Categories: ଜାତୀୟ

ଅଓ୍ବନ୍ତିପୋରା ଏନ୍‌କାଉଣ୍ଟରରେ ୨ଆତଙ୍କବାଦୀ ନିହତ

ଶ୍ରୀନଗର,୨୧।୧: ଜମ୍ମୁ-କଶ୍ମୀର ଅଓ୍ବନ୍ତିପୋରାରେ ମଙ୍ଗଳବାର ଏନ୍‌କାଉଣ୍ଟର ହୋଇଛି। ଏହି ଏନ୍‌କାଉଣ୍ଟରରେ ୨ ଆତଙ୍କବାଦୀ ନିହତ ହୋଇଥିବା ବେଳେ ଜଣେ ଯବାନ ଶହୀଦ ଓ ୨ଯବାନ ଆହତ ହୋଇଛନ୍ତି। ସୂଚନାଯୋଗ୍ୟ, ଦକ୍ଷିଣ କଶ୍ମୀର ଅଓ୍ବନ୍ତିପୋରାରେ ଆତଙ୍କବାଦୀ ଲୁଚିରହିଥିବା ଖବର ବିଶ୍ୱସ୍ତ ସୂତ୍ରରୁ ପାଇବା ପରେ ସୁରକ୍ଷାକର୍ମୀମାନେ ମଙ୍ଗଳବାର ସକାଳେ ସର୍ଚ୍ଚ ଅପରେଶନ୍‌ କରିଥିଲେ। ସେହି ସମୟରେ ସୁରକ୍ଷାକର୍ମୀଙ୍କୁ ଦେଖି ଭୟଭୀତ ଅବସ୍ଥାରେ ଆତଙ୍କବାଦୀମାନେ ଆଖିବୁଜା ଗୁଳିଚାଳନା କରିଥିଲେ। ଏହାର ପାଲଟା ଜବାବରେ ସୁରକ୍ଷାକର୍ମୀ ମଧ୍ୟ ତାଙ୍କୁ ପ୍ରତି ଆକ୍ରମଣ କରିଥିଲେ। ଦୀର୍ଘ ସମୟ ଧରି ଚାଲିଥିବା ଏହି ଏନ୍‌କାଉଣ୍ଟରରେ ୨ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି। ଏହି ଗୁଳିବିନିମୟରେ ଜମ୍ମୁ-କଶ୍ମୀରର ଏସ୍‌ପିଓ ଶହୀଦ ହୋଇଥିବା ବେଳେ ଏସ୍‌ଓଜିର ୨ଯବାନ ଆହତ ହୋଇଛନ୍ତି। ଆହତ ଯବାନଙ୍କୁ ଉଦ୍ଧାର କରାଯାଇ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅପରପକ୍ଷେ ଅନ୍ୟ ଆତଙ୍କବାଦୀଙ୍କ ସନ୍ଧାନରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସ୍ଥାନୀୟ ଅଞ୍ଚଳକୁ ଘେରାବନ୍ଦୀ କରାଯାଇ ସର୍ଚ୍ଚ ଅପରେଶନ୍‌ ଜାରି ରହିଛି।

Share