ହାଇକୋର୍ଟରେ ବାରବାଟୀ-କଟକ ବିଧାନସଭା ନିର୍ବାଚନ ମାମଲା: ବିଧାୟକ ମୋକିମ୍‌ଙ୍କୁ ଜବାବ ଦାଖଲ ନିର୍ଦ୍ଦେଶ

କଟକ ଅଫିସ,୨୭।୮: ବାରବାଟୀ-କଟକ ନିର୍ବାଚନକୁ ନେଇ ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସୋମବାର ହାଇକୋର୍ଟ ବିଚାରପତି ଜଷ୍ଟିସ ସଙ୍ଗମ କୁମାର ସାହୁ ଏହି ମାମଲାର ଶୁଣାଣି କରିଥିଲେ। ଆସନ୍ତା ସେପ୍ଟେମ୍ବର ୧୩ରେ ଏହାର ପରବର୍ତ୍ତୀ ଶୁଣାଣି ହେବାକୁ ଥିବାବେଳେ ଉକ୍ତ ଦିନ ବର୍ତ୍ତମାନର ବିଧାୟକ ଇଂ. ମହମ୍ମଦ ମୋକିମ୍‌ଙ୍କୁ ଜବାବ ଦାଖଲ କରିବାକୁ ବିଚାରପତି ନିର୍ଦ୍ଦେଶ ଦେଇଛନ୍ତି।
ମାମଲାର ବିବରଣୀରୁ ପ୍ରକାଶ, ଗତ ବିଧାନସଭା ନିର୍ବାଚନରେ ବାରବାଟୀ-କଟକ ଆସନରୁ କଂଗ୍ରେସ ପ୍ରାର୍ଥୀ ମହମ୍ମଦ ମୋକିମ୍‌ ବିଜୟୀ ହୋଇଥିଲେ। ତେବେ ନାମାଙ୍କନପତ୍ର ଦାଖଲ ସମୟରେ ମୋକିମ ନିର୍ବାଚନ ଅଧିକାରୀଙ୍କ ନିକଟରେ ଦାଖଲ କରିଥିବା ସତ୍ୟପାଠ ଏବଂ ନାମାଙ୍କନପତ୍ରରେ ଅନେକ ତଥ୍ୟ ଲୁଚାଇଥିବା ନେଇ ପୂର୍ବତନ ବିଧାୟକ ସାମନ୍ତରାୟ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ମୋକିମ ସତ୍ୟପାଠରେ ତାଙ୍କ ବିରୋଧରେ ଥିବା ଆପରାଧିକ ମାମଲା ଏବଂ ସମ୍ପତ୍ତି ସମ୍ପର୍କରେ ଅନେକ ତଥ୍ୟ ଲୁଚାଇଥିବା ସାମନ୍ତରାୟ ଅଭିଯୋଗପତ୍ରରେ ଦର୍ଶାଇଛନ୍ତି। ଏ ନେଇ ହାଇକୋର୍ଟରେ ନିର୍ବାଚନ ସଂକ୍ରାନ୍ତୀୟ ମାମଲା (ନଂ. ୬/୨୦୧୯) ରୁଜୁ ହୋଇଛି। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ମିଲନ କାନୁନ୍‌ଗୋ ଏବଂ ଗୋପାଳ ଅଗ୍ରୱାଲ ମାମଲା ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯାଜପୁର ଦେଖିବ ଉପନିର୍ବାଚନ? ଗଣେଶ୍ୱର ବେହେରାଙ୍କ ବୟାନ ପରେ ବଢିଲା ଚର୍ଚ୍ଚା

ଭୁବନେଶ୍ୱର,୩।୧୦: ବିଜେଡିର ବଡ଼ ନେତା ତଥା ଯାଜପୁରର ପୂର୍ବତନ ବିଧାୟକ ବବି ଦାସଙ୍କ ପୁଣିଥରେ ନିର୍ବାଚନ ଲଢିବା ବୟାନକୁ ନେଇ ରାଜନୀତି ଜୋର ଧରିଛି। ନିକଟରେ...

ଆସିଲା ବାଘ ଗଣନାର ପ୍ରଥମ ରିପୋର୍ଟ: ଓଡ଼ିଶାରେ ଅଛନ୍ତି ୬୯୬ କଲରାପତରିଆ

ଭୁବନେଶ୍ୱର,୩ା୧୦(ବନ୍ଦନା ସେଠୀ): ରାଜ୍ୟର ପ୍ରଥମ କଲରାପତରିଆ ବାଘ ଗଣନା ରିପୋର୍ଟ ଗୁରୁବାର ପ୍ରକାଶ ପାଇଛି। ଓଡ଼ିଶାରେ ୬୯୬ କଲରାପତରିଆ ବାଘ ଥିବା ରିପୋର୍ଟରୁ ଜଣାପଡ଼ିଛି। ଏନ୍‌ଟିସିଏ...

ଏମିତି କେବେ କହି ନ ଥିଲେ ମୁନା ଖାନ୍‌, ବିଜେଡି ଆଗକୁ…

ଭୁବନେଶ୍ୱର,୩।୧୦: ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ବିଜେଡିକୁ ଟାର୍ଗେଟ କରିଥିଲେ। ଯାହାକୁ ଆଜି କାୁଣ୍ଟ କରିଛନ୍ତି ବିଜେଡି ବିଧାୟକ ବଦ୍ରି ପାତ୍ର ଓ ରାଜ୍ୟ...

ଭାଜପା ବିଧାୟକଙ୍କ ବଡ଼ ବୟାନ, କହିଲେ ବିଜେଡିକୁ ଆଉ…

ଭୁବନେଶ୍ୱର,୩ା୧୦: ବିଜେଡିକୁ ନେଇ ଭାଜପା ବିଧାୟକ ସନାତନ ବିଜୁଳ ଏକ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ବିଜେଡି ଶେଷ ହେବାକୁ ଯାଉଛି, ଆଉ ବିକଳ୍ପ...

ରାଷ୍ଟ୍ରଦୂତଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା, ଓଡ଼ିଶାରେ ପୁଞ୍ଜି ବିନିଯୋଗ ନେଇ…

ନୂଆଦିଲ୍ଲୀ,୩ା୧୦: ଉତ୍କର୍ଷ ଓ କନ୍‌କ୍ଲେଭ ପାଇଁ ଦିଲ୍ଲୀ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ୩୪ଟି ଦେଶର ରାଷ୍ଟ୍ରଦୂତଙ୍କ ସହ ଆଲୋଚନା କରିଛନ୍ତି। ରାଷ୍ଟ୍ରଦୂତଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଓ୍ବାନ୍‌...

ମନମୋହନଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ ବଦ୍ରି ପାତ୍ର, କହିଲେ…

ଭୁବନେଶ୍ୱର,୩ା୧୦: ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ବିଜେଡିକୁ ବୁଧବାର ଟାର୍ଗେଟ୍‌ କରିଥିବାବେଳେ ବଦ୍ରି ଆଜି ତାଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ବଦ୍ରି କହିଛନ୍ତି, ଯଦି...

ବବିଙ୍କ ବଡ଼ ନିଷ୍ପତ୍ତି, ରାଜନୀତିରେ ହଲଚଲ…

ଭୁବନେଶ୍ୱର,୩।୧୦: ମୁଁ ପୁଣି ନିର୍ବାଚନ ଲଢିବାକୁ ପ୍ରସ୍ତୁତ। ଏପରି କହି ଯାଜପୁର ରାଜନୀତିକୁ ସରଗରମ କରିଛନ୍ତି ବିଜେଡିର ବଡ଼ ନେତା ତଥା ଯାଜପୁରର ପୂର୍ବତନ ବିଧାୟକ...

ଶୈଳପୁତ୍ରୀ ବେଶରେ ମା’ ସମଲେଶ୍ବରୀ: ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼

ବରଗଡ଼,୩।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ମନ୍ଦିରରେ ଶାରଦୀୟ ନବରାତ୍ର ପୂଜା ଚାଲିଛି। ଏହି କ୍ରମରେ ଗୁରୁବାର ମା’ ସମଲେଶ୍ବରୀ ଶୈଳପୁତ୍ରୀ ବେଶରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri