬ ଟି ସ୍ଥାନରେ ସୁସଜ୍ଜିତ ପୂଜାମଣ୍ଡପରେ ଶନିବାର ମହାସପ୍ତମୀ ପୂଜାରେ ଶ୍ରଦ୍ଧାଳୁଙ୍କ ବେଶ୍‌ ଗହଳ ଚହଳ ଦେଖିବାକୁ ମିଳିଛି। ସୁସଜ୍ଜିତ ତୋରଣ, ରଙ୍ଗିନ ଆଲୋକମାଳା ଓ ମିନା ବଜାର ପରିବେଶକୁ ଉତ୍ସବମୁଖର କରିଛି। ବାରିପଦା ସହରର ପଲବଣି ଗୋଳେଇ, ତୁଳସୀଚୌରା, ମୁର୍ଗବାଡି ଗୋଳେଇ ସମେତ ବିଭିନ୍ନ ପୂଜା ମଣ୍ଡପରେ ଏଥର ସ୍ବତନ୍ତ୍ର ତଥା ଆକର୍ଷଣୀୟ ତୋରଣମାନ ନିର୍ମାଣ କରାଯାଇଛି। ଶଙ୍ଖ, ଘଣ୍ଟ ଓ ମନ୍ତ୍ର ଧ୍ୱନିରେ ପ୍ରକମ୍ପିତ ହେଉଛି ପୂଜା ମଣ୍ଡପ ପରିବେଶ । ଏଥିସହ ଜିଲାର ବିଭିନ୍ନ ଶକ୍ତିପୀଠରେ ଶନିବାର ମହାଷ୍ଟମୀ ପୂଜା ସମ୍ପନ୍ନ ହୋଇଛି। ଖିଚିଂର ମା’ କିଚକେଶ୍ୱରୀ, ବାଙ୍ଗରିପୋଷିର ମା’ ଦ୍ୱାରଶୁଣି , ବାରିପଦାର ମା’ ଅମ୍ବିକା ଙ୍କ ମନ୍ଦିରରେ ଭକ୍ତଙ୍କ ଭିଡ ପରିଲକ୍ଷିତ ହୋଇଛି। ଏସବୁ ପୀଠରେ ମା’ ବିଭିନ୍ନ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ଅସ୍ଥାୟୀ ପୂଜାମଣ୍ଡପରେ ମହାଷ୍ଟମୀଠାରୁ ମହାଦଶମୀ ଯାଏ ପ୍ରବଳ ଭିଡ ହେବାର ସମ୍ଭାବନା ଥିବାରୁ ଜିଲା ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡାକଡ଼ି କରାଯାଇଛି । ଆଇନ ଏଥିପାଇଁ ସ୍ବତନ୍ତ୍ର ସ୍କ୍ବାର୍ଡ ଗଠନ କରାଯାଇଛି । ବାରିପଦା ସହରରେ ୧୦ ପ୍ଲାଟୁନ ଫୋର୍ସ ମୂତୟନ ରହିଛନ୍ତି। ସେହିପରି କରଞ୍ଜିଆ, ରାଇରଙ୍ଗପୁର, ଉଦଳା ଓ ବେତନଟୀ ପୋଲିସ ଉପଖଣ୍ଡରେ ୧୦ ପ୍ଲାଟୁନ ଫୋର୍ସ ମୂତୟନ ଥିବା ଜଣାପଡିଛି। ବାରିପଦା ସହରରେ ବିଭିନ୍ନ ସ୍ଥାନରେ ଯାନବାହନ ଚଳାଚଳ ଉପରେ କଟକଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାର୍‌ହା ଶିକାରକଲା ‘ଯମୁନା’

ବାରିପଦା,୨ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ଏନ୍‌କ୍ଲୋଜରରେ ବୁଲୁଥିବା ମହାବଳ ବାଘୁଣୀ ‘ଯମୁନା’ ଶିକାର କରିବା ଆରମ୍ଭ କରିଛି ା ଏକ ବାର୍‌ହାକୁ...

୮୪୩ ଜିଓ ଟ୍ୟାଗ୍‌ଡ ଅଧିକାରୀଙ୍କ ଦରମା ବନ୍ଦ

ବାରିପଦା,୩୦ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲାରେ ଗ୍ରାମୀଣ ଗୃହ ନିର୍ମାଣ କାର୍ଯ୍ୟରେ ଅବହେଳା ପ୍ରଦର୍ଶନ କରିଥିବା ୮୪୩ ଜିଓ ଟ୍ୟାଗ୍‌ଡ ଅଫିସରଙ୍କ ଦରମା ବନ୍ଦ କରାଯାଇଛି ା...

ଶିମିଳିପାଳକୁ ଆସିଲା ମହାରାଷ୍ଟ୍ର ମହାବଳ

ଭୁବନେଶ୍ୱର,୨୭ା୧୦: ରାଜ୍ୟରେ ବାଘର ବଂଶ ବିସ୍ତାର ପାଇଁ ବଡ଼ ପଦକ୍ଷେପ ନେଇଛନ୍ତି ସରକାର। ଏଥିପାଇଁ ମହାରାଷ୍ଟ୍ରରୁ ଏକ ମହାବଳ ବାଘ ଆଣି ମୟୁରଭଞ୍ଜର ଶିମିଳିପାଳରେ ଛଡ଼ାଯାଇଛି।...

ଆଉ ୩ ଦିନ ବନ୍ଦ ରହିବ ଶିମିଳିପାଳ

ବାରିପଦା,୨୬ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ):ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ‘ଦାନା’ ପ୍ରଭାବରେ ପ୍ରବଳ ବର୍ଷା ଯୋଗୁ ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ଶିମିଳିପାଳ ଅଭୟାରଣ୍ୟ ପର୍ଯ୍ୟଟକଙ୍କ ନିମନ୍ତେ ବନ୍ଦ...

କେନାଲରେ ବୁଡ଼ି ଗଲେ ୩ ନାବାଳକ

ବାରିପଦା,୧୯।୧୦: ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ନୂଆଗାଁରେ ଶନିବାର ଏକ ଅଘଟଣ ଘଟିଛି। ସୁବର୍ଣ୍ଣରେଖା କେନାଲରେ ବୁଡ଼ି ୩ ନାବାଳକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ବୟସ...

ମଞ୍ଚରେ ଥିଲେ ମୁଖ୍ୟମନ୍ତ୍ରୀ, ଟର୍ଚ୍ଚ ମାରିଲେ ମାଉସୀ, ବାରିପଦା ସଭାରେ ରୋଚକ ଦୃଶ୍ୟ

ଭୁବନେଶ୍ୱର,୯।୧୦: ଖାତାକୁ ଆସିଛି ସୁଭଦ୍ରା ଟଙ୍କା। ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଆସିଛି ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ’ସୁଭଦ୍ରା’ ଟଙ୍କା। ବାରିପଦା ଛଉ ପଡ଼ିଆ...

ପୋଖରୀରୁ କୁନି ହାତୀ ଛୁଆର ମୃତଦେହ ଉଦ୍ଧାର କଲା ବନବିଭାଗ

ବାରିପଦା,୮।୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗରିପୋଷି ରେଂଜ ଅଞ୍ଚଳର ଏକ ପୋଖରୀ ଭିତରୁ ହାତୀ ଛୁଆର ମୃତଦେହକୁ ବନବିଭାଗ ଉଦ୍ଧାର କରିଛି। ତିନି-ଚାରି ଦିନ...

୧୦ ତାରିଖରୁ ପର୍ଯ୍ୟଟକଙ୍କ ଲାଗି ଖୋଲିବ ଶିମିଳିପାଳ ଜାତୀୟ ଉଦ୍ୟାନ

ମୟୁରଭଞ୍ଜ,୭।୧୦: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାବର୍ତନ କରିବାକୁ ପ୍ରସ୍ତୁତ ହେଉଥିଲା ବେଳେ ଆସନ୍ତା ପର୍ଯ୍ୟଟନ ଋତୁ ୨୦୨୪-୨୫ ପାଇଁ ଅକ୍ଟୋବର ୧୦ ତାରିଖରୁ ପର୍ଯ୍ୟଟକଙ୍କ ଲାଗି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri