Posted inଖେଳ

ହାମିଲଟନ ଜିତିଲେ ସ୍ପାନିଶ ଗ୍ରାଁ ପ୍ରି

ମଣ୍ଟମେଲ (ସ୍ପେନ୍‌), ୧୩ା୫ (ଏଏଫ୍‌ପି)-ମର୍ସିଡିଜର ଲୁଇସ୍‌ ହାମିଲଟନ ସ୍ପାନିଶ ଫର୍ମୁଲା ଓ୍ବାନ୍‌ ଗ୍ରାଁ ପ୍ରି ଜିତିଛନ୍ତି। ରବିବାର ଅନୁଷ୍ଠିତ ଏହି ରେସ୍‌ରେ ତାଙ୍କ ମର୍ସିଡିଜ ଟିମ୍‌ମେଟ୍‌ ଭାଲଟୋରି ବୋଟାସ ଦ୍ୱିତୀୟ ହୋଇଛନ୍ତି। ଫଳରେ ଚଳିତ ସିଜନରେ ମର୍ସିଡିଜ ଟିମ୍‌ କ୍ରମାଗତ ଭାବେ ପ୍ରଥମ ଓ ଦ୍ୱିତୀୟ ସ୍ଥାନ ଅଧିକାର କରିବାରେ ସମର୍ଥ ହୋଇଛି। ଫେରାରି ଟିମ୍‌ର କୌଶଳ ସତ୍ତ୍ୱେ ରେଡ୍‌ ବୁଲ୍‌ର ମାକ୍ସ ଭର୍ଷ୍ଟାପେନ୍‌ ତୃତୀୟ ହୋଇଥିଲେ। ଫେରାରିର ସେବାଷ୍ଟିଆନ ଭେଟେଲ ଏବଂ ଚାଲର୍‌ସ ଲେକ୍‌ରେକ୍‌ଙ୍କୁ ଯଥାକ୍ରମେ ୪ର୍ଥ ଓ ୫ମସ୍ଥାନରେ ସନ୍ତୁଷ୍ଟ ହେବାକୁ ପଡ଼ିଥିଲା। ଟପ୍‌ ୧୦ରେ ଯଥାକ୍ରମେ ସ୍ଥାନ ପାଇଥିବା ଅନ୍ୟମାନେ ହେଲେ ପିଏରେ ଗାସ୍‌ଲି (ରେଡ୍‌ ବୁଲ୍‌), କେଭିନ ମାଗ୍ନସେନ (ହାସ୍‌), କାର୍ଲୋସ ସେଞ୍ଜ ଜୁନିୟର (ମ୍ୟାକଲରେନ), ଡାନିଲ କ୍ୟାତ୍‌(ଟୋରୋ ରୋସୋ) ଏବଂ ରୋମେନ ଗ୍ରୋସ୍‌ଜେଁ (ହାସ୍‌)। କ୍ରମାଗତ ୫ଟି ରେସ୍‌ରେ ପ୍ରଥମ ଓ ଦ୍ୱିତୀୟ ହୋଇଥିବା ମର୍ସିଡିଜର ଦୁଇ ଡ୍ରାଇଭରଙ୍କ ମଧ୍ୟରୁ ହାମିଲଟନ ୩ନୋଟି ବିଜୟ ଲାଭ କରିଛନ୍ତି। ସ୍ପେନରେ ଟାଇଟଲ ହାସଲ ଦ୍ୱାରା ହାମିଲଟନ ଡ୍ରାଇଭର୍ସ ଷ୍ଟାଣ୍ଡିଂରେ ବୋଟାସଙ୍କଠାରୁ ୭ ପଏଣ୍ଟ ଆଗରେ ପ୍ରଥମ ସ୍ଥାନରେ ଅଛନ୍ତି। ଉଭୟଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭର୍ଷ୍ଟାପେନ ୪୬ ପଏଣ୍ଟ ପଛରେ ରହିଛନ୍ତି। ଭେଟେଲ ଭର୍ଷ୍ଟାପେନଙ୍କଠାରୁ ୨ ପଏଣ୍ଟ ପଛରେ ଚତୁର୍ଥ ସ୍ଥାନରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ନିଆରା ଅନ୍ଦାଜରେ ମୁଖ୍ୟମନ୍ତ୍ରୀ: କ୍ରୀଡାବିତଙ୍କୁ କଲେ ଉତ୍ସାହିତ

କେନ୍ଦୁଝର ,୨୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା କରଞ୍ଜିଆପଡା ଖେଳପଡିଆରେ ଆୟୋଜିତ ୧୮ ତମ ନକ ଆଉଟ୍ ଫୁଟବଲ ପ୍ରତିଯୋଗିତାରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଆଇପିଏଲ୍‌ ପୂର୍ବରୁ ବିକ୍ରମ ରାଠୋର ରାଜସ୍ଥାନର ବ୍ୟାଟିଂ କୋଚ୍‌ ନିଯୁକ୍ତ: ଜାଣନ୍ତୁ ବିକ୍ରମ କିଏ…

ଜୟପୁର,୨୦ା୯: ରାଜସ୍ଥାନ ରୟାଲ୍ସ ଶୁକ୍ରବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ପୂର୍ବରୁ ପୂର୍ବତନ ଭାରତୀୟ ଓପନର ବିକ୍ରମ ରାଠୋରଙ୍କୁ ଦଳର ବ୍ୟାଟିଂ କୋଚ୍‌ ଭାବେ ନିଯୁକ୍ତି...

ଭାରତର ସମ୍ମାନ ରଖିଲେ ଅଶ୍ୱିନ

ଚେନ୍ନାଇ,୨୦।୯: ଚେନ୍ନାଇରେ ଅନୁଷ୍ଠିତ ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତର ସମ୍ମାନ ରକ୍ଷା କରିଛନ୍ତି ରବିଚନ୍ଦ୍ରନ ଅଶ୍ୱିନ। ଭାରତ ୧୪୪ ରନ୍‌ରେ ୬ ଉଇକେଟ ହରାଇ...

୨୦ ବର୍ଷ କ୍ରିକେଟ୍‌ରୁ ବାସନ୍ଦ ହେଲେ ଏହି ଖେଳାଳି

ମେଲବୋର୍ନ, ୨୦ା୯: ଶ୍ରୀଲଙ୍କାର ପୂର୍ବତନ ଟେଷ୍ଟ କ୍ରିକେଟର ଦୁଲୀପ ସମରବୀରା ଅଷ୍ଟ୍ରେଲିଆରେ କୋଚିଂ ଦେବାରୁ ୨୦ବର୍ଷ ବାସନ୍ଦ ହୋଇଛନ୍ତି। ସେ ଭିକ୍ଟୋରିଆ ମହିଳା ଦଳର କୋଚ୍‌...

୧୪୭ ବର୍ଷ କ୍ରିକେଟ୍‌ ଇତିହାସରେ ପ୍ରଥମ ଖେଳାଳି ଭାବେ ଏମିତି ରେକର୍ଡ କଲେ ଆର୍‌. ଅଶ୍ୱିନ

ଚେନ୍ନାଇ,୨୦।୯: ଚେନ୍ନାଇରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ରବିଚନ୍ଦ୍ରନ ଅଶ୍ୱିନ ବିଶ୍ୱ ରେକର୍ଡ ସୃଷ୍ଟି କରିଛନ୍ତି। ମ୍ୟାଚ୍‌ର ପ୍ରଥମ ଦିନରେ...

୧୧୯ ବର୍ଷ ପୂର୍ବେ କରିଥିଲେ ଡେବ୍ୟୁ, ୨୯ ବର୍ଷ ଖେଳି ହାସଲ କଲେ ୧୯୯ ଶତକ: ତାଙ୍କ ଆଖପାଖରେ ନାହାନ୍ତି ସଚିନ-କୋହଲି

ନୂଆଦିଲ୍ଲୀ,୧୯।୯: କ୍ରିକେଟରେ ଶତକ ସ୍କୋର କରିବା ଏକ ବଡ଼ ସଫଳତା। ୧୦୦ ରନ ପୂରଣ କରିବାକୁ ଜଣେ ବ୍ୟାଟ୍ସମ୍ୟାନଙ୍କୁ ଅନେକ ଘଣ୍ଟା ପାଇଁ କ୍ରିଜରେ ରହିବାକୁ...

ପଡିଆରେ ଏହି ମନ୍ତ୍ର ଜପ କରନ୍ତି ବିରାଟ କୋହଲି, ଆଉ ଗୌତମ ଗମ୍ଭୀର…

ନୂଆଦିଲ୍ଳୀ,୧୯ା୯(ପି.ଟି.): ଭାରତୀୟ ଦଳର ଷ୍ଟାର ବ୍ୟାଟର ବିରାଟ କୋହଲି ଓ ମୁଖ୍ୟ କୋଚ୍‌ ଗୌତମ ଗମ୍ଭୀରଙ୍କ ସାକ୍ଷାତକାର ଅବସରରେ ଉଭୟଙ୍କ ଆଧ୍ୟାତ୍ମିକତାର ରୁଚି ସାମ୍ନାକୁ ଆସିଛି।...

ଗମ୍ଭୀର-ବିରାଟ ବିବାଦ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ

ଚେନ୍ନାଇ,୧୯ା୯(ପି.ଟି.):ଭାରତୀୟ ଦଳର ଷ୍ଟାର ବ୍ୟାଟର ବିରାଟ କୋହଲି ଓ ମୁଖ୍ୟ କୋଚ୍‌ ଗୌତମ ଗମ୍ଭୀରଙ୍କ ମଧ୍ୟରେ ପଡିଆ ବାହାରେ ବିବାଦକୁ ନେଇ ସର୍ବଦା ଖବର ଦେଖିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri