Categories: ଜାତୀୟ

ଅଓ୍ବନ୍ତୀପୁରାରେ ଏନ୍‌କାଉଣ୍ଟର: ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର,୮।୧୦: ଜମ୍ମୁ-କଶ୍ମୀର ଅଓ୍ବନ୍ତୀପୁରାରେ ମିଳିତ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ ହୋଇଛନ୍ତି। ଏନେଇ ଜମ୍ମୁ-କଶ୍ମୀର ପୋଲିସ ପକ୍ଷରୁ ମଙ୍ଗଳବାର ସୂଚନା ଦିଆଯାଇଛି। ଅଓ୍ବନ୍ତୀପୁରା ସହର ବାହାରେ ଆତଙ୍କବାଦୀ ଲୁଚି ଥିବା ଖବର ପାଇ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେଶନ୍‌ ଆରମ୍ଭ ହୋଇଥିଲା। ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ ସତର୍କ ସୂଚନା ଦିଆଯାଇଥିଲା। ତେବେ ଆତଙ୍କବାଦୀମାନେ ପ୍ରଥମେ ଗୁଳିଚାଳନା କରିଥିଲେ। ଏହାର ଜବାବରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପାଲଟା ଆକ୍ରମଣ କରାଯାଇଥିଲା। ଘଟଣାସ୍ଥଳରୁ ବିସ୍ଫୋରକ ଏବଂ ଅସ୍ତ୍ରଶସ୍ତ୍ର ଜବତ ହୋଇଛି।

Share