୧୪ରେ ଢେଙ୍କାନାଳ ବନ୍ଦ

ଢେଙ୍କାନାଳ ଅଫିସ,୧୦ା୨: ବରଗଡ ପରେ ଢେଙ୍କାନାଳରେ ସିଟି ହସ୍‌ପିଟାଲ ଦାବି ଜୋର ଧରିଛି। ଏହାକୁ ନେଇ ଢେଙ୍କାନାଳ ନାଗରିକ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ରବିବାର ଅପରାହ୍ନ ୫ଟାରେ ସ୍ଥାନୀୟ ଗଣେଶ ବଜାରଠାରେ ଏକ ବୁଦ୍ଧିଜୀବୀ ସମାବେଶ ଓ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ସହରସ୍ଥିତ ବାଜିଚୌକଠାରେ ଥିବା ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟକୁ ସିଟି ହସ୍‌ପିଟାଲ ଓ ଦକ୍ଷିଣକାଳୀ ଅଞ୍ଚଳରେ ପ୍ରତିଷ୍ଠିତ ହୋଇଥିବା ୭ ମହଲା ବିଶିଷ୍ଟ ନୂତନ ଜିଲା ମୁଖ୍ୟ ଚିିକିତ୍ସାଳୟକୁ ମେଡିକାଲ କଲେଜ କରାଯିବା ଦାବିରେ ଆସନ୍ତା ୧୪ ତାରିଖ ଦିନ ଢେଙ୍କାନାଳ ବନ୍ଦ ପାଳନ କରାଯିବା ପାଇଁ କମିଟି ପକ୍ଷରୁ ନିଷ୍ପତ୍ତି ହୋଇଥିବା ଖବରଦାତା ସମ୍ମିଳନୀରେ ସୂଚନା ଦିଆଯାଇଥିଲା। ସକାଳ ୬ ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ସହରରେ ବନ୍ଦ ପାଳନ କରାଯିବା ସହ ସିଟି ହସ୍‌ପିଟାଲ ଓ ମେଡିକାଲ କଲେଜ ଦାବିରେ ଶୋଭାଯାତ୍ରା ଅନୁଷ୍ଠିତ ହେବ। ଏହି ଅବସରରେ ଜିଲା ସଦର ମହୁକମାରେ ଥିବା ସମସ୍ତ ସରକାରୀ ଓ ବେସରକାରୀ ପ୍ରତିଷ୍ଠାନ, ଶିକ୍ଷାନୁଷ୍ଠାନ, ବ୍ୟବସାୟ ପ୍ରତିଷ୍ଠାନ, ଯାନବାହାନ ଚଳାଚଳକୁ ବନ୍ଦ ରଖାଯିବା ପାଇଁ ନିଷ୍ପତ୍ତି ନିଆଯାଇଛି ା କେବଳ ରେଳ ଚଳାଚଳ ଜାରି ରହିବ ବୋଲି ସୂଚନା ଦିଆଯାଇଛି। ବୁଦ୍ଧିଜୀବୀ ସମାବେଶ ଓ ଖବରଦାତା ସମ୍ମିଳନୀରେ ସହରର ବିଭିନ୍ନ ସଙ୍ଗଠନର କର୍ମକର୍ତ୍ତା, ବୁଦ୍ଧିଜୀବୀ, ଆଇନଜୀବୀ, ରାଜନୈତିକ ଦଳର ନେତୃବୃନ୍ଦ, ଜିଲା ସାମ୍ବାଦିକ ସଂଘର କର୍ମକର୍ତ୍ତାମାନେ ଯୋଗ ଦେଇଥିଲେ। ରାମଚନ୍ଦ୍ର ପାତ୍ରଙ୍କ ଆବାହକତ୍ୱରେ ଏହି କାର୍ଯ୍ୟକ୍ରମରେ ପୂର୍ବତନ ମନ୍ତ୍ରୀ ନବୀନଚନ୍ଦ୍ର ନାରାୟଣ ଦାସ, ଚାମ୍ବର ଅଫ୍‌ କମର୍ସର ସଭାପତି ଶରତଚନ୍ଦ୍ର ପାଢୀ, ମିଳିତବଜାର ପୂଜା କମିଟି ସଭାପତି ବିଶ୍ୱନାଥ ବେହେରା, ଜଗତ ଉଦ୍ଧାର ମଞ୍ଚ ସଭାପତି ନବକିଶୋର ଗୁରୁ, ଜିଲା ସାମ୍ବାଦିକ ସଂଘ ସଭାପତି ପ୍ରସନ୍ନ କୁମାର ପଟ୍ଟନାୟକ, ବରିଷ୍ଠ ଖବରଦାତା କୃଷ୍ଣକୁମାର ମିଶ୍ର, ଶିକ୍ଷାବିତ୍‌ ପ୍ରଦ୍ୟୁମ୍ନ ରଥ, ବିକ୍ରମ କେଶରୀ ପାଣି, ଜିଲା କେମିଷ୍ଟ ଓ ଡ୍ରଗିଷ୍ଟ ଆସୋସିଏଶନ ପକ୍ଷରୁ ଦିଲୀପ ମିଶ୍ର, ସାମାଜିକ କର୍ମୀ ରବି ନାରାୟଣ ମହାନ୍ତି, ଜିଲା କଂଗ୍ରେସ ସଭାପତି ସୁରେଶ ପାଣିଗ୍ରାହୀ, କାର୍ଯ୍ୟକାରୀ ସଭାପତି ସରୋଜ ପଟ୍ଟନାୟକ, ପୂର୍ବତନ ସଭାପତି ସମରେନ୍ଦ୍ର ନନ୍ଦ, ପ୍ରେମଶଙ୍କର ମିଶ୍ର ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ପ୍ରକାଶଥାଉ କି, ଗତ ୨୬ା୫ା୨୦୧୮ରେ ଜିଲା ମୁଖ୍ୟ ଚିକିତ୍ସାଳୟ ବାଜିଚୌକଠାରୁ ସ୍ଥାନାନ୍ତରିତ ହୋଇ ଦକ୍ଷିଣକାଳୀ ଅଞ୍ଚଳରେ ୫୦ କୋଟି ଟଙ୍କାରେ ନିର୍ମିତ ହୋଇଥିବା ୭ ମହଲା ବିଲ୍ଡିଂକୁ ଯାଇଥିଲା। ଏହା ପରେ ବାଜିଚୌକଠାରେ ଥିବା ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟ ବିଲ୍ଡିଂଟି କୌଣସି କାର୍ଯ୍ୟରେ ବ୍ୟବହାର ନ ହୋଇ ଅସାମାଜିକଙ୍କ ପେଣ୍ଠସ୍ଥଳୀ ସାଜିଥିଲା। ଏଥିପାଇଁ ପୂର୍ବରୁ ମଧ୍ୟ ବହୁବାର ସିଟି ହସ୍ପିଟାଲ କରିବାକୁ ଦାବି ହୋଇଆସୁଥିଲା। କିନ୍ତୁ ଏ ନେଇ କୌଣସି ପଦକ୍ଷେପ ଗ୍ରହଣ କରାଯାଇ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହାତୀ ଘଉଡ଼ାଇବାକୁ ଯାଇ ଆକ୍ରମଣର ଶିକାର ହେଲେ ବନ କର୍ମଚାରୀ

ଅନୁଗୋଳ,୨୦ା୯: ହାତୀ ଘଉଡ଼ାଇବାକୁ ଯାଇଥିବା ବନ କର୍ମଚାରୀଙ୍କୁ ଆକ୍ରମଣ ହୋଇଛି। ମହୀଧରପୁର ଫାଣ୍ଡି ଫୁଲପଡ଼ା ଗାଁରେ ବନ କର୍ମଚାରୀଙ୍କୁ  ଜଣେ ବ୍ୟକ୍ତି ଆକ୍ରମଣ କରିଛନ୍ତି। ତେବେ...

ଶୌଚ ହେବାକୁ ଯାଇ ଚାଲିଗଲା ବୃଦ୍ଧଙ୍କ ଜୀବନ

ବରୀ,୨୦।୯(ମହେନ୍ଦ୍ର ସ୍ବାଇଁ): ଯାଜପୁର ଜିଲା ବରୀ ରାମଚନ୍ଦ୍ରପୁର ଥାନା ଅଧିନସ୍ଥ ଧାରପୁର ପଂଚାୟତ ନାଥପୁର ଗ୍ରାମର ଅବନୀ ଜେନା (୬୩) ବର୍ଷ ସ୍ଥାନୀୟ ଅମୃତ ସରୋବରକୁ...

ଶିକ୍ଷକ ସଂଘରେ ଫାଟ: ରାଜ୍ୟ କାର୍ଯ୍ୟକାରିଣୀ ବୈଠକକୁ ବିରୋଧ କଲେ ଗୋଟିଏ ଗୋଷ୍ଠୀ

ଭଦ୍ରକ, ୨୦।୯(ସନାତନ ରାଉତ): ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘରେ ଫାଟ। ସଂଘ ପକ୍ଷରୁ ଶୁକ୍ରବାର ନୂତନ ଜାତୀୟ ଶିକ୍ଷାନୀତି ସମ୍ବନ୍ଧରେ ଆଲୋଚନା ଚକ୍ର ଓ...

ଭାଜପା ସରକାର କେବଳ ରଙ୍ଗ ବଦଳାଇବା କାମ କରିଛି: ଦେବାଶିଷ

କଟକ,୨୦ା୯(ଶିଳ୍ପା ପ୍ରିୟଦର୍ଶିନୀ):ଓଡ଼ିଶାରେ ଭାଜପା ସରକାର ଗଠନକୁ ୧୦୦ ଦିନ ପୂରଣ ହୋଇଛି। ଭାଜପା ସରକାରକୁ ଟାର୍ଗେଟ୍‌ କରିଛନ୍ତି ରାଜ୍ୟ ସଭା ସଦସ୍ୟ ତଥା ବିଜେଡି କଟକ...

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଲ୍ୟାଣ୍ଡମାଇନ୍‌ ଖଞ୍ଜିଥିଲେ ମାଓବାଦୀ, କମ୍ବିଂ ବେଳେ…

ମାଲକାନଗିରି,୨୦ା୯(ଦୁର୍ଯ୍ୟୋଧନ ପାତ୍ର): ଭେଜେଙ୍ଗଓ୍ବାଡା ଜଙ୍ଗଲରେ ମାଓବାଦୀମାନେ ଲ୍ୟାଣ୍ଡ୍‌ମାଇନ୍‌ ଖଞ୍ଜି ଏକ ବଡ଼ ଧରଣର କାଣ୍ଡ ଘଟାଇବା ପାଇଁ ଯୋଜନା କରିଥିଲେ। ମାତ୍ର ଏହା ପଣ୍ଡ ହୋଇଯାଇଛି।...

ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବାଲେଶ୍ୱର,୨୦ା୯: ବାଲେଶ୍ବର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଯନ୍ତ୍ରୀ ଏନ୍‌.ଭି ହରିହର ରାଓଙ୍କ ଘରେ...

ମଙ୍କିପକ୍ସ ମୁକାବିଲା ପାଇଁ ସର୍ଭେଲାନ୍ସ ବଢ଼ାଇବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୦ା୯ (ବନ୍ଦନା ସେଠୀ):ଭାରତରେ ଦ୍ୱିତୀୟ ମଙ୍କିପକ୍ସ ରୋଗୀ ଚିହ୍ନଟ ହେବାପରେ ଏହାକୁ ଗୁରୁତ୍ୱର ସହ ନେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ। ସମ୍ଭାବ୍ୟ ମଙ୍କିପକ୍ସ ସଂକ୍ରମଣର ମୁକାବିଲା...

ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି ପାଇଁ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ: ଜାଣନ୍ତୁ କେମିତି କରିବେ ପଞ୍ଜୀକରଣ

ଭୁବନେଶ୍ୱର,୨୦।୯(ଅନିଲ ଦାସ):ଆସନ୍ତା ସେପ୍ଟେମ୍ବର ୨୩ ତାରିଖ ସୋମବାର ମୁଖ୍ୟମନ୍ତ୍ରୀ ବିଭିନ୍ନ ଜନ ଅଭିଯୋଗର ଶୁଣାଣି କରିବେ। ଜନ ଶୁଣାଣି ପାଇଁ ଗୁରୁବାରଠାରୁ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri