୬ ଜିଲାରେ ହେବ ମେଡିକାଲ କଲେଜ

ଭୁବନେଶ୍ୱର,୨୬ା୧୨(ବ୍ୟୁରୋ): ରାଜ୍ୟର ୬ ପଛୁଆ ଜିଲାରେ ଥିବା ହସ୍ପିଟାଲକୁ ମେଡିକାଲ କଲେଜରେ ପରିଣତ କରାଯିବ। ଏହା ସହିତ ଉକ୍ତ ତାଲିକାରେ ଆଉ ୨ଟି ଜିଲା ହସ୍ପିଟାଲକୁ ସାମିଲ କରାଯିବା ଲାଗି ବିଚାରବିମର୍ଶ ଚାଲିଥିବା କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ ସୂଚନା ଦେଇଛନ୍ତି। ଓଡ଼ିଶାର ବଲାଙ୍ଗୀର, ଢେଙ୍କାନାଳ, ଗଜପତି, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା ଓ ରାୟଗଡ଼ା ଆଦି ୧୦ ଜିଲା ମଧ୍ୟରୁ ୬ଟିରେ ମେଡିକାଲ କଲେଜ କରାଯିବ। କେଉଁ ୬ ଜିଲାରେ ମେଡିକାଲ କଲେଜ ହେବ ତାହା କେନ୍ଦ୍ର ସରକାର ଚୂଡ଼ାନ୍ତ ନିଷ୍ପତ୍ତି ନେବେ ବୋଲି ଜଣାପଡ଼ିଛି।
ଭୁବନେଶ୍ୱରସ୍ଥିତ ଏମ୍‌ସ ହସ୍ପିଟାଲରେ ବୁଧବାର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ ଅବସରରେ ଯୋଗଦେଇ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ କହିଛନ୍ତି ଯେ, ସମଗ୍ର ଦେଶର ୭୫ ପଛୁଆ ଜିଲାରେ ଥିବା ହସ୍ପିଟାଲକୁ ମେଡିକାଲ କଲେଜ କରାଯିବ। ଆସନ୍ତା ୪ରୁ ୫ ମାସ ମଧ୍ୟରେ ୪୯ଟି ମେଡିକାଲ କଲେଜ କାର୍ଯ୍ୟ ସମ୍ପୂର୍ଣ୍ଣ କରିଦିଆଯିବ। ସେହିପରି ୫ରୁ ୬ ବର୍ଷ ମଧ୍ୟରେ ଓଡ଼ିଶାର ୬ଟି ଯାକ ହସ୍ପିଟାଲରେ ମେଡିକାଲ କଲେଜ କାମ ଶେଷ ହୋଇଯିବ। ଓଡ଼ିଶାର ଆଉ ୨ଟି ହସ୍ପିଟାଲରେ ମଧ୍ୟ ମେଡିକାଲ କଲେଜ କରିବା ପାଇଁ ଆବେଦନ ହୋଇଛି। ଆଗକୁ ସିଲେକ୍ସନ କମିଟି ସେନେଇ ନିଷ୍ପତ୍ତି ନେବ ବୋଲି ସେ କହିଛନ୍ତି।
ସେହିପରି ଓଡ଼ିଶାର ଗରିବ ଲୋକଙ୍କୁ ମାଗଣା ଚିକିତ୍ସା ଦେବା ଲାଗି ଆୟୁଷ୍ମାନ୍‌ ଭାରତ ଯୋଜନାକୁ ରାଜ୍ୟରେ ଲାଗୁ କରିବା ପାଇଁ ହର୍ଷବର୍ଦ୍ଧନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅନୁରୋଧ କରିଛନ୍ତି। ପୂର୍ବରୁ ରାଜ୍ୟ ସରକାର ଆୟୁଷ୍ମାନ୍‌ ଭାରତ ଯୋଜନାକୁ ରାଜ୍ୟରେ ଲାଗୁ ନ କରି ନିଜସ୍ବ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଆରମ୍ଭ କରିଛନ୍ତି। ହେଲେ ନିକଟରେ କେନ୍ଦ୍ର ସରକାରଙ୍କ ପିଏମ୍‌ କିଷାନ ଯୋଜନାକୁ କାଳିଆ ସହ ମିଶାଯିବା ପରେ ଆୟୁଷ୍ମାନ୍‌ ଭାରତ ଯୋଜନାକୁ ରାଜ୍ୟ ସରକାର ଆପଣେଇ ପାରନ୍ତି ବୋଲି କୁହାଯାଉଛି। ଅନ୍ୟପକ୍ଷରେ ବିଜେଡି ଏନେଇ ତର୍ଜମା ଚାଲିଥିବା କହିଥିବାବେଳେ ଏହି ବିଷୟକୁ ସମ୍ପୂର୍ଣ୍ଣ ଏଡାଇ ଦେଇନାହିଁ। କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀଙ୍କ ମତ ଉପରେ ପ୍ରତିକ୍ରିୟା ପ୍ରକାଶ କରି ବିଜେଡି ରାଜ୍ୟ ସଭା ଏମ୍‌ପି ଅମର ପଟ୍ଟନାୟକ କହିଛନ୍ତି, ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାଠାରୁ ଆୟୁଷ୍ମାନ୍‌ ଭାରତ ଯୋଜନା ସମ୍ପୂର୍ଣ୍ଣ ଅଲଗା। ଉଭୟ ଯୋଜନାର ମିଶ୍ରଣକୁ ନେଇ ଆଲୋଚନା ଚାଲିଛି। ଦୁଇଟି ଯାକ ଯୋଜନାର ଭିନ୍ନଭିନ୍ନ ବ୍ୟବସ୍ଥା ଓ ଗାଇଡଲାଇନ ରହିଛି। ତେଣୁ ଏହାକୁ ନେଇ ବିଚାର ଚାଲିଥିବା ଅମର କହିଛନ୍ତି। ପ୍ରତିମୂର୍ତ୍ତି ଉନ୍ମୋଚନ ଅବସରରେ ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡଙ୍ଗୀ, କେନ୍ଦ୍ରାପଡା ଏମ୍‌ପି ଅନୁଭବ ମହାନ୍ତି, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ରାଜ୍ୟ ସଭା ଏମ୍‌ପି ଅମର ପଟ୍ଟନାୟକ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri