ହିମବାହ ତରଳାଇବ ଆମାଜନ ନିଆଁ

ରିଓ ଡି ଜେନିରୋ: ଚିରହରିତ୍‌ ଅରଣ୍ୟ ଆମାଜନରେ ଲାଗିଥିବା ନିଆଁ ଯୋଗୁ ହିମବାହ ତରଳିବା ବୃଦ୍ଧିପାଇବ ବୋଲି ଗବେଷକମାନେ ସତର୍କ କରାଇଦେଇଛନ୍ତି। ଦକ୍ଷିଣପଶ୍ଚିମ ଆମାଜନିଆ (ବ୍ରାଜିଲ, ପେରୁ ଓ ବଲିଭିଆରେ ଥିବା ଆମାଜନ)ରେ ଲାଗିଥିବା ନିଆଁ ଲିଭୁନାହିଁ। ଏଥିଯୋଗୁ ଆଣ୍ଡିଜ୍‌ ଓ ଦକ୍ଷିଣ ଆମେରିକାରେ ଥିବା ଉଷ୍ମ ମଣ୍ଡଳୀୟ ହିମବାହଗୁଡ଼ିକ ଅଧିକରୁ ଅଧିକ ପରିମାଣରେ ତରଳିବ ବୋଲି ଏକ ଗବେଷଣାରୁ ସେମାନେ ଜାଣିବାକୁ ପାଇଛନ୍ତି।
ବ୍ରାଜିଲସ୍ଥିତ ରିଓ ଡି ଜେନିରୋ ଷ୍ଟେଟ୍‌ ୟୁନିଭର୍ସିଟିର ଗବେଷକ ନିଉଟନ୍‌ ଡି ମଗଲହାଏସ୍‌ ନେଟୋ ଓ ତାଙ୍କ ସହଯୋଗୀମାନେ ଆମାଜନ ଅବବାହିକାରେ ବାୟୋମାସ୍‌ ଜଳିବା ଫଳରେ ବଲିଭିଆର ଜୋଙ୍ଗୋ ହିମବାହ ଉପରେ ଏହାର ସମ୍ଭାବ୍ୟ କୁପ୍ରଭାବ ନେଇ ଏକ ମଡେଲ ପ୍ରସ୍ତୁତ କରିଥିଲେ। ଏଥିପାଇଁ ସେମାନେ ୨୦୦୦ରୁ ୨୦୧୬ ମଧ୍ୟରେ ଘଟିଥିବା ଅଗ୍ନିକାଣ୍ଡ, ଧୂମବଳୟ, ବର୍ଷା ଓ ହିମବାହ ତରଳିବା ସମ୍ପର୍କିତ ତଥ୍ୟକୁ ଉପଯୋଗ କରିଥିଲେ। ଜୈବବର୍ଜ୍ୟ ଜଳିବା ଫଳରେ ସେଥିରୁ ସୃଷ୍ଟ ବ୍ଲାକ୍‌ କାର୍ବନ ଭଳି ସୂକ୍ଷ୍ମକଣିକାଗୁଡ଼ିକ ପବନରେ ଉଡି ଉଷ୍ମ ମଣ୍ଡଳୀୟ ଆଣ୍ଡିଆନ୍‌ ଗ୍ଲେସିୟରରେ ପହଞ୍ଚତ୍ଥାଏ। ଏହା ହିମବାହକୁ ଅଧିକ ମାତ୍ରାରେ ତରଳାଇଥାଏ ବୋଲି ସାଇଣ୍ଟିଫିକ୍‌ ରିପୋର୍ଟ ଜର୍ନାଲରେ ପ୍ରକାଶିତ ଅଧ୍ୟୟନରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ଐତିହ୍ୟ ତାଲିକାରେ ସ୍ଥାନ ପାଇବା ପାଇଁ ପ୍ରସ୍ତୁତିରେ ଭିତରକନିକା…

କେନ୍ଦ୍ରାପଡ଼ା ଜିଲାରେ ଥିବା ଜାତୀୟ ଉଦ୍ୟାନ ଭିତରକନିକାର ଜୈବ ବିବିଧତା ପ୍ରକୃତିପ୍ରେମୀଙ୍କୁ ସର୍ବଦା ଆକୃଷ୍ଟ କରିଆସୁଛି। ଏହି ଆର୍ଦ୍ରଭୂମିରେ ୭୨ ପ୍ରକାର ହେନ୍ତାଳ ଜାତୀୟ ବିରଳ...

ପିଲାଙ୍କ ପାଠପଢ଼ା ଚାଲିଥିବା ବେଳେ ହଠାତ୍‌ କ୍ଲାସ୍‌ରୁମ୍‌ ଏସିରୁ ବାହାରିଲା ସାପ, ଆଉ ତା’ ପରେ…

ନୂଆଦିଲ୍ଲୀ,୨୦ା୯: ନୋଏଡାର ଘରୋଇ ବିଶ୍ୱବିଦ୍ୟାଳୟର ଏକ କ୍ଲାସ୍‌ରୁମ୍‌ର ଏସିରୁ ହଠାତ୍‌ ଗୋଟିଏ ସାପ ବାହାରିବାରୁ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଥିଲା। ପିଲାମାନେ ଭୟଭୀତ ହୋଇ ଡେସ୍କ...

ଲେବାନନରେ ଆତଙ୍କ ସୃଷ୍ଟି କଲା ଇସ୍ରାଏଲ, ୧୦୦୦ ରକେଟ୍‌ ଲଞ୍ଚର ବ୍ୟାରେଲ୍‌କୁ କଲା ନଷ୍ଟ

ଜେରୁଜେଲମ୍‌,୨୦ା୯: ଇରାନ ସମର୍ଥିତ ହେଜବୁଲ୍ଲାର ବିବାଦ ଥମିବା ପରି ମନେ ହେଉନାହିଁ। ଇସ୍ରାଏଲ ଉପରେ କ୍ଷେପଣାସ୍ତ୍ର ମାଡ଼ କଲାବେଳେ ସେ ପେଜର୍‌ ଏବଂ ଓ୍ବାକି-ଟକି ବିସ୍ଫୋରଣରୁ...

ମୃତ୍ୟୁ ପରେ ମୃତଦେହକୁ କାଟି ଖାଇଯାନ୍ତି ଏହି ଲୋକ, ଅଦ୍ଭୁତ ପରମ୍ପରାକୁ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ମୃତ୍ୟୁ ପରେ, ପୃଥିବୀର ବିଭିନ୍ନ ସ୍ଥାନରେ ଲୋକମାନେ ବିଭିନ୍ନ ଉପାୟରେ ଶବଦାହ କରନ୍ତି। କେତେକ ସ୍ଥାନରେ, ଶେଷ ରୀତିନୀତି କରିବାର ପ୍ରକ୍ରିୟା ଏପରି ଯେ ଏହା...

ଭାରତ ସରକାର, ଡୋଭାଲଙ୍କ ନାଁରେ ମାମଲା ଦାଏର କଲେ ପନ୍ନୁନ

ଲଣ୍ଡନ,୨୦ା୯:ଖଲିସ୍ତାନୀ ସଂଗଠନ ଶିଖ୍‌ସ ଫର୍‌ ଜଷ୍ଟିସ୍‌ର ଜେନେରାଲ କାଉନସିଲ ଗୁରପତ୍‌ଓ୍ବନ୍ତ ସିଂ ପନ୍ନୁନ ତାଙ୍କ ଓକିଲଙ୍କ ଜରିଆରେ ଭାରତ ସରକାର, ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ...

ଫୁଡ୍‌ ପ୍ୟାକେଜିଂ: ମଣିଷ ଶରୀରରେ ୩୬୦୦ କେମିକାଲ

ଜୁରିଚ୍‌, ୨୦।୯:ଫୁଡ୍‌ ପ୍ୟାକେଜିଂରେ ବ୍ୟବହୃତ ହେଉଥିବା ୩୬୦୦ରୁ ଅଧିକ କେମିକାଲ ମଣିଷ ଶରୀରରେ ଥିବା ନେଇ ବୈଜ୍ଞାନିକମାନଙ୍କର ଏକ ଅଧ୍ୟୟନ ସାମ୍‌ନାକୁ ଆସିଛି। ସୁଇଜରଲାଣ୍ଡର ଜୁରିଚ୍‌ସ୍ଥିତ...

ନୂଆ ପର୍ଯ୍ୟାୟରେ ମଧ୍ୟପ୍ରାଚ୍ୟ ଯୁଦ୍ଧ: ଗାଜାରୁ ଲେବାନନ୍‌କୁ ମୁହାଁଇଲେ ଇସ୍ରାଏଲୀ ସୈନ୍ୟ

ବେରୁଟ୍‌/ଜେରୁଜେଲମ୍‌,୨୦ା୯:ଲଗାତର ୨ ଦିନ ଧରି ପେଜର ଓ ଓ୍ବାକିଟକି ବିସ୍ଫୋରଣରେ ଲେବାନନ୍‌ ଥରି ଉଠିଥିବାବେଳେ ଗୁରୁବାର ଇସ୍ରାଏଲ୍‌ ପକ୍ଷରୁ ଏହାର ଦକ୍ଷିଣ ଭାଗରେ ପ୍ରଥମ ପ୍ରତ୍ୟକ୍ଷ...

ପୃଥିବୀଠାରୁ ୪୦୦ କି.ମି. ଉଚ୍ଚରେ ଜନ୍ମଦିନ ପାଳିଲେ ସୁନୀତା ଓ୍ବିଲିୟମ୍ସ

ଓ୍ବାଶିଂଟନ,୧୯ା୯: ଭାରତୀୟ ବଂଶୋଦ୍ଭବ ନାସା ମହାକାଶଚାରୀ ସୁନୀତା ଓ୍ବିଲିୟମ୍ସ ଗୁରୁବାର ୫୯ ବର୍ଷରେ ପଦାର୍ପଣ କରିଛନ୍ତି। ସେ ପୃଥିବୀଠାରୁ ୪୦୦ କିଲୋମିଟର ଉପରେ ଅନ୍ତର୍ଜାତୀୟ ମହାକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri