୪,୧୫୨ କୋଟି ଟଙ୍କାର ପ୍ରିମିୟମ ସଂଗ୍ରହ କଲା ଏଲ୍‌ଆଇସି

ଭୁବନେଶ୍ୱର, ୧୮-୪: ଭାରତୀୟ ଜୀବନ ବୀମା ନିଗମ(ଏଲଆଇସି)ର ପୂର୍ବ କେନ୍ଦ୍ରୀୟ ଜୋନ ବୀମା ପ୍ରିମିୟମ ସଂଗ୍ରହ କ୍ଷେତ୍ରରେ ରେକର୍ଡ ହାସଲ କରିଛି। ଜୋନ ପ୍ରଥମ ପ୍ରିମିୟମ ଆୟ ଭାବେ ୪୧୫୨ କୋଟି ଟଙ୍କା ସଂଗ୍ରହ କରିବାକୁ ସକ୍ଷମ ହୋଇଥିବା ପ୍ରବନ୍ଧକ ସି.ବିକାଶ ରାଓ ସୂଚନା ଦେଇଛନ୍ତି। ଏଲଆଇସିର ଏକମାତ୍ର ଜୋନ ଭାବେ ଏହା ପଲିସି, ଏକକ ପ୍ରିମିୟମ, ନିୟମିତ ପ୍ରିମିୟମ, ମୋଟ ପ୍ରଥମ ପ୍ରିମିୟମ ଆୟ କ୍ଷେତ୍ରରେ ଅଭିବୃଦ୍ଧି ହାସଲ କରିଛି। ପ୍ରଥମ ପ୍ରିମିୟମ ଆୟ ଅଭିବୃଦ୍ଧି ଏବଂ ବଜେଟ ଲକ୍ଷ୍ୟ ହାସଲ ଦିଗରେ ଏହା ସାରା ଦେଶରେ ପ୍ରଥମ ସ୍ଥାନରେ ରହିଛି। ୧୬,୧୯୧ ଏଜେଣ୍ଟଙ୍କୁ ନିଯୁକ୍ତ କରିବା ସହ ୨୨ ହଜାରରୁ ଉର୍ଦ୍ଧ୍ୱ ସ୍ବାସ୍ଥ୍ୟ ବିମା ,୧୩୪୮୦ ଜୀବନ ଶାନ୍ତି ପଲିସି ସହ ୭୦୨ କୋଟି  ପ୍ରିମିୟମ ସଂଗ୍ରହ କରିଛି। ୨୦୧୮-୧୯ରେ ଜୋନ ୩୦.୧୩ ଲକ୍ଷ କ୍ଲେମ ସମାଧାନ କରିଛି। ପଲିସିରେ କଟକ ଡିଭିଜନ ପ୍ରଥମ ସ୍ଥାନରେ ରହିଛି। ବ୍ରହ୍ମପୁର ଏବଂ ଭୁବନେଶ୍ୱର ଭଳି ଡିଭିଜନଗୁଡିକ ପଲିସି ଲକ୍ଷ୍ୟ ହାସଲ କରିବାକୁ ସକ୍ଷମ ହୋଇଛନ୍ତି। ପ୍ରଥମ ପ୍ରିମିୟମ ଆୟ କ୍ଷେତ୍ରରେ କଟକ ଡିଭିଜନ ପ୍ରଥମ ରହିଥିବା ବେଳେ ଏଫ୍‌ପିଆଇ କ୍ଷେତ୍ରରେ ହଜାରିବାଗ ଡିଭିଜନ ଅଗ୍ରଣୀ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ଲୋବାଲ ଫୁଟ୍‌ ପ୍ରିଣ୍ଟ ବିସ୍ତାରକରିବ ମାଲାବାର

ଭୁବନେଶ୍ୱର,୭।୯ (ଅଭୟ ଦାଶ): ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ବିଶ୍ୱର ସର୍ବବୃହତ୍‌ ଗହଣା ବ୍ରାଣ୍ଡ୍‌ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡ ୨୦୨୪ ଅକ୍ଟୋବରରେ ୨୦ଟି...

ରିଲାଏନ୍ସ ଫାଉଣ୍ଡେଶନ ସ୍କିଲିଂ ଏକାଡେମିର ଶୁଭାରମ୍ଭ

ମୁମ୍ବାଇ, ୭।୯ (ଅଭୟ ଦାଶ): ଭାରତର ଭବିଷ୍ୟତ ରୂପରେଖ ପ୍ରସ୍ତୁତ କରିବା ଦିଗରେ ଏକ ବଳିଷ୍ଠ ପଦକ୍ଷେପ ସ୍ବରୂପ ଭାରତ ସରକାରଙ୍କ ଦକ୍ଷତା ବିକାଶ ଓ...

ରାଜ୍ୟରେ ସାମାଜିକ ଯୋଜନାର ସଫଳ ରୂପାୟନ

ଭୁବନେଶ୍ୱର,୭।୯ (ଅଭୟ ଦାଶ): ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ ସମିତି (ଏସ୍‌ଏଲ୍‌ବିସି) ଓଡ଼ିଶାର ୧୭୫ ତମ ଓ ୧୭୬ ତମ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏପରିକି ଆର୍ଥିକ...

ଗଣେଶପୂଜାରେ ୨୫ କୋଟିର ବ୍ୟବସାୟ ଆକଳନ

ଭୁବନେଶ୍ୱର,୭।୯ (ଅନୁରାଧା ମହାରଣା): ଗଣେଶପୂଜା ସାରା ଦେଶରେ ଖୁବ୍‌ ଉସତ୍ାହର ସହ ପାଳନ କରାଯାଉଥିବାବେଳେ ପୂଜା ବ୍ୟବସାୟ ମଧ୍ୟ ବଢ଼ିବାରେ ଲାଗିଛି। ଭାରତୀୟ ବ୍ୟବସାୟୀମାନେ ଚାଇନା...

ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟରେ ‘ଆୱାର୍ଡ ଟୁ ରିୱାର୍ଡ’ କାର୍ଯ୍ୟକ୍ରମ

ଭୁବନେଶ୍ୱର,୭।୯ (ଅଭୟ ଦାଶ): ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନଷ୍ଠାନ ତଥା ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟ ପରିସରରେ ‘ଆୱାର୍ଡ ଟୁ ରିୱାର୍ଡ’କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ଗୁରୁଦିବସ ଅବସରରେ...

ଦିନକରେ ନିବେଶକ ହରାଇଲେ ୫ଲକ୍ଷ କୋଟିରୁ ଅଧିକ

ମୁମ୍ବାଇ, ୭।୯ (ଅଭୟ ଦାଶ): ଅନ୍ତଃରାଷ୍ଟ୍ରୀୟ ବଜାରରେ ଦେଖାଦେଇଥିବା ସମସ୍ୟା ଓ ଭୂ-ରାଜନୈତିକ ଘଟଣାବଳୀ ସହ ଫେଡେରାଲ ରିଜର୍ଭ ସୁଧ ହାର ହ୍ରାସର ପ୍ରଭାବ ଭାରତୀୟ...

ଜେଏସ୍‌ଏଲ୍‌ର ନୂଆ ମାଇଲଷ୍ଟୋନ୍‌

ଭୁବନେଶ୍ୱର,୭।୯ (ଅଭୟ ଦାଶ): ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌ (ଜେଏସ୍‌ଏଲ୍‌)ର ଉଚ୍ଚ ଶକ୍ତିସମ୍ପନ୍ନ ଟେମ୍ପର୍ଡ ୩୦୧ ଏଲ୍‌ ଗ୍ରେଡ୍‌ ଅଷ୍ଟେନିଟିକ୍‌ ଷ୍ଟେନ୍‌ଲେସ୍‌ ଷ୍ଟିଲର ଉଲ୍ଲେଖନୀୟ ସଫଳତା ପାଇଁ...

ବଜାରରେ ନିଶାନ୍‌ର ଅଲ୍‌ ନ୍ୟୁ ଏକ୍ସ-ଟ୍ରେଲ୍‌

ଭୁବନେଶ୍ୱର,୭।୯ (ଅଭୟ ଦାଶ): ନିଶାନ୍‌ ଇଣ୍ଡିଆର ବହୁ ପ୍ର୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଅଲ୍‌ ନ୍ୟୁ ଏକ୍ସ-ଟ୍ରେଲ୍‌ର ଅନାବରଣ ଓ ବଜାର ପ୍ରବେଶ ସର୍ବଭାରତୀୟସ୍ତରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri