୩ ନାଗୁଣୀ ସହ ୫୭ ଅଣ୍ଡା ଉଦ୍ଧାର

ଭୁବନେଶ୍ୱର,୨୫।୪(ବ୍ୟୁରୋ)- ପୁରୀ ଜିଲା କଣାସ ବ୍ଲକ ଗଡ଼ିଶାଗଦା ପଞ୍ଚାୟତର ବିଲପାଟଣା ଗ୍ରାମରୁ ବୁଧବାର ୩ ନାଗୁଣୀ ସହ ୫୭ ଅଣ୍ଡା ଉଦ୍ଧାର କରାଯାଇଛି। ଗ୍ରାମର ରଶ୍ମିକାନ୍ତ ପରିଡ଼ା ସକାଳୁ ପାଳଗଦାରୁ କୁଟା ଆଣିବାକୁ ଗଲାବେଳେ ଏକ ନାଗସାପ ପାଳଗଦା ତଳେ ପଶିଯିବାର ଦେଖିଲେ। ନିରେଖି କରି ଦେଖିବାରୁ ପାଳଗଦା ତଳେ ଥିବା ଏକ ଗାତ ଭିତରେ କିଛି ଅଣ୍ଡା ଦେଖିବାକୁ ପାଇଲେ। ନାଗୁଣୀ ଅଣ୍ଡା ଦେଇଛି ଶୁଣି ସେଠାରେ ଗ୍ରାମବାସୀଙ୍କର ଭିଡ଼ ଜମିଥିଲା। ସ୍ନେକ ହେଲ୍ପଲାଇନ୍‌ର ସ୍ଥାନୀୟ ସଦସ୍ୟ ସୁଶାନ୍ତ ବେହେରା ଘଟଣାସ୍ଥଳରେ ପହଞ୍ଚି ଗ୍ରାମବାସୀଙ୍କ ସହ ମିଶି ଏକ ନାଗୁଣୀ ଓ ତା’ର ୧୩ ଅଣ୍ଡାକୁ ଉଦ୍ଧାର କରିଥିଲେ। ଆଉ ସାପ ଥିବା ଆଶଙ୍କାରେ ଉକ୍ତ ପାଳଗଦାକୁ ସମ୍ପୂର୍ଣ୍ଣ ସ୍ଥାନାନ୍ତର କଲା ପରେ ଅନ୍ୟ ଦୁଇଟି ଗାତ ଭିତରୁ ଆଉ ୨ଟି ନାଗୁଣୀ ବାହାରିଥିଲେ। ତାଙ୍କର ୨୨ଟି ଲେଖାଏ ଅଣ୍ଡା ମଧ୍ୟ ସୁଶାନ୍ତ ଉଦ୍ଧାର କରିଥିଲେ। ସାପ ୩ଟିକୁ ସେମାନଙ୍କର ପ୍ରାକୃତିକ ଆବାସସ୍ଥଳୀରେ ଛାଡ଼ି ଦିଆଯାଇଛି ଏବଂ ଅଣ୍ଡାଗୁଡ଼ିକୁ କୃତ୍ରିମ ଉପାୟରେ ଫୁଟେଇବା ପାଇଁ ସ୍ନେକ ହେଳ୍ପଲାଇନ୍‌ କାର୍ଯ୍ୟାଳୟକୁ ନିଆଯାଇଛି। ଏ ନେଇ ସ୍ନେକ ହେଲ୍ପଲାଇନ୍‌ ସମ୍ପାଦକ ତଥା ଖୋର୍ଦ୍ଧା ଜିଲାର ଅବୈତନିକ ବନ୍ୟପ୍ରାଣୀ ତତ୍ତ୍ୱାବଧାରକ ଶୁଭେନ୍ଦୁ ମଲ୍ଲିକ କହିଛନ୍ତି, ନାଗସାପଙ୍କର ପ୍ରଜନନ ଋତୁ ଆରମ୍ଭ ହୋଇଗଲାଣି। ଏକ ଛୋଟ ଜାଗାରୁ ଏକାଥରେ ୩ ନାଗୁଣୀ ଅଣ୍ଡା ସହ ଉଦ୍ଧାର ହେବା ଘଟଣାକୁ ‘କଲୋନିଆଲ୍‌ ନେଷ୍ଟିଂ ବା ବ୍ରିଡିଂ’ କୁହାଯାଏ। ଯେଉଁଠି ଅଣ୍ଡା ସହ ସାପଙ୍କୁ ଦେଖିବାକୁ ମିଳିବ, ସେଠାରେ ସାପଙ୍କୁ ନ ମାରି ଏବଂ ଅଣ୍ଡାକୁ ନଷ୍ଟ ନ କରି ସ୍ନେକ ହେଲ୍ପଲାଇନ୍‌ କିମ୍ବା ସ୍ଥାନୀୟ ବନ ବିଭାଗ କର୍ମଚାରୀଙ୍କୁ ଖବର ଦେବାକୁ ଶୁଭେନ୍ଦୁ କହିଛନ୍ତି। ଆସନ୍ତା ୨-୩ ମାସ ପର୍ଯ୍ୟନ୍ତ ନିଜର ଘରବାଡ଼ିକୁ ପ୍ରତି ସପ୍ତାହରେ ଅନୂ୍ୟନ ଥରେ ଭଲ ଭାବେ ସଫା କଲେ ସମ୍ଭାବ୍ୟ ସାପ ଅଣ୍ଡା ଦେଇଥିବା ଜଣାପଡ଼ିଯିବ ବୋଲି ଶୁଭେନ୍ଦୁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା: ଏହି ସବୁ ଲୋକଙ୍କୁ ମିଳିବ…

ଭୁବନେଶ୍ୱର,୧୮।୧୦: ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଚଳିତ ଆର୍ଥିକ ବର୍ଷରେ ରାଜ୍ୟରେ ଆୟୁଷ୍ମାନ ଭାରତ ଲାଗୁ ହେବ। ଏନେଇ ମୋହନ...

ସାତକୋଶିଆ ବ୍ୟାଘ୍ର ଅଭୟାରଣ୍ୟକୁ ମିଳିଲା ୧୨ଟି ପାଟ୍ରୋଲିଂ ଗାଡ଼ି, ୫ବର୍ଷରେ ଅଭୟାରଣ୍ୟକୁ ଆସିବେ ୧୪ ବାଘ

ଭୁବନେଶ୍ୱର, ୧୮ା୧୦ (ବନ୍ଦନା ସେଠୀ): ଜୀବଜନ୍ତୁଙ୍କ ସୁରକ୍ଷାରେ ନିୟୋଜିତ ହେବ ପାଟ୍ରୋଲିଂ ଭ୍ୟାନ୍‌। ବିଶେଷକରି ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପର ସୁରକ୍ଷା ପାଇଁ ଆଧୁନିକ ଯାନର ବ୍ୟବସ୍ଥା...

ଟାସ୍କଫୋର୍ସ ପୁନର୍ଗଠନ କଲେ ରାଜ୍ୟ ସରକାର, ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ ଶିକ୍ଷାନୀତି

ଭୁବନେଶ୍ୱର,୧୮।୧୦: ଜାତୀୟ ଶିକ୍ଷା ନୀତି-୨୦୨୦କୁ ଓଡ଼ିଶାରେ କାର୍ଯ୍ୟକାରୀ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ଗୁରୁବାର ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଟାସ୍କଫୋର୍ସ ପୁନର୍ଗଠନ ସହ...

ବଦଳିଲେ ୭୦ରୁ ଅଧିକ ତହସିଲଦାର

ଭୁବନେଶ୍ୱର, ୧୮ା୧୦: ରାଜ୍ୟରେ ଓଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି ସରକାର। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ...

କୋଷ୍ଟ ଗାର୍ଡ ଡିଆଇଜି, ପନ୍ତ୍ରୀଙ୍କୁ ଦୁର୍ବ୍ୟବହାର, ନୟାପଲ୍ଲୀ ଥାନାରେ ଏତଲା

ଭୁବନେଶ୍ୱର,୧୮ା୧୦(ସତ୍ୟଜିତ୍‌ ରାଉତ): କୋଷ୍ଟଗାର୍ଡ ଡିଆଇଜି ସତ୍ୟ ରଞ୍ଜନ ଦାସ ଓ ତାଙ୍କ ପତ୍ନୀ ନୟାପଲ୍ଲୀ ଥାନା ଅନ୍ତର୍ଗତ କଳିଙ୍ଗ ଷ୍ଟାଡିଅମ୍‌ ଟ୍ରାଫିକ୍‌ ପୋଷ୍ଟ ନିକଟରେ ଗୁରୁବାର...

OSSSC ଦ୍ଵାରା କମ୍ପ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ବିବାଦ, ସରକାର ନେଲେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର, ୧୮ା୧୦: ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସ୍‌ଏସ୍‌ଏସ୍‌ସି) ଦ୍ୱାରା କମ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ୨୦୨୪ର ଫରେଷ୍ଟର, ଫରେଷ୍ଟ ଗାର୍ଡ, ଆର୍‌ଆଇ, ଅମିନ ଆଦି...

୨୩ରୁ ଏସବୁ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ବିଲରେ ଧାନ ବାହାରିବାକୁ ବସିଲାଣି। ଚାଷୀକୁଳ ଅସରାଏ ବର୍ଷାକୁ ଚାହିଁ ରହିଛନ୍ତି। ବର୍ଷା ହେଲେ ବିଲରେ ସୁନା ଫଳିବ। ବର୍ଷକର ପରିଶ୍ରମ ଚାଷୀଙ୍କୁ...

କାର୍ତ୍ତିକ ଆରମ୍ଭରୁ ଅସମ୍ଭାଳ, ଛୁଇଁହେଉନି ପରିବା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ପାର୍ବଣରେ ମହଙ୍ଗାମାଡ଼ ଖାଉଟିଙ୍କ ହର୍ଷୋଲ୍ଲାସକୁ ଫିକା କରିଦେଇଛି। ଆଳୁ, ପିଆଜ ଓ ତେଲ ସମେତ ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀଗୁଡ଼ିକ ପୂର୍ବରୁ ଚଢ଼ାଦରରେ ବିକ୍ରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri