Posted inଫୁରସତ

ହନିମୁନ୍‌ କରିବାକୁ ଯାଇ ୫୦ ଫୁଟ ତଳକୁ ଖସିପଡ଼ିଲେ ସ୍ବାମୀ, ଉଦ୍ଧାର କଲେ ସ୍ତ୍ରୀ

ହନିମୁନ୍‌ କରିବାକୁ ଯାଇ ଆମେରିକାର ନବବିବାହିତ ଦମ୍ପତି ଏକ ବଡ଼ଧରଣର ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଫ୍ଲୋରିଡ଼ାର କ୍ଲେ ଚେଷ୍ଟନ୍‌ ଏବଂ ତାଙ୍କ ସ୍ତ୍ରୀ ଏକ୍‌ମୀ ହନିମୁନ୍‌ ପାଇଁ କ୍ୟାରିବିୟାଇ ସାଗରସ୍ଥିତ ମାଉଣ୍ଟ ଲିୟମାଇଗା ପର୍ବତର ସେଣ୍ଟ କିଟ୍‌ସର ଏକ ଛୋଟ ସ୍ଥାନକୁ ବାଛିଥିଲେ। ଦୁଇଜଣ ଯାକ ୩୭୦୦ ମିଟର ପର୍ବତ ଉପରକୁ ଚଢ଼ିଥିଲେ। ଜ୍ୱାଳାମୁଖୀ ନିକଟରେ ପହଞ୍ଚିବା ପରେ କ୍ଲେ ତଳକୁ ଖସିପଡ଼ିଥିଲେ। ଏହି ସମୟରେ ଦୁହିଁଙ୍କ ପାଖରେ କେହି ନ ଥିଲେ। ଏକ୍‌ମୀ ଧୈର୍ଯ୍ୟର ସହ ସାହସ ଜୁଟାଇ ସ୍ବାମୀଙ୍କୁ ଏଥିରୁ ଉଦ୍ଧାର କରି ଫ୍ଲୋରିଡାର ମେଡିକାଲରେ ଭର୍ତ୍ତି କରାଇଥିଲେ।

ଡାକ୍ତରଙ୍କ ମତରେ ଚେଷ୍ଟନଙ୍କ ମୁଣ୍ଡ, ନାକ ଏବଂ ବେକରେ ଆଘାତ ଲାଗିଛି। କିନ୍ତୁ ତାଙ୍କର କୌଣସି ହାଡ଼ ଭାଙ୍ଗି ନାହିଁ। ସେ ତୁରନ୍ତ ଭଲ ହୋଇଯିବେ। ଚେଷ୍ଟନ ବିପଦମୁକ୍ତ ବୋଲି ଡାକ୍ତର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆକାଶରେ ରହସ୍ୟମୟ ଆଲୋକ ସ୍ତମ୍ଭ: କିପରି ହୁଏ ସୃଷ୍ଟି…

ଓଟ୍ଟାଓ୍ବା,୨୮ା୧୧: କାନାଡାର କେନ୍ଦ୍ରୀୟ ଆଲବର୍ଟା ଜନସାଧାରଣ ନିକଟରେ ରାତି ଆକାଶରେ ଶହ ଶହ ଆଲୋକ ସ୍ତମ୍ଭ ଦେଖି ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ଏହି ରହସ୍ୟମୟ ଉଜ୍ଜ୍ୱଳ ଆଲୋକ...

କପେ ଚା’କୁ ଲକ୍ଷେ ଟଙ୍କା

ଦୁବାଇ:ସାଉଦି ଆରବର ଦୁବାଇସ୍ଥିତ ଏକ କାଫେରେ ଏପରି ଏକ ଚା’ପରଷା ଯାଉଛି, ଯାହାର ଦାମ ୧ ଲକ୍ଷ ଟଙ୍କା ରହିଛି। ଡିଆଇଏଫ୍‌ସି ଏମିରେଟ୍ସ ପାଇନାନ୍ସିଆଲ ଟାଓ୍ବାର...

ଜାଣନ୍ତି କି କାହିଁକି ହିନ୍ଦୀ ବାମରୁ ଡାହାଣକୁ, ଊର୍ଦ୍ଦୁ ଡାହାଣରୁ ବାମକୁ ଲେଖାଯାଏ, ଏହା ପଛର କାରଣ ଜାଣିଲେ…

ଉଭୟ ହିନ୍ଦୀ ଏବଂ ଉର୍ଦ୍ଦୁ ଭାରତରେ କଥିତ। ଏହି ଦୁଇଟି ଭାଷା ମଧ୍ୟରେ ଅନେକ ସମାନତା ଅଛି, ତଥାପି ସେଗୁଡ଼ିକ ଲେଖିବାରେ ଏକ ବଡ଼ ପାର୍ଥକ୍ୟ...

ବିଶ୍ୱର ସବୁଠୁ ବୟସ୍କ ବ୍ୟକ୍ତିଙ୍କ ପରଲୋକ: ଏତିକି ବର୍ଷ ବୟସରେ ନେଲେ ଶେଷ ବିଦାୟ

ଲଣ୍ଡନ,୨୭ା୧୧: ବିଶ୍ୱର ସବୁଠୁ ବୟସ୍କ ବ୍ୟକ୍ତି ଜନ୍‌ ଆଲ୍‌ଫ୍ରେଡ୍‌ ଟିନିସ୍‌ଉଡ୍‌ଙ୍କର ୧୧୨ ବର୍ଷରେ ପରଲୋକ ହୋଇଯାଇଛି। ଇଂଲଣ୍ଡର ସାଉଥପୋର୍ଟ କେୟାର ହୋମ୍‌ରେ ସୋମବାର ତାଙ୍କର ଦେହାନ୍ତ...

ବିପଦରେ ସାଇଗା ପ୍ରଜାତିର ହରିଣଙ୍କ ଅସ୍ତିତ୍ୱ

ମସ୍କୋ: ବିଶ୍ୱରେ ଅନେକ ପ୍ରକାରର ହରିଣ ପ୍ରଜାତି ଦେଖିବାକୁ ମିଳିଥାଏ। ସାଧାରଣତଃ ହରିଣଗୁଡ଼ିକୁ ସେମାନଙ୍କର ଶିଙ୍ଗ ଏବଂ ସୌନ୍ଦର୍ଯ୍ୟତା ପାଇଁ ବେଶ୍‌ ପ୍ରଶଂସା କରାଯାଇଥାଏ। କିନ୍ତୁ...

ପ୍ରେମିକାଙ୍କ ପାଇଁ ସପ୍ତାହକୁ ୧୮ ହଜାର କି.ମି. ଯାତ୍ରା

ବେଜିଂ: ନିକଟରେ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏକ ଖବର ସମସ୍ତଙ୍କ ହୃଦୟ ଜିତିପାରିଛି। ଅଷ୍ଟ୍ରେଲିଆରେ ପଢ଼ୁଥିବା ଚାଇନାର ଜଣେ ଛାତ୍ର ନିଜ ଅଧ୍ୟୟନ ଓ ପ୍ରେମିକାଙ୍କ...

ଷ୍ଟିଲ୍‌ ପରି କାନ

ମହିଳାମାନେ କାନ ଫୋଡାନ୍ତି କାନରେ ଝୁମୁକା ଲଗାଇବା ପାଇଁ। କେହି କେହି ପୁରୁଷ ବି କାନ ଫୋଡ଼ାଇଥାନ୍ତି। ତେବେ ଯଦି ଝୁମୁକା ଓଜନିଆ ହୋଇଯାଏ କାନରେ...

ଗଛ ବୟଫ୍ରେଣ୍ଡ

କୁହାଯାଏ ପ୍ରେମ ଅନ୍ଧ। କାହିଁକି ନା ପ୍ରେମ ଦେଖେନା ଜାତି, ଧର୍ମ କି ଧନୀ ଗରିବର ଭେଦଭାବ। ତେବେ ଆଜିକାଲି ବୋଧହୁଏ ପ୍ରେମ ଅଧିକ ଅନ୍ଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri